ମେଟ୍ରୋ |

ରାଜଧାନୀରେ ଥମୁନି ଚୋରା ନିଶା କାରବାର: ସାଲିଆ ସାହି ବସ୍ତିରୁ ୫ଲକ୍ଷ ଟଙ୍କାର ରନ୍ଧା ମଦ ଜବତ, ୫ ଗିରଫ

ରାଜଧାନୀରେ ଥମୁନି ଚୋରା ନିଶା କାରବାର: ସାଲିଆ ସାହି ବସ୍ତିରୁ ୫ଲକ୍ଷ ଟଙ୍କାର ରନ୍ଧା ମଦ ଜବତ, ୫ ଗିରଫ

କଟକରୋଡ,୧୬।୩(ଡି.ଏନ୍‌.ଏ.): ରାଜଧାନୀରେ ଚୋରା ନିଶା କାରବାର ବଢ଼ିବାରେ ଲାଗିଛି। ଅବକାରୀ ବିଭାଗ ପକ୍ଷରୁ ଅନେକ ଥର ଚଢ଼ାଉ କରାଯାଉଥିଲେ ସୁଦ୍ଧା ଏହା ଥମିବାର ନାଁ ନେଉନାହିଁ। ଏହି କ୍ରମରେ କଟକ ଜିଲା ଅବକାରୀ ବିଭାଗ ଫ୍ଲାଇଂ ସ୍କ୍ବାର୍ଡ , ଭୁବନେଶ୍ୱର ଅବକାରୀ କାର୍ଯ୍ୟାଳୟ ଓ ନୟାପଲ୍ଲୀ ପୋଲିସ ମିଳିତ ଭାବେ ଶନିବାର ନୟାପଲ୍ଲୀ ଥାନା ଅଧୀନ ସାଲିଆ ସାହି ବସ୍ତିରେ ଚଢ଼ାଉ କରି ପ୍ରାୟ ୫ଲକ୍ଷ ଟଙ୍କାର ରନ୍ଧା ଦେଶୀ ମଦ, ପୋଚ ଓ ମଦରନ୍ଧା ମେଶିନ ଇତ୍ୟାଦି ଜବତ କରିଛନ୍ତି। ଏହି ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି। ତେବେ ଅଭିଯୁକ୍ତଙ୍କ ପରିଚୟ ମିଳିପାରି ନାହିଁ। ଏମାନଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅବକାରୀ ବିଭାଗର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। 

All Right Reserved By

ମେଟ୍ରୋ |

କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ମନୋଜ ଆହତ

କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ମନୋଜ ଆହତ

କଟକ ଅଫିସ,୯।୩: ମାଲଗୋଦାମ ପୋଲିସ ସୋମବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ମନୋଜ ସ୍ବାଇଁ ଓରଫ ମନୁଆଙ୍କୁ ଏନ୍‌କାଉଣ୍ଟର କରିଛି। ଏଥିରେ ମନୋଜଙ୍କ ଗୋଡ଼ରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାଙ୍କୁ ଏସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ନିକଟରୁ ୪ ବୋମା ଜବତ କରାଯାଇଛି।

ମାର୍ଚ୍ଚ ୨୧ରୁ ପୁରୀ ପୁସ୍ତକ ମେଳା

ମାର୍ଚ୍ଚ ୨୧ରୁ ପୁରୀ ପୁସ୍ତକ ମେଳା

ପୁରୀ ଅଫିସ,୧୯।୩: ସାମାଜିକ ଅନୁଷ୍ଠାନ ପ୍ରୟାସ ଆନୁକୂଲ୍ୟରେ ପୁରୀ ପୁସ୍ତକ ମେଳା ଆସନ୍ତା ମାର୍ଚ୍ଚ ୨୧ରୁ ଅନୁଷ୍ଠିତ ହେବ। ଏହା ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। 

ଅଂଶୁଘାତ ପ୍ରତିକାର: ଜଳକଷ୍ଟ ନିରାକରଣ ପ୍ରସ୍ତୁତି ବୈଠକ

ଅଂଶୁଘାତ ପ୍ରତିକାର: ଜଳକଷ୍ଟ ନିରାକରଣ ପ୍ରସ୍ତୁତି ବୈଠକ

ପୁରୀ ଅଫିସ,୧୯ା୩: ବଢିଲାଣି ଖରା । ଆଗକୁ ଅଂଶୁଘାତ ଏବଂ ଜଳକଷ୍ଟ ଦେଖାଦେବ । ତେଣୁ ଏହାକୁ କିପରି ମୁକାବିଲା କରାଯାଇ ପାରିବ ସେ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। 

ବିଜେଡିରୁ ବହିଷ୍କୃତ କୃଷ୍ଣଚନ୍ଦ୍ର ରାୟ, ପ୍ରସନ୍ନ ବରାଳ

ବିଜେଡିରୁ ବହିଷ୍କୃତ କୃଷ୍ଣଚନ୍ଦ୍ର ରାୟ, ପ୍ରସନ୍ନ ବରାଳ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର କୃଷ୍ଣଚନ୍ଦ୍ର ରାୟ(ବାବୁ ସିଂହ) ଏବଂ ପ୍ରସନ୍ନ ବରାଳ(ବାବୁଲି)ଙ୍କୁ ମଙ୍ଗଳବାର ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳରୁ ବହିଷ୍କାର କରିଛନ୍ତି।

କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ ସାଧୁ ନେପାକ

କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ ସାଧୁ ନେପାକ

ବରଗଡ଼ ଅଫିସ୍‌,୧୯।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ସୋମବାର ବିଳମ୍ବିତ ରାତିରେ ପ୍ରକାଶ ପାଇଥିଲା କଂଗ୍ରେସ ପ୍ରାର୍ଥୀ ତାଳିକା। ଏହି ତାଲିକାରୁ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ନାମ ନ ଥିବାରୁ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ପ୍ରାର୍ଥୀ ତାଳିକାରୁ ବାଦ୍‌ ଦେବା ପରେ ତାଙ୍କ ସମର୍ଥକମାନେ ବାଧ୍ୟ କରିବାରୁ ସେ ଦଳ ଛାଡ଼ିଥିବା କହିଛନ୍ତି। 

ବିଜେଡି ଛାଡିଲେ ପ୍ରମୋଦ

ବିଜେଡି ଛାଡିଲେ ପ୍ରମୋଦ

ଭୁବନେଶ୍ୱର, ୧୯।୩(ବ୍ୟୁରୋ):  ସୁନ୍ଦରଗଡ଼ ନେତ୍ରୀ କୁସୁମ ଟେଟେଙ୍କ ସହ ଆଉ ଜଣେ ବିଜେଡି ନେତା ମଧ୍ୟ ଦଳରୁ ଇସ୍ତଫା ଦେଇଛନ୍ତି। ସେ ହେଉଛନ୍ତି ପ୍ରମୋଦ ପଟ୍ଟନାୟକ। କଳାହାଣ୍ଡି ଜିଲା ବିଜେଡିର ସାଧାରଣ ସମ୍ପାଦକ ପଦରୁ ସେ ଇସ୍ତଫା ଦେଇଛନ୍ତି।  ପ୍ର

ମହିଳାଙ୍କୁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବା ମିଛ: କୁସୁମ ଟେଟେ

ମହିଳାଙ୍କୁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବା ମିଛ: କୁସୁମ ଟେଟେ

ଭୁବନେଶ୍ୱର, ୧୯।୩(ବ୍ୟୁରୋ): ୨୦୧୪ ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ହୋଇଥିବା କୁସୁମ ଟେଟେ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ପ୍ରାର୍ଥୀ ଚୟନରେ ଅସନ୍ତୋଷ ପ୍ରକାଶ କରି ସେ ତାଙ୍କର ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ: ଏପ୍ରିଲ ୧୮ରେ ୫ ଲୋକ ସଭା, ୩୫ ବିଧାନସଭାରେ ହେବ ନିର୍ବାଚନ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ: ଏପ୍ରିଲ ୧୮ରେ ୫ ଲୋକ ସଭା, ୩୫ ବିଧାନସଭାରେ ହେବ ନିର୍ବାଚନ

ଭୁବନେଶ୍ୱର, ୧୯।୩(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସକାଶେ ମଙ୍ଗଳବାର ନିର୍ବାଚନ ମୁଖ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମଙ୍ଗଳବାରଠାରୁ ପ୍ରାର୍ଥୀମାନେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନପତ୍ର ଦାଖଲ କରିପାରିବେ। ଦ୍ୱିତୀୟ ପର୍ଯ୍ୟାୟରେ ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୬।

ବୁଧବାର ମୁଖ୍ୟମନ୍ତ୍ରୀ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ

ବୁଧବାର ମୁଖ୍ୟମନ୍ତ୍ରୀ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ

ଭୁବନେଶ୍ୱର, ୧୯।୩(ବ୍ୟୁରୋ): ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନ ଗଞ୍ଜାମ ଜିଲାର ହିଞ୍ଜିଳି ଏବଂ ବରଗଡ଼ ଜିଲାର ବିଜେପୁରରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ୨ଟି ନିର୍ବାଚନ ମଣ୍ଡଳୀରୁ ବିଜେଡିର ପ୍ରାର୍ଥୀ ହୋଇଛନ୍ତି। 

ବିଜେଡି ଛାଡିଲେ କୁସୁମ ଟେଟେ

ବିଜେଡି ଛାଡିଲେ କୁସୁମ ଟେଟେ

ଭୁବନେଶ୍ୱର, ୧୯।୩(ବ୍ୟୁରୋ): ସୁନ୍ଦରଗଡ଼ ବିଜେଡି ନେତ୍ରୀ କୁସୁମ ଟେଟେ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ପ୍ରାର୍ଥୀ ଚୟନରେ ଅସନ୍ତୋଷ ପ୍ରକାଶ କରି ସେ ଦଳ ଛାଡିଥିବା ଜଣାପଡ଼ିଛି।

ହିଞ୍ଜିଳି, ବିଜେପୁର ବିଧାନସଭା ଆସନରୁ ଲଢ଼ିବେ ନବୀନ

ହିଞ୍ଜିଳି, ବିଜେପୁର ବିଧାନସଭା ଆସନରୁ ଲଢ଼ିବେ ନବୀନ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲା ହିଞ୍ଜିଳି ଏବଂ ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ। ବିଜେଡି ପକ୍ଷରୁ ସୋମବାର ଏହି ଘୋଷଣା ନିଜେ ମୁଖ୍ୟମନ୍ତ୍ରୀ କରିଛନ୍ତି। ରବିବାର ପଶ୍ଚିମ ଓଡ଼ିଶାର ନେତା ଏବଂ ବୁଦ୍ଧିଜୀବୀମାନେ ମୁଖ୍ୟମନ୍ତ୍ରୀଙ୍କୁ ପଶ୍ଚିମ ଓଡ଼ିଶାରେ ଲଢ଼ିବା ପାଇଁ ଅନୁରୋଧ କରିଥିଲେ।

୬ ଲୋକ ସଭା, ୩୬ ବିଧାନସଭା କଂଗ୍ରେସ ପ୍ରାର୍ଥୀ ଚୂଡ଼ାନ୍ତ

୬ ଲୋକ ସଭା, ୩୬ ବିଧାନସଭା କଂଗ୍ରେସ ପ୍ରାର୍ଥୀ ଚୂଡ଼ାନ୍ତ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ରାଜ୍ୟରେ ହେବାକୁ ଥିବା ପ୍ରଥମ ଦୁଇଟି ପର୍ଯ୍ୟାୟ ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ଦଫାରେ ୬ ଲୋକ ସଭା ଏବଂ ୩୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ହୋଇଛି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା