ରାଜ୍ୟ |

ମାଓବାଦୀ ପୋଷ୍ଟରରେ ଭୋଟ ବର୍ଜନ ଆହ୍ବାନ: ନିର୍ବାଚନ ଚିନ୍ତା ବଢ଼ିଲା, ପ୍ରଥମ ପର୍ଯ୍ୟାୟରେ ଆସିବେ ୨୯ କମ୍ପାନୀ ଫୋର୍ସ

ମାଓବାଦୀ ପୋଷ୍ଟରରେ ଭୋଟ ବର୍ଜନ ଆହ୍ବାନ:  ନିର୍ବାଚନ ଚିନ୍ତା ବଢ଼ିଲା, ପ୍ରଥମ ପର୍ଯ୍ୟାୟରେ ଆସିବେ ୨୯ କମ୍ପାନୀ ଫୋର୍ସ

ଭୁବନେଶ୍ୱର, ୧୪ା୩ (ବ୍ୟୁରୋ)  : ଏପ୍ରିଲ୍‌ ୧୧ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଶାନ୍ତିପୂର୍ଣ୍ଣ ତଥା ସୁରକ୍ଷିତ ନିର୍ବାଚନ ପାଇଁ ପୋଲିସ ପ୍ରସ୍ତୁତି ଚଳାଇଥିବାବେଳେ ରାଜ୍ୟର ବିଭିନ୍ନ ଜିଲାରେ ମାଓବାଦୀ ସକ୍ରିୟ ହୋଇଉଠିଛନ୍ତି। ଏ ସଂକ୍ରାନ୍ତରେ ପୂର୍ବରୁ ଗୋଇନ୍ଦା ସୂଚନା ମିଳିଛି।  ବୁଧବାର କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ପୁଞ୍ଜୁଲାଙ୍ଗ ନିକଟ ଜଙ୍ଗଲରେ ଗୁଳିବିନିମୟ ମାଓବାଦୀଙ୍କ ଉପସ୍ଥିତିକୁ ଜାହିର କରିଛି। ସେହିପରି ବାଲିଗୁଡ଼ା ବ୍ଲକ୍‌ ପରମପଙ୍ଗା ପଞ୍ଚାୟତ ସୁକୁଙ୍ଗିଆ ଛକରେ ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଚଳିତ ସାଧାରଣ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ସିପିଆଇ(ମାଓବାଦୀ) ବାଘୁନା ଡିଭିଜନାଲ କମିଟି ପକ୍ଷରୁ ଆହ୍ବାନ ଦିଆଯାଇଛି। ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିର୍ବାଚନକୁ ସିପିଆଇ(ମାଓବାଦୀ) ବିରୋଧ କରି ଆସୁଥିବାବେଳେ ବାରମ୍ବାର ପୋଷ୍ଟର ଲାଗିବା ରାଜ୍ୟ ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏପରିସ୍ଥଳେ ମାଓବାଦୀ ପ୍ରବଣ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ପୋଲିସର ଚିନ୍ତା ବଢ଼ିଛି। 

ଅନ୍ୟପକ୍ଷରେ ଘଟଣାକୁ ଅତି ଗୁରୁତ୍ୱର ସହ ନେଇଛି ରାଜ୍ୟ ପୋଲିସ। ବୁଧବାର ଭୁବନେଶ୍ୱରସ୍ଥିତ କ୍ୟାମ୍ପ୍‌ ଅଫିସ୍‌ରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଡିଜିପି ଶର୍ମା କହିଛନ୍ତି, ନିର୍ବାଚନକୁ ଆଖି ଆଗରେ ରଖି ମାଓବାଦୀ ଉପଦ୍ରୁତ ଅଞ୍ଚଳରେ  ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡାକଡି କରାଯିବା ସହ ବ୍ୟାପକ ଫୋର୍ସ ମୁତୟନ କରାଯିବ। ଏଥିପାଇଁ ଆବଶ୍ୟକ ସିଆର୍‌ପିଏଫ୍‌ ପଠାଇବାକୁ ଭାରତ ସରକାରଙ୍କୁ ଚିଠି ଲେଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୨୯ କମ୍ପାନୀ ଫୋର୍ସ ପଠାଇବା ନେଇ ନିଶ୍ଚିତ କରି ସାରିଛନ୍ତି କେନ୍ଦ୍ର ସରକାର। ଏହି ଫୋର୍ସ ପହଞ୍ଚତ୍ବା ପରେ ପ୍ରାଥମିକ ପର୍ଯ୍ୟାୟରେ ମାଓବାଦୀପ୍ରବଣ ଜିଲାଗୁଡିକର ଗୁରୁତ୍ୱପୂର୍ଣ୍ଣ ତଥା ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ଦାୟିତ୍ୱରେ ରହିବେ। ଆବଶ୍ୟକ ପଡିଲେ ଆଉ ଅଧିକ ଫୋର୍ସ ମଗାଯିବ ବୋଲି ଡିଜିପି କହିଛନ୍ତି। ଅଧିକ ସୂଚନା ଦେଇ ସେ କହିଲେ, ଓଡିଶା ସୀମାକୁ ଲାଗି ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ରେ ଯେଉଁ ମାଓବାଦୀ ପ୍ରବଣ ଅଞ୍ଚଳଗୁଡିକ ରହିଛି ସେଠାରେ ଅଧିକ ସୁରକ୍ଷା କର୍ମୀ ମୁତୟନ କରାଯିବ। ସେ ନେଇ ଗୋଇନ୍ଦା ତଥ୍ୟକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଯେପରି ଆଗାମୀ ନିର୍ବାଚନ ଶାନ୍ତିପୂର୍ଣ୍ଣ ହେବ ସେଥିପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ମାଓବାଦୀ ସକ୍ରିୟ ଥିବା ଅଞ୍ଚଳରେ ନିର୍ବାଚନ ପ୍ରଚାର ସମୟରେ ଏସ୍‌ଓପି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଯେପରି ବିଭିନ୍ନ ରାଜନୈତିକ ଦଳର ଭିଭିଆଇପି ଓ ନେତାମନ୍ତ୍ରୀଙ୍କୁ ସୁରକ୍ଷା ଦିଆଯାଇପାରିବ, ସେନେଇ ସ୍ବତନ୍ତ୍ରଭାବେ ସୁରକ୍ଷାକର୍ମୀମାନଙ୍କୁ ଟ୍ରେନିଂ ଦିଆଯାଇଛି। ସେହିପରି ଆନ୍ତଃରାଜ୍ୟ ଅପରାଧୀଙ୍କ କାର୍ଯ୍ୟକଳାପକୁ ନଜରରେ ରଖି ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ବିଭିନ୍ନ ଜିଲାର ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚୋରା ନିଶା କାରବାର ଓ ନକଲି ଟଙ୍କା କାରବାର ଉପରେ ମଧ୍ୟ ତୀକ୍ଷ୍ଣ ନଜର ରଖାଯାଇଥିବା ଡିଜିପି ଶର୍ମା କହିଛନ୍ତି।

All Right Reserved By

ରାଜ୍ୟ |

ଦେଶ ମେଲଣରେ ୧୬୦ ବିମାନ

ଦେଶ ମେଲଣରେ ୧୬୦ ବିମାନ

ଚାନ୍ଦବାଲି,୨୧।୩(ଡି.ଏନ.ଏ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପ୍ରସିଦ୍ଧ ଦେଶ ମେଲଣ ଗୁରୁବାର ଅନୁଷ୍ଠିତ ହୋଇଛି। ମତୋ ଠାରେ ଅନୁଷ୍ଠିତ ହୋଇଥିବା ଏହି ମେଲଣରେ ଚଳିତ ବର୍ଷ ୧୬୦ଟି ସୁସଜ୍ଜିତ ବିମାନରେ ଠାକୁର ମେଲଣ ପଡିଆକୁ ଆସିଥିଲେ। 

ପରଲୋକରେ ଦାମଙ୍କ ସ୍ତ୍ରୀ ସ୍ନେହଲତା

ପରଲୋକରେ ଦାମଙ୍କ ସ୍ତ୍ରୀ ସ୍ନେହଲତା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମୋଦର ରାଉତଙ୍କ ସ୍ତ୍ରୀ ସ୍ନେହଲତା ମହାପାତ୍ରଙ୍କ ଗୁରୁବାର ସକାଳେ ପରଲୋକ ଘଟିଛି। ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ନେହଲତା ଦୀର୍ଘଦିନ ଧରି ଅସୁସ୍ଥ ଥିଲେ।  

କାର-ବାଇକ୍‌ ମୁହଁ।ମୁହିଁ, ଜଣେ ଗୁରୁତର

କାର-ବାଇକ୍‌ ମୁହଁ।ମୁହିଁ, ଜଣେ ଗୁରୁତର

ଭଞ୍ଜନଗର,୨୧।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସୂର୍ଯ୍ୟ ମନ୍ଦିର ନିକଟରେ ବୁଧବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।

ଶିବ ମନ୍ଦିର ରୁ ଚୋରି

ଶିବ ମନ୍ଦିର ରୁ ଚୋରି

ରୂପସା,୨୧।୩(ଡି.ଏନ.ଏ.): ବାଲେଶ୍ବର ସଦର ବ୍ଲକ ଅନ୍ତର୍ଗତ କସିପଦା ଶିବମନ୍ଦିରରୁ ବୁଧବାର ଚୋରୀ ହୋଇଥିବା ଅଭିଯୋଗ ହୋଇଛି।

ଘାରିଛି ଟିକେଟ୍‌ ନ ପାଇବାର ଭୟ

ଘାରିଛି ଟିକେଟ୍‌ ନ ପାଇବାର ଭୟ

ଖୋର୍ଦ୍ଧା ଅଫିସ/ବୋଲଗଡ,୨୧ା୩ (ଡି.ଏନ୍‌.ଏ.): ଭୁବନେଶ୍ୱର ଲୋକ ସଭା ଆସନ ଅଧୀନରେ ଖୋର୍ଦ୍ଧା ଜିଲାର ଚର୍ଚ୍ଚିତ ବିଧାନସଭା ନିର୍ବାଚନ ମଣ୍ଡଳୀ ବେଗୁନିଆ। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହି ଆସନରୁ ୨ ଥର ନିର୍ବାଚିତ ହୋଇଛନ୍ତି।

ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ:କଂଗ୍ରେସରୁ ଏକ,ବିଜେଡି, ଭାଜପାରୁ ଅନେକ

ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ:କଂଗ୍ରେସରୁ ଏକ,ବିଜେଡି, ଭାଜପାରୁ ଅନେକ

କଟକ ଅଫିସ/କଣ୍ଟାପଡ଼ା,୨୧।୩(ଡି.ଏନ୍‌.ଏ.):୨୦୦୯ ନିର୍ବାଚନମଣ୍ଡଳୀ ସୀମା ପୁନର୍ଗଠନ ପରେ କଟକ ଜିଲାର ଗୋବିନ୍ଦପୁର ବିଧାନସଭା କ୍ଷେତ୍ର ରାଜନୈତିକ ମାନଚିତ୍ରରୁ ଅପସରି ଯାଇଥିଲା।

ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ:ଧର୍ମେନ୍ଦ୍ରଙ୍କ ପାଇଁ ସମ୍ମାନର ପ୍ରଶ୍ନ

ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ:ଧର୍ମେନ୍ଦ୍ରଙ୍କ ପାଇଁ ସମ୍ମାନର ପ୍ରଶ୍ନ

ପାଲଲହଡ଼ା, ୨୧।୩:ଏପ୍ରିଲ ୨୩ରେ ଅନୁଗୋଳ ଜିଲାରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରୁ ପାଲଲହଡ଼ା ବିଧାନସଭା ଆସନକୁ ନେଇ ସାଧାରଣରେ ସର୍ବାଧିକ ଚର୍ଚ୍ଚା ହେଉଛି। କାରଣ ପାଲଲହଡ଼ା ହେଉଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନମଣ୍ଡଳୀ। 

ବିଜେଡି ଦୁର୍ଗ ଉପରେ  ଭାଜପା ନଜର

ବିଜେଡି ଦୁର୍ଗ ଉପରେ ଭାଜପା ନଜର

ପରଜଙ୍ଗ, ୨୧।୩: ଢେଙ୍କାନାଳ ଜିଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ ହେଉଛି ପରଜଙ୍ଗ। ସୀମା ପୁନଃନିର୍ଦ୍ଧାରଣ ପରେ ଏହି ବିଧାନସଭା ଆସନ ବିଜୁ ଜନତା ଦଳ (ବିଜେଡି) କବ୍‌ଜାରେ ରହିଛି। 

ତ୍ରିମୁଖୀ ଲଢ଼େଇ ସମ୍ଭାବନା

ତ୍ରିମୁଖୀ ଲଢ଼େଇ ସମ୍ଭାବନା

ଧାମନଗର, ୨୧।୩ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଆସନରୁ କେଉଁ ଦଳ କାହାକୁ ପ୍ରାର୍ଥୀ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।

ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀ:ତିିନି ଦଳରେ ରୋଚକ ସ୍ଥିତି

ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀ:ତିିନି ଦଳରେ ରୋଚକ ସ୍ଥିତି

ପୁରୀ ଅଫିସ,୨୧ା୩: ପୁରୀ ଜିଲାର ୬ ବିଧାନସଭା କ୍ଷେତ୍ର ମଧ୍ୟରୁ ପିପିଲି ଅନ୍ୟତମ। ରାଜନୈତିକ ଦୃଷ୍ଟିକୋଣରୁ ଏହା ଏକ ସମ୍ବେଦନଶୀଳ ନିର୍ବାଚନ ମଣ୍ଡଳୀ। ଆସନ୍ତା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳର ରାଜନୈତିକ ଅଙ୍କ ରୋଚକ ସ୍ଥିତିରେ ପହଞ୍ଚତ୍ଥିବା କୁହାଯାଉଛି।

ଆଜି ମହାପ୍ରଭୁଙ୍କ ସୁନାବେଶ

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୧ା୩:ଫାଲ୍‌ଗୁନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଅଗ୍ନି ଉତ୍ସବ ନୀତି ସମ୍ପନ୍ନ ହୋଇଛି। ଏହି ଉତ୍ସବକୁ ମେଣ୍ଢାପୋଡ଼ି ନୀତି କୁହାଯାଏ। 

ଭାଜପାରେ ଅନ୍ୟ ଦଳ ନେତାଙ୍କ ଭିଡ଼

ଭାଜପାରେ ଅନ୍ୟ ଦଳ ନେତାଙ୍କ ଭିଡ଼

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ନିର୍ବାଚନ ଯେତିକି ପାଖଉଛି ନେତାମାନଙ୍କ ଦଳ ଡିଅଁା ସେତିକି ବଢୁଛି। ବିଜେଡି ଯେଉଁସବୁ ପ୍ରତିଶ୍ରୁତି ଦେଇ ବିରୋଧୀ ଦଳ ନେତାଙ୍କୁ ଆଣିଥିଲା ତାହା ପୂରଣ କରି ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା