ରାଜ୍ୟ | ସମ୍ବଲପୁର

ଭିଜିଲାନ୍ସ ଜାଲରେ ନର୍ଲା ଆର୍‌ଆଇ, ପିଅନ

ଭିଜିଲାନ୍ସ ଜାଲରେ ନର୍ଲା ଆର୍‌ଆଇ, ପିଅନ

ସେରଗଡ,୨୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ଆର୍‌ଆଇ ଓ ପିଅନ ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ  ହାତରେ ଧରାପଡ଼ିଛନ୍ତି । ଗିରଫ ଦ୍ୱୟ ହେଲେ ଆର୍‌ଆଇ ରାକେଶ ରୋଶନ ସାହୁ ଏବଂ ପିଅନ ଶ୍ୟାମ ସୁନ୍ଦର ବାଗ । ଗତ ୧୮ ତାରିଖରେ ନର୍ଲା କିଲବେଡା ଗଁ। ର ଏକ ବାଲି ବୋଝେଇ ଟ୍ରାକ୍ଟର ଅଟକାଇ ଆର୍‌ଆଇ କାଗଜ ପତ୍ର ଯାଞ୍ଚ କରିଥିଲେ। ଟ୍ରାକ୍ଟରର କାଗଜପତ୍ର ଠିକ୍‌ ନ ଥିବାରୁ ମାଲିକ ଭରତ ନାଏକଙ୍କୁ ଡକାଇ ୧୮ ହଜାର ଟଙ୍କା ଦେଲେ ଛାଡାଯିବ ବୋଲି କହିଥିଲେ। ଏତେ ଟଙ୍କା ଦେଇପାରିବେ ନାହିଁ ବୋଲି କହିଥିଲେ। କିନ୍ତୁ ଆରଆଇ ୧୮ ହଜାର ଟଙ୍କରୁ କମ ହେଲେ ସେ ଟ୍ରାକ୍ଟର ଛାଡିବେ ନାହିଁ ଓ ତାଙ୍କ ବିରୋଧରେ କେସ କରିବେ ବୋଲି କହିଥିଲେ। ଶେଷରେ ୭ ହଜାର ଟଙ୍କାରେ ଆର୍‌ଆଇ ରାଜି ହୋଇଥିଲେ। ପରେ ଟ୍ରାକ୍ଟର ମାଲିକ କଳାହାଣ୍ଡି ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ଅନୁଯାଇ ବୁଧବାର ଭରତ ୭ ହଜାର ଟଙ୍କା ଆରଆଇ ସାହୁଙ୍କୁ ତାଙ୍କ ନର୍ଲାସ୍ଥିତ କାର୍ଯ୍ୟାଳୟରେ ଦେଇଥିଲେ। ସେଠାରେ ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ୍‌ ଅଚାନକ ଭାବେ ଚଢାଉ କରି ଆର୍‌ଆଇଙ୍କଠାରୁ ରାସାୟନିକ ପ୍ରଲେପ ଦିଆ ୫ ହଜାର ଟଙ୍କା ଓ ପିଅନ ବାଗଙ୍କଠାରୁ ୨ ହଜାର ଟଙ୍କା ଜବତ କରି ଦୁଇ ଜଣଙ୍କୁ ଗରିଫ କରିଥିଲେ । ପରେ ଭବାନୀପାଟଣା ଭିଜିଲାନ୍ସ କାର୍ଯ୍ୟାଳୟକୁ ଅଣାଯାଇ ଅଧିକ ଯାଞ୍ଚ ଚାଲିଥିବା ଡିଏସପି ମହାନନ୍ଦ ସୂଚନା ଦେଇଛନ୍ତି । 


All Right Reserved By

ରାଜ୍ୟ | ସମ୍ବଲପୁର

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର, ୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 

ଇଭିଏମ୍‌ ଅଚଳ:  ୩ ଘଣ୍ଟା ବିଳମ୍ବରେ ମତଦାନ

ଇଭିଏମ୍‌ ଅଚଳ: ୩ ଘଣ୍ଟା ବିଳମ୍ବରେ ମତଦାନ

ଓଡଗାଁ,୨୩।୪(ସ୍ବ.ପ୍ର.): ନୟାଗଡ ଜିଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ବାହାଡ଼ାପିଠା ପ୍ରାଥମିକ ବିଦ୍ୟାଳୟରେ ଥିବା ୧୯୮ ନଂ. ବୁଥରେ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି।

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ଆନନ୍ଦପୁର,୨୩।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏକ ପୋଲିଂ ବୁଥ୍‌ ନିକଟରେ ଧାରଣା ଦେଇଛନ୍ତି। 

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛିି। 

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଭୁବନେଶ୍ୱର,୨୩।୪(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ କେନ୍ଦ୍ରାପଡ଼ା ବାରୁଅଠାରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri