ରାଜ୍ୟ |

ଶୃଙ୍ଖଳିତ ନିର୍ବାଚନ ପାଇଁ ପୋଲିସର ବ୍ୟାପକ ପ୍ରସ୍ତୁତି: ସୋସିଆଲ ମିଡିଆ ଉପରେ ରହିବ ନଜର

ଶୃଙ୍ଖଳିତ ନିର୍ବାଚନ ପାଇଁ ପୋଲିସର ବ୍ୟାପକ ପ୍ରସ୍ତୁତି: ସୋସିଆଲ ମିଡିଆ ଉପରେ ରହିବ ନଜର

କଟକ ଅଫିସ, ୧୫।୩- ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରସ୍ତୁତ ଆଦର୍ଶ ଆଚରଣ ବିଧିକୁ କଡ଼ାକଡ଼ି ଲାଗୁ କରାଯିବ। ବିଶୃଙ୍ଖଳା ଓ ହିଂସାକୁ ରୋକାଯିବ। ସୋସିଆଲ ମିଡିଆ ଉପରେ ପୋଲିସର ତୀକ୍ଷ୍‌ଣ ନଜର ରହିବ। ନିର୍ବାଚନର ଟିକିନିଖି ଖବର ରଖିବା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରିବ। ଏହାବାଦ ଯେଉଁ ହୋମ୍‌ଗାର୍ଡ ଓ ଗ୍ରାମରକ୍ଷୀମାନଙ୍କର ରାଜନୈତିକ ଦଳ ସହିତ ସମ୍ପୃକ୍ତି ଥିବା ଜଣାପଡିବ ସେମାନଙ୍କୁ ନିର୍ବାଚନୀ କାର୍ଯ୍ୟରୁ ଦୂରେଇ ରଖାଯିବ।  ଆସନ୍ତା ସାଧାରଣ ନିର୍ବାଚନକୁ ଶୃଙ୍ଖଳିତ ତଥା ନିରପେକ୍ଷ କରିବା ନିମନ୍ତେ ପୋଲିସ ପକ୍ଷରୁ ଏଭଳି ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି।  

ଗୁରୁବାର ପୋଲିସ ଡିଜି ଡା. ଆର୍‌.ପି. ଶର୍ମାଙ୍କ ଅଧ୍ୟକ୍ଷତାରେ ପୋଲିସ ମୁଖ୍ୟାଳୟରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ ଆଇଜି, ଡିଆଇଜି, ଏସ୍‌ପି ଓ ଡିସିପିମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକରେ ସାମିଲ୍‌ ହୋଇଥିଲେ। ମୁଖ୍ୟତଃ ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ କରିବା ଦିଗରେ ଡିଜିପି ଶର୍ମା ଗୁରୁତ୍ୱାରୋପ କରିଥିଲେ। ଜାନୁୟାରୀ ୨୮ରେ ଅନୁଷ୍ଠିତ ବୈଠକରେ ହୋଇଥିବା ଆଲୋଚନା ଓ ନିଷ୍ପତ୍ତି ଉପରେ ପ୍ରଥମେ ସମୀକ୍ଷା କରାଯାଇଥିଲା। ଏହି ଅନୁଯାୟୀ ବିଭିନ୍ନ ଜିଲାର ଏସ୍‌ପିମାନଙ୍କୁ ଯେଉଁ ଟାର୍ଗେଟ ଦିଆଯାଇଥିଲା ତାହାର ତର୍ଜମା କରାଯାଇଥିଲା। ମୁଖ୍ୟତଃ ବେଆଇନ ଅସ୍ତ୍ରଶସ୍ତ୍ର ଓ ମଦ ଜବତ ଉପରେ ବୈଠକରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଥିଲା। ତେବେ ଏସ୍‌ପିମାନଙ୍କ ଉପରେ ଦିଆଯାଇଥିବା ଟାର୍ଗେଟର ୭୦ ପ୍ରତିଶତ ଲକ୍ଷ୍ୟ ପୂରଣ ହୋଇଥିବା ବୈଠକରୁ ଜଣାପଡ଼ିଛି। ଅଦ୍ୟାବଧି ରାଜ୍ୟର ବିଭିନ୍ନ ସ୍ଥାନରୁ ୫୯ ବେଆଇନ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବାବେଳେ ୫୬୧୧ ଲିଟର ବିଦେଶୀ ଓ ୧୯୨୭୭ ଲିଟର ଦେଶୀ ମଦ ପୋଲିସ ଦ୍ୱାରା ଜବତ କରାଯାଇଛି। ସେହିପରି ୨୯୮୫ ଜଣଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରିଥିବାବେଳେ  ୬୦୧ ଜଣଙ୍କୁ ଗିରଫ କରାଯାଇଥିବା ବୈଠକରୁ ଜଣାପଡ଼ିଛି। ଜାମିନବିହୀନ ଗିରଫ ପରୱାନା ଥିବା ବ୍ୟକ୍ତିବିଶେଷଙ୍କ ନାମ ପୋଲିସ ୱେବ୍‌ସାଇଟରେ ଉପଲବ୍ଧ ରହିଛି। ଉକ୍ତ ନାମ ତାଲିକାକୁ ପୋଲିସ ନୋଟିସ ବୋର୍ଡରେ ଲଗାଇବା ପାଇଁ ଏସ୍‌ପିମାନଙ୍କୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

All Right Reserved By

ରାଜ୍ୟ |

ଦେଶ ମେଲଣରେ ୧୬୦ ବିମାନ

ଦେଶ ମେଲଣରେ ୧୬୦ ବିମାନ

ଚାନ୍ଦବାଲି,୨୧।୩(ଡି.ଏନ.ଏ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପ୍ରସିଦ୍ଧ ଦେଶ ମେଲଣ ଗୁରୁବାର ଅନୁଷ୍ଠିତ ହୋଇଛି। ମତୋ ଠାରେ ଅନୁଷ୍ଠିତ ହୋଇଥିବା ଏହି ମେଲଣରେ ଚଳିତ ବର୍ଷ ୧୬୦ଟି ସୁସଜ୍ଜିତ ବିମାନରେ ଠାକୁର ମେଲଣ ପଡିଆକୁ ଆସିଥିଲେ। 

ପରଲୋକରେ ଦାମଙ୍କ ସ୍ତ୍ରୀ ସ୍ନେହଲତା

ପରଲୋକରେ ଦାମଙ୍କ ସ୍ତ୍ରୀ ସ୍ନେହଲତା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମୋଦର ରାଉତଙ୍କ ସ୍ତ୍ରୀ ସ୍ନେହଲତା ମହାପାତ୍ରଙ୍କ ଗୁରୁବାର ସକାଳେ ପରଲୋକ ଘଟିଛି। ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ନେହଲତା ଦୀର୍ଘଦିନ ଧରି ଅସୁସ୍ଥ ଥିଲେ।  

କାର-ବାଇକ୍‌ ମୁହଁ।ମୁହିଁ, ଜଣେ ଗୁରୁତର

କାର-ବାଇକ୍‌ ମୁହଁ।ମୁହିଁ, ଜଣେ ଗୁରୁତର

ଭଞ୍ଜନଗର,୨୧।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସୂର୍ଯ୍ୟ ମନ୍ଦିର ନିକଟରେ ବୁଧବାର ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।

ଶିବ ମନ୍ଦିର ରୁ ଚୋରି

ଶିବ ମନ୍ଦିର ରୁ ଚୋରି

ରୂପସା,୨୧।୩(ଡି.ଏନ.ଏ.): ବାଲେଶ୍ବର ସଦର ବ୍ଲକ ଅନ୍ତର୍ଗତ କସିପଦା ଶିବମନ୍ଦିରରୁ ବୁଧବାର ଚୋରୀ ହୋଇଥିବା ଅଭିଯୋଗ ହୋଇଛି।

ଘାରିଛି ଟିକେଟ୍‌ ନ ପାଇବାର ଭୟ

ଘାରିଛି ଟିକେଟ୍‌ ନ ପାଇବାର ଭୟ

ଖୋର୍ଦ୍ଧା ଅଫିସ/ବୋଲଗଡ,୨୧ା୩ (ଡି.ଏନ୍‌.ଏ.): ଭୁବନେଶ୍ୱର ଲୋକ ସଭା ଆସନ ଅଧୀନରେ ଖୋର୍ଦ୍ଧା ଜିଲାର ଚର୍ଚ୍ଚିତ ବିଧାନସଭା ନିର୍ବାଚନ ମଣ୍ଡଳୀ ବେଗୁନିଆ। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହି ଆସନରୁ ୨ ଥର ନିର୍ବାଚିତ ହୋଇଛନ୍ତି।

ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ:କଂଗ୍ରେସରୁ ଏକ,ବିଜେଡି, ଭାଜପାରୁ ଅନେକ

ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ:କଂଗ୍ରେସରୁ ଏକ,ବିଜେଡି, ଭାଜପାରୁ ଅନେକ

କଟକ ଅଫିସ/କଣ୍ଟାପଡ଼ା,୨୧।୩(ଡି.ଏନ୍‌.ଏ.):୨୦୦୯ ନିର୍ବାଚନମଣ୍ଡଳୀ ସୀମା ପୁନର୍ଗଠନ ପରେ କଟକ ଜିଲାର ଗୋବିନ୍ଦପୁର ବିଧାନସଭା କ୍ଷେତ୍ର ରାଜନୈତିକ ମାନଚିତ୍ରରୁ ଅପସରି ଯାଇଥିଲା।

ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ:ଧର୍ମେନ୍ଦ୍ରଙ୍କ ପାଇଁ ସମ୍ମାନର ପ୍ରଶ୍ନ

ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ:ଧର୍ମେନ୍ଦ୍ରଙ୍କ ପାଇଁ ସମ୍ମାନର ପ୍ରଶ୍ନ

ପାଲଲହଡ଼ା, ୨୧।୩:ଏପ୍ରିଲ ୨୩ରେ ଅନୁଗୋଳ ଜିଲାରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରୁ ପାଲଲହଡ଼ା ବିଧାନସଭା ଆସନକୁ ନେଇ ସାଧାରଣରେ ସର୍ବାଧିକ ଚର୍ଚ୍ଚା ହେଉଛି। କାରଣ ପାଲଲହଡ଼ା ହେଉଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନମଣ୍ଡଳୀ। 

ବିଜେଡି ଦୁର୍ଗ ଉପରେ  ଭାଜପା ନଜର

ବିଜେଡି ଦୁର୍ଗ ଉପରେ ଭାଜପା ନଜର

ପରଜଙ୍ଗ, ୨୧।୩: ଢେଙ୍କାନାଳ ଜିଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ ହେଉଛି ପରଜଙ୍ଗ। ସୀମା ପୁନଃନିର୍ଦ୍ଧାରଣ ପରେ ଏହି ବିଧାନସଭା ଆସନ ବିଜୁ ଜନତା ଦଳ (ବିଜେଡି) କବ୍‌ଜାରେ ରହିଛି। 

ତ୍ରିମୁଖୀ ଲଢ଼େଇ ସମ୍ଭାବନା

ତ୍ରିମୁଖୀ ଲଢ଼େଇ ସମ୍ଭାବନା

ଧାମନଗର, ୨୧।୩ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଆସନରୁ କେଉଁ ଦଳ କାହାକୁ ପ୍ରାର୍ଥୀ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।

ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀ:ତିିନି ଦଳରେ ରୋଚକ ସ୍ଥିତି

ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀ:ତିିନି ଦଳରେ ରୋଚକ ସ୍ଥିତି

ପୁରୀ ଅଫିସ,୨୧ା୩: ପୁରୀ ଜିଲାର ୬ ବିଧାନସଭା କ୍ଷେତ୍ର ମଧ୍ୟରୁ ପିପିଲି ଅନ୍ୟତମ। ରାଜନୈତିକ ଦୃଷ୍ଟିକୋଣରୁ ଏହା ଏକ ସମ୍ବେଦନଶୀଳ ନିର୍ବାଚନ ମଣ୍ଡଳୀ। ଆସନ୍ତା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳର ରାଜନୈତିକ ଅଙ୍କ ରୋଚକ ସ୍ଥିତିରେ ପହଞ୍ଚତ୍ଥିବା କୁହାଯାଉଛି।

ଆଜି ମହାପ୍ରଭୁଙ୍କ ସୁନାବେଶ

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨୧ା୩:ଫାଲ୍‌ଗୁନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଅଗ୍ନି ଉତ୍ସବ ନୀତି ସମ୍ପନ୍ନ ହୋଇଛି। ଏହି ଉତ୍ସବକୁ ମେଣ୍ଢାପୋଡ଼ି ନୀତି କୁହାଯାଏ। 

ଭାଜପାରେ ଅନ୍ୟ ଦଳ ନେତାଙ୍କ ଭିଡ଼

ଭାଜପାରେ ଅନ୍ୟ ଦଳ ନେତାଙ୍କ ଭିଡ଼

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ନିର୍ବାଚନ ଯେତିକି ପାଖଉଛି ନେତାମାନଙ୍କ ଦଳ ଡିଅଁା ସେତିକି ବଢୁଛି। ବିଜେଡି ଯେଉଁସବୁ ପ୍ରତିଶ୍ରୁତି ଦେଇ ବିରୋଧୀ ଦଳ ନେତାଙ୍କୁ ଆଣିଥିଲା ତାହା ପୂରଣ କରି ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା