ରାଜ୍ୟ |

ଏସ୍‌ଏଚ୍‌ଜିକୁ ବିନା ସୁଧରେ ଋଣ, ସ୍ମାର୍ଟଫୋନ: ଗ୍ରୀଡ୍‌କୋକୁ ୩ ହଜାର କୋଟିର ବ୍ୟାଙ୍କ ଗ୍ୟାରେଣ୍ଟି ଦେଲେ ସରକାର

ଏସ୍‌ଏଚ୍‌ଜିକୁ ବିନା ସୁଧରେ ଋଣ, ସ୍ମାର୍ଟଫୋନ: ଗ୍ରୀଡ୍‌କୋକୁ ୩ ହଜାର କୋଟିର ବ୍ୟାଙ୍କ ଗ୍ୟାରେଣ୍ଟି ଦେଲେ ସରକାର

ଭୁବନେଶ୍ୱର,୨୩।୨(ବ୍ୟୁରୋ)-ମିଶନ ଶକ୍ତି ସ୍କିମ୍‌ ଜରିଆରେ ରାଜ୍ୟରେ ଥିବା ୬ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ(ଏସଏଚଜି)କୁ ରାଜ୍ୟ ସରକାର ୩ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ୧ ପ୍ରତିଶତ ସୁଧରେ ଯୋଗାଇ ଦେବାକୁ କହିଥିଲେ। ତେବେ ବିନା ସୁଧରେ ଉକ୍ତ ଆର୍ଥିକ ସହାୟତା ଯୋଗାଇ ଦେବାକୁ  ଘୋଷଣା କରାଯାଇଛି। ଏଥିସହିତ ପ୍ରତ୍ୟେକ ଏସଏଚଜିକୁ ସ୍ମାର୍ଟଫୋନ ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩ ହଜାର ଟଙ୍କା ଲେଖାଏ ଯୋଗାଇ ଦିଆଯିବ। ଏହି ସ୍କିମ୍‌କୁ କାର୍ଯ୍ୟକାରୀ କରିବା ସକାଶେ ଏକ ନୂଆ ଆପ୍‌ ଖୋଲାଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ଶୁକ୍ରବାର କ୍ୟାବିନେଟ ଅନୁମୋଦନ କରିଛି।

ଗ୍ରୀଡ୍‌କୋକୁ ରାଜ୍ୟ ସରକାର ୩ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଶକ୍ତି ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ପୂର୍ବରୁ ରାଜ୍ୟ ସରକାର ଗ୍ରୀଡ୍‌କୋକୁ ୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଦେଇଥିଲେ। ସେଥିରୁ ଗ୍ରୀଡ୍‌କୋ ଗତ ୨ ବର୍ଷ ମଧ୍ୟରେ ୩୧୫୭.୮୫ କୋଟି ଟଙ୍କା ପରିଶୋଧ କରିଛି। ଏହି ଗ୍ୟାରେଣ୍ଟି ଦ୍ୱାରା ଗ୍ରୀଡ୍‌କୋ ବ୍ୟାଙ୍କରୁ ଋଣ ଆଣି ବିଦ୍ୟୁତ ଯୋଗାଣକୁ ତ୍ୱରାନ୍ବିତ କରିପାରିବ। 

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ  ଦ୍ୱାରା ପରିଚାଳିତ  ଅନୁଗୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଝାରସୁଗୁଡ଼ା ପୌରାଞ୍ଚଳରେ ଥିବା ବିଦ୍ୟାଳୟକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ହସ୍ତାନ୍ତର କରାଯାଇଛି। ହସ୍ତାନ୍ତର ହେବାପରଠାରୁ ଉକ୍ତ ସ୍କୁଲଗୁଡିକର ଶିକ୍ଷକ ଓ କର୍ମଚାରୀମାନେ ସମସ୍ତ ସରକାରୀ ସୁବିଧା ସୁଯୋଗ ପାଇବେ। ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ ମିଳିଛି। ପଞ୍ଚଦଶ ବିଧାନସଭାର ଶେଷ ଅଧିବେଶନ ସତ୍ରାବସାନକୁ କ୍ୟାବିନେଟ ଅନୁମୋଦନ କରିଛି।

କାଳିଆ ଛାତ୍ରବୃତ୍ତି ଯୋଜନାକୁ ମଧ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି। ଏହି ଯୋଜନାରେ ସରକାରୀ ଶିକ୍ଷାନୁଷ୍ଠାନରେ ପଢଥିବା ୩୫ ବିଷୟର ଯୋଗ୍ୟ ଛାତ୍ରୀଛାତ୍ରମାନଙ୍କ  ସମସ୍ତ ପଢା ଖର୍ଚ୍ଚ ସରକାର ବହନ କରିବେ। 

ଓଡିଶା ଯୋଜନା ସେବା(ନିଯୁକ୍ତି ଏବଂ ଚାକିରି ସର୍ତ୍ତବାଳୀ) ନିୟମ-୧୯୯୬କୁ ସଂଶୋଧନ କରାଯାଇଛି। ଏହି ସେବା ବର୍ଗର ଦୁଇଟି ଅତିରିକ୍ତ ନିର୍ଦ୍ଦେଶକ ପଦବୀ ସୃଷ୍ଟି କରାଯାଇଛି। ନୂତନ ଭାବେ ସୃଷ୍ଟି କରାଯାଇଥିବା ଅତିରିକ୍ତ ନିର୍ଦ୍ଦେଶକ ପଦବୀକୁ ଯୁଗ୍ମ ନିର୍ଦ୍ଦେଶକମାନଙ୍କ ମଧ୍ୟରୁ ପୂରଣ କରାଯିବ। ରାଜ୍ୟରେ ଥିବା କୁଶଳ ଭୂତତ୍ତ୍ୱବିତ୍‌ଙ୍କୁ ଆକୃଷ୍ଟ କରିବା ଓ ପଦୋନ୍ନତି  ପାଇଁ  ଓଡିଶା ଭୂତାତ୍ତ୍ୱିକ ସେବା( ଗ୍ରାମ୍ୟ ପାନୀୟ ଜଳ ଯୋଗାଣ) (ପଦବୀର ନିଯୁକ୍ତି ଓ ସେବା ସର୍ତ୍ତ ପଦ୍ଧତି)  ନିୟମାବଳୀ ୨୦୧୯ ପ୍ରଣୟନ କରାଯାଇଛି। 

ଏଣିକି ପ୍ରାଣିଧନ ନୀରିକ୍ଷକ ଓଡିଶା ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା  ସିଧା  ନିଯୁକ୍ତି ହେବେ। ଏହାଦ୍ୱାର ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଅଣାଯାଇ ପାରିବ। 

All Right Reserved By

ରାଜ୍ୟ |

ଅଜଣା ଗାଡ଼ି ଧକ୍କାରେ ୧ ମୃତ, ୧ ଗୁରୁତର

ଅଜଣା ଗାଡ଼ି ଧକ୍କାରେ ୧ ମୃତ, ୧ ଗୁରୁତର

ଖୋର୍ଦ୍ଧା ଅଫିସ,୨୩।୩: ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ କଲିକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ଦଳେଇପୁଟ ଛକରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ତେନ୍ତୁଳିମୂଳ ଗାଁରେ ରାଜନୈତିକ ସଂଘର୍ଷ: ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଗୁରୁତର

ତେନ୍ତୁଳିମୂଳ ଗାଁରେ ରାଜନୈତିକ ସଂଘର୍ଷ: ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଗୁରୁତର

ଖୋର୍ଦ୍ଧା ଅଫିସ,୨୩।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ତେନ୍ତୁଳିମୂଳ (ମଶାଣିଆ ନୂଆସାହି) ଗାଁରେ ଶୁକ୍ରବାର ସନ୍ଧ୍ୟାରେ ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଆହତ ହୋଇଛନ୍ତି। 

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

କୋଣାର୍କ,୨୩।୩ (ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗ ରାସ୍ତାର ସାହୁ ଖଣତା ନିକଟରେ ଶନିବାର ପୂର୍ବାହ୍ନ ୧୦ଟାରେ ମାରୁତି କାର ସହ ୟାମାହା ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। 

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ପାଟଣା,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ଦଳୀୟ ପ୍ରାର୍ଥୀ ଭାବେ ଭବାନୀ ଶଙ୍କର ନାୟକଙ୍କ ନାମ ଘୋଷଣା କରାଯାଇଛି।

ବିଦେଶୀ ମଦ ଜବତ: ଜଣେ ଗିରଫ

ବିଦେଶୀ ମଦ ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୩।୩:  ଭଦ୍ରକ ସଦର  ଅବକାରୀ ଟିମ ଶନିବାର ଚଢ଼ାଉ କରି ରାଣୀତାଲ ଅନ୍ତର୍ଗତ ଚୁଡ଼ଙ୍ଗପୁର ନିକଟରୁ ବ୍ୟାପକ ବିଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି।

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ ଅଫିସ,୨୩।୩: ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣାରେ ଷ୍ଟେସନ ଅଧୀକ୍ଷକଙ୍କ ଏତାଲା କ୍ରମେ ଶନିବାର  ଜିଆର୍‌ପି ଓ ଆର୍‌ପିଏଫ୍‌ରେ ଆପରାଧିକ ମାମଲା ରୁଜୁ ହୋଇଛି। ଅଧୀକ୍ଷକ ସୋରେନ କୁମାର ନସ୍କରଙ୍କ ଅଭିଯୋଗ ଅନୁଯାୟୀ ଅଗ୍ନିକାଣ୍ଡ ଫଛରେଥିବା କାରଣର ସତ୍ୟାସତ୍ୟ  ଉନ୍ମୋଚନ କରାଯାଉ ବୋଲି ଏତାଲାରେ ଦର୍ଶାଇଛନ୍ତି। 

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ନିକଟରେ ବିଜେଡି ଛାଡ଼ିଥିବା କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ବିଧାୟକ ଦଳ ନେତା କେ.ଭି. ସିଂ ଦେଓଙ୍କ ବାସଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଭାଜପାରେ ଯୋଗ ଦେଇଛନ୍ତି। 

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କଂଗ୍ରେସ ପକ୍ଷରୁ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୪ଜଣଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ରଣପୁର ବିଧାନସଭା ଆସନରୁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସ୍ତ୍ରୀ ଶୁଭଶ୍ରୀ ପଣ୍ଡା ଓରଫ ମିଲି ପଣ୍ଡାଙ୍କୁ ଟିକେଟ୍‌ ମିଳିଥିବା ଦେଖିବାକୁ ମିଳିଛି। 

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ  ଲଢ଼ିବାକୁ ନିଷ୍ପତ୍ତି

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ ଲଢ଼ିବାକୁ ନିଷ୍ପତ୍ତି

ଗୁଣପୁର,୨୩।୩(ଡି.ଏନ୍‌.ଏ.):  ୨୦୧୯ ଓଡ଼ିଶା ବିଧାନସଭା ନିିର୍ବାଚନ ଲାଗି ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ପ୍ରକାଶ ପାଇଛି। ଏଥିରେ ୨୨ଟି ଆସନ ଲାଗି ନାମ ଘୋଷଣା କରାଯାଇଛି। 

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀ (ନଂ. ୧୩୪) ନିମନ୍ତେ କଂଗ୍ରେସ ତାର ପ୍ରାର୍ଥୀ ବଦଳାଇଛି। 

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟରେ ୯୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଶୁକ୍ରବାର ଆଉ ୨୨ଟି ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି।

୭ ମହିଳା

୭ ମହିଳା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁ ଛକାପଞ୍ଝା ପରେ ଶୁକ୍ରବାର କଂଗ୍ରେସ ବିଧାନସଭା ଆସନ ଲାଗି ୫୪ ଜଣିଆ ପ୍ରାର୍ଥୀପତ୍ର ତାଲିକା ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି କେବଳ ୭ ମହିଳା। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା