ଖେଳ |

କ୍ରିକେଟର ଏହି କ୍ରେଜି ଫ୍ୟାନଙ୍କୁ ଦେଖି ଖେଳାଳି ବି ଆଶ୍ଚର୍ଯ୍ୟ..

କ୍ରିକେଟର ଏହି କ୍ରେଜି ଫ୍ୟାନଙ୍କୁ ଦେଖି ଖେଳାଳି ବି ଆଶ୍ଚର୍ଯ୍ୟ..

ଆଇପିଏଲ ମହାସମର ଆରମ୍ଭ ହେବାକୁ ଆଉ କିଛିଦିନ ବାକି ଥିବାବେଳେ ତା’ପୂର୍ବରୁ ପ୍ରଶଂସକଙ୍କ ଉତ୍କଣ୍ଠା ଧିରେ ଧିରେ ବଢିବାରେ ଲାଗିଛି। ଏହି ମହାକୁମ୍ଭରେ ନିଜକୁ ଅଜବ ଢଙ୍ଗରେ ସଜେଇ ଷ୍ଟାଡିୟମରେ ନିଜ ମନ ପସନ୍ଦର ଖେଳାଳିକୁ ଚିୟର୍‌ କରିବା ପାଇଁ ଫ୍ୟାନମାନେ ତତ୍ପର ହୋଇପଡିଛନ୍ତି। ଏମିତି କିଛି ଫ୍ୟାନ୍ସ ଅଛନ୍ତି ଯେଉଁମାନଙ୍କ  ଦିଓ୍ବାନା କ୍ରିକେଟ୍‌ ଖେଳାଳିମାନେ ମଧ୍ୟ ହୋଇଯାଇଛନ୍ତି। ଆସନ୍ତୁ ସେମିତି ୪ ଜଣ ଫ୍ୟାନଙ୍କ ବିଷୟରେ ଜାଣିବା..


ଫ୍ରିନ୍ସ ବଡୋନିଆ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଅନେକ ପ୍ରଶଂସକ ଅଛନ୍ତି। ବିରାଟଙ୍କ ଏମିତି ଜଣେ ଫ୍ୟାନ୍‌ ଅଛନ୍ତି ଯିଏ କି ତାଙ୍କ ପାଇଁ ପୁରା ପାଗଳ। ବିରାଟଙ୍କ ଭଳି ନିଜକୁ ସଜେଇ ଷ୍ଟାଡିୟମରେ ଉପସ୍ଥିତ ରୁହନ୍ତି ପ୍ରିନ୍ସ ବଡୋନିଆ। ବିରାଟ ମଧ୍ୟ ପ୍ରିନ୍ସଙ୍କ ଷ୍ଟାଇଲ୍‌ ଦେଖି ଆଶ୍ଚର୍ଯ୍ୟ ହୋଇ ତାଙ୍କୁ ଭେଟିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଦିଲ୍ଲୀରେ ଏକ ମ୍ୟାଚ ପରେ ପ୍ରିନ୍ସ କୋହଲିଙ୍କୁ ଭେଟି ଅଟୋଗ୍ରାଫ୍‌ ନେଇଥିଲେ। ଆଇପିଏଲ୍‌ର ପ୍ରତି ସିଜିନରେ ବିରାଟ ଖେଳୁଥିବା ମ୍ୟାଚରେ ପ୍ରିନ୍ସ ଷ୍ଟାଡିୟମରେ ଉପସ୍ଥିତ ରହି ତାଙ୍କୁ ଚିୟର କରିଥାନ୍ତି।


ଶଙ୍କର ଗିଥା

ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାଓ୍ବନଙ୍କ ଜଣେ ବଡ ପ୍ରଶଂସକ ହେଉଛନ୍ତି ଶଙ୍କର ଗିଥା। ଶଙ୍କରରଙ୍କ ମୁତାବକ ଶିଖର ହେଉଛନ୍ତି ତାଙ୍କ ଭଗବାନ। ତାଙ୍କ ଖେଳ ଦେଖିବାକୁ ସେ ଏତେ ପାଗଳ ଯେ ଟଙ୍କା ସଞ୍ଚୟ କରି ଦେଶ ବିଦେଶରେ ଶିଖର ଖେଳୁଥିବା ମ୍ୟଚ ଉପଭୋଗ କରିବା ପାଇଁ ଯାଆନ୍ତି ଶଙ୍କର। ଆଇପିଏଲରେ ଶିଖର ମଧ୍ୟ ଅନେକ ଥର ଶଙ୍କର ସହ ଫଟୋ ଉଠାଇ ନିଜ ଇନଷ୍ଟାଗ୍ରାମ ପେଜରେ ଅପଲୋଡ କରିଥିବାର ନଜିର ରହିଛି। 


ସୁଧୀର କୁମାର ଚୌଧୁରୀ

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ରମେଶ ତେନ୍ଦୁଲକରଙ୍କ ଜଣେ ବଡ ପ୍ରଶଂସକ ହେଉଛନ୍ତି ସୁଧୀର କୁମାର ଚୌଧୁରୀ। ସଚିନଙ୍କ ନାଁରେ ନିଜ ଶରୀରରେ ଟାଟୁ କରିଛନ୍ତି ସୁଧୀର। ସଚିନ ଖେଳରୁ ଅବସର ନେବା ପରେ ବି ଭାରତ ଖେଳୁଥିବା ପ୍ରତି ମ୍ୟାଚରେ ସୁଧୀର ଷ୍ଟାଡିୟମରେ ଉପସ୍ଥିତ ଥାନ୍ତି।  ଏପରିକି ଆଇପିଏଲରେ ମଧ୍ୟ  ବିଭିନ୍ନ ଦଳକୁ ଚିୟର କରିବା ପାଇଁ ଯାଇଥାନ୍ତି ସେ। ବିସିସିଆଇ ସୁଧୀରଙ୍କ ଯାତାୟତ ଖର୍ଚ୍ଚ ବହନ କରେ। କେବଳ ସଚିନ ନୁହଁନ୍ତି ଭାରତୀୟ ଦଳର ଅନେକ ଖେଳାଳିଙ୍କ ସହ ବସି ଖାଇବାର ସୁଯୋଗ ପାଇଛନ୍ତି ସୁଧୀର।


ଏନ. ଶରଭାନନ୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ ତାଲିକାର ସର୍ବାଗ୍ରେ ଅଛନ୍ତି ଏନ.ଶରଭାନନ। ଧୋନୀଙ୍କ ନାମରେ ସେ ଶରୀରର ଚାରିଆଡେ ଟାଟୁ କରିଛନ୍ତି। ଧୋନୀ ମଧ୍ୟ ନିଜର ଏହି କ୍ରେଜି ଫ୍ୟାନଙ୍କୁ ଦେଖି ପ୍ରଥମେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ଧୋନୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ଦଳକୁ ପ୍ରତିନିଧିତ୍ୱ କରୁଛନ୍ତି। ଫଳରେ ସିଏସକେ ମ୍ୟନେଜମେଣ୍ଟ ଶରଭାନନଙ୍କୁ ମାଗଣାରେ ମ୍ୟାଚ୍‌ ଦେଖିବା ପାଇଁ ଅନୁମତି ଦେଇଛନ୍ତି। 

All Right Reserved By

ଖେଳ |

 ବିଶାଖାପାଟଣାରେ ଆଇପିଏଲ୍‌ର ୨ ପ୍ଲେ-ଅଫ୍‌ ମ୍ୟାଚ

ବିଶାଖାପାଟଣାରେ ଆଇପିଏଲ୍‌ର ୨ ପ୍ଲେ-ଅଫ୍‌ ମ୍ୟାଚ

ଅମରାବତୀ, ୨୩ା୪ (ପି.ଟି.)-ବନ୍ଦର ସହର ବିଶାଖାପାଟଣା ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦୁଇଟି ପ୍ଲେ-ଅଫ୍‌ ମ୍ୟାଚ୍‌ର ଆୟୋଜନ କରିବ। ମ୍ୟାଚ ଦୁଇଟି ମେ ୮ ଓ ୧୦ରେ ଖେଳାଯିବ ବୋଲି ଆନ୍ଧ୍ର କ୍ରିକେଟ ଆସୋସିଏଶନ  (ଏସିଏ) ପକ୍ଷରୁ ଏକ ପ୍ରେସ୍‌ ଇସ୍ତାହାରରେ ଏହା ପ୍ରକାଶ କରାଯାଇଛି।  

  ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌:     ବଜରଙ୍ଗ ପୁନିଆଙ୍କୁ ସ୍ବର୍ଣ୍ଣ ପଦକ

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌: ବଜରଙ୍ଗ ପୁନିଆଙ୍କୁ ସ୍ବର୍ଣ୍ଣ ପଦକ

ଜିଆନ୍‌ (ଚାଇନା), ୨୩ା୪ (ପି.ଟି.)- ବିଶ୍ୱର ନମ୍ବର ଓ୍ବାନ କୁସ୍ତିଯୋଦ୍ଧା  ଭାରତର ବଜରଙ୍ଗ ପୁନିଆ ଏସିଆନ ଚାମ୍ପିୟନଶିପ୍‌ରେ ଆଉଥରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। 

ମୁମ୍ବାଇ ଦଳରେ ନୂଆ ପେସର

ମୁମ୍ବାଇ ଦଳରେ ନୂଆ ପେସର

ମୁମ୍ବାଇ,୨୩।୪(ପିଟି)- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ ବାମହାତୀ ପେସର ବେଉରାନ ହେଣ୍ଡ୍ରିକ୍ସଙ୍କ ସହ ଚୁକ୍ତି କରିଛି। 

ଶିବଙ୍କୁ କ୍ରମାଗତ ୪ର୍ଥ ଏସିଆନ୍‌ ପଦକ

ଶିବଙ୍କୁ କ୍ରମାଗତ ୪ର୍ଥ ଏସିଆନ୍‌ ପଦକ

ବ୍ୟାଙ୍କକ୍‌,୨୩।୪(ପିଟି)- ଶିବ ଥପା (୬୦ କିଗ୍ରା) କ୍ରମାଗତ ୪ର୍ଥ ଥର ପାଇଁ ଏସିଆନ୍‌ ବକ୍ସିଂ ପଦକ ନିଶ୍ଚିତ କରିଛନ୍ତି।

ସ୍ବଦେଶ ଫେରିଲେ ଓ୍ବିଲିୟମ୍‌ସନ

ସ୍ବଦେଶ ଫେରିଲେ ଓ୍ବିଲିୟମ୍‌ସନ

ଚେନ୍ନାଇ,୨୩।୪(ପିଟି)- ସନ୍‌ ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଅଧିନାୟକ କେନ ଓ୍ବିଲିୟମ୍‌ସନ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ ଖେଳିବେ ନାହିଁ।

ଭାରତକୁ ମିଳିଲାନି ରୌପ୍ୟ ପଦକ

ଭାରତକୁ ମିଳିଲାନି ରୌପ୍ୟ ପଦକ

ଦୋହା,୨୩।୪- ଏଠାରେ ଚାଲିଥିବା ଏସିଆନ୍‌ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ଭାରତୀୟ ଦଳ  ଏକ ରୌପ୍ୟ ପଦକରୁ ବଞ୍ଚତ୍ତ ରହିଛି। 

ନିଜ ପିଲାଦିନର ବନ୍ଧୁଙ୍କୁ ଜୀବନସାଥୀ କରିଥିଲେ ଏହି କ୍ରିକେଟର

ନିଜ ପିଲାଦିନର ବନ୍ଧୁଙ୍କୁ ଜୀବନସାଥୀ କରିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କ୍ୟ ରାହାଣେଙ୍କୁ ନେଇ ଚର୍ଚ୍ଚା ଜୋରଧରିଛି। 

ଭୋଟ ଦେଲେ ପୂଜାରା

ଭୋଟ ଦେଲେ ପୂଜାରା

ରାଜକୋଟ,୨୩।୪- ଚଳିତ ବର୍ଷର ଲୋକ ସଭା ନିର୍ବାଚନର ୩ୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି।  ଏଥିରେ ଦେଶର କ୍ରୀଡ଼ାବିତମାନେ ମଧ୍ୟ ଅଂଶଗ୍ରହଣ କରିଛନ୍ତି।

୨୫ ବଲରୁ ଟି୨୦ ଶତକ

୨୫ ବଲରୁ ଟି୨୦ ଶତକ

ଲଣ୍ଡନ,୨୩।୪- ଟି୨୦ କ୍ରିକେଟରେ ଦିନକୁ ଦିନ ନୂଆ ରେକର୍ଡ ସୃଷ୍ଟି ହେଉଛି। ସ୍କଟଲାଣ୍ଡ ବ୍ୟାଟ୍ସମ୍ୟାନ ଜର୍ଜ ମୁନ୍‌ସେ ଟି୨୦ କ୍ରିକେଟରେ ୨୫ ବଲରୁ ଶତକ ଲଗାଇଛନ୍ତି।

ଶୂନ୍ୟରେ ଆଉଟ୍‌ ହେବାରେ ଟର୍ନରଙ୍କ ରେକର୍ଡ

ଶୂନ୍ୟରେ ଆଉଟ୍‌ ହେବାରେ ଟର୍ନରଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୪- ଆଶ୍‌ଟନ ଟର୍ନର ଏଭଳି ଏକ ରେକର୍ଡ ଅଧିକାରୀ ହୋଇଛନ୍ତି, ଯାହାକୁ ବିଶ୍ୱର କୌଣସି ବ୍ୟାଟ୍ସମ୍ୟାନ ନିଜ ନାମରେ କରିବାକୁ ଚାହିଁବେ ନାହିଁ। 

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର କରିଛନ୍ତି। ରବିବାର ଫାଇନାଲରେ ସେ ସର୍ବୀୟାର ଦୁସାନ ଲାଜୋଭିଚ୍‌ଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ତାଙ୍କର ପ୍ରଥମ ମାଷ୍ଟର୍ସ ଟ୍ରଫି ହାସଲ କରିଥିବାରୁ ତାଙ୍କୁ ଏହି ସଫଳତା ମିଳିଛି।  ଫଗନିନି ୬ ସ୍ଥାନ ଉପରକୁ ଉଠି ଟପ୍‌ ୧୦ ନିକଟତର ହୋଇଥିବା ବେଳେ ଲାଜୋଭିଚ୍‌ ୨୪ସ୍ଥାନ ପଦୋନ୍ନତି ପାଇ ୨୪ତମ ସ୍ଥାନରେ ପହଞ୍ଚତ୍ଛନ୍ତି। ସର୍ବୀୟାର ନୋଭାକ ଜୋକୋଭିଚ୍‌ (୧୧,୧୬୦ ପଏଣ୍ଟ) ପୂର୍ବଭଳି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବା ସହ  ଦ୍ୱିତୀୟ ସ୍ଥାନରେ ଥିବା ସ୍ପେନର ରାଫାଲ ନାଡାଲ (୮,୦୮୫) ଙ୍କଠାରୁ ପଏଣ୍ଟ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି।  ଗତ ସପ୍ତାହରେ ପ୍ରିନ୍ସିପାଲିଟିଠାରେ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଡାନିଲ ମେଦଭେଦେଭଙ୍କଠାରୁ ପରାଜିତ  ହୋଇଥିଲେ ମଧ୍ୟ ତାଙ୍କ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ନାଡାଲଙ୍କଠାରୁ ୩୦୦୦ ପଏଣ୍ଟ ଆଗରେ ରହିଛନ୍ତି।

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଉଗାଣ୍ଡା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ କାମ୍ପାଲାସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚଳିତମାସ ୨୩ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ୧୮୦ ପ୍ରତିଯୋଗୀ ଭାଗ ନେଉଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତରୁ ୨୦ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ସାମିଲ ଅଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ନିକଟ ଅତୀତରେ ଆକର୍ଷଣୀୟ ପ୍ରଦର୍ଶନ କରି ଆସିଥିବା ପ୍ରମୋଦ ଉଗାଣ୍ଡା ପ୍ରତିଯୋଗୀତାରେ ମଧ୍ୟ ଭଲ ଖେଳିବେ ବୋଲି ଆଶାବାଦୀ ଅଛନ୍ତି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri