ମନୋରଞ୍ଜନ |

ଆଶାରେ ନମ୍ରତା

ଆଶାରେ ନମ୍ରତା

ନବାଗତା ନମ୍ରତା ସିଂଦେଓ। ଖୁବ୍‌ଶୀଘ୍ର ତାଙ୍କ ଅଭିନୀତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ‘ତୋ ପାଇଁ ଫେରିବି ବସୁଧା ଚିରି’ ରିଲିଜ ହେବାକୁ ଯାଉଛି।  ଏଥିରେ ନିଜ ଭୂମିକାର ସଫଳତାକୁ ନେଇ ବେଶ୍‌ ଆଶାବାଦୀ ଅଛନ୍ତି ସେ। ଏଥିରେ ତାଙ୍କ ଚରିତ୍ରଟି ହେଲା କାଜଲ। ସେ ଜଣେ ଫିଲ୍ମ ନାୟିକା। ହଠାତ୍‌ ଜଣେ ଗାଉଁଲି ଯୁବକ ଚିତା ସହ ତାହାର ଭେଟ ହେଉଛି। ପୁଣି ଏପରି ସଂଯୋଗ ଯେ କାଜଲର ଜଣେ ବଡ ପ୍ରଶଂସକ ହେଲା ଚିତା। ହେଲେ ଏହି ପ୍ରଥମ ଦେଖା ପରେ କ’ଣ ହେଉଛି। କାଜଲ ପ୍ରେମରେ ଚିତା ପଡିଯାଉନି ତ ? ଅପରପକ୍ଷରେ ଚିତା ପରି ଜଣେ ଗାଉଁଲି ପିଲାକୁ କାଜଲ ପ୍ରେମିକ ଭାବରେ ଗ୍ରହଣ କରୁଛି ତ ? ଏପରି ଅନେକ ଅସମାହିତ ପ୍ରଶ୍ନର ଉତ୍ତର ରହିଛି ଏହି ସିନେମାର କାହାଣୀରେ। ଜୟ ମା’ ପଲ୍ଲୁଭାଲି ଫିଲ୍ମସ ବ୍ୟାନରରେ ରମାକାନ୍ତ କରଙ୍କ ନିବେଦିତ ଏହି ଚିତ୍ରର ପ୍ରଯୋଜନା କରିଛନ୍ତି ଶରତ ପ୍ରିୟା ପଟ୍ଟନାୟକ ଏବଂ ଶ୍ୟାମ ସୁନ୍ଦର ଅଗ୍ରଓ୍ବାଲ। କାହାଣୀ ଚିତ୍ରନାଟ୍ୟ ସହ ନିର୍ଦ୍ଦେଶନା ଦେଇଛନ୍ତି ଓଲିଉଡ୍‌ର ଗିମିକ ମାଷ୍ଟର ଭାବରେ ପରିଚିତ ସଞ୍ଜୟ ନାୟକ। ଗୀତଗୁଡିକୁ ସ୍ବର ଦେଇଛନ୍ତି ମଳୟ ମିଶ୍ର। ନମ୍ରତାଙ୍କ ନାୟକ ଭୂମିକାରେ ଚନ୍ଦନ କର ଅଭିନୟ କରିଥିବା ବେଳେ ଶ୍ରୀତମ ଦାସ, ଦୁଷ୍ମନ୍ତ ପଣ୍ଡା, ପ୍ରେମାଞ୍ଜନ ପରିଡା, ବିଜୁ ବଡଜେନା ପ୍ରମୁଖ କଳାକାରଙ୍କୁ ଏଥିରେ ଦେଖିବାକୁ ମିଳିବ।


All Right Reserved By

ମନୋରଞ୍ଜନ |

‘ଦବଙ୍ଗ-୩’ରେ ସଲ୍‌ମାନଙ୍କ ସହ ନଜର ଆସିବେ ଶାହରୁଖ

‘ଦବଙ୍ଗ-୩’ରେ ସଲ୍‌ମାନଙ୍କ ସହ ନଜର ଆସିବେ ଶାହରୁଖ

ବମ୍ବେ: ଦିନ ଥିଲା ଶାହରୁଖ ଓ ସଲ୍‌ମାନ ପରସ୍ପରର ଶତ୍ରୁ ବୋଲି କୁହାଯାଉଥିଲା। ହେଲେ ଏବେ ଦିନ ବଦଳିବା ସହ ବଦଳିଛି ସମୟ। 

ଖୁବ୍‌ଶୀଘ୍ର ପରଦାକୁ ଆସିବ ‘ତେରେ ନାମ୍‌-୨’

ଖୁବ୍‌ଶୀଘ୍ର ପରଦାକୁ ଆସିବ ‘ତେରେ ନାମ୍‌-୨’

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ୍‌ଙ୍କ ଅଭିନୀତ ସୁପରହିଟ୍‌ ଫିଲ୍ମ ‘ତେରେ ନାମ୍‌’ର ସିକ୍ୱେଲ ନିର୍ମାଣ ହେବାକୁ ଯାଉଛି। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ଥିବା ସତୀଶ କୌଶିକ ଏହି ସୂଚନା ଦେଇଛନ୍ତି। 

ଅମୀରଙ୍କ ବିମାନ ଭିତରେ ବସିଥିବା ଭିଡିଓ ହେଲା ଭାଇରାଲ

ଅମୀରଙ୍କ ବିମାନ ଭିତରେ ବସିଥିବା ଭିଡିଓ ହେଲା ଭାଇରାଲ

ମୁମ୍ବାଇ,୨୩।୪: ମିଷ୍ଟର ପରଫେକ୍ଟିନିଷ୍ଟଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟିରେ ଅମୀର ଖଁ। ଇକୋନୋମିକ କ୍ଲାସର ଓ୍ବିଣ୍ଡୋ ସିଟ୍‌ ପାଖରେ ଚୁପ୍‌ଚାପ୍‌ ବସିଥିବା ଦେଖିବାକୁ ମିଳିଛି। 

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ନୂଆଦିଲ୍ଲୀ,୨୩।୪: ବଲିଉଡ୍‌ ଅଭିନେତା ସନ୍ନି ଦେଓଲ ମଙ୍ଗଳବାର ରାଜନୀତିରେ ପାଦ ରଖିଛନ୍ତି। ସେ ଏବେ ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। 

କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ‘କଳଙ୍କ’ ବକ୍ସ ଅଫିସରେ ଧରାଶାୟୀ: ୬ ଦିନରେ ବ୍ୟବସାୟ ମାତ୍ର ୭୦ କୋଟି

କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ‘କଳଙ୍କ’ ବକ୍ସ ଅଫିସରେ ଧରାଶାୟୀ: ୬ ଦିନରେ ବ୍ୟବସାୟ ମାତ୍ର ୭୦ କୋଟି

ବମ୍ବେ: ଚଳଚ୍ଚିତ୍ର ‘କଳଙ୍କ’କୁ ନେଇ ଅନେକ ଆଶା ରଖିଥିଲେ ଏହାର ନିର୍ମାତା ଓ ପ୍ରଯୋଜକ। ମାତ୍ର ଏସବୁ ଭୁଲ ସାବ୍ୟସ୍ତ ହୋଇଛି। ବକ୍ସ ଅଫିସରେ ଫେଲ ମାରିଛି ଫିଲ୍ମ। ଏହା କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ବୋଲି କୁହାଯାଉଥିଲା। 

ବିବାହ ଉତ୍ସବରେ ଦୀପିକାଙ୍କ ଚପଲ ଧରି ବୁଲିଲେ ରଣବୀର, ଫଟୋ ଭାଇରାଲ..

ବିବାହ ଉତ୍ସବରେ ଦୀପିକାଙ୍କ ଚପଲ ଧରି ବୁଲିଲେ ରଣବୀର, ଫଟୋ ଭାଇରାଲ..

ବମ୍ବେ: ସ୍ବାମୀ ହେବ ତ ଏମିତି। ବଲିଉଡ୍‌ରେ ରଣବୀର ସିଂହଙ୍କୁ ନେଇ ଏପରି କିଛି ଚର୍ଚ୍ଚା ହେଉଛି।

କୃଷକଙ୍କ ସହାୟତା ପାଇଁ ଆଗେଇ ଆସିଲେ କଙ୍ଗନା

କୃଷକଙ୍କ ସହାୟତା ପାଇଁ ଆଗେଇ ଆସିଲେ କଙ୍ଗନା

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୃଷକଙ୍କ ସହାୟତା ପାଇଁ ଆଗେଇ ଆସିଛନ୍ତି। 

ବିବାହର ଦୁଇମାସ ପରେ ସ୍ତ୍ରୀଙ୍କୁ ଛାଡପତ୍ର ଦେଇଥିଲେ ଏହି ଅଭିନେତା

ବିବାହର ଦୁଇମାସ ପରେ ସ୍ତ୍ରୀଙ୍କୁ ଛାଡପତ୍ର ଦେଇଥିଲେ ଏହି ଅଭିନେତା

ବଲିଉଡ ଅଭିନେତା ମନୋଜ ବାଜପେୟୀ ୫୦ବର୍ଷରେ ପଦାର୍ପଣ କରିଛନ୍ତି।

ସାମାଜିକ ସଚେତନତାକୁ ଗୁରୁତ୍ୱ ଦେଇଥାଏ

ସାମାଜିକ ସଚେତନତାକୁ ଗୁରୁତ୍ୱ ଦେଇଥାଏ

ପେସାରେ ଜଣେ ଡାକ୍ତର, ହେଲେ ସାହିତ୍ୟ କ୍ଷେତ୍ରରେ ନିଜର ପାରିଦର୍ଶିତା ଦେଖାଇବାରେ ସକ୍ଷମ ହୋଇଛନ୍ତି। ରାତ୍ରିର ବିଳମ୍ବିତ ପ୍ରହରରେ ସେ ବସିପଡନ୍ତି ନିଜ ମନର ଭାବନାକୁ କବିତାର ରୂପ ଦେବାକୁ।

‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବେ କ୍ୟାଟ୍ରିନା

‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବେ କ୍ୟାଟ୍ରିନା

ମୁମ୍ବାଇ: ଫିଲ୍ମ ନିର୍ମାତା ରୋହିତ ଶେଟ୍ଟୀଙ୍କ ପରବର୍ତ୍ତୀ ସିନେମା ‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବାକୁ ଯାଉଛନ୍ତି କ୍ୟାଟ୍ରିନା କୈଫ। 

‘ଭାରତ’ର ଟ୍ରେଲର ରିଲିଜ୍‌

‘ଭାରତ’ର ଟ୍ରେଲର ରିଲିଜ୍‌

ମୁମ୍ବାଇ,୨୨।୪: ସଲମାନ ଖଁାଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଭାରତର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଟ୍ରେଲରଟି ୩ମିନିଟ ୧୧ସେକେଣ୍ଡର ହୋଇଥିବା ବେଳେ ରିଲିଜର କିଛି ସମୟ ମଧ୍ୟରେ ଲକ୍ଷାଧିକ ଲୋକ ଏହାକୁ ଦେଖିସାରିଲେଣି। 

‘ଭାରତ’ର ଟ୍ରେଲର ରିଲିଜ୍‌

‘ଭାରତ’ର ଟ୍ରେଲର ରିଲିଜ୍‌

ମୁମ୍ବାଇ,୨୨।୪: ସଲମାନ ଖଁାଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଭାରତର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଟ୍ରେଲରଟି ୩ମିନିଟ ୧୧ସେକେଣ୍ଡର ହୋଇଥିବା ବେଳେ ରିଲିଜର କିଛି ସମୟ ମଧ୍ୟରେ ଲକ୍ଷାଧିକ ଲୋକ ଏହାକୁ ଦେଖିସାରିଲେଣି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri