ଖେଳ |

ଓପ୍‌ନିଂ କରିବେ ରୋହିତ

ଓପ୍‌ନିଂ କରିବେ ରୋହିତ

ମୁମ୍ବାଇ, ୨୦।୩- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)ର ଅଧିନାୟକ ରୋହିତ ଶର୍ମା ଆସନ୍ତା ସିଜନର ସମସ୍ତ ମ୍ୟାଚ୍‌ରେ ଓପ୍‌ନିଂ ବ୍ୟାଟିଂ କରିବେ। ଭାରତୀୟ ଦଳ ଲାଗି ନିୟମିତ ଓପ୍‌ନିଂ କରୁଥିଲେ ମଧ୍ୟ ଆଇପିଏଲରେ ସେ ମଧ୍ୟକ୍ରମରେ ଖେଳନ୍ତି। କିନ୍ତୁ ଚଳିତ ଥର ସେ କେବଳ ଓପ୍‌ନିଂ କରିବେ ବୋଲି ଅଭ୍ୟାସ ସେସନ ପରେ ଏହା କହିଛନ୍ତି। ମୁଁ ପୂର୍ବରୁ ମଧ୍ୟକ୍ରମ ଓ ଓପ୍‌ନିଂ  ବ୍ୟାଟିଂ କରିସାରିଛି। ଦଳର ଆବଶ୍ୟକତା ଅନୁଯାୟୀ ମୁଁ ଯେକୌଣସି ସ୍ଥାନରେ ଖେଳିବାକୁ ପ୍ରସ୍ତୁତ। ମୁଁ ଭାରତୀୟ ଦଳ ପାଇଁ ଓପ୍‌ନିଂ କରେ। ଏହି ସ୍ଥାନରେ ମୁଁ ସଫଳତା ପାଇଛି ବୋଲି ସେ କହିଛନ୍ତି। ଚଳିତଥର ମୁମ୍ବାଇ ଇଣ୍ଡିଆନ୍ସ ଦଳର ମଧ୍ୟକ୍ରମରେ ଅଭିଜ୍ଞ ଯୁବରାଜ ସିଂ ଖେଳିବେ। ଏଣୁ ଦଳୀୟ ମ୍ୟାନେଜ୍‌ମେଣ୍ଟ ରୋହିତଙ୍କୁ ଓପ୍‌ନିଂ କରାଇବାକୁ ନିଷ୍ପତ୍ତି ନେଇଛି ବୋଲି ଆଶା କରାଯାଉଛି। ତିନିଥର ଆଇପିଏଲ ଚାମ୍ପିୟନ ଆସନ୍ତା ୨୪ ତାରିଖରେ ତାଙ୍କ ପ୍ରଥମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବେ।

All Right Reserved By

ଖେଳ |

କୋହଲିଙ୍କୁ ମଙ୍କଡିଙ୍ଗ୍‌ ଡର

କୋହଲିଙ୍କୁ ମଙ୍କଡିଙ୍ଗ୍‌ ଡର

କୋଲକାତା,୨୦।୪- ରବିଚନ୍ଦ୍ରନ ଅଶ୍ୱିନ ରାଜସ୍ଥାନ ରୟାଲ୍ସ ଦଳର ଓପନର ଜୋସ ବଟଲରଙ୍କୁ ବିବାଦୀୟ ଢଙ୍ଗରେ ଆଉଟ୍‌ କରିବା ପରେ ଆଇପିଏଲରେ ନନ୍‌ ଷ୍ଟ୍ରାଇକ ଏଣ୍ଡରେ ଥିବା ବ୍ୟାଟ୍ସମ୍ୟାନଙ୍କୁ ମଙ୍କଡିଙ୍ଗ୍‌ ଭୟ ଘାରିଛି। 

ହାର୍ଦ୍ଦିକ, ରାହୁଲଙ୍କୁ ଜରିମାନା

ହାର୍ଦ୍ଦିକ, ରାହୁଲଙ୍କୁ ଜରିମାନା

ମୁମ୍ବାଇ,୨୦।୪- ଟିଭି ଶୋ’ କଫି ଓ୍ବିଥ କରନରେ ମହିଳାଙ୍କ ଉପରେ ଆପତ୍ତି ଜନକ ମନ୍ତବ୍ୟ ଦେବା ପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ଲୋକେଶ ରାହୁଲଙ୍କୁ ଦଣ୍ଡିତ କରାଯାଇଛି। 

ରାଜସ୍ଥାନ ରୟାଲ୍ସ ନୂଆ ଅଧିନାୟକ ସ୍ମିଥ

ରାଜସ୍ଥାନ ରୟାଲ୍ସ ନୂଆ ଅଧିନାୟକ ସ୍ମିଥ

ରାଜସ୍ଥାନ,୨୦।୪- ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ ଦଳର ଅଧିନାୟକ ପଦରୁ ଅଜିଙ୍କ୍ୟ ରାହାନେଙ୍କୁ ବିଦା କରାଯାଇଛି।

ଗେଲ୍‌ଙ୍କ ଠାରୁ ଆଗରେ ରସେଲ

ଗେଲ୍‌ଙ୍କ ଠାରୁ ଆଗରେ ରସେଲ

କୋଲକାତା,୨୦।୪- ଛକା ଲଗାଇବାରେ ୟୁନିଭର୍ସାଲ ବସ ଭାବେ ପରିଚିତ କ୍ରିସ୍‌ ଗେଲ୍‌ଙ୍କୁ ପଛରେ ପକାଇ ଦେଇଛନ୍ତି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଆନ୍ଦ୍ରେ ରସେଲ।

କଦାପି ନୋ ବଲ ପକାଇ ନ ଥିବା ବୋଲର

କଦାପି ନୋ ବଲ ପକାଇ ନ ଥିବା ବୋଲର

ଆଧୁନିକ କ୍ରିକେଟରେ ବୋଲରମାନେ ନୋ ବଲ ପକାଇବା ଏକ ସାଧାରଣ କଥା। ହେଲେ ଏମିତି ବହୁ କିମ୍ବଦନ୍ତୀ କ୍ରିକେଟର

ମଣ୍ଟେ କାର୍ଲୋ ମାଷ୍ଟର୍ସରୁ ଜୋକୋଭିଚ୍‌ଙ୍କ ବିଦାୟ

ମଣ୍ଟେ କାର୍ଲୋ ମାଷ୍ଟର୍ସରୁ ଜୋକୋଭିଚ୍‌ଙ୍କ ବିଦାୟ

ମଣ୍ଟେ କାର୍ଲୋ, ୨୦।୪- ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ପ୍ର୍‌ତିଯୋଗିତାରୁ ବିଦାୟ ନେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଡାନିଲ ମେଡଭେଡେଭ ୬-୩, ୪-୬, ୬-୨ ସେଟ୍‌ରେ ଜୋଭୋଭିଚ୍‌ଙ୍କୁ ସେମିଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। ଏହି ମ୍ୟାଚ୍‌ ଜିତିବାକୁ ରୁଷିଆର ଡାନିଲଙ୍କୁ ୨ ଘଣ୍ଟା ୨୦ ମିନିଟ୍‌ ସମୟ ଲାଗିଥିଲା। 

ଚର୍ଚ୍ଚାରେ ପ୍ରଜ୍ଞାନ ଓଝାଙ୍କ ଟୁଇଟ୍‌

ଚର୍ଚ୍ଚାରେ ପ୍ରଜ୍ଞାନ ଓଝାଙ୍କ ଟୁଇଟ୍‌

ହାଇଦ୍ରାବାଦ, ୨୦।୪- ଇଂଲଣ୍ଡରେ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ନିକଟରେ ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା। 

ଅଲ ଇଣ୍ଡିଆ ଓପନ୍‌ ଚେସ୍‌: ଶୀର୍ଷରେ ଗୁସେନ

ଅଲ ଇଣ୍ଡିଆ ଓପନ୍‌ ଚେସ୍‌: ଶୀର୍ଷରେ ଗୁସେନ

କଟକ ଅଫିସ,୨୦ା୪- ଟ୍ରିପଲ ସି’ ଚେସ୍‌ କ୍ଲବ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍‌ ଚାମ୍ପିୟନଶିପରେ ଶୁକ୍ରବାର ତୃତୀୟ ଦିବସ ଖେଳ ଶେଷ ହୋଇଛି। ୬ ରାଉଣ୍ଡ ଖେଳ ଶେଷ ସୁଦ୍ଧା ଇଣ୍ଟରନ୍ୟାଶନାଲ ମାଷ୍ଟର (ଆଇଏମ) ଗୁସେନ ହିମାଲ ୫.୫ ପଏଣ୍ଟ ପାଇ ଶୀର୍ଷରେ ରହିଛନ୍ତି। 

ସନ୍ତୋଷ ଟ୍ରଫି: ପଞ୍ଜାବ-ସର୍ଭିସେସ୍‌ ଫାଇନାଲ

ସନ୍ତୋଷ ଟ୍ରଫି: ପଞ୍ଜାବ-ସର୍ଭିସେସ୍‌ ଫାଇନାଲ

ଲୁଧିଆନା, ୨୦।୪(ପି.ଟି.)-ଭାରତୀୟ ଘରୋଇ ଫୁଟ୍‌ବଲର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ସନ୍ତୋଷ ଟ୍ରଫିର ଫାଇନାଲ ରବିବାର ପଞ୍ଜାବ  ଓ ସର୍ଭିସେସ୍‌ ମଧ୍ୟରେ  ହେବ। ଶୁକ୍ରବାର ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲରେ ଘରୋଇ ପଞ୍ଜାବ ୨-୧ ଗୋଲରେ ଗୋଆକୁ ପରାସ୍ତ କରିଛି। 

ବିକାଶଙ୍କ ଦ୍ୱିତୀୟ ପ୍ରଫେଶନାଲ ବାଉଟ୍‌

ବିକାଶଙ୍କ ଦ୍ୱିତୀୟ ପ୍ରଫେଶନାଲ ବାଉଟ୍‌

ନ୍ୟୁୟର୍କ, ୨୦ା୪ (ପି.ଟି.)-ଭାରତୀୟ ବକ୍ସର ବିକାଶ କ୍ରିଷନ ତାଙ୍କ ଦ୍ୱିତୀୟ ପ୍ରଫେଶନାଲ ବାଉଟ୍‌ରେ ଆମେରିକାର ନୋଆ କିଡ୍‌ଙ୍କୁ ଭେଟିବେ। ଏହି ମୁକାବିଲା ଶନିବାର ସ୍ଥାନୀୟ ଆଇକନିକ ମାଡିସନ ସ୍କୋୟାର ଗାର୍ଡେନରେ ହେବ। ଭିଓ୍ବାନୀର ଏହି ୨୭ ବର୍ଷୀୟ ବକ୍ସର କିମ୍ବଦନ୍ତୀ ପ୍ରମୋଟର ବବ୍‌ ଅରୁମ୍‌ଙ୍କ ଟପ୍‌ ର଼୍ୟାଙ୍କ ପ୍ରମୋଶନ୍ସ ସହିତ ସମ୍ପୃକ୍ତ ଅଛନ୍ତି।  

ଗୋଆକୁ ୧୦ କୋଟି ଟଙ୍କା ଜରିମାନା

ଗୋଆକୁ ୧୦ କୋଟି ଟଙ୍କା ଜରିମାନା

ନୂଆଦିଲ୍ଲୀ, ୨୦ା୪(ପି.ଟି.)- ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଗୋଆକୁ ୧୦ କୋଟି ଟଙ୍କା ଜରିମାନା ଦେବାକୁ କହିଛି। ୩୬ତମ ଜାତୀୟ ଗେମ୍ସ ଆୟୋଜନକୁ ବାରମ୍ବାର ଘୁଞ୍ଚାଇବା ଫଳରେ ଆଇଓଏ ଅସନ୍ତୋଷ ଜାହିର କରିବା ସହ ଏହି ନିର୍ଦ୍ଦେଶ ଦେଇଛି। ଖୁବ୍‌ ଶୀଘ୍ର ଆଇଓଏର ଏକ ପ୍ରତିନିଧି ଦଳ ଗୋଆ ଯାଇ କ୍ରୀଡ଼ାର ତାରିଖ ନେଇ ଅନ୍ତିମ ନିଷ୍ପତ୍ତି ନେବ। ତେବେ ୩ଥର ତାରିଖ ଘୁଞ୍ଚାଇଥିବାରୁ ଗୋଆକୁ ୧୦ କୋଟି ଟଙ୍କା ଜରିମାନ ଆକାରରେ ଦେବାକୁ ହେବ ବୋଲି ଆଇଓଏ ତରଫରୁ ସ୍ପଷ୍ଟ କରାଯାଇଛି।  

କୋହଲିଙ୍କ କମାଲ: ବାଙ୍ଗାଲୋର ବିଜୟୀ

କୋହଲିଙ୍କ କମାଲ: ବାଙ୍ଗାଲୋର ବିଜୟୀ

କୋଲକାତା,୨୦।୪ (ପି.ଟି.)-ଅଧିନାୟକ ବିରାଟ କୋହଲିଙ୍କ ଧୂଆଁଧାର ଶତକ ବଳରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୩୫ତମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୦ ରନରେ ଘରୋଇ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରି ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ବାଙ୍ଗାଲୋର ୪ ଉଇକେଟ ହରାଇ ୨୧୩ ରନ ସଂଗ୍ରହ କରିଥିଲା। ଜବାବରେ କୋଲକାତା ୨୦ ଓଭରରେ ୫ ଉଇକେଟ ହରାଇ ୨୦୩ ରନରେ ସୀମିତ ରହି ମ୍ୟାଚ୍‌ ହାତଛଡ଼ା କରିଛି। ୫୮ଟି ବଲ୍‌ର ସମ୍ମୁଖୀନ ହୋଇ ୯ ଚୌକା ଓ ୪ ଛକା ସହ ୧୦୦ରନର ଶତକୀୟ ପାଳି ଖେଳିଥିବା କୋହଲି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।


Model This Week

କ୍ରିଷ୍ଣା
Why Dharitri