ରାଜ୍ୟ | ଉପକୂଳ ଓଡିଶା

ପ୍ରେମିକାଙ୍କୁ ଅପହରଣ, ବଳାତ୍କାର ଅଭିଯୋଗ

ପ୍ରେମିକାଙ୍କୁ ଅପହରଣ, ବଳାତ୍କାର ଅଭିଯୋଗ

ବିଞ୍ଝାରପୁର,୧୪।୩(ଡି.ଏନ.ଏ)- ପ୍ରେମିକାଙ୍କୁ ଅପହରଣ କରି ୨ଦିନ ଶାରୀରିକ ସମ୍ପର୍କ ରଖିବା ପରେ ୧ଲକ୍ଷ ଟଙ୍କା ଦାବି କରିଥିଲେ ପ୍ରେମିକ। ଏହାପରେ ତାଙ୍କୁ ବିବାହ କରିବାକୁ ମନା କରିଦେବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଏନେଇ ପ୍ରେମିକା ଜଣଙ୍କ ପ୍ରତାରକ ପ୍ରେମିକଙ୍କ ନାମରେ ବିଞ୍ଝାରପୁର ଥାନାରେ ଅଭିଯୋଗ କରିଛନ୍ତି। 

ଅଭିଯୋଗ ଅନୁଯାୟୀ, କେନ୍ଦ୍ରାପଡା ଜିଲା ଆଳି ଥାନା ଅନ୍ତର୍ଗତ ଜୁଆଣିଆ ଗ୍ରାମର ପ୍ରତାପ ଯେନା ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କ ରହିଥିଲା। ତେବେ ଗତ ୧୦ତାରିଖ ରାତିରେ ପ୍ରତାପ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ସାଥିରେ ନେଇଯାଇଥିଲେ। ଏହାପରେ ସେ ଦୁଇ ଦିନ ଧରି ଯୁବତୀଙ୍କୁ ବଳାତ୍କାର କରିଥିଲେ। ପରେ ତାଙ୍କୁ ବିବାହ କରିବା ପାଇଁ ୧ ଲକ୍ଷ ଟଙ୍କା ଦାବି କରିଥିଲେ। ଟଙ୍କା ନ ଦେଲେ ଯୁବତୀଙ୍କୁ ବିବାହ କରିବେନି, ବରଂ ଜୀବନରୁ ମାରିଦେବେ ବୋଲି ଧମକ ଦେଇଥିଲେ। ଯୁବତୀ ଜଣଙ୍କ କୌଣସି ପ୍ରକାର ସେଠାରୁ ଖସି ଆସି ବୁଧବାର ରାତିରେ ଥାନାରେ ଅଭିଯୋଗ କରିଛନ୍ତି। ବିଞ୍ଝାରପୁର ପୋଲିସ ଯୁବତୀଙ୍କ ଅଭିଯୋଗକୁ ଭିତ୍ତି କରି ଏକ ମାମଲା (ନଂ ୪୯/୧୯) ଧାରା ୪୭୦, ୩୭୬, ୫୦୬ ଆଇପିସି ଅନୁଯାୟୀ ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ପକ୍ଷରୁ ଯୁବତୀଙ୍କ ଡାକ୍ତରୀମାଇନା କରାଯାଇ କୋର୍ଟରେ ହାଜର କରାଯାଇଥିଲା। ଘଟଣା ପରଠାରୁ ପ୍ରତାପ ଫେରାର ହୋଇଯାଇଛନ୍ତି।   ପ୍ରତାପଙ୍କୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି।

All Right Reserved By

ରାଜ୍ୟ | ଉପକୂଳ ଓଡିଶା

ଦେଶ ମେଲଣରେ ୧୬୦ ବିମାନ

ଦେଶ ମେଲଣରେ ୧୬୦ ବିମାନ

ଚାନ୍ଦବାଲି,୨୧।୩(ଡି.ଏନ.ଏ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପ୍ରସିଦ୍ଧ ଦେଶ ମେଲଣ ଗୁରୁବାର ଅନୁଷ୍ଠିତ ହୋଇଛି। ମତୋ ଠାରେ ଅନୁଷ୍ଠିତ ହୋଇଥିବା ଏହି ମେଲଣରେ ଚଳିତ ବର୍ଷ ୧୬୦ଟି ସୁସଜ୍ଜିତ ବିମାନରେ ଠାକୁର ମେଲଣ ପଡିଆକୁ ଆସିଥିଲେ। 

ପରଲୋକରେ ଦାମଙ୍କ ସ୍ତ୍ରୀ ସ୍ନେହଲତା

ପରଲୋକରେ ଦାମଙ୍କ ସ୍ତ୍ରୀ ସ୍ନେହଲତା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମୋଦର ରାଉତଙ୍କ ସ୍ତ୍ରୀ ସ୍ନେହଲତା ମହାପାତ୍ରଙ୍କ ଗୁରୁବାର ସକାଳେ ପରଲୋକ ଘଟିଛି। ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ନେହଲତା ଦୀର୍ଘଦିନ ଧରି ଅସୁସ୍ଥ ଥିଲେ।  

କାର-ବାଇକ୍‌ ମୁହଁ।ମୁହିଁ, ଜଣେ ଗୁରୁତର

କାର-ବାଇକ୍‌ ମୁହଁ।ମୁହିଁ, ଜଣେ ଗୁରୁତର

ଭଞ୍ଜନଗର,୨୧।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସୂର୍ଯ୍ୟ ମନ୍ଦିର ନିକଟରେ ବୁଧବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।

ଶିବ ମନ୍ଦିର ରୁ ଚୋରି

ଶିବ ମନ୍ଦିର ରୁ ଚୋରି

ରୂପସା,୨୧।୩(ଡି.ଏନ.ଏ.): ବାଲେଶ୍ବର ସଦର ବ୍ଲକ ଅନ୍ତର୍ଗତ କସିପଦା ଶିବମନ୍ଦିରରୁ ବୁଧବାର ଚୋରୀ ହୋଇଥିବା ଅଭିଯୋଗ ହୋଇଛି।

ଘାରିଛି ଟିକେଟ୍‌ ନ ପାଇବାର ଭୟ

ଘାରିଛି ଟିକେଟ୍‌ ନ ପାଇବାର ଭୟ

ଖୋର୍ଦ୍ଧା ଅଫିସ/ବୋଲଗଡ,୨୧ା୩ (ଡି.ଏନ୍‌.ଏ.): ଭୁବନେଶ୍ୱର ଲୋକ ସଭା ଆସନ ଅଧୀନରେ ଖୋର୍ଦ୍ଧା ଜିଲାର ଚର୍ଚ୍ଚିତ ବିଧାନସଭା ନିର୍ବାଚନ ମଣ୍ଡଳୀ ବେଗୁନିଆ। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହି ଆସନରୁ ୨ ଥର ନିର୍ବାଚିତ ହୋଇଛନ୍ତି।

ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ:କଂଗ୍ରେସରୁ ଏକ,ବିଜେଡି, ଭାଜପାରୁ ଅନେକ

ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ:କଂଗ୍ରେସରୁ ଏକ,ବିଜେଡି, ଭାଜପାରୁ ଅନେକ

କଟକ ଅଫିସ/କଣ୍ଟାପଡ଼ା,୨୧।୩(ଡି.ଏନ୍‌.ଏ.):୨୦୦୯ ନିର୍ବାଚନମଣ୍ଡଳୀ ସୀମା ପୁନର୍ଗଠନ ପରେ କଟକ ଜିଲାର ଗୋବିନ୍ଦପୁର ବିଧାନସଭା କ୍ଷେତ୍ର ରାଜନୈତିକ ମାନଚିତ୍ରରୁ ଅପସରି ଯାଇଥିଲା।

ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ:ଧର୍ମେନ୍ଦ୍ରଙ୍କ ପାଇଁ ସମ୍ମାନର ପ୍ରଶ୍ନ

ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ:ଧର୍ମେନ୍ଦ୍ରଙ୍କ ପାଇଁ ସମ୍ମାନର ପ୍ରଶ୍ନ

ପାଲଲହଡ଼ା, ୨୧।୩:ଏପ୍ରିଲ ୨୩ରେ ଅନୁଗୋଳ ଜିଲାରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରୁ ପାଲଲହଡ଼ା ବିଧାନସଭା ଆସନକୁ ନେଇ ସାଧାରଣରେ ସର୍ବାଧିକ ଚର୍ଚ୍ଚା ହେଉଛି। କାରଣ ପାଲଲହଡ଼ା ହେଉଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନମଣ୍ଡଳୀ। 

ବିଜେଡି ଦୁର୍ଗ ଉପରେ  ଭାଜପା ନଜର

ବିଜେଡି ଦୁର୍ଗ ଉପରେ ଭାଜପା ନଜର

ପରଜଙ୍ଗ, ୨୧।୩: ଢେଙ୍କାନାଳ ଜିଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ ହେଉଛି ପରଜଙ୍ଗ। ସୀମା ପୁନଃନିର୍ଦ୍ଧାରଣ ପରେ ଏହି ବିଧାନସଭା ଆସନ ବିଜୁ ଜନତା ଦଳ (ବିଜେଡି) କବ୍‌ଜାରେ ରହିଛି। 

ତ୍ରିମୁଖୀ ଲଢ଼େଇ ସମ୍ଭାବନା

ତ୍ରିମୁଖୀ ଲଢ଼େଇ ସମ୍ଭାବନା

ଧାମନଗର, ୨୧।୩ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଆସନରୁ କେଉଁ ଦଳ କାହାକୁ ପ୍ରାର୍ଥୀ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।

ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀ:ତିିନି ଦଳରେ ରୋଚକ ସ୍ଥିତି

ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀ:ତିିନି ଦଳରେ ରୋଚକ ସ୍ଥିତି

ପୁରୀ ଅଫିସ,୨୧ା୩: ପୁରୀ ଜିଲାର ୬ ବିଧାନସଭା କ୍ଷେତ୍ର ମଧ୍ୟରୁ ପିପିଲି ଅନ୍ୟତମ। ରାଜନୈତିକ ଦୃଷ୍ଟିକୋଣରୁ ଏହା ଏକ ସମ୍ବେଦନଶୀଳ ନିର୍ବାଚନ ମଣ୍ଡଳୀ। ଆସନ୍ତା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳର ରାଜନୈତିକ ଅଙ୍କ ରୋଚକ ସ୍ଥିତିରେ ପହଞ୍ଚତ୍ଥିବା କୁହାଯାଉଛି।

ଆଜି ମହାପ୍ରଭୁଙ୍କ ସୁନାବେଶ

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୧ା୩:ଫାଲ୍‌ଗୁନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଅଗ୍ନି ଉତ୍ସବ ନୀତି ସମ୍ପନ୍ନ ହୋଇଛି। ଏହି ଉତ୍ସବକୁ ମେଣ୍ଢାପୋଡ଼ି ନୀତି କୁହାଯାଏ। 

ଭାଜପାରେ ଅନ୍ୟ ଦଳ ନେତାଙ୍କ ଭିଡ଼

ଭାଜପାରେ ଅନ୍ୟ ଦଳ ନେତାଙ୍କ ଭିଡ଼

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ନିର୍ବାଚନ ଯେତିକି ପାଖଉଛି ନେତାମାନଙ୍କ ଦଳ ଡିଅଁା ସେତିକି ବଢୁଛି। ବିଜେଡି ଯେଉଁସବୁ ପ୍ରତିଶ୍ରୁତି ଦେଇ ବିରୋଧୀ ଦଳ ନେତାଙ୍କୁ ଆଣିଥିଲା ତାହା ପୂରଣ କରି ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା