ବାଣିଜ୍ୟ |

ଲୁକ୍‌ଆଇଟ ନୋଟିସ ଜାରି କଲା ସିବିଆଇ; ଦେଶ ଛାଡ଼ି ପାରିବେନି ଚନ୍ଦା କୋଚ୍ଚର

ଲୁକ୍‌ଆଇଟ ନୋଟିସ ଜାରି କଲା ସିବିଆଇ; ଦେଶ ଛାଡ଼ି ପାରିବେନି ଚନ୍ଦା କୋଚ୍ଚର

ନୂଆଦିଲ୍ଲୀ,୨୩-୨:  ଭିଡିଓକନ ଋଣ ମାମଲା ନୂଆ ମୋଡ ନେଇଛି। ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ତଥା ଏମ୍‌ଡି ଚନ୍ଦା କୋଚ୍ଚର, ତାଙ୍କ ସ୍ବାମୀ ଦୀପକ କୋଚ୍ଚର ଓ ଭିଡିଓକନ ଗ୍ରୁପ୍‌ ଏମ୍‌ଡି ବେଣୁଗୋପାଳ ଧୂତ ଆଉ ଦେଶ ଛାଡ଼ି ଯାଇପାରିବେ ନାହିଁ। ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ(ସିବିଆଇ) ସେ ବାଟ ବନ୍ଦ କରିଦେଇଛି। କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ଚନ୍ଦାଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ ଜାରି କରିଥିବା ବେଳେ ଦୀପକ କୋଚ୍ଚର ଓ ବେଣୁଗୋପାଳ ଧୂତଙ୍କ ବିରୋଧରେ ପୂର୍ବରୁ ଏହା ଜାରି କରାଯାଇସାରିଛି। ଆଇସିଆଇସିଆଇ ବ୍ୟାଙ୍କ ଦ୍ୱାରା ୧୮୭୫ କୋଟି ଟଙ୍କାର ଭିଡିଓକନ ଋଣ ମାମଲାରେ ସିବିଆଇ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

ସିବିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଭିଡିଓକନ ଋଣ ମାମଲାରେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ଗତ ବର୍ଷ ମାର୍ଚ୍ଚରେ ପ୍ରାରମ୍ଭିକ ଯାଞ୍ଚ (ପିଇ) ଦାଏର କରି ତଦନ୍ତ ଆରମ୍ଭ କରିଥିଲା। ଆପରାଧିକ ମାମଲାରେ ଏତଲା ଦାଏର ପୂର୍ବରୁ ସିବିଆଇ ପିଇ ଦାଏର କରିଥାଏ। ଏ କ୍ଷେତ୍ରରେ ମଧ୍ୟ ତାହା କରାଯାଇଛି। ଏଥିରେ ଉକ୍ତ ୩ ଜଣଙ୍କ ବିରୋଧରେ ବହୁ ପ୍ରମାଣଯୋଗ୍ୟ ତଥ୍ୟ ହସ୍ତଗତ ହୋଇଛି। ଏହାକୁ ଭିତ୍ତି କରି  ସିବିଆଇ ପକ୍ଷରୁ ଗତମାସରେ ସେମାନଙ୍କ ବିରୋଧରେ ବିଧିବଦ୍ଧ ଭାବେ ଏତଲା ଦାଏର କରାଯାଇଥିଲା। ଲୁକ୍‌ଆଇଟ ନୋଟିସ ଜାରି କରାଯିବା ପରେ ଏବେ ଦେଶର ସମସ୍ତ ବିମାନବନ୍ଦର ଓ ବନ୍ଦରକୁ ଆଲର୍ଟ ଜାରି କରାଯାଇଛି। ସେ କହିଛନ୍ତି ଯେ, ଏତଲା ଦାଏର ପରେ ଲୁକ୍‌ଆଇଟ ନୋଟିସ ଜାରି କରାଯିବା ଆବଶ୍ୟକ। କାରଣ ଏହା ଏକ ବଡ଼ ଋଣ ଘୋଟାଲା ଏବଂ ହାଇପ୍ରୋଫାଇଲ ମାମଲା ହୋଇଥିବାରୁ ସିବିଆଇ କୌଣସି ବିପଦ ମୁଣ୍ଡାଇବାକୁ ଚାହୁଁନାହିଁ। ସେମାନେ ଯେପରି ଦେଶଛାଡ଼ି ପଳାଇ ନ ଯିବେ ସେଥିଲାଗି ଲୁକ୍‌ଆଉଟ ନୋଟିସ ଜାରି କରାଯାଇଛି। ସୂଚନାଥାଉ କି, ଏହା ଏଭଳି ଏକ ନୋଟିସ ଯାହା ଇମିଗ୍ରେଶନ କାର୍ଯ୍ୟାଳୟକୁ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ସମ୍ପର୍କରେ ଜଣାଇ ଦିଆଯାଏ। ତାଙ୍କୁ ବିମାନବନ୍ଦର ଓ ବନ୍ଦରରେ ରୋକିବାକୁ ନିର୍ଦ୍ଦେଶ ଦିଆଯାଇଥାଏ। କିଙ୍ଗ୍‌ଫିଶର ଏୟାରଲାଇନ୍ସ ମାଲିକ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ କ୍ଷେତ୍ରରେ ହୋଇଥିବା ତ୍ରୁଟିକୁ ନ ଦୋହରାଇବା ଉଦ୍ଦେଶ୍ୟରେ ସିବିଆଇ ଆଗୁଆ ପଦକ୍ଷେପ ନେଇଛି। ସୂଚନାଥାଉ କି, କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସିର ଏତଲାରେ ଚନ୍ଦା, ଦୀପକ ଓ ବେଣୁଗୋପାଳଙ୍କ ବ୍ୟତୀତ ଆଇସିଆଇସିଆଇ ବ୍ୟାଙ୍କର ବର୍ତ୍ତମାନର ସିଇଓ ସନ୍ଦୀପ ବକ୍ସିଙ୍କ ସମେତ ବହୁ ବ୍ୟାଙ୍କର ଶୀର୍ଷ ଅଧିକାରୀଙ୍କ ନାମକୁ ସାମିଲ କରାଯାଇଛି। ସେମାନଙ୍କୁ ଜେରା କରାଯିବାର ସମ୍ଭାବନା ରହିଛି। ଏତଲାରେ ଦର୍ଶାଯାଇଛି ଯେ, ଚନ୍ଦା ବ୍ୟାଙ୍କର ଋଣ ଅନୁମୋଦନ କମିଟିର ସଦସ୍ୟ ଥିବା ବେଳେ ଦୁଇଥର ୨୦୦୯ ଅଗଷ୍ଟ ୨୬ରେ ଭିଡିଓକନ ଇଣ୍ଟରନ୍ୟାଶନାଲ ଇଲେକ୍ଟ୍ରୋନିକ୍ସକୁ ୩୦୦ କୋଟି ଟଙ୍କା ଏବଂ ୨୦୧୧ ଅକ୍ଟୋବର ୩୧ରେ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଭିଡିଓକନ ଇଣ୍ଡଷ୍ଟ୍ରିଜ  ଲିମିଟେଡକୁ ୭୫୦ କୋଟି ଟଙ୍କା ଋଣ ମଞ୍ଜୁର କରାଯାଇଥିଲା। ବ୍ୟାଙ୍କର ଗାଇଡଲାଇନ ଓ ନିୟମ ଉଲ୍ଲଂଘନ କରାଯାଇ ଏହି ଋଣ ଦିଆଯାଇଥିଲା ବୋଲି ସିବିଆଇ ଅଭିଯୋଗ କରିଛି। ଅଧିକାଂଶ ଋଣ ପରେ ଅନାଦାୟ ଋଣ(ଏନ୍‌ପିଏ)ରେ ପରିଣତ ହୋଇଥିଲା ଏବଂ ଆଇସିଆଇସିଆଇ ବ୍ୟାଙ୍କକୁ ଶେଷରେ ୧୭୩୦ କୋଟି ଟଙ୍କାର କ୍ଷତି ସହିବାକୁ ପଡିଥିଲା ବୋଲି ଏତଲାରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷରେ ଚନ୍ଦା ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ ନିଜ ପଦରୁ ଇସ୍ତଫା ଦେବା ସହ ଅବସର ନେଇଥିଲେ। ତେବେ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଚନ୍ଦାଙ୍କ ବିରୋଧରେ ତଦନ୍ତ ଲାଗି ସ୍ବତନ୍ତ୍ର ଯାଞ୍ଚ କମିଟି ଗଠନ କରାଯାଇଥିଲା। ଅବସରପ୍ରାପ୍ତ ଜଷ୍ଟିସ ବି.ଏନ୍‌. ଶ୍ରୀକ୍ରିଷ୍ଣାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଏହାର ତଦନ୍ତ କରିଥିଲା। ଚନ୍ଦାଙ୍କୁ ଦୋଷୀ ସାବ୍ୟସ୍ତ କରି କମିଟି ରିପୋର୍ଟ ଦେବା ପରେ ବ୍ୟାଙ୍କ ତାଙ୍କୁ ବହିଷ୍କାର କରିଥିଲା ଏବଂ ୨୦୦୯ରୁ ମିଳିଥିବା ସମସ୍ତ ସୁବିଧା ସୁଯୋଗ ଓ ଭତ୍ତା ଆଦି ପ୍ରତ୍ୟାହାର କରି ନେଇଥିଲା। 

ଜେରା କରିପାରେ ଇଡି

ଅନ୍ୟ ଏକ ସୂତ୍ରରୁ ଜଣାପଡିଛି ଯେ, ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚନ୍ଦା, ଦୀପକ ଓ ବେଣୁଗୋପାଳଙ୍କୁ ଜେରା କରିବାକୁ ଯାଉଛି। ଏଥିନେଇ ଖୁବ୍‌ଶୀଘ୍ର ସେମାନଙ୍କୁ ସମନ ଜାରି କରାଯିବ। ବେଣୁଗୋପାଳଙ୍କ କମ୍ପାନୀ ସହ ଦୀପକଙ୍କ କମ୍ପାନୀର ସମ୍ପର୍କ ନେଇ ଚନ୍ଦାଙ୍କୁ ଜେରା କରାଯାଇପାରେ। ଅନ୍ୟପକ୍ଷରେ କୋଚ୍ଚର ଦମ୍ପତିଙ୍କ ଆୟକର ଉଲ୍ଲଂଘନ ମାମଲାର ଯାଞ୍ଚ କରୁଥିବା ଆୟକର ବିଭାଗ ସହ ଇଡି ନିକଟରେ ବୈଠକରେ ବସି ଆଲୋଚନା କରିଥିବା ଜଣାପଡ଼ିଛି।

All Right Reserved By

ବାଣିଜ୍ୟ |

ଜେଟ୍‌ ଏୟାରଓ୍ବେଜ ଛାଡ଼ିଲେ ଗୋୟଲ

ଜେଟ୍‌ ଏୟାରଓ୍ବେଜ ଛାଡ଼ିଲେ ଗୋୟଲ

ନୂଆଦିଲ୍ଲୀ,୨୬-୩: ଋଣରେ ବୁଡ଼ି ଯାଇଥିବା ଜେଟ୍‌ ଏୟାରଓ୍ବେଜକୁ ସଙ୍କଟରୁ ରକ୍ଷା କରିବା ଲାଗି ପ୍ରମୋଟର ନରେଶ ଗୋୟଲ ଦୀର୍ଘ ୨୬ ବର୍ଷ ପରେ ସୋମବାର ବୋର୍ଡ ତଥା ଅଧ୍ୟକ୍ଷ ପଦରୁ ହଟିଯାଇଛନ୍ତି। ତାଙ୍କ ସ୍ତ୍ରୀ ଅନୀତା ମଧ୍ୟ ବୋର୍ଡରୁ ଇସ୍ତଫା ଦେଇଛନ୍ତି। ଏହି ଦୁଇଜଣଙ୍କ ସହ ବୋର୍ଡରେ ଥିବା କମ୍ପାନୀର ଅନ୍ୟତମ ଅଂଶୀଦାର ଏଟିହାଦର ଜଣେ ସଦସ୍ୟ ମଧ୍ୟ ଓହରି ଯାଇଛନ୍ତି। ଏଥିପୂର୍ବରୁ ଗୋୟଲ ନିଜ ଆଡୁ ଇସ୍ତଫା ଦେବାର ପ୍ରସ୍ତାବ ଦେଇଥିଲେ। ୫୧% ଅଂଶଧନ ରଖିଥିବା ନରେଶ କମ୍ପାନୀର ସଙ୍କଟ ସମୟରେ କର୍ମଚାରୀମାନଙ୍କୁ ଏକ ଭାବବିହ୍ବଳ ପତ୍ର ଲେଖି ସେମାନଙ୍କ ସହାୟତା ମାଗିବା ସହ କମ୍ପାନୀକୁ ବଞ୍ଚାଇବା ଲାଗି ଯେକୌଣସି ବଳିଦାନ ଦେବାକୁ ପ୍ରସ୍ତୁତ ଥିବା କହିଥିଲେ।

କେବଳ ଜାନୁୟାରୀରେ ୯ଲକ୍ଷ ବେରୋଜଗାରୀଙ୍କୁ ମିଳିଛି ନିଯୁକ୍ତି

କେବଳ ଜାନୁୟାରୀରେ ୯ଲକ୍ଷ ବେରୋଜଗାରୀଙ୍କୁ ମିଳିଛି ନିଯୁକ୍ତି

ନୂଆଦିଲ୍ଲୀ,୨୫।୩: ଲୋକ ସଭା ର୍ନିବାଚନର ଠିକ ପୂର୍ବରୁ ରୋଜଗାରକୁ ନେଇ ଏକ ସରକାରୀ ତଥ୍ୟ ସାମ୍ନାକୁ ଆସିଛି। କେବଳ ଜାନୁୟାରୀରେ ୮ ଲକ୍ଷ ୯୬ ହଜାର ବେରୋଜଗାରଙ୍କୁ ନିଯୁକ୍ତି ମିଳିଥିବା ଜଣାପଡିଛି। ଗତ ୧୭ମାସ ଭିତରେ ସମଗ୍ର ଦେଶରେ ୭୬ ଲକ୍ଷ ୪୮ ହଜାର ଲୋକଙ୍କୁ ରୋଜଗାର ମିଳିଛି ବୋଲି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍‌ଓ) ରିପୋର୍ଟରେ ପ୍ରକାଶ ପାଇଛି। 

ରାଜ୍ୟ ସରକାରଙ୍କୁ ଡିଓଟିର ଅନୁରୋଧ;ବିଏସ୍‌ଏନ୍‌ଲ୍‌,ଏମ୍‌ଟିଏନ୍‌ଏଲର ବିଦ୍ୟୁତ ସଂଯୋଗ କାଟନି

ରାଜ୍ୟ ସରକାରଙ୍କୁ ଡିଓଟିର ଅନୁରୋଧ;ବିଏସ୍‌ଏନ୍‌ଲ୍‌,ଏମ୍‌ଟିଏନ୍‌ଏଲର ବିଦ୍ୟୁତ ସଂଯୋଗ କାଟନି

ନୂଆଦିଲ୍ଲୀ,୨୫-୩: ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ଦୁଇଟି ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଓ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)ର ବିଦ୍ୟୁତ ସଂଯୋଗ ନ କାଟିବାକୁ ଟେଲିକମ ବିଭାଗ(ଡିଓଟି) ପକ୍ଷରୁ ରାଜ୍ୟ ସରକାରଗୁଡ଼ିକୁ ଅନୁରୋଧ କରାଯାଇଛି।

ବ୍ରାଜିଲ,ମେକ୍ସିକୋରୁ ଭାରତ ତେଲ ଆମଦାନୀ ବଢ଼ାଇବ

ବ୍ରାଜିଲ,ମେକ୍ସିକୋରୁ ଭାରତ ତେଲ ଆମଦାନୀ ବଢ଼ାଇବ

ନୂଆଦିଲ୍ଲୀ,୨୫-୩: ଆମେରିକା କଟକଣା ଯୋଗୁ ଭେନେଜୁଏଲାରୁ ଭାରତ ଅଶୋଧିତ ତୈଳ ଆମଦାନୀ କରିପାରୁନି। ବ୍ରାଜିଲ ଓ ମେକ୍ସିକୋରୁ ଅଧିକ ତୈଳ ଆମଦାନୀ କରି ଭାରତ ଏହାର ଭରଣା କରିବାକୁ ଚାହୁଁଛି। 

ରାଜ୍ୟସରକାରଙ୍କ ଠାରୁ ମିଳୁନି ବକେୟା ବିଜୁଳି ବିଲ୍‌;ଏନ୍‌ପିଏ ହୋଇପାରେ ୩ ଲକ୍ଷ କୋଟି

ରାଜ୍ୟସରକାରଙ୍କ ଠାରୁ ମିଳୁନି ବକେୟା ବିଜୁଳି ବିଲ୍‌;ଏନ୍‌ପିଏ ହୋଇପାରେ ୩ ଲକ୍ଷ କୋଟି

ନୂଆଦିଲ୍ଲୀ,୨୫-୩: ରାଜ୍ୟ ସରକାରଗୁଡ଼ିକ ବିଜୁଳି ବିଲ୍‌ ବାବଦରେ ବକେୟା ପ୍ରଦାନ କରୁ ନଥିବାରୁ ପ୍ରାୟ ଏକ ଡଜନ ବିଦ୍ୟୁତ ପ୍ରକଳ୍ପରେ ୩ ଲକ୍ଷ କୋଟି ଟଙ୍କାର ଘରୋଇ ନିବେଶ ଏବେ ସଙ୍କଟଗ୍ରସ୍ତ ହୋଇଛି। ଏହି ପରିମାଣ ଅର୍ଥ ଏବେ ଏନ୍‌ପିଏ ବା ଅନାଦାୟ ଋଣ ହେବାକୁ ବସିଛି, ଯାହା ଋଣ ପ୍ରଦାନକାରୀ ବ୍ୟାଙ୍କଗୁଡ଼ିକ ପାଇଁ ଶୁଭଙ୍କର ନୁହେଁ।

ତାଲିକାଭୁକ୍ତ କମ୍ପାନୀଙ୍କ ଯାଞ୍ଚ;ଅଧିକ କ୍ଷମତା ଚାହୁଁଛି ସେବି

ତାଲିକାଭୁକ୍ତ କମ୍ପାନୀଙ୍କ ଯାଞ୍ଚ;ଅଧିକ କ୍ଷମତା ଚାହୁଁଛି ସେବି

ମୁମ୍ବାଇ,୨୫-୩: ଷ୍ଟକ୍‌ ମାର୍କେଟ ନିୟନ୍ତ୍ରକ ଭାରତୀୟ ପ୍ରତିଭୁତି ଏବଂ ବିନିମୟ ବୋର୍ଡ(ସେବି) ଆର୍ଥିକ ଠକେଇ ରୋକିବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଅଧିକ କ୍ଷମତା ଚାହୁଁଛି। 

ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନା;ଏପ୍ରିଲ ସୁଦ୍ଧା ୧ କୋଟି ପଞ୍ଜୀକରଣ ସମ୍ଭାବନା

ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନା;ଏପ୍ରିଲ ସୁଦ୍ଧା ୧ କୋଟି ପଞ୍ଜୀକରଣ ସମ୍ଭାବନା

ନୂଆଦିଲ୍ଲୀ,୨୫-୩: ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନାରେ ଏପ୍ରିଲ ସୁଦ୍ଧା ୧ କୋଟି ଶ୍ରମିକ ପଞ୍ଜୀକରଣ କରିସାରିଥିବେ ବୋଲି କେନ୍ଦ୍ର ସରକାର ଅନୁମାନ କରୁଛନ୍ତି ବୋଲି ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି।

ଛୁଟି ପାଳନ, ମହଙ୍ଗା ଟୁର୍‌ ଯିବାରେ ଭାରତ ସର୍ବାଗ୍ରେ

ଛୁଟି ପାଳନ, ମହଙ୍ଗା ଟୁର୍‌ ଯିବାରେ ଭାରତ ସର୍ବାଗ୍ରେ

ନୂଆଦିଲ୍ଲୀ,୨୫-୩: ଛୁଟି ପାଳନ ଓ ମହଙ୍ଗା ଟୁର୍‌ ଯିବା କଥା ଉଠିଲେ ଭାରତ ବିଶ୍ୱରେ ସର୍ବାଗ୍ରେ ରହିଛି। ଭାରତ ମହଙ୍ଗା ଟୁର୍‌ ଯିବାରେ ମେକ୍ସିକୋ, ଥାଇଲାଣ୍ଡ, ସ୍ପେନ, ତୁର୍କି, ଆମେରିକା ଓ ଚାଇନା ସମେତ ବିଶ୍ୱର ଅନ୍ୟ ଦେଶକୁ ପଛରେ ପକାଇ ଦେଇଛି। 

ସାଧାରଣ ନିର୍ବାଚନରେ ବେଆଇନ ଅର୍ଥ କାରବାର ରୋକିବା ଉପରେ ନଜର

ସାଧାରଣ ନିର୍ବାଚନରେ ବେଆଇନ ଅର୍ଥ କାରବାର ରୋକିବା ଉପରେ ନଜର

ନୂଆଦିଲ୍ଲୀ,୨୫-୩: ଦେଶରେ ସାଧାରଣ ନିର୍ବାଚନ ଏପ୍ରିଲ ୧୧ରୁ ଆରମ୍ଭ ହେଉଛି। ନିର୍ବାଚନ ସମୟରେ ବେଆଇନ ଅର୍ଥ କାରବାର,ମଦ ଏବଂ ସୁନା ବ୍ୟବହାର ଉପରେ ରୋକ ଲଗାଇବା ଲାଗି ପଦକ୍ଷେପ ନିଆଯାଇଛି।

ସୁନା ଆମଦାନୀ ୫.୫% ହ୍ରାସ

ସୁନା ଆମଦାନୀ ୫.୫% ହ୍ରାସ

ନୂଆଦିଲ୍ଲୀ,୨୫-୩: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଫେବୃୟାରୀ ମଧ୍ୟରେ ଦେଶରେ ସୁନା ଆମଦାନୀ ୫.୫% ହ୍ରାସ ପାଇ ୨୯.୫ ବିଲିୟନ ଡଲାରରେ ପହଞ୍ଚତ୍ଛି ବୋଲି ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଲ୍‌ଆଇସିର ନୂଆ ନବଜୀବନ ପ୍ଲାନ

ଏଲ୍‌ଆଇସିର ନୂଆ ନବଜୀବନ ପ୍ଲାନ

ମୁମ୍ବାଇ,୨୫-୩: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ପକ୍ଷରୁ ନୂଆ ନବଜୀବନ ପ୍ଳାନର ଶୁଭାରମ୍ଭ ହୋଇଛି। 

ଏସ୍‌ବିଆଇ ନ୍ୟୁମେରୋ ୟୋନୋର ବିଜେତା ପୁରସ୍କୃତ

ଏସ୍‌ବିଆଇ ନ୍ୟୁମେରୋ ୟୋନୋର ବିଜେତା ପୁରସ୍କୃତ

ମୁମ୍ବାଇ,୨୫-୩: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଏହାର କ୍ୱିଜ ପ୍ରତିଯୋଗିତା ‘ନ୍ୟୁମେରୋ ୟୁନୋ ୨୦୧୯’ର ବିଜେତା ପୁରସ୍କୃତ କରାଯାଇଛି। 


Model This Week

ରଶ୍ମି
Why Dharitri