ରାଜ୍ୟ | ଉପକୂଳ ଓଡିଶା

ପିଡିଏର ଜାଗା ବିକ୍ରିକୁ ନେଇ ତୀବ୍ର ଉତ୍ତେଜନା : ନିର୍ମାଣ ବନ୍ଦ କଲେ ତହସିଲଦାର

ପିଡିଏର ଜାଗା ବିକ୍ରିକୁ ନେଇ ତୀବ୍ର ଉତ୍ତେଜନା : ନିର୍ମାଣ ବନ୍ଦ କଲେ ତହସିଲଦାର

କୁଜଙ୍ଗ,୨୫ା୩(ସ୍ବ.ପ୍ର.): କୁଜଙ୍ଗ ତହସିଲ କାର୍ଯ୍ୟାଳୟ ସମ୍ମୁଖ ଏକ ସରକାରୀ ଜାଗାକୁ ପିଡିଏ(ପାରାଦୀପ ଡେଭଲପ୍‌ମେଣ୍ଟ ଅଥରିଟି) ପକ୍ଷରୁ ବେଆଇନ ଭାବରେ ଜଣେ ବ୍ୟବସାୟୀଙ୍କୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ସନ୍ଧ୍ୟାରେ ଉକ୍ତ ସ୍ଥାନରେ ଦୋକାନ ଘର ନିର୍ମାଣ ପାଇଁ ନିଅଁ ଖୋଳାଯାଉଥିବାବେଳେ ସ୍ଥାନୀୟ ଲୋକେ ବିରୋଧ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ବୁଦ୍ଧିଜୀବୀମାନେ ଏ ସମ୍ପର୍କରେ ତହସିଲଦାରଙ୍କ ସମେତ ଥାନାକୁ ଜଣାଇଥିଲେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାତି ୭ ଟାରେ ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ରାଜସ୍ବ ନିରୀକ୍ଷକ ପହଞ୍ଚତ୍ କାର୍ଯ୍ୟ ବନ୍ଦ କରାଇଥିଲେ। ସୋମବାର ଏ ସମ୍ପର୍କରେ ଜଗତ୍‌ସିଂହପୁର ଜିଲାପାଳ ଓ ନିର୍ବାଚନ କମିଶନରଙ୍କ ପାଖରେ ଅଭିଯୋଗ କରାଯିବ ବୋଲି ସୂଚନା ମିଳିଛି। 

ସୂଚନା ଅନୁଯାୟୀ, କୁଜଙ୍ଗ ତହସିଲ ପରିସରରେ ବିଭିନ୍ନ ରାଜନୈତିକ ଦଳ ଓ ସଙ୍ଗଠନ ପକ୍ଷରୁ ବିଭିନ୍ନ ସମୟରେ ଧାରଣା ଦିଆଯାଉଥିଲା। ୩ ବର୍ଷ ତଳେ କୁଜଙ୍ଗ ତହସିଲଦାର ଉକ୍ତ ଜାଗାକୁ ପାଚେରି ବୁଲାଇ ଗେଟ୍‌ ଲଗାଇବା ପରେ ଧାରଣା, ଅନଶନ ଓ ଆନ୍ଦୋଳନ ହୋଇ ପାରିଲା ନାହଁି। ଫଳରେ ତହିସିଲ ଗେଟ୍‌ ସମ୍ମୁଖ ଜାଗାରେ ୩ ବର୍ଷ ହେଲା ବିଭିନ୍ନ ସମୟରେ ଧାରଣା ଦିଆଯାଇଥାଏ। ମାତ୍ର ଆଶ୍ଚର୍ଯ୍ୟର କଥା ସେହି ଧାରଣାସ୍ଥଳର ଜାଗାକୁ ପିଡିଏ ପକ୍ଷରୁ ବିକ୍ରି କରିଦିଆଯାଇଛି। ୨ ମାସ ତଳେ ତସହିଲ ସମ୍ମୁଖରେ ଥିବା ପିଡିଏ ମାର୍କେଟ୍‌ କମ୍ପ୍ଲେକ୍ସ ଦୋକାନ ଘର ଭଡ଼ ସୂତ୍ରରେ ଦେବାକୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜ୍ଞପ୍ତି ଅନୁଯାୟୀ, ୪ ହିତାଧିକାରୀ ଆବେଦନ କରିଥିଲେ। ଆଶ୍ଚର୍ଯ୍ୟର କଥା ଉକ୍ତ ୪ ଜଣଙ୍କ ମଧ୍ୟରୁ ଜଣଙ୍କୁ ଦୋକାନ ଘର ନିର୍ମାଣ ପାଇଁ ଜାଗା ପ୍ରଦାନ କରାଯାଇଛି। ନିର୍ଦ୍ଧିଷ୍ଟ ବ୍ୟବସାୟୀ ଜାଗା ଲିଜ୍‌ ନେଇ ସେଠାରେ ନିଜ ଅର୍ଥରେ ଦୋକାନ ଘର ନିର୍ମାଣ କରିବେ। ଗୁରତ୍ୱପୂର୍ଣ୍ଣ ବିଷୟ ହେଲା ପୂର୍ବରୁ ପିଡିଏ ପକ୍ଷରୁ ଯେଉଁ ୫୦ ରୁ ଊର୍ଦ୍ଧ୍ୱ ଦୋକାନ ଘର ବ୍ୟବସାୟୀଙ୍କୁ ପ୍ରଦାନ କରାଯାଇଛି, ତାହାକୁ ପିଡିଏ ନିଜେ ନିର୍ମାଣ କରି ଦୋକାନୀଙ୍କୁ ଭଡ଼ାରେ ଦେଇଛି। ମାତ୍ର ବର୍ତ୍ତମାନ କେଉଁ ସ୍ବାର୍ଥରେ ପିଡିଏ ଏକ ସରକାରୀ ଜାଗାରେ ଦୋକାନ ଘର ନିଜେ ନ କରି ଅନ୍ୟକୁ ନିର୍ମାଣ କରିବାକୁ ସୁଯୋଗ ଦେଇଛି ତାହା ବୁଝାପଡୁନି। ଅନ୍ୟପକ୍ଷରେ ଏହି ନିର୍ମାଣ ଯୋଗୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହୋଇଛି। ସୂଚନା ଅନୁଯାୟୀ, ଗତ ୧୧/୨/୧୯ରେ ଉକ୍ତ ଜାଗା ଲିଜ୍‌ ଦେବାକୁ ପିଡିଏ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ମାତ୍ର ଆଚରଣ ବିଧି ଲାଗୁ ହେବା ପରେ ଗତ ତା ୧୬/୩/୧୯ରେ ପଜେଶନ ସାର୍ଟିଫିକେଟ ଦିଆଯାଇଛି। ସେହିପରି ୨୪/୩/୧୯ରେ ନିର୍ମାଣ ଆରମ୍ଭ ହୋଇଛି। ଏଥିଯୋଗୁ ଆଚରଣ ବିଧି ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ସେହିପରି ନିର୍ମାଣସ୍ଥଳରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ୱାଳଙ୍କ ଏକ ଫଳକ ରହିଛି। ଏହା ଉପରେ ମାଟି ପକାଯାଇ ନିର୍ମାଣ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ କୁଜଙ୍ଗ ତହସିଲଦାର ରମେଶ ଚନ୍ଦ୍ର ପଣ୍ଡାଙ୍କୁ ପଚାରିବାରୁ ସେ କହିଲେ ଯେ ନିର୍ମାଣ ବିରୋଧରେ ତାଙ୍କ ପାଖରେ ଅଭିଯୋଗ ହୋଇଛି। ଘଟଣାର ତଦନ୍ତ କରିବାକୁ କୁହାଯାଇଛି ଓ ବର୍ତ୍ତମାନ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖାଯାଇଛି। ଆଇନଜୀବୀ ସତ୍ୟାନନ୍ଦ ବିଶ୍ୱାଳ କୁହନ୍ତି ଯେ ଯେଉଁ ସ୍ଥାନରେ ଦୋକାନ ପାଇଁ ନିଅଁ ଖୋଳଯାଉଛି, ତାହା ପିଡିଏର ଜାଗା ନୁହେଁ। ସେଠାରେ ସର୍ବସାଧାରଣ ଯାତାୟାତ କରନ୍ତି ଓ ଧାରଣା ଦିଆଯାଏ। ଏହି ନିର୍ମାଣ କାର୍ଯ୍ୟ ବେଆଇନ। କୁଜଙ୍ଗର ଜଗବନ୍ଧୁ ନନ୍ଦ, ଦୋଳଗୋବିନ୍ଦ ମହାପାତ୍ର, ବିବେକାନନ୍ଦ ଦାସ, କାଳିଆ ବିଶ୍ୱାଳ ଓ ହୃଷୀକେଶ ନାଥ ପ୍ରମୁଖ ନିର୍ମାଣ କାର୍ଯ୍ୟକୁ ବିରୋଧ କରିବା ସହିତ ନିର୍ମାଣ ବନ୍ଦ ନ ହେଲେ ଆନ୍ଦୋଳନ କରାଯିବ ବୋଲି କହିଛନ୍ତି।

All Right Reserved By

ରାଜ୍ୟ | ଉପକୂଳ ଓଡିଶା

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ;  ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ; ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

ମାହାଙ୍ଗା,୨୩ା୪(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କଟକ ଜିଲାର ମାହାଙ୍ଗା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ଜେ.ଏନ. କଲେଜ ପଡ଼ିଆଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। 

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୨୩।୪- କେନ୍ଦ୍ରାପଡ଼ା ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଗାଦି ଛାଡିବା ସମୟ ଆସିଗଲାଣି ବୋଲି କହିଥିବା ବେଳେ ରାଫେଲ ପ୍ରସଙ୍ଗକୁ ନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନ ଲାଗି ମଙ୍ଗଳବାର ମତଦାନ କରାଯାଉଛି। ସକାଳ ୭ଟାରେ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୬୧% ମତଦାନ ହୋଇଛି। 

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆସନ୍ତା ୨୫ରେ ରାଜ୍ୟର ୯ଟି ବୁଥ୍‌ରେ ସାନି ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉକ୍ତ ବୁଥ୍‌ଗୁଡ଼ିକରେ ବିଭିନ୍ନ କାରଣ ନେଇ ମତଦାନ ସ୍ଥଗିତ ରହିଥିଲା। 

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର /ଆନନ୍ଦପୁର,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri