ରାଜ୍ୟ | ସମ୍ବଲପୁର

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଲୋଇସିଂହା,୨୦।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। ବୁର୍ଡା ଲାଇନଜୁରୀ ନିକଟ ୨୬ ନଂ. ଜାତୀୟ ରାଜପଥ ଉପରେ ଏକ ଭ୍ରୂଣକୁ ୧୦୮  ଆମ୍ବୁଲାନ୍ସ କର୍ମଚାରୀ ପକାଇ ବରଗଡ଼ ଅଭିମୁଖେ ଚାଲିଯାଇଥିବା ଅଭିଯୋଗ ହୋଇଛି। ଆମ୍ବୁଲାନ୍ସ କର୍ମଚାରୀଙ୍କ ଏଭଳି ଆଚରଣକୁ ନେଇ ସାଧାରଣରେ ନିନ୍ଦା କରାଯାଇଛି।  ସୂଚନାଯୋଗ୍ୟ, ବୁଧବାର ପୂର୍ବାହ୍ନ ପ୍ରାୟ ୯ଟା ବେଳେ ଲୋଇସିଂହାରୁ ବରଗଡ଼ ଅଭିମୁଖେ ଏକ ୧୦୮ ଆମ୍ବୁଲାନ୍ସ ଯାଉଥିଲା। ସେତିକିବେଳେ ଲାଇନଜୁରୀ ନିକଟ ତଥା ବୁର୍ଡା ଗ୍ରାମକୁ ପାନୀୟ ଜଳଯୋଗାଣ ପାଇଁ ପକାଯାଇଥିବା ହୋମ ପାଇପ୍‌ ପାଖ ଜାତୀୟ ରାଜପଥ ଉପରେ ଉକ୍ତ ଆମ୍ବୁଲାନ୍ସ କର୍ମଚାରୀ ଏକ ଭ୍ରୂଣ ପକାଇ ଚାଲିଯାଇଥିଲେ। ରାଜପଥରେ ଯାତାୟାତ କରୁଥିବା ଲୋକେ ଭ୍ରୂଣ ପଡିଥିବା ଦେଖି ରୁଣ୍ଡ ହୋଇଯାଇଥିଲେ। ପରେ ଏହା ଏକ ଅପରିପକ୍ୱ ଭ୍ରୂଣ ବୋଲି ଜନସାଧାରଣ ଜାଣିବାକୁ ପାଇଥିଲେ। ଏହା ବ୍ୟସ୍ତବହୁଳ ରାଜପଥ ହୋଇଥିବାରୁ ରାସ୍ତା ମଝିରେ ଭ୍ରୂଣ ପଡିଥିବାରୁ କିଛି ସମୟ ପରେ ଏକ ହାଇୱା ଗାଡି ଏହା ଉପରେ ଚଢି ଯାଇଥିଲା। ଉକ୍ତ ସ୍ପର୍ଶକାତର ଘଟଣା ସମ୍ପର୍କରେ ଅଞ୍ଚଳରେ ପ୍ରଚାରିତ ହେବାପରେ ଦାୟିତ୍ୱହୀନ ଆମ୍ବୁଲାନ୍ସ କର୍ମଚାରୀଙ୍କ କାର୍ଯ୍ୟକଳାପକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପକ୍ଷେ ପ୍ରମାଣ ନଷ୍ଟ ଉଦ୍ଦେଶ୍ୟରେ ଜାଣିଶୁଣି ଆମ୍ବୁଲାନ୍ସ କର୍ମଚାରୀ ଏଭଳି କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଲୋଇସିଂହା ଆଇଆଇସିଙ୍କ ନିର୍ଦ୍ଦେଶରେ କ୍ରମେ ଲୋଇସିଂହା ଥାନା ପୋଲିସ ଭ୍ୟାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ହେଲେ ଘଟଣା ସମ୍ପର୍କରେ କୌଣସି ସୁରାକ ମିଳି ପାରି ନ ଥିବା ଜଣାପଡିଛି। ଏନେଇ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଚିକିତ୍ସା ଅଧିକାରୀ ସ୍ମିତା ଶତପଥୀଙ୍କୁ ପଚାରିବାରୁ, ୧୦୮ ଆମ୍ବୁଲାନ୍ସରେ ହସ୍ପିଟାଲରୁ କାହାରିକୁ ରେଫର କରାଯାଇ ନାହିଁ ବୋଲି କହିଥିଲେ ା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ  ସାଧାରଣରେ ଦାବି ହୋଇଛି। 

All Right Reserved By

ରାଜ୍ୟ | ସମ୍ବଲପୁର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ପରଜଙ୍ଗ,୨୦।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୋ ପଞ୍ଚାୟତ ଦଲକ ସାହିରେ ଶନିବାର ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି।

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଦୀର୍ଘ ଦିନ ଧରି ଲୋକଙ୍କ ପାଇଁ କାମ କରିଛନ୍ତି।

କାଳବୈଶାଖୀ ବଜ୍ରପାତରେ ୨ ଆହତ

କାଳବୈଶାଖୀ ବଜ୍ରପାତରେ ୨ ଆହତ

ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ହଜ ଗ୍ରାମର ଗୋଡିସାହିରେ ଶୁକ୍ରବାର ରାତିରେ କାଳବୈଶାଖୀ ବର୍ଷା ସହିତ ପବନ ଓ ବଜ୍ରପାତ ଘଟିଛି। 

ଟାୟାର ଫାଟିବାରୁ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା କାର: ୧ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଟାୟାର ଫାଟିବାରୁ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା କାର: ୧ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

କଳିଙ୍ଗନଗର, ୨୦।୪(ଡି.ଏନ୍‌.ଏ.): ଯାଜପୁର ଜିଲା ରାଇରଙ୍ଗପୁରରୁ ଶନିବାର ସକାଳେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ମା’ ତାରିଣୀ ନାମକ ଯାତ୍ରୀବାହୀ ବସ୍‌ ଅନ୍ଧାରୀ ନିକଟରେ ଏକ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।


Model This Week

କ୍ରିଷ୍ଣା
Why Dharitri