ରାଜ୍ୟ | ବାଲେଶ୍ୱର

ଧାମରା ବନ୍ଦରରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଧାମରା ବନ୍ଦରରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଚାନ୍ଦବାଲି, ୨୫।୩ (ଡି.ଏନ.ଏ) - ଭଦ୍ରକ ଜିଲା ଧାମରା ବନ୍ଦରରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କର ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତ ଶ୍ରମିକ ହେଲେ ସେକ୍‌ ସଲିମ୍‌। ତାଙ୍କ ଘର ମୁର୍ଶିଦାବାଦ ଅଞ୍ଚଳରେ। ସଲିମ୍‌ଙ୍କ ମୃତ୍ୟୁକୁ ନେଇ ରବିବାର ରାତିରୁ ସେଠାରେ ଉତ୍ତେଜନା ଲାଗିରହିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଏବଂ ତାଙ୍କ ପରିବାରର ଜଣଙ୍କୁ ଚାକିରି ଦାବି କରି ଅନ୍ୟ ଶ୍ରମିକମାନେ ବନ୍ଦର ପରିସରରେ ହୋହଲ୍ଲା, ପାଟିତୁଣ୍ଡ କରିଥିଲେ। ସୂଚନା ଅନୁସାରେ, ଏଲ୍‌ଏନ୍‌ଜି ଗ୍ୟାସ୍‌ ଟର୍ମିନାଲ ପ୍ରୋଜେକ୍ଟ ସାଇଟରେ ହାଇଡ୍ରୋକାର୍ବନ ପ୍ଲାଣ୍ଟରେ ଏକ କ୍ରେନ ସଲିମ୍‌ଙ୍କ ଉପରେ ଖସି ପଡ଼ିବାରୁ ତାଙ୍କର ମୃତ୍ୟୁ ହୋଇଛି। ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ନିୟୋଜିତ ଠିକାଦାର ଜିୟୋ ଷ୍ଟ୍ରକ୍ଚରରେ ସଲିମ୍‌ କାମ କରୁଥିଲେ। ଦୁର୍ଘଟଣାର ୨ ଘଣ୍ଟା ପରେ ସଲିମ୍‌ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।

All Right Reserved By

ରାଜ୍ୟ | ବାଲେଶ୍ୱର

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛିି। 

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଭୁବନେଶ୍ୱର,୨୩।୪(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ କେନ୍ଦ୍ରାପଡ଼ା ବାରୁଅଠାରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସିମୁଳିଆ ନିର୍ବାଚନମଣ୍ଡଳୀ ଗସ୍ତ

ମୁଖ୍ୟମନ୍ତ୍ରୀଙ୍କ ସିମୁଳିଆ ନିର୍ବାଚନମଣ୍ଡଳୀ ଗସ୍ତ

ସିମୁଳିଆ,୨୩।୪(ଡି.ଏନ୍‌.ଏ.): ଆସନ୍ତା ୨୯ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲା ସିମୁଳିଆ-ଖଇରା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି।

କେନ୍ଦୁଝରର ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ: ବିଳମ୍ବରେ ମତଦାନ

କେନ୍ଦୁଝରର ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ: ବିଳମ୍ବରେ ମତଦାନ

ହାଟଡ଼ିହୀ,୨୩l୪(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିିର୍ବାଚନମଣ୍ଡଳୀ ହାଟଡ଼ିହୀ ବ୍ଲକ ଅଧୀନ ବିଭିନ୍ନ ବୁଥରେ ଇଭିଏମ ଖରାପ ପାଇଁ ଦୀର୍ଘ ସମୟ ପର୍ଯ୍ୟନ୍ତ ମତଦାନ ହୋଇପାରି ନ ଥିବା ଦେଖିବାକୁ ମିଳିଛି।

ନିର୍ବାଚନୀ ହିଂସା: ଆକ୍ରମଣରେ କଂଗ୍ରେସ ସମର୍ଥକ ଗୁରୁତର

ଖୋର୍ଦ୍ଧା ଅଫିସ,୨୩ା୪: ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଚାଲୁ ରହିଛି। ଖୋର୍ଦ୍ଧା ଜିଲା ବେଗୁନିଆ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବୋଲଗଡ଼ ଥାନା କଳାଙ୍ଗ ପଞ୍ଚାୟତ ଗୋଡ଼ଭଙ୍ଗାର ୧ ନମ୍ବର ବୁଥ୍‌ରେ ବିଜେଡି ସମର୍ଥକମାନେ କଂଗ୍ରେସ ସମର୍ଥକଙ୍କୁ ମତଦାନ କେନ୍ଦ୍ରକୁ ଭୋଟ ଦେବା ପାଇଁ ଛାଡୁ ନାହାନ୍ତି।

ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦ % ମତଦାନ

ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦ % ମତଦାନ

ଖୋର୍ଦ୍ଧା ଅଫିସ,୨୩ା୪: ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦% ମତଦାନ ହୋଇଛି।  

୧୧ଟା ସୁଦ୍ଧା ରାଜ୍ୟରେ ୧୮ ପ୍ରତିଶତ ମତଦାନ

୧୧ଟା ସୁଦ୍ଧା ରାଜ୍ୟରେ ୧୮ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି।

ଭୋଟ ଦେବାକୁ ନେଇ ଚିଲିକା ନିର୍ବାଚନମଣ୍ଡଳୀରେ ଭାଜପା-ବିଜେଡି କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ, ଜଣେ ଆହତ

ଭୋଟ ଦେବାକୁ ନେଇ ଚିଲିକା ନିର୍ବାଚନମଣ୍ଡଳୀରେ ଭାଜପା-ବିଜେଡି କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ, ଜଣେ ଆହତ

ଖୋର୍ଦ୍ଧା ଅଫିସ,୨୩ା୪: ଖୋର୍ଦ୍ଧା ଜିଲା ଚିଲିକା ନିର୍ବାଚନମଣ୍ଡଳୀ  ବାଣପୁର ଥାନା ଅନ୍ତର୍ଗତ କହ୍ନେଇପୁରରେ  ମଙ୍ଗଳବାର ଭୋଟ ଗ୍ରହଣ ଚାଲୁ ରହିଛି। ମଧ୍ୟାହ୍ନ ସମୟରେ ଭୋଟ ଦେବାକୁ ନେଇ ଏଠାରେ ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମାର୍‌ପିଟ୍‌ ହୋଇଥିବା ଦେଖିବାକୁ ମିଳିଛି।  

କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ ବେଳେ ଉତ୍ତେଜନା, ୧ ଆହତ, ୨ ଗିରଫ

କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ ବେଳେ ଉତ୍ତେଜନା, ୧ ଆହତ, ୨ ଗିରଫ

କୃଷ୍ଣପ୍ରସାଦ, ୨୩।୪(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ମଙ୍ଗଳବାର ୩ୟ ପର୍ଯ୍ୟାୟ ଭୋଟଗ୍ରହଣ ଜାରି ରହିଛି। ମୋଟ ୮୭ ବୁଥରେ ଭୋଟରଙ୍କ  ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।

ଭୋଟ ଦେଲେ ରାଜ୍ୟର ହେଭିଓ୍ବେଟ୍‌ ନେତା: କଟକରେ ଅନୁଭବ

ଭୋଟ ଦେଲେ ରାଜ୍ୟର ହେଭିଓ୍ବେଟ୍‌ ନେତା: କଟକରେ ଅନୁଭବ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଏହି ପର୍ଯ୍ୟାୟରେ  ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। 

ରାତି ଅଧରେ ଟଙ୍କା ବାଣ୍ଟି ବନ୍ଧା ହେଲେ ପିଇଓ

ରାତି ଅଧରେ ଟଙ୍କା ବାଣ୍ଟି ବନ୍ଧା ହେଲେ ପିଇଓ

ନୟାଗଡ଼ ଅଫିସ/ ରଣପୁର, (ସ୍ବ.ପ୍ର.)୨୩ା୪:  ନୟାଗଡ଼ ଜିଲା ରଣପୁର ନିର୍ବାଚନମଣ୍ଡଳୀରେ ଟଙ୍କା ବାଣ୍ଟିବା ଅଭିଯୋଗରେ ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଗ୍ରାମବାସୀ ବାନ୍ଧି ରଖିଛନ୍ତି। 

ପୁରୀରେ ମତଦାନ ଜାରି: ୧୧ଟା ସୁଦ୍ଧା ୧୮% ମତଦାନ

ପୁରୀରେ ମତଦାନ ଜାରି: ୧୧ଟା ସୁଦ୍ଧା ୧୮% ମତଦାନ

ପୁରୀ ଅଫିସ, ୨୩ା୪:  ପୁରୀ ଜିଲାର ୪ଟି ନିର୍ବାଚନମଣ୍ଡଳୀ ପିପିଲି, ପୁରୀ, ସତ୍ୟବାଦୀ ଓ ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଅଳ୍ପ କିଛି ବୁଥ୍‌ରେ ଇଭିଏମ୍‌ ଓ ଭିଭିପିଏଟିରେ ତ୍ରୁଟି ପରିଲକ୍ଷିତ ହୋଇଥିବା ବେଳେ ମୋଟାମୋଟି ଭାବେ ଶାନ୍ତି ଶୃଙ୍ଖଳାର ସହ ଭୋଟଦାନ ଚାଲିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri