ସମ୍ପାଦକୀୟ |

ଦ୍ୱାରଦେଶରେ ଆଇନସେବା

ଦ୍ୱାରଦେଶରେ ଆଇନସେବା
ଗିରିଜାଶଙ୍କର ତରାସିଆ ଇଂଲଣ୍ଡରେ ନାମକୁମାତ୍ର ରାଜତନ୍ତ୍ର ଥିଲେ ମଧ୍ୟ ଆଧୁନିକ ସମାଜରେ ଏହା ସଂସଦୀୟ ଗଣତନ୍ତ୍ରର ଜନନୀ ବୋଲି ପ୍ରସିଦ୍ଧି ଲାଭ କରିଛି। ତ୍ରୟୋଦଶ ଶତାବ୍ଦୀର ଆଦ୍ୟ ଭାଗରେ ଇଂଲଣ୍ଡରେ ଆତ୍ମପ୍ରକାଶ କରିଥିବା ମାଗ୍‌ନାକାର୍ଟା ଥିଲା ଆଧୁନିକ ବିଶ୍ୱରେ ଆଇନର ଶାସନ (Rule of law) ପ୍ରଚଳନର ଆଦ୍ୟ ବାର୍ତ୍ତା। ମାଗ୍‌ନାକାର୍ଟାର ପରିଚ୍ଛେଦ ୩୯ ଉଦ୍‌ଘୋଷଣା କରେକି: No freeman shall be arrested or imprisoned or outlawed except by the lawful judgement of his peers or by the law of the land. ଅର୍ଥାତ୍‌ ସମାଜରେ ପ୍ରଚଳିତ ଆଇନ କିମ୍ବା ବିଚାରପତିଙ୍କ ରାୟ ବ୍ୟତୀତ କୌଣସି ମୁକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇ ପାରିବ ନାହିଁ କିମ୍ବା ବନ୍ଦୀ କରାଯାଇ ପାରିବ ନାହିଁ କିମ୍ବା ପଳାତକ ଅପରାଧୀ ଭାବେ ଦର୍ଶାଯାଇ ପାରିବ ନାହିଁ। ମାଗ୍‌ନାକାର୍ଟାର ଉଦ୍ଭବ ପରେ ଆମେରିକା ସମେତ ବିଶ୍ୱର ପ୍ରଗତିଶୀଳ ରାଷ୍ଟ୍ରମାନେ ଆଇନର ଶାସନକୁ ଗୁରୁତ୍ୱାରୋପ କଲେ। ସ୍ବାଧୀନ ଭାରତର ନୂତନ ସମ୍ବିଧାନରେ ଆମେରିକୀୟ ଢାଞ୍ଚାର Due process of law (ଆଇନର ସମୁଚିତ ଧାରା) ଅନୁଯାୟୀ ଶାସନ ପ୍ରଚଳନ ନିମନ୍ତେ ବ୍ୟବସ୍ଥା ରଖିବା ପାଇଁ ଆସିଥିବା ପ୍ରସ୍ତାବକୁ ସମ୍ବିଧାନର ଖସଡ଼ା ପ୍ରଣୟନ କମିଟିର ଅଧ୍ୟକ୍ଷ ଡକ୍ଟର ବି.ଆର୍‌. ଆମ୍ବେଦକର ସଂଶୋଧିତ କରାଇ ଭାରତରେ ଆଇନ ଦ୍ୱାରା ପ୍ରତିଷ୍ଠିତ କାର୍ଯ୍ୟବିଧି ବା Procedure established by law ନୀତି ପ୍ରଚଳନ କରାଇଥିଲେ। ଆଇନ ଆଗରେ ସମସ୍ତେ ସମାନ ବୋଲି ସମ୍ବିଧାନର ଧାରା ୧୪ରେ ଉଲ୍ଲେଖ ରହିଲା। ମୂଳ ସମ୍ବିଧାନରେ ଗରିବ ଲୋକମାନଙ୍କ ପାଇଁ ମାଗଣାରେ ଆଇନ ସହାୟତା ନିମନ୍ତେ କୌଣସି ବ୍ୟବସ୍ଥା ନ ଥିଲା। ଏହି ଅଭାବକୁ ଲକ୍ଷ୍ୟ କରି ପ୍ରତ୍ୟେକ ନାଗରିକକୁ ଆଇନ ସହାୟତା ଯୋଗାଇବା ଏବଂ ଗରିବ ବ୍ୟକ୍ତିଙ୍କୁ ମାଗଣାରେ ଆଇନ ସହାୟତା ଯୋଗାଇଦେବା ନିମନ୍ତେ ୧୯୭୬ ମସିହାରେ ୪୨ତମ ସମ୍ବିଧାନ ସଂଶୋଧନ କରାଯାଇ ସମ୍ବିଧାନରେ ଧାରା ୩୯ (କ) ସଂଯୋଗ କରାଗଲା। ଏହି ନୂତନ ବ୍ୟବସ୍ଥା ଅନୁଯାୟୀ ଆଇନ ସହାୟତା ପରିକଳ୍ପନାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ କାର୍ଯ୍ୟକାରୀ ତଥା ତଦାରଖ କରିବା ନିମନ୍ତେ ସର୍ବୋଚ୍ଚ ନ୍ୟାୟାଳୟର ତଦନାନ୍ତୀନ ବିଚାରପତି ନ୍ୟାୟମୂର୍ତ୍ତି ପି.ଏନ୍‌. ଭଗବତୀଙ୍କ ଅଧ୍ୟକ୍ଷତାରେ ୧୯୮୦ ମସିହା ସେପ୍ଟେମ୍ବର ୨୬ ତାରିଖ ଦିନ ଏକ କମିଟି ଗଠନ କରାଗଲା। ଏହି କମିଟିର ନାମ ରଖାଗଲା Committee for Implementing legal Aid Schemes. ଭାରତବର୍ଷର ବିଭିନ୍ନ ନିମ୍ନ ଅଦାଲତଙ୍କଠାରୁ ଆରମ୍ଭକରି ସର୍ବୋଚ୍ଚ ନ୍ୟାୟାଳୟ ପର୍ଯ୍ୟନ୍ତ ବିଭିନ୍ନ ଅଦାଲତରେ ଦୀର୍ଘଦିନ ଧରି ବିଚାର ନ ହୋଇ ପଡ଼ିରହିଥିବା ଗଦା ଗଦା ମକଦ୍ଦମାର ଫଇସଲା ପାଇଁ ଉପାୟ ଚିନ୍ତା କରାଗଲା ଏବଂ ଏଥିପାଇଁ ୧୯୮୭ ମସିହାରେ ଆଇନ ସେବା ପ୍ରାଧିକରଣ ଆଇନ ସଂସଦରେ ଗୃହୀତ ହୋଇ ସେହିବର୍ଷ ଅକ୍ଟୋବର ୧୧ ତାରିଖରେ ରାଷ୍ଟ୍ରପତିଙ୍କ ସ୍ବାକ୍ଷର ବହନ କରିଥିଲା। କିନ୍ତୁ ଏହା କାର୍ଯ୍ୟକାରୀ କରାଯାଇ ନ ଥିଲା। ପ୍ରାୟ ସାତବର୍ଷ ପରେ ୧୯୯୪ ମସିହା ଅକ୍ଟୋବର ୨୯ ତାରିଖରେ ଏହି ଆଇନରେ ସଂଶୋଧନ କରାଯାଇ ସଂଶୋଧିତ ଆଇନକୁ ମହାମହିମ ରାଷ୍ଟ୍ରପତି ଅନୁମୋଦନ କରିବା ପରେ ଏହା ୧୯୯୫ ନଭେମ୍ବର ୯ ତାରିଖରୁ ବିଧିବଦ୍ଧ ଭାବେ କାର୍ଯ୍ୟକାରୀ ହେଲା। ଏହି ନୂତନ ଆଇନକୁ ବ୍ୟାପକ ଜନାଭିମୁଖୀ କରିବା ପାଇଁ ୧୯୯୫ ଡିସେମ୍ବର ୫ ତାରିଖରେ National Legal Services Authority (NALSA) ଗଠିତ ହେଲା। ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଡ. ଜଷ୍ଟିସ୍‌ ଆଦର୍ଶ ସେନ୍‌ ଆନନ୍ଦ NALSAର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ୧୯୯୭ ଜୁଲାଇ ୧୭ ତାରିଖରେ ଦାୟିତ୍ୱ ଗ୍ରହଣ କଲେ। ନ୍ୟାୟମୂର୍ତ୍ତି ଡ. ଆନନ୍ଦ ୧୯୯୮ ମସିହା ଅକ୍ଟୋବର ୧୦ ତାରିଖରେ ସର୍ବୋଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କଲେ। ତାଙ୍କର ପ୍ରଥମ ବାର୍ଷିକ ବୈଠକରେ ସେ ପ୍ରତିବର୍ଷ ନଭେମ୍ବର ୯ ତାରିଖକୁ ଜାତୀୟ ଆଇନ ସେବା ଦିବସ ଭାବେ ପାଳନ କରିବା ପାଇଁ ଆହ୍ବାନ ଦେଇଥିଲେ ଏବଂ ତାଙ୍କ ଆହ୍ବାନ ଅନୁଯାୟୀ ପ୍ରତିବର୍ଷ ନଭେମ୍ବର ୯ ତାରିଖକୁ ଜାତୀୟ ଆଇନ ସେବା ଦିବସ ଭାବେ ପାଳନ କରାଯାଇ ଆସୁଛି। ଜାତୀୟ ସ୍ତରରେ ଜାତୀୟ ଆଇନ ସେବା ପ୍ରାଧିକରଣ ରହିଥିବା ବେଳେ ରାଜ୍ୟ ସ୍ତରରେ, ଜିଲା ସ୍ତରରେ ଏବଂ ତାଲୁକ ସ୍ତରରେ ଆଇନସେବା ପ୍ରାଧିକରଣ କମିଟିମାନ ରହିଛି। ଆଇନ ସେବା ପ୍ରାଧିକରଣ ଧାରା ୧୨ ଅନୁଯାୟୀ ଆର୍ଥିକ ଏବଂ ସାମାଜିକ ଦୁର୍ବଳ ଶ୍ରେଣୀ ବ୍ୟକ୍ତିମାନଙ୍କୁ ମାଗଣାରେ ଆଇନ ସହାୟତା ଯୋଗାଇ ଦିଆଯାଉଛି। ଏହି ଯୁଗାନ୍ତକାରୀ ଆଇନକୁ ସାଧାରଣ ଜନତାଙ୍କ ନିକଟରେ ପହଞ୍ଚାଇବା ପାଇଁ ତାଲୁକ ସ୍ତର ଏବଂ ଜିଲା ସ୍ତରରେ ପ୍ରଶିକ୍ଷଣ ପାଇଥିବା ପାରା ଲିଗାଲ ଭଲ୍ୟୁଣ୍ଟିୟର୍ସଙ୍କ ଉଲ୍ଲେଖନୀୟ ଭୂମିକା ରହିଛି। ବାସ୍ତବରେ ଆଇନ ସେବା ଆଜି ଦ୍ୱାରଦେଶରେ ପହଞ୍ଚି ପାରିଛି। (ଜାତୀୟ ଆଇନସେବା ଦିବସ ଉପଲକ୍ଷେ) ଖଣ୍ଡପଡ଼ା, ନୟାଗଡ଼, ମୋ: ୯୯୩୭୩୩୪୮୦୦
All Right Reserved By

ସମ୍ପାଦକୀୟ |

ମାଛଦ୍ୱାରା ପାଦ ଚିକିତ୍ସା

ମାଛଦ୍ୱାରା ପାଦ ଚିକିତ୍ସା

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ

କିଛିମାସ ତଳେ ଜଣେ ଯୁବତୀ ନ୍ୟୁୟର୍କରେ ତାଙ୍କ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଛଅମାସ ହେଲା ତାଙ୍କ ପାଦ ନଖଗୁଡ଼ିକ କଳାପଡ଼ି ଝଡ଼ିଯାଉଥିଲା। ତାଙ୍କ ପରିବାରରେ ଏମିତି ସମସ୍ୟା ଆଉ କାହାର ନାହିଁ ଏବଂ ତାଙ୍କର ମଧ୍ୟ ଅନ୍ୟ କୌଣସି ରୋଗ ନାହିଁ ବା ଏପରି ଭାବେ ନଖ ପଚିବାର ପାରିବାରିକ ଇତିହାସ ନାହିଁ। ପରୀକ୍ଷାରୁ ଜଣାପଡ଼ିଲା ଯେ, ଛଅମାସ ତଳେ ସେ ମାଛ ଦ୍ୱାରା ପାଦ ଚିକିତ୍ସା (ଫିଶ୍‌ ପେଡିକିଓର) କରାଇଥିଲେ। ମାଛ ହିଁ ତାଙ୍କ ନଖର ମଞ୍ଜଭାଗରେ (ଯେଉଁଠୁ ନଖ କଅଁଳେ) କ୍ଷତ ସୃଷ୍ଟି କରିଛି। ଫଳରେ ଓନିକୋମାଡେସିସ୍‌ (ନଖପଚା ରୋଗ) ସୃଷ୍ଟି ହୋଇଛି ଓ ନଖ କଳାପଡ଼ି ଝଡ଼ିଯାଉଛି। ଆଗକୁ ପରିସ୍ଥିତି ଆହୁରି ଖରାପ ହୋଇପାରେ। ପଚାନଖ ତଳେ ...

ରାଜନେତା ଓ ନାଗରିକ ସମାଜ

ରାଜନେତା ଓ ନାଗରିକ ସମାଜ

ଡ. ସୁବାସ ଚନ୍ଦ୍ର ପାତ୍ର

ଓଡ଼ିଶାର ରାଜନେତାମାନେ ଏକ ସୁସ୍ଥ, ସୁନ୍ଦର ନାଗରିକ ସମାଜ ଗଠନ ସେମାନଙ୍କର ଦାୟିତ୍ୱ ବୋଲି କେବେ ଭାବନ୍ତି ନାହିଁ। କରତାଳି, ପତାକା ଧାରଣ, ମାଗଣା ଇନ୍ଧନରେ ମୋଟର ସାଇକେଲ ଚାଳନା ପାଇଁ ଯୁବଗୋଷ୍ଠୀ ସଂଗ୍ରହ ଏବଂ ଏ ସବୁ ମାଧ୍ୟମରେ ଭୋଟ ସଂଗ୍ରହ ଓ କ୍ଷମତା ଦଖଲ ସେମାନଙ୍କ ମୁଖ୍ୟ କାମ ବୋଲି ସେମାନେ ବିଚାର କରନ୍ତି। ସଂହତିପୂର୍ଣ୍ଣ, ଆଦର୍ଶଭରା ଏକ ତ୍ୟାଗପୂତ ସମାଜ ନିର୍ମାଣ ମଧ୍ୟ ଏକ ରାଜନୈତିକ କର୍ତ୍ତବ୍ୟ ବୋଲି ସେମାନେ ଚିନ୍ତା କରନ୍ତି ନାହିଁ। ତା’ର ପ୍ରମୁଖ କାରଣ କ୍ଷମତାମନସ୍କତା, ସମାଜମନସ୍କତା ବା ରାଷ୍ଟ୍ରମନସ୍କତା ନୁହେଁ।...

ଚନ୍ଦ୍ରରେ ଚିତ୍ରକର

ଚନ୍ଦ୍ରରେ ଚିତ୍ରକର

ଡ. ତୁଷାରକାନ୍ତି ଦାସ

ଦୁଇ ହାତ ପାପୁଲିରେ ଆଞ୍ଜୁଳାଏ ପାଣିରେ ଜହ୍ନକୁ ସେ ଧରିଛି। ସତେ ବା ସେ ଆଞ୍ଜୁଳାଏ ପାଣିରେ ଜହ୍ନଟା ଚିକ୍‌ମିକ୍‌ କରୁଛି- ଚିତ୍ରକରଟିଏ ଆଞ୍ଜୁଳାଏ ପାଣିରେ ଜହ୍ନର ପ୍ରତିବିମ୍ବକୁ କାନ୍‌ଭାସରେ ଉତାରୁଥିବାବେଳେ କେବେ ବି କ’ଣ ଭାବିଥିବ ଜହ୍ନକୁ ଯାଇ ସେଠାରେ ଜହ୍ନର ଛବି ଆଙ୍କିବ ବୋଲି? ହଁ ଆଜ୍ଞା, ଚିତ୍ରକରର ଏ ଭାବନା ସତ୍ୟ ହେବାକୁ ଯାଉଛି। ଆଉ ଆପଣ କହିପାରିବେନି ‘କବି କଳପନା ସରଗ ସିନା ଲୋ ମନ ଭୁଲାଇବା ପାଇଁ’। କାରଣ ଏ କଳ୍ପନା ବାସ୍ତବରେ ପରିଣତ ହେବାକୁ ଯାଉଛି। ଜାପାନୀ କୋଟିପତି ବ୍ୟବସାୟୀ ୟୁସାକୁ ମେଜାଓ୍ବା ୬ ...

ଏଇ ଭାରତରେ

ଏଇ ଭାରତରେ

ଧର୍ମନିରପେକ୍ଷ ଗଣତନ୍ତ୍ର ଦେଶ ଭାରତ । ଏହାର ପ୍ରତିଟି ପର୍ବପର୍ବାଣିରେ ଦେଖିବାକୁ ମିଳେ ସାମ୍ପ୍ରଦାୟିକ ସଦ୍‌ଭାବନାର ନିଆରା ନମୁନା। ବର୍ତ୍ତମାନ ଦେଶର କୋଣ ଅନୁକୋଣରେ ଦଶହରା ଯାକଜମକରେ ପାଳନ କରାଯାଉଛି। ଏଭଳି ସମୟରେ ସର୍ବଧର୍ମ ସମନ୍ବୟର ବାର୍ତ୍ତାବାହକ ସାଜିଛନ୍ତି ପୂର୍ବୋତ୍ତର ରାଜ୍ୟ ଆସାମରେ ହାସିମ୍‌ ଅଲି। ଡାରାଙ୍ଗ୍‌ ଜିଲାର ଡାଲଗାଓଁ ଅଞ୍ଚଳର ହାସିମ୍‌ ଇସଲାମ ଧର୍ମାବଲମ୍ବୀ...

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

ସମ୍ପାଦକୀୟ/ଚନ୍ଦକା ବଞ୍ଚାଅ

କଟକ ମୁଣ୍ଡଳୀ ନିକଟ ମହାନଦୀରେ ୫ଟି ହାତୀ ଭାସି ଯାଉଥିବା ଖବର ଅକ୍ଟୋବର ୧୫ ସକାଳୁ ବ୍ୟାପିଯିବା ପରେ ଏହି ଦୃଶ୍ୟ ଦେଖିବାକୁ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ମଧ୍ୟରେ ଭିଡ଼ ହୋଇଥିଲା। ଏ ବିଷୟରେ ସୂଚନା ପାଇବାରୁ ଆଠଗଡ଼ ଓ ଚନ୍ଦକା ବନଖଣ୍ଡ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସଙ୍ଗେ ସଙ୍ଗେ ମୁଣ୍ଡଳୀ ବ୍ୟାରେଜ୍‌ର ୪ଟି ଗେଟ୍‌ ବନ୍ଦ କରିଦିଆଯିବାରୁ ଜଳସ୍ରୋତ ହ୍ରାସ ପାଇଥିଲା ଓ ପାଣିରେ ଭାସୁଥିବା ହାତୀ ଉପରକୁ ଉଠି ଆସିଥିଲେ। ...

ପଶୁବଳି : ଏକ ଅମାନବୀୟ ପରମ୍ପରା

ପଶୁବଳି : ଏକ ଅମାନବୀୟ ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ

ଆମ ରାଜ୍ୟରେ ପ୍ରମୁଖ ଦେବୀମନ୍ଦିରଗୁଡ଼ିକରେ ଶାରଦୀୟ ପୂଜାର ଏକ ବିଶେଷ ଅଙ୍ଗ ଥିଲା ପଶୁବଳିପ୍ରଥା। ପ୍ରତିବର୍ଷ ଦଶହରା ବେଳେ ଏସବୁ ଶକ୍ତିପୀଠରେ ଲକ୍ଷ ଲକ୍ଷ ପଶୁପକ୍ଷୀଙ୍କୁ ହତ୍ୟା କରାଯାଉଥିଲା ଅତି ବୀଭତ୍ସ ଭାବରେ। ଏଭଳି ଏକ ଅମାନବୀୟ ପରମ୍ପରା ଉପରେ ନ୍ୟାୟାଳୟର ପ୍ରତିବନ୍ଧକ ଲାଗିବା ପରେ ଅଧିକାଂଶ ଦେବୀ ପୀଠରେ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ପଶୁବଳି। ଅନ୍ୟ କେତେକ ସ୍ଥାନରେ ଏହା ଲୁଚାଛପାରେ ଚାଲିଛି ପରମ୍ପରା ଦାୟରେ। କାରଣ ସଭ୍ୟତା ଯେତେ ଆଗକୁ ଗଲେ ବି ଅନ୍ଧବିଶ୍ୱାସର ଅନ୍ଧଗଳିରୁ ମୁକୁଳିପାରୁନି ...

ଆସ ମା’ ଦୁର୍ଗେ

ଆସ ମା’ ଦୁର୍ଗେ

ଡ. ଭାଗ୍ୟଲିପି ମଲ୍ଲ

କାଶତଣ୍ଡୀର ଶୁଭ୍ର ମେଳଣରେ ଏବେ ସୃଜନର ମୂର୍ଚ୍ଛନା। ପତଳା କୁହୁଡ଼ିଆ ଆକାଶରେ ଜହ୍ନ ପିନ୍ଧିଛି ଧଳାବଉଦର ମାଳ। ଅଧା ଛାଇ ଅଧା ଆଲୁଅର ଖେଳରେ ଆସକ୍ତ ଧରିତ୍ରୀର ଛାତି। ଆକାଶ ଦେଖୁଛି ମୁହଁ ମାଟିଦର୍ପଣରେ। ଠିକ୍‌ ଏଇ ସମୟରେ ଧରାବତରଣ କରୁଛନ୍ତି ମା’ ଦୁର୍ଗା, ଦୁର୍ଗତିନାଶିନୀ। ତାଙ୍କ ଆଗମନର ଆବାହନୀରେ ଭୂମିରୁ ଆକାଶ, ସବୁଠି ଶୁଭ୍ରତାର ସମାରୋହ। ସକଳ ସୃଷ୍ଟିରେ ଶରତର ମଧୁର ଆଶ୍ଳେଷ। ସେହି ଆଶ୍ଳେଷରେ ସମାହିତ ଶକ୍ତି ଏକ ଦିବ୍ୟ ଅନୁଭବ। ସେ ଶକ୍ତି ଜନ୍ମ ଓ ମୃତ୍ୟୁ, ଯନ୍ତ୍ରଣା ଓ ଆନନ୍ଦର କାରଣ। ତା’ ବିନା କିଛି ସମ୍ଭବ ନୁହେଁ। ତେଣୁ କୁହାଯାଏ ସେ ଜନ୍ମ ଓ ମୃତ୍ୟୁର ଊର୍ଦ୍ଧ୍ୱସ୍ଥ ଏକ ଦିବ୍ୟ ସତ୍ତା। ସକଳ ଚେତନାର ଉତ୍ସ। ଆମେ ଆଜି ସେଇ ଉତ୍ସକୁ ଆହ୍ବାନ କରୁଛୁ। ...

ଏଇ ଭାରତରେ

ଏଇ ଭାରତରେ

ଅନ୍ନଚିନ୍ତା ଚମତ୍କାରା। କ୍ଷୁଧା ଓ ଦାରିଦ୍ର୍ୟରେ ପେଷି ହେଉଥିବା ବ୍ୟକ୍ତି ହିତାହିତ ଜ୍ଞାନ ହରାଇବସେ। କ୍ଷୁଧା ପ୍ରପୀଡ଼ିତ ମା’ ପାଖରେ ସ୍ନେହମମତାର ମୂଲ୍ୟ କିଛି ନାହିଁ। ପିଲାଙ୍କ ଭୋକିଲା ପେଟକୁ ଆହାର ଯୋଗାଇପାରୁ ନ ଥିବା ମା’ ସେମାନଙ୍କ ଦୁଃଖକଷ୍ଟ ସହ୍ୟ କରି ନ ପାରି ବିନାଶ କରିଦେବାକୁ ବି ଇଚ୍ଛାକରେ। ଏପରି ଏକ ଦୁଃଖଦ ଘଟଣା ଗୁଜରାଟର ଅହମଦାବାଦଠାରେ ଘଟିଛି। ଗୁଜରାଟର ଭାବନଗର...

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ଆମେରିକୀୟ ଅଭିନେତ୍ରୀ ଆଲିସା ମିଲାନୋ ୨୦୧୭ ଅକ୍ଟୋବରରେ  ସୋସିଆଲ ମିଡିଆରେ #ମିଟୂ ନାମରେ ଯେଉଁ ଅଭିଯାନ ଆରମ୍ଭ କରିଥିଲେ ତାହା ଏବେ ଆନ୍ଦୋଳନର ରୂପ ନେଇଛି। କର୍ମସ୍ଥଳୀ ବା ଅତୀତରେ ଯେକୌଣସି ସ୍ଥାନରେ ଯଦି ଜଣେ ମହିଳା ଯୌନ ଶୋଷଣର ଶିକାର ହୋଇଥିବେ, ସେଥିରେ ନିର୍ଯାତନା ଦେଇଥିବା ପୁରୁଷଙ୍କ ମୁଖା ଖୋଲିଦେବା ହେଉଛି ଏହି ଅଭିଯାନର ମୂଳ ଲକ୍ଷ୍ୟ। ଇତିମଧ୍ୟରେ ଶହ ଶହ ଭାରତୀୟ ମହିଳା ସେମାନଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାରକୁ ସାଧାରଣରେ ପ୍ରକାଶ କରି ରାଜନୀତି, ଗଣମାଧ୍ୟମ ଓ ମନୋରଞ୍ଜନ ଶିଳ୍ପ ସହ ଜଡ଼ିତ  ବିଶିଷ୍ଟ ବ୍ୟକ୍ତିଙ୍କ ଅସଲ ଚେହେରା ଖୋଲିଦେଲେଣି। ସେମାନଙ୍କ ମଧ୍ୟରେ ସାମ୍ବାଦିକରୁ ରାଜନେତା ପାଲଟିଥିବା ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏମ୍‌.ଜେ. ଆକବର, ସିନେମା ଦୁନିଆର ନାମକରା ବ୍ୟକ୍ତିତ୍ୱ ନାନା ପାଟେକର, ଆଲୋକ ନାଥଙ୍କ...

ନବୀନ ଆହ୍ବାନ

ନବୀନ ଆହ୍ବାନ

ଜିତେନ୍ଦ୍ର କୁମାର ନାୟକ

ନବୀନ ଏକ ଆହ୍ବାନ। ତାଙ୍କୁ ମାପିବା କଷ୍ଟକର। ଅଳ୍ପ କହୁଥିବାରୁ ଭୁଲ ବାଛି ହେଉନି। ସରଳ ଜୀବନ ବିତାଉଥିବାରୁ ବିବାଦରୁ ଦୂରରେ ଅଛନ୍ତି। ରାଜନୀତିରେ ନବୀନ ଭାବେ ପ୍ରବେଶ କରିଥିଲେ ମଧ୍ୟ ଏକନିଷ୍ଠ କର୍ମ ତାଙ୍କୁ କରିଦେଇଛି ପ୍ରବୀଣ। ପୋଖତ ଓ ପୁରୁଖା ରାଜନେତା ତାଙ୍କ ସଫଳତା ଦେଖି ତଟସ୍ଥ। ପିତା ବିଜୁ ପଟ୍ଟନାୟକଙ୍କଠାରୁ ରାଜନୀତି ଶିକ୍ଷା ପାଇବାର ସୁଯୋଗ ପାଇ ନ ଥିଲେ। ତଥାପି କେମିତି ବିରୋଧୀଙ୍କ ଆଖିରୁ ନିଦ ହଜେଇ ଦେଇପାରୁଛନ୍ତି, ତାହା ଏବେ ଓଡ଼ିଶାବାସୀଙ୍କ ମନରେ ପ୍ରଶ୍ନ ସୃଷ୍ଟି କରିଛି। ଦିନେ ଓଡ଼ିଆ ଓ ଓଡ଼ିଶାର ଲୋକଙ୍କୁ ଜାତୀୟ ଗଣମାଧ୍ୟମରେ ସେଭଳି ଦେଖିବାକୁ ମିଳୁ ନ ଥିଲା। ଆଜି ଅଧିକାଂଶ ସର୍ଭେରେ ସଫଳ ରାଜନେତା, ଶ୍ରେଷ୍ଠ ପ୍ରଶାସ...

ଓଡ଼ିଶାରେ ଶକ୍ତିପୂଜା

ଓଡ଼ିଶାରେ ଶକ୍ତିପୂଜା

ଡ. କିଶୋର ମହାନ୍ତି

ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ।  କିନ୍ତୁ ନିଜସ୍ବ ସଂସ୍କୃତି ଓ ପରମ୍ପରାକୁ ଓଡ଼ିଆ ଜାତି କେବେ ଭୁଲି ଯାଇନାହିଁ। ଓଡ଼ିଶାର ଶାକ୍ତ ପରମ୍ପରା ସୁପ୍ରାଚୀନ। ଓଡ଼ିଶାରେ ରହିଥିବା ଶକ୍ତିପୀଠଗୁଡିକ ତା’ର ଜ୍ୱଳନ୍ତ ପ୍ରମାଣ। ମାତୃକା ପୂଜା ମାନବ ସମାଜ ଯୁଗେ ଯୁଗେ କରିଆସିଛି। ‘ଜନନୀ ଜନ୍ମଭୂମିଶ୍ଚ ସ୍ବର୍ଗାଦପି ଗରୀୟସୀ’କୁ ମୂଳମନ୍ତ୍ର କରି ନିଜ ଜୀବନଧାରାରେ ମା’ର ଅମାପ ସ୍ନେହ ଓ ଶ୍ରଦ୍ଧାଳୁ ...

ଏଇ ଭାରତରେ

ଏଇ ଭାରତରେ

ପକେଟମାରଙ୍କର ବି ପରୋପକାରୀ ଗୁଣ ରହିଛି। ଟଙ୍କାପଇସା ହାତେଇବା ପରେ ଅନ୍ୟ ସାମଗ୍ରୀରେ କୌଣସି ଆବଶ୍ୟକତା ନ ଥିବାରୁ କେତେକେ ସମ୍ପୃକ୍ତ ଲୋକଙ୍କୁ ଏ ସବୁ ଫେରାଇ ଦିଅନ୍ତି। ଏଥିପାଇଁ ସେମାନେ ସିଧାସଳଖ ଯୋଗାଯୋଗ କରନ୍ତି ନାହିଁ। ବରଂ ବିଭିନ୍ନ ମାଧ୍ୟମ ଖୋଜିଥାଆନ୍ତି। ଆଉ ସବୁ ଅପେକ୍ଷା ଡାକବାକ୍ସ ହେଉଛି ସହଜ ଓ ସରଳ ମାଧ୍ୟମ। ଚେନ୍ନାଇର ପକେଟମାରମାନେ ଏହି ସହଜ ମାଧ୍ୟମକୁ...