ଖେଳ |

ମ୍ୟାଚ୍‌ ପିଛା କେତେ କମାନ୍ତି ଚିୟରଲିଡର୍‌...

ମ୍ୟାଚ୍‌ ପିଛା କେତେ କମାନ୍ତି ଚିୟରଲିଡର୍‌...

ଜାତୀୟ ଖେଳ ‘ହକି’ ହେଲେ ମଧ୍ୟ ଭାରତରେ କ୍ରିକେଟକୁ ନେଇ ରହିଛି ଭିନ୍ନ କ୍ରେଜ୍‌। ପିଲାଠାରୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ଏହି ଖେଳକୁ ପସନ୍ଦ କରିଥାନ୍ତି। ଏହାକୁ ନେଇ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୃଷ୍ଟି। ଏଥିରେ ଦର୍ଶକମାନେ ଖେଳାଳିଙ୍କ ଧୁଆଁଧାର ବ୍ୟାଟିଂ, ବୋଲିଂ ସହ ଚିୟରଲିଡର୍ସମାନଙ୍କ ନୃତ୍ୟକୁ ଉପଭୋଗ କରିଥାନ୍ତି। ମାର୍ଚ୍ଚ ୨୩ରୁ ଆରମ୍ଭ ହେବ ଆଇପିଏଲ୍‌ର ୧୨ତମ ସଂସ୍କରଣ। ସବୁଥର ପରି ଚଳିତ ଥର ମଧ୍ୟ ଖେଳାଳିମାନଙ୍କ ସହ ଚିୟରଲିଡର୍ସମାନେ ମ୍ୟାଚ୍‌ର ମଜାକୁ ଦ୍ୱିଗୁଣିତ କରିବେ। ଦର୍ଶକଙ୍କ ମନୋରଞ୍ଜନ ସହ ନିଜ ନିଜ ଟିମ୍‌ର ମନୋବଳ ବଢ଼ାଇବା ଲାଗି ଏହି ଚିୟରଲିଡର୍ସମାନେ ମୋଟା ଅଙ୍କର ଦରମା ନେଇଥାନ୍ତି। ତେବେ ଆସନ୍ତୁ ଜାଣିବା ଏହି ଚିୟରଲିଡର୍ସମାନଙ୍କ ରୋଜଗାର ସମ୍ପର୍କରେ..

ଚିୟରଲିଡର୍ସମାନଙ୍କୁ ପ୍ରତିଟି ମ୍ୟାଚ୍‌ ଲାଗି ୬ହଜାର ଟଙ୍କା ଲେଖାଏ ମିଳିଥାଏ। ଏହାସହ ସେମାନଙ୍କ ଟିମ୍‌ ଜିତିଲେ ଅଧିକ ୩ହଜାର ଟଙ୍କା ସହ ବୋନସ ମଧ୍ୟ ମିଳିଥାଏ। ଏହାଛଡ଼ା ଫ୍ରାଞ୍ଚାଇଜ୍‌ଙ୍କ ପକ୍ଷରୁ ମଧ୍ୟ ସେମାନଙ୍କୁ ପାର୍ଟି କିମ୍ବା ଅନ୍ୟାନ୍ୟ କାର୍ଯ୍ୟରେ ଯୋଗଦାନକୁ ନେଇ ଟଙ୍କା ମିଳିଥାଏ। 

ଫଟୋଶୁଟ ଲାଗି ସେମାନଙ୍କୁ ୫ହଜାର ଟଙ୍କା ମିଳୁଥିବା ବେଳେ, କୌଣସି ଅଲଗା କାର୍ଯ୍ୟକ୍ରମରେ ଯୋଗଦେଲେ ୫ହଜାରରୁ ଆରମ୍ଭ କରି ୧୨ହଜାର ପର୍ଯ୍ୟନ୍ତ ମିଳିଥାଏ। 

କୋଲକାତା ନାଇଟ୍‌ ରାଇଡର୍ସଙ୍କ ଚିୟରଲିଡରମାନଙ୍କୁ ସବୁଠାରୁ ଅଧିକ ଟଙ୍କା ଦିଆଯାଇଥାଏ। ସେମାନଙ୍କୁ ମ୍ୟାଚ୍‌ ପିଛା ୧୨ହଜାର ଟଙ୍କା ମିଳିଥାଏ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଚିୟରଲିଡର୍‌ମାନଙ୍କୁ ୧୦ହଜାର ଟଙ୍କା ମିଳିଥାଏ। ସେହିଭଳି ମୁମ୍ବାଇ ଇଣ୍ଡିଆନ୍‌ସର ଚିୟରଲିଡରମାନଙ୍କୁ ୭ହଜାରରୁ ୮ହଜାର ଟଙ୍କା ମିଳେ। 

ତେବେ ପ୍ରତି ବର୍ଷ ଚିୟରଲିଡରମାନଙ୍କର ପାଉଣା ୧୦ରୁ ୨୦ ପ୍ରତିଶତ ବୃଦ୍ଧି ପାଉଥିବାରୁ ଚଳିତ ଥର ମଧ୍ୟ ସେମାନଙ୍କ ଦରମା  ବୃଦ୍ଧି ହୋଇଛି। 

All Right Reserved By

ଖେଳ |

 ବିଶାଖାପାଟଣାରେ ଆଇପିଏଲ୍‌ର ୨ ପ୍ଲେ-ଅଫ୍‌ ମ୍ୟାଚ

ବିଶାଖାପାଟଣାରେ ଆଇପିଏଲ୍‌ର ୨ ପ୍ଲେ-ଅଫ୍‌ ମ୍ୟାଚ

ଅମରାବତୀ, ୨୩ା୪ (ପି.ଟି.)-ବନ୍ଦର ସହର ବିଶାଖାପାଟଣା ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦୁଇଟି ପ୍ଲେ-ଅଫ୍‌ ମ୍ୟାଚ୍‌ର ଆୟୋଜନ କରିବ। ମ୍ୟାଚ ଦୁଇଟି ମେ ୮ ଓ ୧୦ରେ ଖେଳାଯିବ ବୋଲି ଆନ୍ଧ୍ର କ୍ରିକେଟ ଆସୋସିଏଶନ  (ଏସିଏ) ପକ୍ଷରୁ ଏକ ପ୍ରେସ୍‌ ଇସ୍ତାହାରରେ ଏହା ପ୍ରକାଶ କରାଯାଇଛି।  

  ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌:     ବଜରଙ୍ଗ ପୁନିଆଙ୍କୁ ସ୍ବର୍ଣ୍ଣ ପଦକ

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌: ବଜରଙ୍ଗ ପୁନିଆଙ୍କୁ ସ୍ବର୍ଣ୍ଣ ପଦକ

ଜିଆନ୍‌ (ଚାଇନା), ୨୩ା୪ (ପି.ଟି.)- ବିଶ୍ୱର ନମ୍ବର ଓ୍ବାନ କୁସ୍ତିଯୋଦ୍ଧା  ଭାରତର ବଜରଙ୍ଗ ପୁନିଆ ଏସିଆନ ଚାମ୍ପିୟନଶିପ୍‌ରେ ଆଉଥରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। 

ମୁମ୍ବାଇ ଦଳରେ ନୂଆ ପେସର

ମୁମ୍ବାଇ ଦଳରେ ନୂଆ ପେସର

ମୁମ୍ବାଇ,୨୩।୪(ପିଟି)- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ ବାମହାତୀ ପେସର ବେଉରାନ ହେଣ୍ଡ୍ରିକ୍ସଙ୍କ ସହ ଚୁକ୍ତି କରିଛି। 

ଶିବଙ୍କୁ କ୍ରମାଗତ ୪ର୍ଥ ଏସିଆନ୍‌ ପଦକ

ଶିବଙ୍କୁ କ୍ରମାଗତ ୪ର୍ଥ ଏସିଆନ୍‌ ପଦକ

ବ୍ୟାଙ୍କକ୍‌,୨୩।୪(ପିଟି)- ଶିବ ଥପା (୬୦ କିଗ୍ରା) କ୍ରମାଗତ ୪ର୍ଥ ଥର ପାଇଁ ଏସିଆନ୍‌ ବକ୍ସିଂ ପଦକ ନିଶ୍ଚିତ କରିଛନ୍ତି।

ସ୍ବଦେଶ ଫେରିଲେ ଓ୍ବିଲିୟମ୍‌ସନ

ସ୍ବଦେଶ ଫେରିଲେ ଓ୍ବିଲିୟମ୍‌ସନ

ଚେନ୍ନାଇ,୨୩।୪(ପିଟି)- ସନ୍‌ ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଅଧିନାୟକ କେନ ଓ୍ବିଲିୟମ୍‌ସନ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ ଖେଳିବେ ନାହିଁ।

ଭାରତକୁ ମିଳିଲାନି ରୌପ୍ୟ ପଦକ

ଭାରତକୁ ମିଳିଲାନି ରୌପ୍ୟ ପଦକ

ଦୋହା,୨୩।୪- ଏଠାରେ ଚାଲିଥିବା ଏସିଆନ୍‌ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ଭାରତୀୟ ଦଳ  ଏକ ରୌପ୍ୟ ପଦକରୁ ବଞ୍ଚତ୍ତ ରହିଛି। 

ନିଜ ପିଲାଦିନର ବନ୍ଧୁଙ୍କୁ ଜୀବନସାଥୀ କରିଥିଲେ ଏହି କ୍ରିକେଟର

ନିଜ ପିଲାଦିନର ବନ୍ଧୁଙ୍କୁ ଜୀବନସାଥୀ କରିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କ୍ୟ ରାହାଣେଙ୍କୁ ନେଇ ଚର୍ଚ୍ଚା ଜୋରଧରିଛି। 

ଭୋଟ ଦେଲେ ପୂଜାରା

ଭୋଟ ଦେଲେ ପୂଜାରା

ରାଜକୋଟ,୨୩।୪- ଚଳିତ ବର୍ଷର ଲୋକ ସଭା ନିର୍ବାଚନର ୩ୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି।  ଏଥିରେ ଦେଶର କ୍ରୀଡ଼ାବିତମାନେ ମଧ୍ୟ ଅଂଶଗ୍ରହଣ କରିଛନ୍ତି।

୨୫ ବଲରୁ ଟି୨୦ ଶତକ

୨୫ ବଲରୁ ଟି୨୦ ଶତକ

ଲଣ୍ଡନ,୨୩।୪- ଟି୨୦ କ୍ରିକେଟରେ ଦିନକୁ ଦିନ ନୂଆ ରେକର୍ଡ ସୃଷ୍ଟି ହେଉଛି। ସ୍କଟଲାଣ୍ଡ ବ୍ୟାଟ୍ସମ୍ୟାନ ଜର୍ଜ ମୁନ୍‌ସେ ଟି୨୦ କ୍ରିକେଟରେ ୨୫ ବଲରୁ ଶତକ ଲଗାଇଛନ୍ତି।

ଶୂନ୍ୟରେ ଆଉଟ୍‌ ହେବାରେ ଟର୍ନରଙ୍କ ରେକର୍ଡ

ଶୂନ୍ୟରେ ଆଉଟ୍‌ ହେବାରେ ଟର୍ନରଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୪- ଆଶ୍‌ଟନ ଟର୍ନର ଏଭଳି ଏକ ରେକର୍ଡ ଅଧିକାରୀ ହୋଇଛନ୍ତି, ଯାହାକୁ ବିଶ୍ୱର କୌଣସି ବ୍ୟାଟ୍ସମ୍ୟାନ ନିଜ ନାମରେ କରିବାକୁ ଚାହିଁବେ ନାହିଁ। 

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର କରିଛନ୍ତି। ରବିବାର ଫାଇନାଲରେ ସେ ସର୍ବୀୟାର ଦୁସାନ ଲାଜୋଭିଚ୍‌ଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ତାଙ୍କର ପ୍ରଥମ ମାଷ୍ଟର୍ସ ଟ୍ରଫି ହାସଲ କରିଥିବାରୁ ତାଙ୍କୁ ଏହି ସଫଳତା ମିଳିଛି।  ଫଗନିନି ୬ ସ୍ଥାନ ଉପରକୁ ଉଠି ଟପ୍‌ ୧୦ ନିକଟତର ହୋଇଥିବା ବେଳେ ଲାଜୋଭିଚ୍‌ ୨୪ସ୍ଥାନ ପଦୋନ୍ନତି ପାଇ ୨୪ତମ ସ୍ଥାନରେ ପହଞ୍ଚତ୍ଛନ୍ତି। ସର୍ବୀୟାର ନୋଭାକ ଜୋକୋଭିଚ୍‌ (୧୧,୧୬୦ ପଏଣ୍ଟ) ପୂର୍ବଭଳି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବା ସହ  ଦ୍ୱିତୀୟ ସ୍ଥାନରେ ଥିବା ସ୍ପେନର ରାଫାଲ ନାଡାଲ (୮,୦୮୫) ଙ୍କଠାରୁ ପଏଣ୍ଟ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି।  ଗତ ସପ୍ତାହରେ ପ୍ରିନ୍ସିପାଲିଟିଠାରେ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଡାନିଲ ମେଦଭେଦେଭଙ୍କଠାରୁ ପରାଜିତ  ହୋଇଥିଲେ ମଧ୍ୟ ତାଙ୍କ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ନାଡାଲଙ୍କଠାରୁ ୩୦୦୦ ପଏଣ୍ଟ ଆଗରେ ରହିଛନ୍ତି।

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଉଗାଣ୍ଡା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ କାମ୍ପାଲାସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚଳିତମାସ ୨୩ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ୧୮୦ ପ୍ରତିଯୋଗୀ ଭାଗ ନେଉଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତରୁ ୨୦ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ସାମିଲ ଅଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ନିକଟ ଅତୀତରେ ଆକର୍ଷଣୀୟ ପ୍ରଦର୍ଶନ କରି ଆସିଥିବା ପ୍ରମୋଦ ଉଗାଣ୍ଡା ପ୍ରତିଯୋଗୀତାରେ ମଧ୍ୟ ଭଲ ଖେଳିବେ ବୋଲି ଆଶାବାଦୀ ଅଛନ୍ତି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri