ରାଜ୍ୟ | ସମ୍ବଲପୁର

ବଲାଙ୍ଗୀରରୁ କଂଗ୍ରେସ ପ୍ରାର୍ଥୀ ନରସିଂହ: ବିଜେଡି, ଭାଜପାର ଗଣିତ ଛିଣ୍ଡୁନି

 ବଲାଙ୍ଗୀରରୁ କଂଗ୍ରେସ ପ୍ରାର୍ଥୀ ନରସିଂହ: ବିଜେଡି, ଭାଜପାର ଗଣିତ ଛିଣ୍ଡୁନି

ବଲାଙ୍ଗୀର ଅଫିସ, ୨୦ା୩: ବଲାଙ୍ଗୀର ବିଧାନସଭା ଆସନ ପାଇଁ ପୁରୁଖା ନେତା, ବିଧାୟକ ତଥା ବିରୋଧୀଦଳ ନେତା ନରସିଂହ ମିଶ୍ରଙ୍କୁ ଚଳିତ ନିର୍ବାଚନ ପାଇଁ କଂଗ୍ରେସ ଦଳ ପୁଣି ଦଳୀୟ ଟିକେଟ ଦେଇଛି ।  ଏନେଇ ସୋମବାର ବିଳମ୍ବିତ ରାତ୍ରିରେ ବିଧିବଦ୍ଧ ଘୋଷଣା ହେବା ପରେ ବଲାଙ୍ଗୀରରେ କଂଗ୍ରେସ କର୍ମୀ, ନେତା ଓ ସମର୍ଥକ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି ।  ଅନ୍ୟପଟେ ପ୍ରତିପକ୍ଷ ବିଜେଡି ଓ ଭାଜପା ଆଶାୟୀ ପ୍ରାର୍ଥୀଙ୍କ ଗଣିତ ଛିଣ୍ଡୁ ନ ଥିବା ଜଣାପଡିଛି ।  ବିଜେଡି ପକ୍ଷରୁ ୫୪ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଥିଲେ ମଧ୍ୟ ବଲାଙ୍ଗୀର ଜିଲାର ବଲାଙ୍ଗୀର ସଦର ଓ ଲୋଇସିଂହା ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହିଁ। କଂଗ୍ରେସ ମିଶ୍ରଙ୍କ ନାମ ଘୋଷଣା କରି ପ୍ରତିପକ୍ଷ ବିଜେଡି ଓ ଭାଜପା ଉପରେ ଚାପ ସୃଷ୍ଟି କରିବାରେ ସଫଳ ହୋଇଛି ବୋଲି ନିର୍ବାଚନ ମଣ୍ଡଳୀରେ ଚର୍ଚ୍ଚା ଶୁଣିବାକୁ ମିଳୁଛି। 

ବଲାଙ୍ଗୀର ଜିଲାର ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୩ଟି ବିଧାନସଭା ଆସନ ଯଥା ପାଟଣାଗଡ଼, ଟିଟିଲାଗଡ଼ ଓ କଣ୍ଟାବାଞ୍ଜି ଆସନରେ ବିଜେଡି ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲେ ମଧ୍ୟ ବଲାଙ୍ଗୀର ଓ ଲୋଇସିଂହା ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରି ନ ଥିବାରୁ ବିଜେଡି ଶିବିରରେ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ବଲାଙ୍ଗୀର ବିଧାନସଭା ଆସନ ପାଇଁ ବିଜେଡି ଆଶାୟୀ ପ୍ରାର୍ଥୀ ଭାବେ ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓଙ୍କ ପୁଅ ଅର୍କେଶ ନାରାୟଣ ସିଂଦେଓ, ସମାଜିକ କର୍ମୀ ଲଳିତ କୁମାର ନାୟକ, ହରେକୃଷ୍ଣ ଷଡଙ୍ଗୀ, ନାରୀନେତ୍ରୀ ଶ୍ରୀମୟୀ ମିଶ୍ର ଭୁବନେଶ୍ୱର ନବୀନ ନିବାସରେ ତନାଘନା ଉଦ୍ୟମ ଚଲାଇଥିବା ଚର୍ଚ୍ଚାର ବିଷୟ ହୋଇଛି। ଅନଙ୍ଗଙ୍କ ବଡପୁଅ ତଥା ଲୋକସଭା ଏମପି କଲିକେଶ ନାରାୟଣ ସିଂଦେଓଙ୍କୁ ଚଳିତ ନିର୍ବାଚନ ପାଇଁ ଦଳ ପୁଣି ଥରେ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି। ଏଭଳି କ୍ଷେତ୍ରରେ ଗୋଟିଏ ପରିବାରରୁ ଅନଙ୍ଗଙ୍କ ସାନପୁଅ ଅର୍କେଶଙ୍କୁ ଆଉ ଗୋଟିଏ ଦଳୀୟ ଟିକେଟ ମିଳିବ କି ନାହିଁ ସେନେଇ ବିଜେଡି କର୍ମୀ ଓ ସମର୍ଥକ ମହଲରେ ବି ଆଶଙ୍କା ଦେଖାଦେଇଛି ।  ଅର୍କେଶଙ୍କ କିଛି ସମର୍ଥକ ଦଳୀୟ ଟିକେଟ ନିଶ୍ଚୟ ପାଇବେ ବୋଲି ଦୃଢ଼ ଆଶାବାଦୀ ଥିଲେ ମଧ୍ୟ ଟିକେଟ ଘୋଷଣାକୁ ନେଇ ବିଳମ୍ବ ହେଉଥିବାରୁ ଚାପର ସମ୍ମୁଖୀନ ହେଉଛନ୍ତି ।  ଅନ୍ୟପଟେ ବିଜେଡି ଆଶାୟୀ ତାଲିକାରେ ଥିତ୍ବା ଲଲିତ, ଷଡଙ୍ଗୀ, ଶ୍ରୀମୟୀ ଟିକେଟ ହାତେଇବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରୁଥିବା କୁହାଯାଉଛି। 

ଭାଜପାରେ ଡା. ବାସୁଦେବ ପତି, ଗୋପାଲଜୀ ପାଣିଗ୍ରାହୀ, ଅନନ୍ତ ଦାଶ ଟିକେଟ ଦୌଡରେ ରହିଥିଲେ ମଧ୍ୟ ପ୍ରାର୍ଥୀ ଘୋଷଣାରେ ବିଳମ୍ବ ହେଉଥିତ୍ବାରୁ ସେମାନଙ୍କ ସମର୍ଥକଙ୍କ ମହଲରେ ମଧ୍ୟ ଶଙ୍କା ବଢ଼ିବାରେ ଲାଗିଛି। ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ନିଧନ ପରେ ଟିକେଟ ବଣ୍ଟନରେ ବିଳମ୍ବ ହେଉଥିବା କୁହାଯାଉଛି। ତେବେ କଂଗ୍ରେସ ପ୍ରଥମରୁ ନରସିଂହ ମିଶ୍ରଙ୍କ ନାମ ଘୋଷଣା କରିଥିବାରୁ ହେଭିୱେଟ୍‌ ନେତାଙ୍କୁ ଟକ୍କର ଦେବାପାଇଁ ପ୍ରତିପକ୍ଷ ଭାଜପା ଓ ବିଜେଡି କେଉଁ ଆଶାୟୀଙ୍କ ଉପରେ ଭରସା କରି ଦଳୀୟ ଟିକେଟ ଦେବ ତାହା ଚର୍ଚ୍ଚାର ବିଷୟ ହୋଇଛି।

All Right Reserved By

ରାଜ୍ୟ | ସମ୍ବଲପୁର

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର, ୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 

ଇଭିଏମ୍‌ ଅଚଳ:  ୩ ଘଣ୍ଟା ବିଳମ୍ବରେ ମତଦାନ

ଇଭିଏମ୍‌ ଅଚଳ: ୩ ଘଣ୍ଟା ବିଳମ୍ବରେ ମତଦାନ

ଓଡଗାଁ,୨୩।୪(ସ୍ବ.ପ୍ର.): ନୟାଗଡ ଜିଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ବାହାଡ଼ାପିଠା ପ୍ରାଥମିକ ବିଦ୍ୟାଳୟରେ ଥିବା ୧୯୮ ନଂ. ବୁଥରେ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି।

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ଆନନ୍ଦପୁର,୨୩।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏକ ପୋଲିଂ ବୁଥ୍‌ ନିକଟରେ ଧାରଣା ଦେଇଛନ୍ତି। 

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛିି। 

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଭୁବନେଶ୍ୱର,୨୩।୪(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ କେନ୍ଦ୍ରାପଡ଼ା ବାରୁଅଠାରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସିମୁଳିଆ ନିର୍ବାଚନମଣ୍ଡଳୀ ଗସ୍ତ

ମୁଖ୍ୟମନ୍ତ୍ରୀଙ୍କ ସିମୁଳିଆ ନିର୍ବାଚନମଣ୍ଡଳୀ ଗସ୍ତ

ସିମୁଳିଆ,୨୩।୪(ଡି.ଏନ୍‌.ଏ.): ଆସନ୍ତା ୨୯ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲା ସିମୁଳିଆ-ଖଇରା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି।

କେନ୍ଦୁଝରର ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ: ବିଳମ୍ବରେ ମତଦାନ

କେନ୍ଦୁଝରର ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ: ବିଳମ୍ବରେ ମତଦାନ

ହାଟଡ଼ିହୀ,୨୩l୪(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିିର୍ବାଚନମଣ୍ଡଳୀ ହାଟଡ଼ିହୀ ବ୍ଲକ ଅଧୀନ ବିଭିନ୍ନ ବୁଥରେ ଇଭିଏମ ଖରାପ ପାଇଁ ଦୀର୍ଘ ସମୟ ପର୍ଯ୍ୟନ୍ତ ମତଦାନ ହୋଇପାରି ନ ଥିବା ଦେଖିବାକୁ ମିଳିଛି।

ନିର୍ବାଚନୀ ହିଂସା: ଆକ୍ରମଣରେ କଂଗ୍ରେସ ସମର୍ଥକ ଗୁରୁତର

ଖୋର୍ଦ୍ଧା ଅଫିସ,୨୩ା୪: ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଚାଲୁ ରହିଛି। ଖୋର୍ଦ୍ଧା ଜିଲା ବେଗୁନିଆ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବୋଲଗଡ଼ ଥାନା କଳାଙ୍ଗ ପଞ୍ଚାୟତ ଗୋଡ଼ଭଙ୍ଗାର ୧ ନମ୍ବର ବୁଥ୍‌ରେ ବିଜେଡି ସମର୍ଥକମାନେ କଂଗ୍ରେସ ସମର୍ଥକଙ୍କୁ ମତଦାନ କେନ୍ଦ୍ରକୁ ଭୋଟ ଦେବା ପାଇଁ ଛାଡୁ ନାହାନ୍ତି।

ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦ % ମତଦାନ

ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦ % ମତଦାନ

ଖୋର୍ଦ୍ଧା ଅଫିସ,୨୩ା୪: ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦% ମତଦାନ ହୋଇଛି।  

୧୧ଟା ସୁଦ୍ଧା ରାଜ୍ୟରେ ୧୮ ପ୍ରତିଶତ ମତଦାନ

୧୧ଟା ସୁଦ୍ଧା ରାଜ୍ୟରେ ୧୮ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି।

ଭୋଟ ଦେବାକୁ ନେଇ ଚିଲିକା ନିର୍ବାଚନମଣ୍ଡଳୀରେ ଭାଜପା-ବିଜେଡି କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ, ଜଣେ ଆହତ

ଭୋଟ ଦେବାକୁ ନେଇ ଚିଲିକା ନିର୍ବାଚନମଣ୍ଡଳୀରେ ଭାଜପା-ବିଜେଡି କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ, ଜଣେ ଆହତ

ଖୋର୍ଦ୍ଧା ଅଫିସ,୨୩ା୪: ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀ  ବାଣପୁର ଥାନା ଅନ୍ତର୍ଗତ କହ୍ନେଇପୁରରେ  ମଙ୍ଗଳବାର ଭୋଟ ଗ୍ରହଣ ଚାଲୁ ରହିଛି। ମଧ୍ୟାହ୍ନ ସମୟରେ ଭୋଟ ଦେବାକୁ ନେଇ ଏଠାରେ ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମାର୍‌ପିଟ୍‌ ହୋଇଥିବା ଦେଖିବାକୁ ମିଳିଛି।  


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri