ସମ୍ବଲପୁର

ବିଶ୍ୱ ଘରଚଟିଆ ଦିବସ ପାଳିତ : ଛାତ୍ରୀ ଛାତ୍ରଙ୍କ ସଚେତନତା ଶୋଭାଯାତ୍ରା, ସଭା

ବିଶ୍ୱ ଘରଚଟିଆ ଦିବସ ପାଳିତ : ଛାତ୍ରୀ ଛାତ୍ରଙ୍କ ସଚେତନତା ଶୋଭାଯାତ୍ରା, ସଭା

ସୁନ୍ଦରଗଡ଼, ୨୧।୩ (ଡି.ଏନ୍‌.ଏ) -ସୁନ୍ଦରଗଡ଼ରେ ବିଶ୍ୱ ଘରଚଟିଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ସୁନ୍ଦରଗଡ ପବ୍ଲିକ ସ୍କୁଲ, ବନବିଭାଗ ଓ ଏନ୍‌ଟିପିସିର ମିଳିତ ଆନୁକୂଲ୍ୟରେ ସ୍କାଉଟ ତଥା ବିଭିନ୍ନ ଛାତ୍ରୀଛାତ୍ରଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ପରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ)ଡଃ ଅରୁଣ କୁମାର ମିଶ୍ର ଯୋଗଦେଇ ପଶୁପକ୍ଷୀମାନଙ୍କୁ କିପରି କୁତ୍ରିମ ଉପାୟରେ ଆଶ୍ରୟ ଦେଇ ସେମାନଙ୍କୁ 

ସୁରକ୍ଷିତ ରଖାଯାଇପାରିବ ସେ ସମ୍ପର୍କରେ ବୁଝାଇଥିଲେ। ସୁନ୍ଦରଗଡ ପବ୍ଲିକ ସ୍କୁଲର ପରିଚାଳନା ସମ୍ପାଦକ ରାଜକିଶୋର ଷଡଙ୍ଗୀଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ହୋଇଥିଲା। ସ୍କାଉଟ ମାଷ୍ଟର ଅଶୋକ ପରିଡା, ଶିକ୍ଷକ ସନ୍ତୋଷ ମହାନ୍ତ, ଇକୋ କ୍ଲବ ପରିଚାଳକ କିଶୋର ମହାନନ୍ଦିଆ ନେତୃତ୍ୱ ନେଇଥିଲେ। ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା କ୍ରୀଡା ନୀରିକ୍ଷକ ବିଦ୍ୟାଧର ପ୍ରଧାନ, ଏନ୍‌ଟିପିସିର ଜି.ଏମ୍‌ ଏସ.କେ ରାୟ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏହା ପରେ ସ୍ଥାନୀୟ ସେଣ୍ଟମେରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲା ପରିବେଶ ସମିତି ପକ୍ଷରୁ ଆୟୋଜିତ ବିଶ୍ୱ ଘରଚଟିଆ ଦିବସ ପାଳିତ ହୋଇଥିଲା।  ଆୟୋଜିତ ସଭାରେ ଡିଏଫ୍‌ଓ ଡଃ ମିଶ୍ର ଚିତ୍ର ମାଧ୍ୟମରେ ମଣିଷ ସହ ଏକତ୍ର ସହାବସ୍ଥାନ କରୁଥିବା ବିଲୁପ୍ତ ପ୍ରାୟ ଘରଚଟିଆମାନଙ୍କର ସୁରକ୍ଷା ପାଇଁ ସେମାନଙ୍କର ବ୍ୟବହାର,ଚଳଣୀ ଓ ବଂଶବୃଦ୍ଧି ପାଇଁ ଆବଶ୍ୟକ କୌଶଳ ଓ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସଚେତନ କରିଥିଲେ।  ଘରଚଟିଆମାନଙ୍କର ସଂଖ୍ୟା ହ୍ରାସ ସମଗ୍ର ଜୀବଜଗତ ପାଇଁ  ଏକ ସତର୍କ ଘଣ୍ଟି ବୋଲି କହି ବର୍ତ୍ତମାନ ସେମାନଙ୍କର ସୁରକ୍ଷା ପାଇଁ ଚିନ୍ତା କରିବାର ସମୟ ଆସିଛି ବୋଲି କହିଥିଲେ। ଏହି ସଭାରେ ଅବୈତନିକ ବନ୍ୟଜନ୍ତୁ ସଂରକ୍ଷକ ପ୍ରଫେସର ଆଶୁତୋଷ ନାଏକ, ଏନ୍‌ଟିପିସି ଡୁଲୁଙ୍ଗାର ଡିଜିଏମ୍‌  ସୀତାରାମ ମାଝି, ଜିନ୍ଦଲ ଷ୍ଟିଲ ଏଣ୍ଡ ମାଇନସ୍‌ ଟେନସାର ମ୍ୟାନେଜର ପ୍ରଦୀପ କୁମାର ବେହେରା, ରଜନୀକାନ୍ତ ସାହୁ, ଇକୋ କ୍ଲବର ମାଷ୍ଟର ଟ୍ରେନର ସୁଧାଂଶୁ କୁମାର ଚୌଧୂରୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସିଷ୍ଟର ବେର୍ନାଡିକ୍ଟ କେରକେଟା ପ୍ରମୁଖ ଉପସ୍ଥିତ ଥିଲେ। ଶିକ୍ଷୟିତ୍ରୀ ଜେ. ଦୀପା ଧନ୍ୟବାଦ ଅର୍ପଣ କରିଥିଲେ।  ଏହା ପରେ ଛାତ୍ରୀମାନଙ୍କ ମଧ୍ୟରେ ଆୟୋଜିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। 

All Right Reserved By

ସମ୍ବଲପୁର

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଜାମଟିକ୍ରା, ୨୨।୪ (ଡି.ଏନ.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରୁଛନ୍‌। ଭିନେ ଭିନେ ଯୋଜନାରେ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। 

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

କେସିଙ୍ଗା,୨୨।୪(ଡି.ଏନ.ଏ.):  କେସିଙ୍ଗା ଏନ୍‌.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍‌ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦ ଲୋକ୍‌ ରହୁଛନ୍‌। 

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ:  ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ: ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ନୂଆପଡା ଅଫିସ,୨୨ା୪:  ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍‌ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍‌କା ଅଂଚଲରେ ଫ୍ଲୋରାଇଡ୍‌ ବାହାରୁଛେ। ନିରମଲ ପିଇଲା ପାଏନ୍‌ ଟିକେ ପାଏବାର ଲାଗି ଇଠାନେ ଲୁକ୍‌କୁ ନାନା ସମସିଆ ସଂଗେ ଯୁଝ୍‌ବାକେ ପଡ଼ୁଛେ।

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ବିନିକା,୨୨ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍‌। 

କାଳବୈଶାଖୀ ସାଙ୍ଗକୁ ବର୍ଷା, କୁଆପଥର ମାଡ଼: କ୍ଷତିରେ ପରିବା ଓ ଫଳଚାଷୀ

କାଳବୈଶାଖୀ ସାଙ୍ଗକୁ ବର୍ଷା, କୁଆପଥର ମାଡ଼: କ୍ଷତିରେ ପରିବା ଓ ଫଳଚାଷୀ

କୁତ୍ରା/ବଡ଼ଗାଁ, ୨୧।୪ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କୁତ୍ରା ଓ ବଡ଼ଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସାଙ୍ଗକୁ ବର୍ଷା ଓ କୁଆପଥର ମାଡ଼ ହୋଇଛି। ଫଳରେ ପରିବା ଓ ଫଳ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଚାପରେ ରହୁଥିବା ଜଣାପଡିଛି। 

ସିଆମାଳ ନାଳି କଙ୍କ୍ରିଟକରଣ କରିବାକୁ ଦାବି

ସିଆମାଳ ନାଳି କଙ୍କ୍ରିଟକରଣ କରିବାକୁ ଦାବି

ବିନିକା, ୨୦ା୪(ଡି.ଏନ୍‌.ଏ.):ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ଏବଂ ବାବୁପାଲି ପଞ୍ଚାୟତର ୫ଶହ ଏକର ଜମିରେ ସିଆମାଳ ନାଳିର ପାଣି ମାଡିଥାଏ।  ୪ଶହରୁ ଊର୍ଦ୍ଧ୍ୱ ଚାଷୀ ଏହାଦ୍ୱାରା ଉପକୃତ ହୋଇଥାନ୍ତି। 

ସର୍ଗିଗୁଡା ଗାଁରେ ଉତ୍କଟ ହେଉଛି ପାଣି ସମସ୍ୟା : ଜଳ ନାଁ ରେ ପିଉଛନ୍ତି ଜହର

ସର୍ଗିଗୁଡା ଗାଁରେ ଉତ୍କଟ ହେଉଛି ପାଣି ସମସ୍ୟା : ଜଳ ନାଁ ରେ ପିଉଛନ୍ତି ଜହର

ନୂଆପଡା ଅଫିସ, ୨୧।୪- ନୂଆପଡା ରାଜ୍ୟର ସବୁଠାରୁ ବେଶୀ ଫ୍ଲୋରାଇଡ ପ୍ରଭାବିତ ଜିଲା। ଏଠିକାର ପଚିଶ ପ୍ରତିଶତରୁ ଊର୍ଦ୍ଧ୍ୱ ଅଞ୍ଚଳ ଫ୍ଲୋରାଇଡ ପ୍ରବଣ। ବିଶୁଦ୍ଧ ପାନୀୟ ଜଳ ମୁନ୍ଦିଏ ପାଇଁ ଏଠିକାର ଲୋକଙ୍କୁ  ସଂଘର୍ଷ କରିବାକୁ ପଡିଥାଏ। 

ସୁବର୍ଣ୍ଣପୁରରେ ପରିବାର ଅଦାଲତ ଖୋଲିଲା

ସୁବର୍ଣ୍ଣପୁରରେ ପରିବାର ଅଦାଲତ ଖୋଲିଲା

ସୋନପୁର,୨୧।୪(ନି.ପ୍ର.):ଜନସାଧାରଣଙ୍କ ଦୀର୍ଘଦିନର ଦାବି ପରେ ସୁବର୍ଣ୍ଣପୁରରେ ପରିବାର ଅଦାଲତ ଖୋଲିଛି। ଏହି ଅଦାଲତ ଦ୍ୱାରା ପାରିବାରିକ ବିବାଦର ଆପୋଷ ସମାଧାନ ହୋଇପାରିବ। 

ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର

ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର

ବଡ଼ଗାଁ, ୨୧।୪ (ଡି.ଏନ.ଏ)-ବଡ଼ଗାଁର ରାମଲୀଳା ଯାତ୍ରାର ସପ୍ତମ ରଜନୀରେ ରାମଚନ୍ଦ୍ରଙ୍କ ବନବାସ ମଞ୍ଚସ୍ଥ ହୋଇଛି। ଦାସୀ ମନ୍ଥରାଙ୍କ କୁମନ୍ତ୍ରଣାରେ ପଡି ରାଜା ଦଶରଥଙ୍କ ମଧ୍ୟମା ରାଣୀ କୈକେୟୀ ରାଜାଙ୍କ ଦୁର୍ବଳ ମୂହୂର୍ତ୍ତର ସୁଯୋଗ ନେଇ ୨ବର ଦେବା ପାଇଁ ସର୍ତ୍ତ ରଖିଥିଲେ ।

ପୋଖରୀରେ ବୁଡ଼ି ଆଈ, ନାତି ମୃତ

ପୋଖରୀରେ ବୁଡ଼ି ଆଈ, ନାତି ମୃତ

ରିଆମାଳ,୨୧ା୪(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ  ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ ନାତିଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଛି। 

କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର

କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର

ନୂଆପଡ଼ା ଅଫିସ,୨୧।୪-ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଭଏଁଷାଟାଲ ଗ୍ରାମପଞ୍ଚାୟତ ଭଣ୍ଡାରପୁରୀ ଗାଁ ମଝିରେ ଥିବା ଏକ ବୃହଦାକାୟ ପିପଲ ଗଛ କାଳ ବୈଶାଖୀ ପ୍ରଭାବରେ ଭାଙ୍ଗି ପଡି ଘର ଉପରେ ପଡିବାରୁ ମା’ଝିଅଙ୍କ ମୃତ୍ୟୁ ଘଟିଛି।

କୈବର୍ତ୍ତ ସମାଜର ମାଣିକେଶ୍ୱରୀ ଯାତ୍ରା

କୈବର୍ତ୍ତ ସମାଜର ମାଣିକେଶ୍ୱରୀ ଯାତ୍ରା

ଡୁଙ୍ଗୁରିପାଲି, ୨୦ା୪(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି କୈବର୍ତ୍ତ ସମାଜର ମାଣିକେଶ୍ୱରୀ ଯାତ୍ରା ଅନୁଷ୍ଠିତ ହୋଇଯାଇଛି ା  କୈବର୍ତ୍ତ ସମାଜ ସଭାପତି ପ୍ରମୋଦ କୁମାର ବେହେରାଙ୍କ ଘରୁ  ଛତର ବାହାରି କୁଦେଇପଡାର ଦୟାନିଧି ବୁଡେକଙ୍କ ଘରେ ପହଞ୍ଚିଥିଲା।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri