ରାଜ୍ୟ |

ଜମି ବିକିବା ଆଳରେ ଜାତି ବଦଳାଇ ଏକାଧିକ ଠକେଇ: ବାପ, ପୁଅଙ୍କୁ ଗିରଫକଲା ଇଓଡବ୍ଲ୍ୟୁ

ଜମି ବିକିବା ଆଳରେ ଜାତି ବଦଳାଇ ଏକାଧିକ ଠକେଇ: ବାପ, ପୁଅଙ୍କୁ ଗିରଫକଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର, ୨୨|୨(ବ୍ୟୁରୋ)- ଜମି ବିକ୍ରି ଆଳରେ ଜାଲ୍‌ କାଗଜପତ୍ରରେ ଜାତି ବଦଳାଇ ଏକାଧିକ ଲୋକଙ୍କଠାରୁ ବହୁ ଲକ୍ଷ ଟଙ୍କା ଠକେଇ କରିଥିବା ବାପ ଓ ପୁଅଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ଇନ୍‌ଫୋସିଟି ଥାନା ଅନ୍ତର୍ଗତ କାନାନବିହାର ଅଞ୍ଚଳର ଅମରେଶ୍ୱର ଦାସ ଓ ତାଙ୍କ ପୁଅ ରତ୍ନାକର ଦାସ।  ଅମରେଶ୍ୱର ଓ ରତ୍ନାକରଙ୍କ ନାଁରେ ଭୁବନେଶ୍ୱର ତହସିଲ ଅନ୍ତର୍ଗତ ଜଗନ୍ନାଥପ୍ରସାଦ ମୌଜା ଅଞ୍ଚଳରେ ଜମି ରହିଛି। ଅମରେଶ୍ୱର ଅନୁସୂଚିତ ଜାତିର ହୋଇଥିବାବେଳେ ୨୦୧୩ରେ ଜାତିଗତ ପ୍ରମାଣପତ୍ରକୁ ଜାଲିଆତି କରି ବଦ୍ରିନାରାୟଣ ମିଶ୍ରଙ୍କୁ ୨ ଏକର ୪୬୦ ଡିସିମିଲ ଜମି ବିକ୍ରି ପାଇଁ ଚୁକ୍ତି କରିଥିଲେ। ସେଲ୍‌ଡିଡ୍‌ରେ ବାପ ଓ ପୁଅ ଜାତି ‘କରଣ’ ଦର୍ଶାଇ ଦସ୍ତଖତ କରି ଟଙ୍କା ନେଇଥିଲେ। ମାତ୍ର ପରବର୍ତ୍ତୀ ସମୟରେ ସେମାନେ ଅନୁସୂଚିତ ଜାତିର ହୋଇଥିବା ଓ ଜାତିକୁ ନେଇ ଜାଲ୍‌ କାଗଜପତ୍ର କରାଯାଇଥିବା ବଦ୍ରିନାରାୟଣ ଜାଣିବାକୁ ପାଇଥିଲେ। ଅନୁସୂଚିତ ଜାତିର ଲୋକଙ୍କଠାରୁ ଜମି କିଣାବିକାରେ କଟକଣା ରହିଥିବାରୁ ବଦ୍ରିନାରାୟଣ ଟଙ୍କା ଫେରସ୍ତ ପାଇଁ ଅମରେଶ୍ୱରଙ୍କୁ କହିଥିଲେ। ମାତ୍ର ସେ ସମୟ ଗଡ଼ାଇ ଚାଲିବାରୁ ଗତ ନଭେମ୍ବର ୬ରେ ବଦ୍ରିନାରାୟଣ ଇଓଡବ୍ଲ୍ୟୁରେ ଅଭିଯୋଗ କରିଥିଲେ। ଇଓଡବ୍ଲ୍ୟୁ  ୨୬/୧୮ରେ ଏକ ମାମଲା ରୁଜୁ କରି  ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ସମୟରେ ଜାଲ୍‌ କାଗଜପତ୍ରରେ ଜାତି ବଦଳାଇ ଏକାଧିକ ଲୋକଙ୍କୁ ଅମରେଶ୍ୱର ଓ ତାଙ୍କ ପୁଅ ଜମି ବିକିବା ନାଁରେ ଠକେଇ କରିଥିବା ଜଣାପଡିଛି। ଏହାପୂର୍ବରୁ ବାପ ପୁଅ ୨୦୦୭ରେ ସ୍ନିଗ୍ଧା ପ୍ରଧାନଙ୍କୁ ସମାନ ଧରଣର ଠକେଇ କରିଥିଲେ। ଶେଷରେ ଇଓଡବ୍ଲ୍ୟୁ ପକ୍ଷରୁ ଇନ୍‌ଫୋସିଟି ଥାନାଞ୍ଚଳରେ ଚଢାଉ କରାଯାଇ ଦୁଇ ଅଭିଯୁକ୍ତଙ୍କୁ ଗିରଫ ପରେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ  ଖାରଜ ହେବା ପରେ ସେମାନଙ୍କୁ ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଛି।  

All Right Reserved By

ରାଜ୍ୟ |

ଆସ୍କା ବିଧାନସଭା ଆସନ ଝୁଲାଇ ରଖିଲା ଭାଜପା

ଆସ୍କା ବିଧାନସଭା ଆସନ ଝୁଲାଇ ରଖିଲା ଭାଜପା

ଭୁବନେଶ୍ୱର,୨୨।୩:  ଭାଜପା ପକ୍ଷରୁ ଗୁରୁବାର ଓଡ଼ିଶା ବିଧାନସଭାର ୧୪୭ଟି ଆସନ ମଧ୍ୟରୁ ୯୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଏହି ତାଲିକାରେ ଆସ୍କା ଆସନ ବାଦ୍‌ ପଡ଼ିଛି।

ପ୍ରକାଶ ପାଇଲା  ବିଧାନସଭା ଲାଗି ଭାଜପାର ପ୍ରାର୍ଥୀ ତାଲିକା : ୯୯ ଟି ଆସନ ଲାଗି ନାମ ଘୋଷଣା କଲା ଦଳ

ପ୍ରକାଶ ପାଇଲା ବିଧାନସଭା ଲାଗି ଭାଜପାର ପ୍ରାର୍ଥୀ ତାଲିକା : ୯୯ ଟି ଆସନ ଲାଗି ନାମ ଘୋଷଣା କଲା ଦଳ

ନୂଆଦିଲ୍ଲୀ/ଭୁବନେଶ୍ୱର୨୧/୩(ବ୍ୟୁରୋ): ଗୁରୁବାର ଭାଜପା ପକ୍ଷରୁ ଓଡ଼ିଶା ବିଧାନସଭାର ୧୪୭ଟି ଆସନ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।

ପ୍ରକାଶ ପାଇଲା ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଓଡ଼ିଶାରୁ ୧୦

ପ୍ରକାଶ ପାଇଲା ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଓଡ଼ିଶାରୁ ୧୦

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୧।୩(ଡି.ଏନ୍‌.ଏ.): ୨୦୧୯ ଲୋକ ସଭା ନିର୍ବାଚନ ଲାଗି ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଗୁରୁବାର ପ୍ରକାଶ ପାଇଛି। 

ଭାଜପାରେ ମିଶିଲେ ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି

ଭାଜପାରେ ମିଶିଲେ ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି

ଭୁବନ ୨୧।୩(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରବାଳକାନ୍ତି ସାହୁ ଗୁରୁବାର ଭାଜପାରେ ଯୋଗଦେଇଛନ୍ତ। ଜିଲା ଉପସଭାପତି ଶତ୍ରୁଘ୍ନ ଜେନାଙ୍କ ତତ୍ତ୍ୱାବଧାନରେ ଭୁବନେଶ୍ୱରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

୫ ବର୍ଷର ନାବାଳିକାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

୫ ବର୍ଷର ନାବାଳିକାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

କଟକ ଅଫିସ,୨୧।୩: କଟକ ଜିଲା ଜଗତପୁର ଅଞ୍ଚଳରେ ୫ ବର୍ଷର ଜଣେ ନାବାଳିକାକୁ ବୁଧବାର ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିଲା। ଘଟଣାରେ ୪୦ ବର୍ଷର ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। 

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼: ଜଣେ ମୃତ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼: ଜଣେ ମୃତ

ଝାରସୁଗୁଡା,୨୧।୩: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳର ମଣ୍ଡଳିଆସ୍ଥିତ ଏକ ଜଳାଶୟ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି  ଗୁଳିକାଣ୍ଡ ହୋଇଥିବା ଜଣାପଡ଼ିଛି। 

ସ୍ବାମୀଙ୍କ ଚିକିତ୍ସା ପାଇଁ ୩ ବର୍ଷର ଝିଅକୁ ବିକିଲେ ମା’

ସ୍ବାମୀଙ୍କ ଚିକିତ୍ସା ପାଇଁ ୩ ବର୍ଷର ଝିଅକୁ ବିକିଲେ ମା’

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସମ୍ମୁଖରେ ଗୁରୁବାର ସକାଳେ ଭିଡ଼ ଦେଖିବାକୁ ମିଳିଛି। ନୟାଗଡ଼ର ଜଣେ ମହିଳା ତାଙ୍କ ୩ ବର୍ଷର ଝିଅକୁ ଅନ୍ୟ ଜଣଙ୍କୁ ବିକୁଥିବା ବେଳେ ସ୍ଥାନୀୟ ଲୋକଙ୍କ ହାତରେ ଧରାପଡ଼ିଛନ୍ତି। 

ବିଜେଡି ଛାଡ଼ିଲେ ବାସନ୍ତୀ

ବିଜେଡି ଛାଡ଼ିଲେ ବାସନ୍ତୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ):  ଗଜପତି ଜିଲା ମୋହନା ବିଧାୟିକା ବାସନ୍ତି ମଲ୍ଲିକ ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିଲେ। ଏଯାବତ୍‌ ୩ ଏମ୍‌ପି ଏବଂ ୫ ବିଧାୟକ ବିଜେଡି ଛାଡ଼ିଥିବା ଜଣାପଡ଼ିଛି। 

ଝୁଲଣ ମଣ୍ଡପରେ ଝୁଲିରେ ରାଧାକୃଷ୍ଣ, ଶୁଣିଲେ ନୂଆ ପାଞ୍ଜି

ଝୁଲଣ ମଣ୍ଡପରେ ଝୁଲିରେ ରାଧାକୃଷ୍ଣ, ଶୁଣିଲେ ନୂଆ ପାଞ୍ଜି

କାକଟପୁର,୨୧।୩(ଡି.ଏନ୍‌.ଏ.): ଫଗୁଦଶମୀଠାରୁ ଗାଁ ଗାଁ ବୁଲି ଚାଚେରୀ ଭୋଗ ଖାଇଥିବା ପ୍ରଭୁ ରାଧାକୃଷ୍ଣ ଗୁରୁବାର ଅପରାହ୍ନରେ ସ୍ବମନ୍ଦିରରେ ପହଞ୍ଚିଛନ୍ତି। ମନ୍ଦିର ପାଖରେ ଥିବା ଝୁଲଣ ମଣ୍ଡପ, ଦୋଳବେଦିରେ ସଜିତ ବିମାନରେ ରାଧାକୃଷ୍ଣଙ୍କୁ ଝୁଲାଇ ଦିଆଯାଇଛି।

ଭାଜପାରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

ଭାଜପାରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

ଭୁବନେଶ୍ୱର, ୨୧।୩(ବ୍ୟୁରୋ): ଭାଜପାରେ ଯୋଗଦେଲେ ବିଜେଡି ଏମ୍‌ପି ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ। ଗୁରୁବାର ଭାଜପା କାର୍ଯ୍ୟାଳୟରେ ଆୟୋଜିତ  ମିଶ୍ରଣ ପର୍ବରେ ସେ ସାମିଲ ହୋଇଛନ୍ତି।  

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବଲାଙ୍ଗୀର ଅଫିସ,୨୧।୩ : ବଲାଙ୍ଗୀର ମାଲଗୋଦାମପଡ଼ାରୁ ଚାଲାଣ ହେଉଥିବା ବିପୁଳ ପରିମାଣର ବେଆଇନ କଫ୍‌ ସିରପ୍‌କୁ ଗୁରୁବାର ବଲାଙ୍ଗୀର ପୋଲିସ ଜବତ କରିବା ସହ ଏହି ମାମଲାରେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରିରଖିଛି।

ହାତ ଧରିବେ ପ୍ରତ୍ୟୁଷା

ହାତ ଧରିବେ ପ୍ରତ୍ୟୁଷା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ପରେ ଜଣଙ୍କ ପରେ ଜଣେ ନେତା ଦଳବଦଳ ନୀତି ଆପଣାଉଛନ୍ତି। ବିଶେଷକରି ରାଜ୍ୟର ପ୍ରମୁଖ ଦଳ ବିଜେଡିରୁ ଅଧିକାଂଶ ନେତା ଦଳ ଛାଡ଼ି ଭାଜପା ଓ କଂଗ୍ରେସ ମୁହାଁ ହେଉଛନ୍ତି। ଏହି କ୍ରମରେ ବୁଧବାର ବିଜେଡି ଛାଡ଼ିଥିଲେ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ। ସେ ଏବେ କଂଗ୍ରେସରେ ଯୋଗଦେବେ ବୋଲି ଜଣାପଡ଼ିଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗୁରୁବାର ଏହା ସ୍ପଷ୍ଟ କରିଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା