ରାଜ୍ୟ | ସମ୍ବଲପୁର

ଶେଷ ଦିନରେ ୧୯ଜଣ ଦାଖଲ କଲେ ନାମାଙ୍କନ

   ଶେଷ ଦିନରେ ୧୯ଜଣ ଦାଖଲ କଲେ ନାମାଙ୍କନ

ନୂଆପଡା ଅଫିସ,୨୫ା୩: ସାଧାରଣ ନିର୍ବାଚନ ସକାଶେ ଗତ ୧୮ତାରିଖଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏଥିପାଇଁ ସୋମବାର ଶେଷ ଦିନ ଥିଲା । ଏହି ଦିନ ସୁଦ୍ଧା ଜିଲାରେ ମୋଟ ୧୯ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନୂଆପଡା (୭୧) ପାଇଁ ୯ ଜଣ ଏବଂ ଖଡିଆଳ (୭୨) ସକାଶେ ୧୦ ଜଣ ଦାଖଲ କରିଥିବା ଜଣାପଡ଼ିଛି । ଏମାନେ ହେଲେ ନୂଆପଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ତରଫରୁ ହୋମ ସିଂ ମାଝି, ବିଜେଡିରୁ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, କଂଗ୍ରେସରୁ ଘାସିରାମ ମାଝି, ସମତା କ୍ରାନ୍ତି ଦଳରୁ ଭରତ ତ୍ରିପାଠୀ, ବହୁଜନ ସମାଜ ପାର୍ଟିରୁ କୁନ୍ତି ସାହୁ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ସ୍ବାଧୀନ ଭାବେ ସୁରେନ୍ଦ୍ର ପଣ୍ଡା, ଭୁଜବଲ ଆଡବଙ୍ଗ, ଯଦୁମଣୀ ପାଣିଗା୍ରହୀ, ଲୋଚନ ସିଂ ମାଝି ଦାଖଲ କରିଛନ୍ତି । ଏହିଭଳି ଖଡିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀ ସକାଶେ ବିଜେଡିରୁ ଲମ୍ବୋଦର ନିଆଲ, କଂଗ୍ରେସରୁ ଅଧିରାଜ ପାଣିଗ୍ରାହୀ, ଭାଜପାରୁ ରୀତାରାଣୀ ବଗର୍ତ୍ତି, ସମତା କ୍ରାନ୍ତି ଦଳରୁ ସଞ୍ଜୟ କୁମାର ନାଏକ, ବହୁଜନ ମୁକ୍ତି ପାର୍ଟିରୁ ପ୍ରମୋଦ କୁମାର ଦଣ୍ଡସେନା, ବହୁଜନ ସମାଜ ପାର୍ଟିରୁ ପୂର୍ଣ୍ଣଚନ୍ଦ୍ର ନେତାମ, ଆମ ଆଦମୀ ପାର୍ଟିରୁ ରଙ୍ଗାଧର ମାଝି, ସ୍ବାଧୀନ ଭାବେ ଭୁବନେଶ୍ୱର ମାଝି, ବୁଧାରୁ ବିହାରୀ, ରାଧେଶ୍ୟାମ ସାଗର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଯଦିବା ଆଗରୁ ଜଣେ ଦୁଇଜଣ ଗୋଟିଏ ଲେଖାଏଁ କରି ସେଟ ନାମାଙ୍କନ ଦାଖଲ କରିଥିଲେ ମଧ୍ୟ ସୋମବାର ଏକ ପ୍ରକାର ନାମାଙ୍କନ ଦାଖଲର ପର୍ବ ଥିଲା ବୋଲି କହିଲେ ଅତ୍ୟୁକ୍ତି ହେବନାହିଁ । ଏହି ଦିନ ସବୁ ଦଳ ତରଫରୁ ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା । ନୂଆପଡା ସହର ମଧ୍ୟରେ ୪/୫ଶହ ଗାଡି ଦେଖିବାକୁ ମିଳିଥିଲା । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ ସହରର ସବୁ ଗଳିକନ୍ଦିରେ ଦୁଇ ଚକିଆ ଏବଂ ଚାରି ଚକିଆ ଗାଡିର ଭିଡ ଦେଖିବାକୁ ମିଳିଥିଲା । ଏହାକୁ ଦୃଷ୍ଟିରେ ରଖି ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । 

All Right Reserved By

ରାଜ୍ୟ | ସମ୍ବଲପୁର

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri