ରାଜ୍ୟ | ସମ୍ବଲପୁର

ସମ୍ବଲପୁରରେ ବିସ୍ଫୋରକ ସାମଗ୍ରୀ କିଣାବିକାରେ ଲଗାମ ନାହିଁ

ସମ୍ବଲପୁରରେ ବିସ୍ଫୋରକ ସାମଗ୍ରୀ କିଣାବିକାରେ ଲଗାମ ନାହିଁ

ସମ୍ବଲପୁର,୧୮।୩(ବ୍ୟୁରୋ): ସମ୍ବଲପୁର ଜିଲାର ବିଭିନ୍ନ ଅଞ୍ଚଳରେ ବିସ୍ଫୋରକ ସାମଗ୍ରୀ ଖୋଲା ବଜାରରେ ବିକ୍ରି ହେଉଛି । ଅଧିକ ଲାଭ ପାଇବା ପାଇଁ ବାହର ରାଜ୍ୟକୁ ମଧ୍ୟ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି । ଅନ୍ୟ ସାଧାରଣ ସାମଗ୍ରୀ ଭଳି ଏହା ବେଧଡକ ବିକ୍ରି ଚାଲିଛି । ଦିନ ଦ୍ୱିପହରେ କାର ଓ ବାଇକ ଯୋଗେ କୁଇଣ୍ଟାଲ କୁଇଣ୍ଟାଲ ମାତ୍ରାରେ ବେଆଇନ ଭାବେ ଏ ସବୁ ବିକ୍ରି କରାଯାଉଛି । ନଦୀ, ପୋଖରିରେ ମାଛ ଧରିବାକୁ ଧୀବରମାନେ ଏ ସବୁ କିଣି ସୁବିଧାରେ ବ୍ୟବହାର କରୁଛନ୍ତି । ମହାନଦୀରେ ମାଛ ଧରିବାକୁ ପ୍ରାୟତଃ ହେଉଛି ବୋଲି ଅଭିଯୋଗ ହେଉଛି । ଅନ୍ୟପକ୍ଷେ ବିସ୍ଫୋରକ ସାମଗ୍ରୀ ବ୍ୟବହାର କଲେ ଲାଇସନ୍ସ କରାଯିବା ନିୟମ ରହିଛି । ହେଲେ ଲାଇସନ୍ସ କରି ନ ଥିବା ପଥର ଖାଦାନ ମାଲିକ, କ୍ରଶର ମାଲିକମାନଙ୍କୁ ମାତ୍ରାଧିକ ଭାବେ ବିକ୍ରି କରାଯାଉଛି । ଅଧିକ ଲାଭ ପାଇବା ଆଶାରେ ଛତିଶଗଡ, ଆନ୍ଧ୍ରପ୍ରଦେଶ ଓ କଲିକତା ଚୋରା ଚାଲାଣ କରାଯାଉଛି ବୋଲି ଅଭିଯୋଗ ହେଉଛି । ନକଲି କାଗଜପତ୍ର ତିଆରି କରି ଚୋରା ଚାଲାଣ କରାଯାଉଛି । ସମ୍ବଲପୁର ଜିଲାରେ ୨ ଜଣ ଲାଇସନ୍ସପ୍ରାପ୍ତ ବିକ୍ରେତା ଅଛନ୍ତି । ସେମାନେ ଲାଇସନ୍ସପ୍ରାପ୍ତ କମ୍ପାନୀ ଓ ମାଲିକମାନଙ୍କୁ ବିକ୍ରି କରି ପାରିବେ । ହେଲେ ବିକ୍ରି କରିବାର ନିମୟରେ ବ୍ୟତିକ୍ରମ ଦେଖା ଦେଉଛି । ସମସ୍ତ ନିୟମ ପାଳନ  କରାଯାଉନି। ଅତୀତରେ ଶାସନ ଥାନା ଅଞ୍ଚଳରେ ଏକ କ୍ରଶରର ମ୍ୟାନେଜରଙ୍କ ପାଖରୁ ବିସ୍ଫୋରକ ସାମଗ୍ରୀ ନେଇ ଜଣେ କ୍ରଶର କର୍ମଚାରୀ କେନାଲରେ ମାଛ ଧରୁଥିବା ସମୟରେ ହାତରେ ଫୁଟି ଯାଇ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଶାସନ ଥାନା ପୋଲିସ ବେଆଇନ ବିସ୍ଫୋରକ ସାମଗ୍ରୀ ରଖିବା ମାମଲାରେ ଉକ୍ତ କ୍ରଶର ମ୍ୟାନେଜରଙ୍କୁ ଗିରଫ କରିଥିଲା। ସଦର ଥାନା ଅଞ୍ଚଳରେ ମଧ୍ୟ ଏକ କ୍ରଶର ଉପରେ ଚଢାଉ କରାଯାଇଥିଲା। ମାନେଶ୍ୱର, ଯୁଯୁମୁରା, ନାକଟିଦେଉଳ, ରେଢାଖୋଲ, ରେଙ୍ଗାଲି  ତହସିଲ ଅଧୀନ ଅନେକ କ୍ରଶର ମାଲଇକଙ୍କ ପାଖରେ ବିସ୍ଫୋରକ ରଖିବା ଓ ଏହାକୁ ବ୍ୟବହାର କରିବା ଲାଇସନ୍ସ ନାହିଁ । ପ୍ରଶାସନ ଓ ପୋଲିସ ଆଖିରୁ ବର୍ତ୍ତିବା ପାଇଁ କେତେକ କ୍ରଶର ମାଲିକ ଲାଇନ୍ସପ୍ରାପ୍ତ ବିକ୍ରେତାଙ୍କ ସହ ଚୁକ୍ତି କରିଥାନ୍ତି । ଚୁକ୍ତି ଅନୁସାରେ ଲାଇସନ୍ସପ୍ରାପ୍ତ ଏଜେନ୍ସିର ଜଣେ ତାଲିମଧାରୀ ବ୍ୟକ୍ତି ପଥରଖାଦାନରେ ବିସ୍ଫୋରଣ କରିବା ନିୟମ ରହିଥାଏ । ହେଲେ ସାଧାରଣ ଶ୍ରମିକମାନେ ଏହି କାମ କରି ଦୁର୍ଘଟଣାର ଶିକାର ହୋଇଥାନ୍ତି । ଏ ସମ୍ପର୍କରେ ସମ୍ବଲପୁର ଏସ୍‌ପି ସଞ୍ଜୀବ ଆରୋରାଙ୍କୁ ପଚାରିବାରୁ ବେଆଇନ ବିସ୍ଫୋରଣ ରୋକିବା ଦିଗରେ ସମସ୍ତ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି । ଚୋରା ଚାଲାଣ ରୋକିବାରେ ମଧ୍ୟ ପୋଲିସ ପକ୍ଷରୁ ଚଢାଉ କରାଯିବ ବୋଲି କହିଥିଲେ।

All Right Reserved By

ରାଜ୍ୟ | ସମ୍ବଲପୁର

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ;  ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ; ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

ମାହାଙ୍ଗା,୨୩ା୪(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କଟକ ଜିଲାର ମାହାଙ୍ଗା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ଜେ.ଏନ. କଲେଜ ପଡ଼ିଆଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। 

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୨୩।୪- କେନ୍ଦ୍ରାପଡ଼ା ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଗାଦି ଛାଡିବା ସମୟ ଆସିଗଲାଣି ବୋଲି କହିଥିବା ବେଳେ ରାଫେଲ ପ୍ରସଙ୍ଗକୁ ନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନ ଲାଗି ମଙ୍ଗଳବାର ମତଦାନ କରାଯାଉଛି। ସକାଳ ୭ଟାରେ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୬୧% ମତଦାନ ହୋଇଛି। 

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆସନ୍ତା ୨୫ରେ ରାଜ୍ୟର ୯ଟି ବୁଥ୍‌ରେ ସାନି ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉକ୍ତ ବୁଥ୍‌ଗୁଡ଼ିକରେ ବିଭିନ୍ନ କାରଣ ନେଇ ମତଦାନ ସ୍ଥଗିତ ରହିଥିଲା। 

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର /ଆନନ୍ଦପୁର,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri