ବାଣିଜ୍ୟ |

ସ୍ବୟଂ ଚାଳିତ ବଗି ସଫେଇ ପ୍ଲାଣ୍ଟ ବସାଇବ ପୂର୍ବତଟ ରେଳପଥ

ସ୍ବୟଂ ଚାଳିତ ବଗି ସଫେଇ ପ୍ଲାଣ୍ଟ ବସାଇବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୨-୨: ପୂର୍ବତଟ ରେଳପଥ ପକ୍ଷରୁ ପୁରୀ ଏବଂ ବିଶାଖାପାଟଣାଠାରେ ସ୍ବୟଂଚାଳିତ ବଗି ସଫେଇ ପ୍ଲାଣ୍ଟ ସ୍ଥାପନ ହେବ। ଏହା ଉଭୟ ସ୍ଥାନର ବଗି ରକ୍ଷଣାବେକ୍ଷଣ ଡିପୋଠାରେ ସ୍ଥାପନ ହେବା ନେଇ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ରହିଛି। ଏଥିପାଇଁ ରେଳପଥ ପକ୍ଷରୁ କାରଖାନା ଆଧୁନିକୀକରଣ କେନ୍ଦ୍ରୀୟ ସଙ୍ଗଠନ (କମ୍‌ଫୋ)ନିକଟରେ ଆବେଦନ କରିଛି। ଏହି ପ୍ଲାଣ୍ଟ ବସାଇବା ଲାଗି ୨ କୋଟି ଟଙ୍କା ବିନିଯୋଗ ହେବ। ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ଏହାର କାର୍ଯ୍ୟ ଶେଷ କରିବାକୁ ଯୋଜନା ଧାର୍ଯ୍ୟ ହୋଇଛି। ଏଥି ଲାଗି ଟେଣ୍ଡରକାର୍ଯ୍ୟ ଶେଷ ହୋଇଛି। ଅତ୍ୟାଧୁନିକ ମେଶିନ ବ୍ୟବହାର ଦ୍ୱାରା ବଗି ଧୋଇବା କାର୍ଯ୍ୟ ସମ୍ପାଦନ କରାଯିବ। ପ୍ରତ୍ୟେକଟି ଖାଲି ଟ୍ରେନ ରେକ୍‌ ମାତ୍ର ୨୦ ମିନିଟ ସମୟ ଅବଧିରେ ସଫା ହୋଇ ପାରିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ରହିଛି। ବଗି ସଫେଇ ପ୍ଲାଣ୍ଟ ଭୁବନେଶ୍ୱର ଏବଂ ଖୋର୍ଦ୍ଧାରୋଡ ମେମୁ ସେଡ୍‌ଠାରେ କାର୍ଯ୍ୟକାରୀ କରାଇବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ସ୍ବୟଂକ୍ରିୟ ବଗି ସଫେଇ ପ୍ଲାଣ୍ଟ ବର୍ତ୍ତମାନ କେନ୍ଦ୍ରୀୟ ରେଳପଥର ଓ୍ବାଡିଠାରେ ସଫଳତାର ସହ କାର୍ଯ୍ୟ କରୁଛି। 

All Right Reserved By

ବାଣିଜ୍ୟ |

କେବଳ ଜାନୁୟାରୀରେ ୯ଲକ୍ଷ ବେରୋଜଗାରୀଙ୍କୁ ମିଳିଛି ନିଯୁକ୍ତି

କେବଳ ଜାନୁୟାରୀରେ ୯ଲକ୍ଷ ବେରୋଜଗାରୀଙ୍କୁ ମିଳିଛି ନିଯୁକ୍ତି

ନୂଆଦିଲ୍ଲୀ,୨୫।୩: ଲୋକ ସଭା ର୍ନିବାଚନର ଠିକ ପୂର୍ବରୁ ରୋଜଗାରକୁ ନେଇ ଏକ ସରକାରୀ ତଥ୍ୟ ସାମ୍ନାକୁ ଆସିଛି। କେବଳ ଜାନୁୟାରୀରେ ୮ ଲକ୍ଷ ୯୬ ହଜାର ବେରୋଜଗାରଙ୍କୁ ନିଯୁକ୍ତି ମିଳିଥିବା ଜଣାପଡିଛି। ଗତ ୧୭ମାସ ଭିତରେ ସମଗ୍ର ଦେଶରେ ୭୬ ଲକ୍ଷ ୪୮ ହଜାର ଲୋକଙ୍କୁ ରୋଜଗାର ମିଳିଛି ବୋଲି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍‌ଓ) ରିପୋର୍ଟରେ ପ୍ରକାଶ ପାଇଛି। 

ରାଜ୍ୟ ସରକାରଙ୍କୁ ଡିଓଟିର ଅନୁରୋଧ;ବିଏସ୍‌ଏନ୍‌ଲ୍‌,ଏମ୍‌ଟିଏନ୍‌ଏଲର ବିଦ୍ୟୁତ ସଂଯୋଗ କାଟନି

ରାଜ୍ୟ ସରକାରଙ୍କୁ ଡିଓଟିର ଅନୁରୋଧ;ବିଏସ୍‌ଏନ୍‌ଲ୍‌,ଏମ୍‌ଟିଏନ୍‌ଏଲର ବିଦ୍ୟୁତ ସଂଯୋଗ କାଟନି

ନୂଆଦିଲ୍ଲୀ,୨୫-୩: ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ଦୁଇଟି ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଓ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)ର ବିଦ୍ୟୁତ ସଂଯୋଗ ନ କାଟିବାକୁ ଟେଲିକମ ବିଭାଗ(ଡିଓଟି) ପକ୍ଷରୁ ରାଜ୍ୟ ସରକାରଗୁଡ଼ିକୁ ଅନୁରୋଧ କରାଯାଇଛି।

ବ୍ରାଜିଲ,ମେକ୍ସିକୋରୁ ଭାରତ ତେଲ ଆମଦାନୀ ବଢ଼ାଇବ

ବ୍ରାଜିଲ,ମେକ୍ସିକୋରୁ ଭାରତ ତେଲ ଆମଦାନୀ ବଢ଼ାଇବ

ନୂଆଦିଲ୍ଲୀ,୨୫-୩: ଆମେରିକା କଟକଣା ଯୋଗୁ ଭେନେଜୁଏଲାରୁ ଭାରତ ଅଶୋଧିତ ତୈଳ ଆମଦାନୀ କରିପାରୁନି। ବ୍ରାଜିଲ ଓ ମେକ୍ସିକୋରୁ ଅଧିକ ତୈଳ ଆମଦାନୀ କରି ଭାରତ ଏହାର ଭରଣା କରିବାକୁ ଚାହୁଁଛି। 

ରାଜ୍ୟସରକାରଙ୍କ ଠାରୁ ମିଳୁନି ବକେୟା ବିଜୁଳି ବିଲ୍‌;ଏନ୍‌ପିଏ ହୋଇପାରେ ୩ ଲକ୍ଷ କୋଟି

ରାଜ୍ୟସରକାରଙ୍କ ଠାରୁ ମିଳୁନି ବକେୟା ବିଜୁଳି ବିଲ୍‌;ଏନ୍‌ପିଏ ହୋଇପାରେ ୩ ଲକ୍ଷ କୋଟି

ନୂଆଦିଲ୍ଲୀ,୨୫-୩: ରାଜ୍ୟ ସରକାରଗୁଡ଼ିକ ବିଜୁଳି ବିଲ୍‌ ବାବଦରେ ବକେୟା ପ୍ରଦାନ କରୁ ନଥିବାରୁ ପ୍ରାୟ ଏକ ଡଜନ ବିଦ୍ୟୁତ ପ୍ରକଳ୍ପରେ ୩ ଲକ୍ଷ କୋଟି ଟଙ୍କାର ଘରୋଇ ନିବେଶ ଏବେ ସଙ୍କଟଗ୍ରସ୍ତ ହୋଇଛି। ଏହି ପରିମାଣ ଅର୍ଥ ଏବେ ଏନ୍‌ପିଏ ବା ଅନାଦାୟ ଋଣ ହେବାକୁ ବସିଛି, ଯାହା ଋଣ ପ୍ରଦାନକାରୀ ବ୍ୟାଙ୍କଗୁଡ଼ିକ ପାଇଁ ଶୁଭଙ୍କର ନୁହେଁ।

ତାଲିକାଭୁକ୍ତ କମ୍ପାନୀଙ୍କ ଯାଞ୍ଚ;ଅଧିକ କ୍ଷମତା ଚାହୁଁଛି ସେବି

ତାଲିକାଭୁକ୍ତ କମ୍ପାନୀଙ୍କ ଯାଞ୍ଚ;ଅଧିକ କ୍ଷମତା ଚାହୁଁଛି ସେବି

ମୁମ୍ବାଇ,୨୫-୩: ଷ୍ଟକ୍‌ ମାର୍କେଟ ନିୟନ୍ତ୍ରକ ଭାରତୀୟ ପ୍ରତିଭୁତି ଏବଂ ବିନିମୟ ବୋର୍ଡ(ସେବି) ଆର୍ଥିକ ଠକେଇ ରୋକିବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଅଧିକ କ୍ଷମତା ଚାହୁଁଛି। 

ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନା;ଏପ୍ରିଲ ସୁଦ୍ଧା ୧ କୋଟି ପଞ୍ଜୀକରଣ ସମ୍ଭାବନା

ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନା;ଏପ୍ରିଲ ସୁଦ୍ଧା ୧ କୋଟି ପଞ୍ଜୀକରଣ ସମ୍ଭାବନା

ନୂଆଦିଲ୍ଲୀ,୨୫-୩: ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନାରେ ଏପ୍ରିଲ ସୁଦ୍ଧା ୧ କୋଟି ଶ୍ରମିକ ପଞ୍ଜୀକରଣ କରିସାରିଥିବେ ବୋଲି କେନ୍ଦ୍ର ସରକାର ଅନୁମାନ କରୁଛନ୍ତି ବୋଲି ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି।

ଛୁଟି ପାଳନ, ମହଙ୍ଗା ଟୁର୍‌ ଯିବାରେ ଭାରତ ସର୍ବାଗ୍ରେ

ଛୁଟି ପାଳନ, ମହଙ୍ଗା ଟୁର୍‌ ଯିବାରେ ଭାରତ ସର୍ବାଗ୍ରେ

ନୂଆଦିଲ୍ଲୀ,୨୫-୩: ଛୁଟି ପାଳନ ଓ ମହଙ୍ଗା ଟୁର୍‌ ଯିବା କଥା ଉଠିଲେ ଭାରତ ବିଶ୍ୱରେ ସର୍ବାଗ୍ରେ ରହିଛି। ଭାରତ ମହଙ୍ଗା ଟୁର୍‌ ଯିବାରେ ମେକ୍ସିକୋ, ଥାଇଲାଣ୍ଡ, ସ୍ପେନ, ତୁର୍କି, ଆମେରିକା ଓ ଚାଇନା ସମେତ ବିଶ୍ୱର ଅନ୍ୟ ଦେଶକୁ ପଛରେ ପକାଇ ଦେଇଛି। 

ସାଧାରଣ ନିର୍ବାଚନରେ ବେଆଇନ ଅର୍ଥ କାରବାର ରୋକିବା ଉପରେ ନଜର

ସାଧାରଣ ନିର୍ବାଚନରେ ବେଆଇନ ଅର୍ଥ କାରବାର ରୋକିବା ଉପରେ ନଜର

ନୂଆଦିଲ୍ଲୀ,୨୫-୩: ଦେଶରେ ସାଧାରଣ ନିର୍ବାଚନ ଏପ୍ରିଲ ୧୧ରୁ ଆରମ୍ଭ ହେଉଛି। ନିର୍ବାଚନ ସମୟରେ ବେଆଇନ ଅର୍ଥ କାରବାର,ମଦ ଏବଂ ସୁନା ବ୍ୟବହାର ଉପରେ ରୋକ ଲଗାଇବା ଲାଗି ପଦକ୍ଷେପ ନିଆଯାଇଛି।

ସୁନା ଆମଦାନୀ ୫.୫% ହ୍ରାସ

ସୁନା ଆମଦାନୀ ୫.୫% ହ୍ରାସ

ନୂଆଦିଲ୍ଲୀ,୨୫-୩: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଫେବୃୟାରୀ ମଧ୍ୟରେ ଦେଶରେ ସୁନା ଆମଦାନୀ ୫.୫% ହ୍ରାସ ପାଇ ୨୯.୫ ବିଲିୟନ ଡଲାରରେ ପହଞ୍ଚତ୍ଛି ବୋଲି ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଲ୍‌ଆଇସିର ନୂଆ ନବଜୀବନ ପ୍ଲାନ

ଏଲ୍‌ଆଇସିର ନୂଆ ନବଜୀବନ ପ୍ଲାନ

ମୁମ୍ବାଇ,୨୫-୩: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ପକ୍ଷରୁ ନୂଆ ନବଜୀବନ ପ୍ଳାନର ଶୁଭାରମ୍ଭ ହୋଇଛି। 

ଏସ୍‌ବିଆଇ ନ୍ୟୁମେରୋ ୟୋନୋର ବିଜେତା ପୁରସ୍କୃତ

ଏସ୍‌ବିଆଇ ନ୍ୟୁମେରୋ ୟୋନୋର ବିଜେତା ପୁରସ୍କୃତ

ମୁମ୍ବାଇ,୨୫-୩: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଏହାର କ୍ୱିଜ ପ୍ରତିଯୋଗିତା ‘ନ୍ୟୁମେରୋ ୟୁନୋ ୨୦୧୯’ର ବିଜେତା ପୁରସ୍କୃତ କରାଯାଇଛି। 

ହ୍ୟୁଣ୍ଡାଇର ମେଗା ଏକ୍ସପେରିଏନ୍ସ କ୍ୟାମ୍ପ

ହ୍ୟୁଣ୍ଡାଇର ମେଗା ଏକ୍ସପେରିଏନ୍ସ କ୍ୟାମ୍ପ

ନୂଆଦିଲ୍ଲୀ,୨୫-୩: ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ମେଗା ଏକ୍ସପେରିଏନ୍ସ ହ୍ୟୁଣ୍ଡାଇ କ୍ୟାମ୍ପ ଆୟୋଜିତ ହୋଇଯାଇଛି। 


Model This Week

ରଶ୍ମି
Why Dharitri