ରାଜ୍ୟ |

ଗୋଇନ୍ଦା ରିପୋର୍ଟକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ; ଜାଲ୍‌ ଚିଠି ଦେଖାଇ ବିଭ୍ରାନ୍ତ କରୁଛି ଭାଜପା: ବିଜେଡି

ଗୋଇନ୍ଦା ରିପୋର୍ଟକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ; ଜାଲ୍‌ ଚିଠି ଦେଖାଇ ବିଭ୍ରାନ୍ତ କରୁଛି ଭାଜପା: ବିଜେଡି

ଭୁବନେଶ୍ୱର,୨୦ା୩ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରୁ ନିର୍ବାଚନ ଲଢିଲେ ହାରିଯିବେ ବୋଲି ଗୋଇନ୍ଦା ରିପୋର୍ଟ ଦେଇଥିବା ନେଇ ସୋମବାର ଭାଜପା ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ ଏକ ଖବରଦାତା ସମ୍ମିଳନୀରେ କହିଥିଲେ।   ଏ ସଂକ୍ରାନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀ ଓ ପୋଲିସ ଡିଜିଙ୍କୁ ଦିଆଯାଇଥିବା ସେ କହିଥିଲେ। ଏହା ପରେ ପୋଲିସ ଡିଜି ଟୁଇଟ୍‌ କରି ଏହା ଫେକ୍‌ ବୋଲି କହିଥିଲେ। ଉକ୍ତ ଗୋଇନ୍ଦା ରିପୋର୍ଟକୁ ନେଇ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ଭାଜପା। ବିଜେଡି ମୁଖପାତ୍ର ପ୍ରତାପ ଦେବ ଖବରଦାତା ସମ୍ମିଳନୀରେ କହିଛନ୍ତି, ଭାଜପା ଏହି ଜାଲ୍‌ ଚିଠି ଦେଖାଇ ଲୋକଙ୍କୁ ବିଭ୍ରାନ୍ତ କରୁଛି। ଭାଜପା ନିର୍ବାଚନ ପୂର୍ବରୁ ହାରିବାକୁ ନେଇ ଭୟଭୀତ ହୋଇଯାଇଛି। ତେଣୁ ମିଛର ସାହାରା ନେବାକୁ ପଛାଉନାହିଁ। କର୍ନାଟକରେ ମଧ୍ୟ ଭାଜପା ସମାନ ନୀତି ଆପଣାଇଥିଲା। କର୍ନାଟକ ଓ ଓଡିଶାରେ ଭାଜପା ଦେଖାଇଥିବା ଚିଠିର କ୍ରମିକ ନମ୍ବର ସମାନ ଥିବା ସେ କହିଛନ୍ତି। କର୍ନାଟକରେ ସମାନ ଧରଣର ଏକ ଚିଠିକୁ ଅଦଳବଦଳ କରି  ଭାଜପା ଏଭଳି ମନଗଢା ଅଭିଯୋଗ ଆଣିଛି ବୋଲି ପ୍ରତାପ ଦେବ କହିଛନ୍ତି।

ବିଜେଡି ଖବରଦାତା ସମ୍ମିଳନୀର କିଛି ସମୟ ପରେ ଭାଜପାର ଏକ ଟିମ୍‌ ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା। ଗୋଇନ୍ଦା ସଂସ୍ଥା ଦ୍ୱାରା ଏଭଳି ରିପୋର୍ଟ ପ୍ରସ୍ତୁତ ନିର୍ବାଚନ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ବୋଲି ଭାଜପା ଅଭିଯୋଗ କରିଛି। ଗୋଇନ୍ଦା ବିଭାଗର ଏଭଳି କାର୍ଯ୍ୟ ନିର୍ବାଚନରେ ସ୍ବଚ୍ଛତା ଓ ନିରପେକ୍ଷତାର ପରିପନ୍ଥୀ ବୋଲି ଭାଜପା ପକ୍ଷରୁ କୁହାଯାଇଛି। ଭାଜପା ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି, ରିପୋର୍ଟରେ ବୈଧତା ନ ପରଖି ପୋଲିସ ଡିଜି ଯେଭଳି ଏହାକୁ ଜାଲ୍‌ ରିପୋର୍ଟ ବୋଲି କହିଲେ ଓ ଥାନାରେ ଅଭିଯୋଗ  କରାଗଲା ସେଥିରୁ ପୋଲିସ ସରକାରଙ୍କ ନିର୍ଦ୍ଦେଶରେ କାମ କରୁଥିବା ସ୍ପଷ୍ଟ ହୋଇଛି। ସୋସିଆଲ ମିଡିଆରେ ବୁଲୁଥିବା ଏହି ରିପୋର୍ଟକୁ ନେଇ ଖବରଦାତା ସମ୍ମିଳନୀ କରାଯାଇଥିଲା। ତେଣୁ ଉଭୟ ପୋଲିସ ଡିଜି ଓ ଗୋଇନ୍ଦା ବିଭାଗ ଡିଜିଙ୍କୁ ତୁରନ୍ତ ନିଲମ୍ବନ କରାଯିବା ସହ ଅନ୍ୟତ୍ର ବଦଳି ଲାଗି ନିର୍ବାଚନ ଅଧିକାରୀଙ୍କୁ ନିକଟରେ ଦାବି କରାଯାଇଥିବା ଗୋଲକ କହିଛନ୍ତି। ସେହିଭଳି ଏନ୍‌ଆଇଏ କିମ୍ବା ସିବିଆଇ ଦ୍ୱାରା ଏହାର ତଦନ୍ତ କରାଯାଉ। ଉକ୍ତ ରିପୋର୍ଟର ବୈଧତା ଯାଞ୍ଚ ସହ ଏହାକୁ ଫୋରେନସିକ୍‌ ଲାବୋରେଟୋରିକୁ ପଠାଇବା ଲାଗି ଭାଜପା ନିର୍ବାଚନ ଅଧିକାରୀଙ୍କୁ ନିବେଦନ କରିଥିବା ସେ କହିଛନ୍ତି।

ଭାଜପାର ପ୍ରବକ୍ତା ପୀତାମ୍ବର ଆଚାର୍ଯ୍ୟ କହିଛନ୍ତି ଯେ, ବିଜେଡି ଖବରଦାତା ସମ୍ମିଳନୀରେ ଯେଉଁ ଅଭିଯୋଗ ଅଣାଗଲା ତାହା ସମ୍ପୂର୍ଣ୍ଣ ମିଥ୍ୟା। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୟାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଜେଡିଏସ୍‌ ଆଣିଥିଲା, ଭାଜପା ନୁହେଁ। ସମ୍ପୂର୍ଣ୍ଣ ତଥ୍ୟ ହାସଲ ନ କରି ତରବରିଆ ଭାବେ ବିଜେଡି ଯେପରି ମତ ରଖିଲା ସେଥିରୁ ଲାଗୁଛି ସେମାନେ ଭାଜପାକୁ ନେଇ ଅତ୍ୟନ୍ତ ଭୟଭୀତ। ପୋଲିସ ଡିଜି ବିରୋଧୀ ଦଳକୁ ନାଲିଆଖି ଦେଖାଇବା ବନ୍ଦ କରନ୍ତୁ। ଯଦି ସାହସ ଅଛି ତ ଭାଜପାକୁ ବାନ୍ଧନ୍ତୁ ବୋଲି ପୀତାମ୍ବର କହିଛନ୍ତି।

ଅନ୍ୟପକ୍ଷରେ ବିଜେଡିର ଏକ ଟିମ୍‌ ମଧ୍ୟ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଜାଲ୍‌ ରିପୋର୍ଟ ସମ୍ପର୍କରେ ଅଭିଯୋଗ ଜଣାଇଛନ୍ତି। ଭାଜପା ଜାଲ୍‌ ରିପୋର୍ଟ ଦେଖାଇଥିବାରୁ ୪୮ ଘଣ୍ଟା ଭିତରେ କାର୍ଯ୍ୟାନୁଷ୍ଟାନ ଦାବି କରିଛି ବିଜେଡି। ଦୁଇ ଦଳର ଅଭିଯୋଗ ଓ ପ୍ରତି ଅଭିଯୋଗକୁ ଆଧାର କରି ପୋଲିସ ଉକ୍ତ ରିପୋର୍ଟକୁ ଜବତ କରି ତଦନ୍ତ ଆରମ୍ଭ କରିଛି।  ପୋଲିସ କମିଶନର ସତ୍ୟଜିତ ମହାନ୍ତି କହିଛନ୍ତି, ଦୁଇ ରାଜନୈତିକ ଦଳର ମିଡିଆ ସେଲ୍‌ କର୍ମଚାରୀ ଓ ଖବରଦାତା ସମ୍ମିଳନୀ କରିଥିବା ବ୍ୟକ୍ତିବିଶେଷ ତଦନ୍ତ ପରିସରଭୁକ୍ତ ହେବେ। ସେମାନଙ୍କୁ ଡାକି ପୋଲିସ ପଚରାଉଚରା କରିବ। କିଏ ଓ କେଉଁ ଉଦ୍ଦେଶ୍ୟରେ ଏଭଳି ଜାଲ୍‌ ରିପୋର୍ଟ ସୋସିଆଲ ମିଡିଆରେ ଭାଇରାଲ କଲେ ତାହାର ତଦନ୍ତ ହେବ ବୋଲି ସେ କହିଛନ୍ତି।

All Right Reserved By

ରାଜ୍ୟ |

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ପରଜଙ୍ଗ,୨୦।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୋ ପଞ୍ଚାୟତ ଦଲକ ସାହିରେ ଶନିବାର ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି।

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଦୀର୍ଘ ଦିନ ଧରି ଲୋକଙ୍କ ପାଇଁ କାମ କରିଛନ୍ତି।

କାଳବୈଶାଖୀ ବଜ୍ରପାତରେ ୨ ଆହତ

କାଳବୈଶାଖୀ ବଜ୍ରପାତରେ ୨ ଆହତ

ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ହଜ ଗ୍ରାମର ଗୋଡିସାହିରେ ଶୁକ୍ରବାର ରାତିରେ କାଳବୈଶାଖୀ ବର୍ଷା ସହିତ ପବନ ଓ ବଜ୍ରପାତ ଘଟିଛି। 

ଟାୟାର ଫାଟିବାରୁ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା କାର: ୧ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଟାୟାର ଫାଟିବାରୁ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା କାର: ୧ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

କଳିଙ୍ଗନଗର, ୨୦।୪(ଡି.ଏନ୍‌.ଏ.): ଯାଜପୁର ଜିଲା ରାଇରଙ୍ଗପୁରରୁ ଶନିବାର ସକାଳେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ମା’ ତାରିଣୀ ନାମକ ଯାତ୍ରୀବାହୀ ବସ୍‌ ଅନ୍ଧାରୀ ନିକଟରେ ଏକ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।


Model This Week

କ୍ରିଷ୍ଣା
Why Dharitri