ଅନଗୁଳ-ଢେଙ୍କାନାଳ

ଟ୍ରକ ଧକ୍କାରେ ଯୁବକଙ୍କ ଜୀବନ ଗଲା

ଟ୍ରକ ଧକ୍କାରେ ଯୁବକଙ୍କ ଜୀବନ ଗଲା


କଣିହାଁ,୨୫।୩(ଡି.ଏନ.ଏ.)-କଣିହାଁ ବ୍ଲକ ରେଙ୍ଗାଳୀ ଥାନା ବଜ୍ରକୋଟ ଗ୍ରାମ ହାଟ ଛକରେ ସୋମବାର ଅପରାହ୍ନରେ  ଏକ ଟ୍ରକ ଧକ୍କାରେ ସେହି ଗ୍ରାମର ଶଙ୍କର ନାୟକଙ୍କ ମୃତ୍ୟୁ ଘଟିଛି। ଏଥିଯୋଗୁ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଗ୍ରାମବାସୀ ଟ୍ରକକୁ ଅଟକ ରଖି କ୍ଷତିପୂରଣ ଦାବିରେ ଆନ୍ଦୋଳନ କରିଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। 

All Right Reserved By

ଅନଗୁଳ-ଢେଙ୍କାନାଳ

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ବିଜେଡିର ମହିଳା ସମାବେଶ

ବିଜେଡିର ମହିଳା ସମାବେଶ

ବଇଣ୍ଡା,୧୯।୪(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧରଡ଼ପାଳ ଓ ଅଙ୍ଗପଡ଼ା ପଞ୍ଚାୟତରେ ଶୁକ୍ରବାର ବିଜେଡିର ନିର୍ବାଚନୀ ମହିଳା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବଜ୍ରପାତରେ ୧୩ ବର୍ଷର ବାଳିକା ମୃତ

ବଜ୍ରପାତରେ ୧୩ ବର୍ଷର ବାଳିକା ମୃତ

ଛେଣ୍ଡିପଦା,୧୯।୪(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଅନ୍ତର୍ଗତ କୁଶକିଳା ଗ୍ରାମରେ ଶୁକ୍ରବାର ବଜ୍ରପାତରେ ଜଣେ ୧୩ ବର୍ଷର ବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶିଶିର ବାରିକଙ୍କ ଝିଅ ଜିତା(୧୩) ।

୫ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

୫ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ନିି.ପ୍ର): ତାଳଚେର ପୌରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୫ ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର, ଅନୀତା ସହର ଏବଂ ତାଳଚେର ବ୍ଲକ ସନ୍ଥପଡ଼ା ଗ୍ରାମର ଭ୍ରମରବର ସାମଲ(୭୦)।

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି ।

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଅନୁଗୋଳ ଅଫିସ, ୧୯।୪- ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଶେଷ ହୋଇଥିବାରୁ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଜୋର ଧରିଛି। ଇତିମଧ୍ୟରେ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୩ ଦିନ ବାକି ରହିଛି। 

ମାଇକ୍ରୋ ଅବଜରଭରଙ୍କୁ ତାଲିମ କାର୍ଯ୍ୟକ୍ରମ: ବୁଥ୍‌ରେ ସ୍ବଚ୍ଛତା ମୁଖ୍ୟ ଦାୟିତ୍ୱ

ମାଇକ୍ରୋ ଅବଜରଭରଙ୍କୁ ତାଲିମ କାର୍ଯ୍ୟକ୍ରମ: ବୁଥ୍‌ରେ ସ୍ବଚ୍ଛତା ମୁଖ୍ୟ ଦାୟିତ୍ୱ

ଢେଙ୍କାନାଳ ଅଫିସ, ୧୯ା୪- ଢେଙ୍କାନାଳ ଜିଲାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ନିମନ୍ତେ ନିୟୋଜିତ ମାଇକ୍ରୋ ଅବଜରଭର (ଅଣୁ ପର୍ଯ୍ୟବେକ୍ଷକ)ମାନଙ୍କର ତାଲିମ କାର୍ଯ୍ୟକ୍ରମ ଗୁରୁବାର ପୂର୍ବାହ୍ନରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ଓ୍ବାର୍ଡକୁ ନେବାକୁ କର୍ମଚାରୀ ନାହାନ୍ତି: ଷ୍ଟ୍ରେଚରରେ ଘଣ୍ଟାଏ ପଡ଼ିରହିଲେ ରୋଗୀ

ଓ୍ବାର୍ଡକୁ ନେବାକୁ କର୍ମଚାରୀ ନାହାନ୍ତି: ଷ୍ଟ୍ରେଚରରେ ଘଣ୍ଟାଏ ପଡ଼ିରହିଲେ ରୋଗୀ

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗୁରୁତର ଥିବା ଜଣେ ମହିଳା ରୋଗୀଙ୍କୁ ଡାକ୍ତର ଓ୍ବାର୍ଡକୁ ରେଫର କରିଥିଲେ ବି ତାଙ୍କୁ ଷ୍ଟ୍ରେଚରରେ ଓ୍ବାର୍ଡକୁ ନେବାକୁ କୌଣସି କର୍ମଚାରୀ ନ ଥିଲେ। 

ସେକ୍ଟର ଅଫିସରମାନଙ୍କୁ ତାଲିମ: ଗାଡ଼ିରେ ଲାଗିବ ଜିପିଏସ୍‌

ସେକ୍ଟର ଅଫିସରମାନଙ୍କୁ ତାଲିମ: ଗାଡ଼ିରେ ଲାଗିବ ଜିପିଏସ୍‌

ଅନୁଗୋଳ ଅଫିସ, ୧୯।୪- ଚଳିତ ସାଧାରଣ ନିର୍ବାଚନକୁ ମୁକ୍ତ ଓ ଅବାଧ ଭାବେ ପରିଚାଳନା କରିବା ପାଇଁ ନିୟୋଜିତ ସେକ୍ଟର ଅଫିସରମାନଙ୍କୁ ଗୁରୁବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ତାଲିମ ପ୍ରଦାନ କରାଯାଇଛି। 

ବିଜୟ ସଂକଳ୍ପ ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ପରଘର ତିଅଣରେ ନବୀନଙ୍କ ଅତିଥି ସତ୍କାର

ବିଜୟ ସଂକଳ୍ପ ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ପରଘର ତିଅଣରେ ନବୀନଙ୍କ ଅତିଥି ସତ୍କାର

କଣିହାଁ/ ଛେଣ୍ଡିପଦା/ ଭୁବନ/ ପରଜଙ୍ଗ, ୧୯।୪ (ଡି.ଏନ୍‌.ଏ.)- ରାଜ୍ୟ ସରକାର କାଳିଆ ଯୋଜନାରେ ଲୋକମାନଙ୍କୁ ଠକିଛନ୍ତି। ଏହି ଯୋଜନାକୁ ବନ୍ଦ କରିବା ପାଇଁ ଭାଜପା ଉଦ୍ୟମ କରୁଥିବା ମିଛ ପ୍ରଚାର କରୁଛନ୍ତି। 

ହିଙ୍ଗୁଳା ଦର୍ଶନ କରି ଫେରିବା ବେଳେ ଦୁର୍ଘଟଣା: ବାଇକ୍‌-କାର୍‌ ଧକ୍କା, ୨ ଗୁରୁତର

ହିଙ୍ଗୁଳା ଦର୍ଶନ କରି ଫେରିବା ବେଳେ ଦୁର୍ଘଟଣା: ବାଇକ୍‌-କାର୍‌ ଧକ୍କା, ୨ ଗୁରୁତର

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ସହର ଉପକଣ୍ଠ ଆମ୍ବପାଳ ନତଡ଼ାଠାରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣ ଗୁରୁତର ହୋଇଥିବା ଜଣାପଡିଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ। 


Model This Week

କ୍ରିଷ୍ଣା
Why Dharitri