ସମ୍ବଲପୁର

ଖଡିଆଳରେ କଂଗ୍ରେସର ବିଶାଳ ଶୋଭାଯାତ୍ରା

ଖଡିଆଳରେ କଂଗ୍ରେସର ବିଶାଳ ଶୋଭାଯାତ୍ରା

ଖଡିଆଳ,୨୫।୩(ଡି.ଏନ.ଏ.): ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ଖଡିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଥିବା ବେଳେ ସୋମବାର ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ ସ୍ବରୂପ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରିଥିଲା । ସ୍ଥାନୀୟ ଠାକୁରାଣୀ ମନ୍ଦିରରୁ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ପୂଜାର୍ଚ୍ଚନା କରି ଶତାଧିକ ସମର୍ଥକ ସାମିଲ ହୋଇ ହାତରେ ଦଳୀୟ ପତାକା ଧରି ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରି ବ୍ଲକ ଅଫିସ ନିକଟରେ ଥିବା କଂଗ୍ରେସ ଭବନଠାରେ ପହଞ୍ଚତ୍ଲେ। ପରେ ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ନୂଆପଡା ଅଭିମୁଖେ ଯାତ୍ରା କରିଥିଲେ। ଏଥି ପୂର୍ବରୁ ମିଳନ ସମାରୋହ ଅନୁଷ୍ଠିତ ହୋଇଥିଲା । ଏଥିରେ ଖଡିଆଳ ବ୍ଲକ ଅରେଡା ପଞ୍ଚୟତ ସମିତି ସଭ୍ୟ ତଥା ଭାଜପା ନେତା ଲକ୍ଷରାମ ଷଣ୍ଢ, ସିନାପାଲିର ପୂର୍ବତନ ଜିଲା ପରିଷଦ ସଭ୍ୟ ଲିଙ୍ଗରାଜ ଘିଭେଲା, ଅନୁସୂଚିତ ଜାତିର ନେତା ଗୋରିଆମଣି ସାଗରିଆଙ୍କ ସମେତ ଶତାଧିକ ଭାଜପା ଓ ବିଜେଡି କର୍ମୀ ଯୋଗଦେଇଥିଲେ । ଉକ୍ତ ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ଖଡିଆଳ ବ୍ଲକ ଅଧ୍ୟକ୍ଷ ବାଳକୃଷ୍ଣ ଶବର, କଂଗ୍ରେସ ନେତା ସନ୍ତୋଷ ମିଶ୍ର, ବରିଷ୍ଠ ନେତା ତଥା ଆଇନଜୀବି ରାମେଶ୍ୱର ଅଗ୍ରୱାଲ, ଟୁନା ପଟ୍ଟନାୟକଙ୍କ ସମେତ ଶତାଧିକ ସଂଖ୍ୟାରେ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।  

All Right Reserved By

ସମ୍ବଲପୁର

ମୌଳିକ ସୁବିଧାରୁ ବଞ୍ଚିତ ବ୍ରାହ୍ମଣୀପଡା ଗାଁ : ପାନୀୟ ଜଳ ମୁଖ୍ୟ ସମସ୍ୟା

ମୌଳିକ ସୁବିଧାରୁ ବଞ୍ଚିତ ବ୍ରାହ୍ମଣୀପଡା ଗାଁ : ପାନୀୟ ଜଳ ମୁଖ୍ୟ ସମସ୍ୟା

ନୂଆପଡା ଅଫିସ,୧୯।୪ : ସ୍ବାଧୀନତାର ୭୨ବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ସିନାପାଲି ବ୍ଲକ ବ୍ରାହ୍ମଣପଡା ଗଁା ଲୋକଙ୍କ ମୌଳିକ ସମସ୍ୟା ଦୂର ହୋଇପାରୁନାହିଁ । 

ରାମ ମନ୍ଦିର କଲ୍ୟାଣ ମଣ୍ଡପ ଅଧାପନ୍ତରିଆ

ରାମ ମନ୍ଦିର କଲ୍ୟାଣ ମଣ୍ଡପ ଅଧାପନ୍ତରିଆ

ଲୋଇସିଂହା,୧୯।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ରୁଗୁଡିଖାଲସ୍ଥିତ ରାମ ମନ୍ଦିର ପରିସରରେ ସରକାରୀ ଅନୁଦାନରେ କଲ୍ୟାଣ ମଣ୍ଡପ ନିର୍ମାଣ ଚାଲିଛି । 

ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ତିନି ଦିନର ଡିଏ ଦାବିକଲା ରାଜ୍ୟ ଅଣଗେଜେଟେଡ୍‌ ଅଧିକାରୀ ସମନ୍ବୟ କମିଟି

ଭବାନୀପାଟଣା,୧୯।୪ (ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାରେ ଗତ ୧୧ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଛି ।

୬ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ

୬ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ

ବରଗଡ଼ ଅଫିସ,୧୯।୪: ବରଗଡ଼ ଜିଲାପାଳ ଶୁକ୍ରବାର ୬ଜଣ ପୋଲିଂ କର୍ମଚାରୀଙ୍କୁ ସସପେଣ୍ଡ କରିଛନ୍ତି। ନିର୍ବାଚନ କାର୍ଯ୍ୟରେ ଅବହେଳା ଲାଗି ସେମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି।

ଭଇଁଷାପାଲିରେ ଜଣେ ଦେଲେ ଭୋଟ

ଭଇଁଷାପାଲିରେ ଜଣେ ଦେଲେ ଭୋଟ

ବଲାଙ୍ଗୀର ଅଫିସ, ୧୯ା୪- ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁଇଁନ୍ତଲା ବ୍ଳକ୍‌ ଭଇଁଷାପାଲି ପ୍ରାଥମିକ ସ୍କୁଲ ବୁଥ୍‌ରେ ଜଣେ ମାତ୍ର ଭୋଟର ମତଦାନ କରିଛନ୍ତି। 

ଭାଇ ଚାପୁଡ଼ା ମାଡ଼ରେ ଭଉଣୀ ମୃତ

ଭାଇ ଚାପୁଡ଼ା ମାଡ଼ରେ ଭଉଣୀ ମୃତ

ଖଡିଆଳ,୧୯ା୪(ଡି.ଏନ.ଏ.):ନୂଆପଡା ଜିଲା ଖଡିଆଳ ଥାନା ନେହେନା ଗାଁରେ ଜଣେ ବ୍ୟକ୍ତି ନିଜ ଭଉଣୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବା ଏବଂ ପ୍ରମାଣ ନଷ୍ଟ କରିବା ଅଭିଯୋଗ ହୋଇଛି ।

ଭୋଟ ବର୍ଜନ କଲେ ୭ ଗାଁର ଭୋଟର

ଭୋଟ ବର୍ଜନ କଲେ ୭ ଗାଁର ଭୋଟର

ଲୋଇସିଂହା/ବାଲିଗୁଡା/ବେଗୁନିଆପଡା,୧୯ା୪(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନମଣ୍ଡଳୀର ୩ ଓ କନ୍ଧମାଳ ଜିଲା ବାଲିଗୁଡା ନିର୍ବାଚନମଣ୍ଡଳୀର ୪ ଗଁାର ଭୋଟର ଗୁରୁବାର ଅନୁଷ୍ଠିତ  ସାଧାରଣ ନିର୍ବାଚନକୁ ବର୍ଜନ କରିଛନ୍ତି। 

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ ଭାଗବତ ସପ୍ତାହ ପାରାୟଣ, ହରିହାଟର ଆୟୋଜନ କରାଯାଇଛି। 

ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ

ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ

ସବ୍‌ଡେଗା, ୧୯।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକର କିରାଲଗା କସ୍ତୁରବା ବାଳିକା ବିଦ୍ୟାଳୟ ଭୋଟଗ୍ରହଣ କେନ୍ଦ୍ରର ବୁଥ ନଂ. ୧୬୫ରେ ଜୀବନର ଶେଷ ଭୋଟ ଦେଇଛନ୍ତି ଜଣେ ବୃଦ୍ଧା। 

ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ପାଣି ଛାଡିବା ଦାବି: ଜାରିଙ୍ଗଠାରେ ଚାଷୀଙ୍କ ରାସ୍ତାରୋକୋ

ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ପାଣି ଛାଡିବା ଦାବି: ଜାରିଙ୍ଗଠାରେ ଚାଷୀଙ୍କ ରାସ୍ତାରୋକୋ

ଜୁନାଗଡ,୧୮।୪(ଡି.ଏନ.ଏ.): ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ପାଣି ଛାଡିବା ପାଇଁ ଜାରିଙ୍ଗ ଡ୍ରିଷ୍ଟିବ୍ୟୁଟାରୀର ଚାଷୀମାନେ ଦାବି କରିଛନ୍ତି । ଏହି ପରିପ୍ରେକ୍ଷୀରେ ଜାରିଙ୍ଗ ଛକ ୨୬ନଂ. ଜାତୀୟ ରାଜପଥ ଉପରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ସାଢେ ୧୧ଟା ଦେଢ ଘଣ୍ଟା ଧରି ଚାଷୀମାନେ ରାସ୍ତାରୋକୋ କରିଥିଲେ। ଫଳରେ ରାସ୍ତାରେ ଶତାଧିକ ଯାନବାହନ ଅଟକି ରହିଥିଲା। 

ଘର ଉପରକୁ ମାଡିଗଲା ଟ୍ରକ, ୪ ଆହତ

ଘର ଉପରକୁ ମାଡିଗଲା ଟ୍ରକ, ୪ ଆହତ

ଲାଠୋର, ୧୮ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ଝଲିଆଲିଟି ଗ୍ରାମର ରାସ୍ତାପାର୍ଶ୍ୱସ୍ଥ ଏକ ଘର ଉପରେ ଏକ ମାଲ ବୋଝେଇ ଟ୍ରକ ମାଡିଯିବାରେ  ୪ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ରହିଛି। 


Model This Week

କ୍ରିଷ୍ଣା
Why Dharitri