ରାଜ୍ୟ |

ସଦାଶିବ ପ୍ରଧାନୀ, ବହୁ ଅବସରପ୍ରାପ୍ତ କର୍ମଚାରୀ ବିଜେଡିରେ ସାମିଲ

ସଦାଶିବ ପ୍ରଧାନୀ, ବହୁ ଅବସରପ୍ରାପ୍ତ କର୍ମଚାରୀ ବିଜେଡିରେ ସାମିଲ

ଭୁବନେଶ୍ୱର,୨୨।୨(ବ୍ୟୁରୋ)-  ସାଧାରଣ ନିର୍ବାଚନ ପାଖେଇ ଆସୁଛି। ଅନ୍ୟ ଦଳର ନେତାଙ୍କୁ  ନିଜ ଆଡକୁ ଟାଣିବା ପାଇଁ ସମସ୍ତେ ପ୍ରୟାସ କରୁଛନ୍ତି। ଶାସକ ବିଜେଡି ଏହି ପ୍ରକ୍ରିୟାରେ ଅନ୍ୟ ଦଳଗୁଡିକଠାରୁ ସାମାନ୍ୟ ଆଗରେ ଥିବା ମନେ ହେଉଛି। ଅନ୍ୟ ଦଳର ବିଧାୟକ ହୁଅନ୍ତୁ ବା ତୃଣମୂଳସ୍ତରୀୟ ନେତା ସମସ୍ତଙ୍କୁ ନିଜ ଦଳକୁ ଆଣୁଛି।  ଏହି କ୍ରମରେ ଶୁକ୍ରବାର ନବରଙ୍ଗପୁରର  ସଦାଶିବ ପ୍ରଧାନୀ ବିଜେଡିରେ ସାମିଲ ହୋଇଛନ୍ତି। ସଦାଶିବ ବର୍ଷୀୟାନ୍‌ କଂଗ୍ରେସ ନେତା ତଥା ନବରଙ୍ଗପୁର ଏମ୍‌ପି ଖଗପତି ପ୍ରଧାନୀଙ୍କ ପୁତୁରା ଏବଂ  ନବରଙ୍ଗପୁର ଜିଲ୍ଲାର ପ୍ରଥମ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗୋପୀନାଥ ପ୍ରଧାନୀଙ୍କ ପୁତ୍ର । ନାଲକୋର ଆସିଷ୍ଟାଣ୍ଟ ଜେନେରାଲ ମ୍ୟାନେଜର ପଦବୀରୁ ଇସ୍ତଫା ଦେଇ ନବୀନ ନିବାସରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି।  

ସଦାଶିବ କହିଛନ୍ତି ଯେ, ବିଜୁବାବୁ ,ଖଗପତି ପ୍ରଧାନୀଙ୍କ ଆଦର୍ଶ ଓ ମୁଖ୍ୟମନ୍ତ୍ରୀଙ୍କ ନିର୍ମଳ ଭାବମୂର୍ତ୍ତିରେ ଅନୁପ୍ରାଣିତ ବିଜେଡିରେ ଯୋଗ ଦେଇଛି। ସେ ସାଧାରଣ ଜୀବନରୁ ଆସିଛନ୍ତି। ତେଣୁ ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାର ବିକାଶ ପାଇଁ କାମ କରିବେ ବୋଲି ପ୍ରଧାନୀ କହିଛନ୍ତି। ସଦାଶିବଙ୍କ ଯୋଗଦାନ ସମୟରେ ମନ୍ତ୍ରୀ ରମେଶ ଚନ୍ଦ୍ର ମାଝୀ, ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ସଞ୍ଜୟ ଦାସବର୍ମା, ଏମପି  ବଳଭଦ୍ର ମାଝୀ, ପ୍ରତାପ ଦେବ, ନବରଙ୍ଗପୁର ବିଧାୟକ ମନୋହର ରନ୍ଧାରୀ, ଜିଲ୍ଲା ବିଜେଡି ସଭାପତି ପ୍ରହଲ୍ଲାଦ ତ୍ରିପାଠୀ ଓ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ସଦାଶିବଙ୍କୁ ବାଦ୍‌ ଦେଇ ଏକାଧିକ ଅବସରପ୍ରାପ୍ତ ଅଧ୍ୟାପକ, ପ୍ରଶାସନିକ ଅଧିକାରୀ ଓ କଳାକାରଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ବୁଦ୍ଧିଜୀବୀ ବିଜେଡିରେ ମଧ୍ୟ ସାମିଲ ହୋଇଛନ୍ତି। ସେମାନେ ହେଉଛନ୍ତି- ସାଲେପୁର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ବ୍ରହ୍ମାନନ୍ଦ ଶତପଥୀଙ୍କ ପୁତ୍ର ତଥା ସ୍ତମ୍ଭକାର ଗିରିଶ ଚନ୍ଦ୍ର ଶତପଥୀ, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଡ. ସୁଲୋଚନା ଦାସ, ପ୍ରଫେସର ଡ. କପିଳେଶ୍ୱର ମିଶ୍ର, ଓଡ଼ିଶା ହାଇକୋର୍ଟ ଆଇନ୍‌ଜୀବୀ ଜୟନ୍ତ କୁମାର ବିଶ୍ୱାଳ ଓ କିରଣ ରାଉତ, ପ୍ରଫେସର ଜୟକୃଷ୍ଣ ମହାନ୍ତ, ପ୍ରଫେସର ବିଜୟ କୁମାର ଟପ୍ପୋ, ଅବସରପ୍ରାପ୍ତ ଅତିରିକ୍ତ ଡିଜି ପୋଲିସ ଗୋପବନ୍ଧୁ ମଲ୍ଲିକ, ଭୁବନେଶ୍ୱର ଜିଲ୍ଲା ଲାୟନ ଗଭର୍ଣ୍ଣର ବିଶ୍ୱନାଥ ମହାନ୍ତି, ଅବସରପ୍ରାପ୍ତ ସିଡିପିଓ ଛବି ମହାନ୍ତି, ଅବସରପ୍ରାପ୍ତ ସିଆରଆରଆଇ ଅଧିକାରୀ ସୁରେନ୍ଦ୍ର ନାଥ ରାଉତ, ଓଡ଼ିଶୀ ନୃତ୍ୟଶିଳ୍ପୀ ଡ. ସୁଜାତା ମିଶ୍ର ଏବଂ ଅର୍ଥନୈତିଜ୍ଞ ପ୍ରଫେସର ଡ. ହରିଶ ଚନ୍ଦ୍ର ନାୟକ। 

All Right Reserved By

ରାଜ୍ୟ |

ଆସ୍କା ବିଧାନସଭା ଆସନ ଝୁଲାଇ ରଖିଲା ଭାଜପା

ଆସ୍କା ବିଧାନସଭା ଆସନ ଝୁଲାଇ ରଖିଲା ଭାଜପା

ଭୁବନେଶ୍ୱର,୨୨।୩:  ଭାଜପା ପକ୍ଷରୁ ଗୁରୁବାର ଓଡ଼ିଶା ବିଧାନସଭାର ୧୪୭ଟି ଆସନ ମଧ୍ୟରୁ ୯୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଏହି ତାଲିକାରେ ଆସ୍କା ଆସନ ବାଦ୍‌ ପଡ଼ିଛି।

ପ୍ରକାଶ ପାଇଲା  ବିଧାନସଭା ଲାଗି ଭାଜପାର ପ୍ରାର୍ଥୀ ତାଲିକା : ୯୯ ଟି ଆସନ ଲାଗି ନାମ ଘୋଷଣା କଲା ଦଳ

ପ୍ରକାଶ ପାଇଲା ବିଧାନସଭା ଲାଗି ଭାଜପାର ପ୍ରାର୍ଥୀ ତାଲିକା : ୯୯ ଟି ଆସନ ଲାଗି ନାମ ଘୋଷଣା କଲା ଦଳ

ନୂଆଦିଲ୍ଲୀ/ଭୁବନେଶ୍ୱର୨୧/୩(ବ୍ୟୁରୋ): ଗୁରୁବାର ଭାଜପା ପକ୍ଷରୁ ଓଡ଼ିଶା ବିଧାନସଭାର ୧୪୭ଟି ଆସନ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।

ପ୍ରକାଶ ପାଇଲା ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଓଡ଼ିଶାରୁ ୧୦

ପ୍ରକାଶ ପାଇଲା ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଓଡ଼ିଶାରୁ ୧୦

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୧।୩(ଡି.ଏନ୍‌.ଏ.): ୨୦୧୯ ଲୋକ ସଭା ନିର୍ବାଚନ ଲାଗି ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଗୁରୁବାର ପ୍ରକାଶ ପାଇଛି। 

ଭାଜପାରେ ମିଶିଲେ ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି

ଭାଜପାରେ ମିଶିଲେ ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି

ଭୁବନ ୨୧।୩(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରବାଳକାନ୍ତି ସାହୁ ଗୁରୁବାର ଭାଜପାରେ ଯୋଗଦେଇଛନ୍ତ। ଜିଲା ଉପସଭାପତି ଶତ୍ରୁଘ୍ନ ଜେନାଙ୍କ ତତ୍ତ୍ୱାବଧାନରେ ଭୁବନେଶ୍ୱରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

୫ ବର୍ଷର ନାବାଳିକାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

୫ ବର୍ଷର ନାବାଳିକାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

କଟକ ଅଫିସ,୨୧।୩: କଟକ ଜିଲା ଜଗତପୁର ଅଞ୍ଚଳରେ ୫ ବର୍ଷର ଜଣେ ନାବାଳିକାକୁ ବୁଧବାର ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିଲା। ଘଟଣାରେ ୪୦ ବର୍ଷର ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। 

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼: ଜଣେ ମୃତ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼: ଜଣେ ମୃତ

ଝାରସୁଗୁଡା,୨୧।୩: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳର ମଣ୍ଡଳିଆସ୍ଥିତ ଏକ ଜଳାଶୟ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି  ଗୁଳିକାଣ୍ଡ ହୋଇଥିବା ଜଣାପଡ଼ିଛି। 

ସ୍ବାମୀଙ୍କ ଚିକିତ୍ସା ପାଇଁ ୩ ବର୍ଷର ଝିଅକୁ ବିକିଲେ ମା’

ସ୍ବାମୀଙ୍କ ଚିକିତ୍ସା ପାଇଁ ୩ ବର୍ଷର ଝିଅକୁ ବିକିଲେ ମା’

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସମ୍ମୁଖରେ ଗୁରୁବାର ସକାଳେ ଭିଡ଼ ଦେଖିବାକୁ ମିଳିଛି। ନୟାଗଡ଼ର ଜଣେ ମହିଳା ତାଙ୍କ ୩ ବର୍ଷର ଝିଅକୁ ଅନ୍ୟ ଜଣଙ୍କୁ ବିକୁଥିବା ବେଳେ ସ୍ଥାନୀୟ ଲୋକଙ୍କ ହାତରେ ଧରାପଡ଼ିଛନ୍ତି। 

ବିଜେଡି ଛାଡ଼ିଲେ ବାସନ୍ତୀ

ବିଜେଡି ଛାଡ଼ିଲେ ବାସନ୍ତୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ):  ଗଜପତି ଜିଲା ମୋହନା ବିଧାୟିକା ବାସନ୍ତି ମଲ୍ଲିକ ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିଲେ। ଏଯାବତ୍‌ ୩ ଏମ୍‌ପି ଏବଂ ୫ ବିଧାୟକ ବିଜେଡି ଛାଡ଼ିଥିବା ଜଣାପଡ଼ିଛି। 

ଝୁଲଣ ମଣ୍ଡପରେ ଝୁଲିରେ ରାଧାକୃଷ୍ଣ, ଶୁଣିଲେ ନୂଆ ପାଞ୍ଜି

ଝୁଲଣ ମଣ୍ଡପରେ ଝୁଲିରେ ରାଧାକୃଷ୍ଣ, ଶୁଣିଲେ ନୂଆ ପାଞ୍ଜି

କାକଟପୁର,୨୧।୩(ଡି.ଏନ୍‌.ଏ.): ଫଗୁଦଶମୀଠାରୁ ଗାଁ ଗାଁ ବୁଲି ଚାଚେରୀ ଭୋଗ ଖାଇଥିବା ପ୍ରଭୁ ରାଧାକୃଷ୍ଣ ଗୁରୁବାର ଅପରାହ୍ନରେ ସ୍ବମନ୍ଦିରରେ ପହଞ୍ଚିଛନ୍ତି। ମନ୍ଦିର ପାଖରେ ଥିବା ଝୁଲଣ ମଣ୍ଡପ, ଦୋଳବେଦିରେ ସଜିତ ବିମାନରେ ରାଧାକୃଷ୍ଣଙ୍କୁ ଝୁଲାଇ ଦିଆଯାଇଛି।

ଭାଜପାରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

ଭାଜପାରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

ଭୁବନେଶ୍ୱର, ୨୧।୩(ବ୍ୟୁରୋ): ଭାଜପାରେ ଯୋଗଦେଲେ ବିଜେଡି ଏମ୍‌ପି ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ। ଗୁରୁବାର ଭାଜପା କାର୍ଯ୍ୟାଳୟରେ ଆୟୋଜିତ  ମିଶ୍ରଣ ପର୍ବରେ ସେ ସାମିଲ ହୋଇଛନ୍ତି।  

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବଲାଙ୍ଗୀର ଅଫିସ,୨୧।୩ : ବଲାଙ୍ଗୀର ମାଲଗୋଦାମପଡ଼ାରୁ ଚାଲାଣ ହେଉଥିବା ବିପୁଳ ପରିମାଣର ବେଆଇନ କଫ୍‌ ସିରପ୍‌କୁ ଗୁରୁବାର ବଲାଙ୍ଗୀର ପୋଲିସ ଜବତ କରିବା ସହ ଏହି ମାମଲାରେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରିରଖିଛି।

ହାତ ଧରିବେ ପ୍ରତ୍ୟୁଷା

ହାତ ଧରିବେ ପ୍ରତ୍ୟୁଷା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ପରେ ଜଣଙ୍କ ପରେ ଜଣେ ନେତା ଦଳବଦଳ ନୀତି ଆପଣାଉଛନ୍ତି। ବିଶେଷକରି ରାଜ୍ୟର ପ୍ରମୁଖ ଦଳ ବିଜେଡିରୁ ଅଧିକାଂଶ ନେତା ଦଳ ଛାଡ଼ି ଭାଜପା ଓ କଂଗ୍ରେସ ମୁହାଁ ହେଉଛନ୍ତି। ଏହି କ୍ରମରେ ବୁଧବାର ବିଜେଡି ଛାଡ଼ିଥିଲେ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ। ସେ ଏବେ କଂଗ୍ରେସରେ ଯୋଗଦେବେ ବୋଲି ଜଣାପଡ଼ିଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗୁରୁବାର ଏହା ସ୍ପଷ୍ଟ କରିଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା