ସମ୍ପାଦକୀୟ |

ସମ୍ପାଦକୀୟ/ଅସ୍ବାସ୍ଥ୍ୟ ସେବା

ସମ୍ପାଦକୀୟ/ଅସ୍ବାସ୍ଥ୍ୟ ସେବା

ଓଡ଼ିଶା ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରୁଥିବା ନେଇ ଅନେକ ଥର ରିପୋର୍ଟ ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ମାର୍ଟ ସିଟି ହିସାବରେ ଦେଶରେ ଏକନମ୍ବର ସ୍ଥାନ ଅକ୍ତିଆର କରିଥିଲା। ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟର ସ୍ଥିତି ଅନ୍ୟ ରାଜ୍ୟ ତୁଳନାରେ ଉନ୍ନତ ରହିଥିବା କୁହାଯାଉଛି। ହେଲେ ବାସ୍ତବତା ଦେଖିଲେ ଭିନ୍ନ ଚିତ୍ର ଦିଶୁଛି। ସ୍ବାସ୍ଥ୍ୟ କ୍ଷେତ୍ରକୁ ଉଦାହରଣ ଭାବେ ନିଆଯାଇପାରେ। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣର ତଥ୍ୟ ଆଧାରରେ ପ୍ରସ୍ତୁତ ‘ହେଲ୍‌ଥ ଇନ୍‌ଇକ୍ୱାଲିଟି ଆଣ୍ଡ୍‌ ଇକ୍ୟୁଟି ଇନ୍‌ ଓଡ଼ିଶା’ ରିପୋର୍ଟରୁ ଜଣାପଡ଼ିଛି ଯେ, ରାଜ୍ୟର ମାତ୍ର ୧୩ ପ୍ରତିଶତ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍‌ସି)ରେ ରୋଗୀଙ୍କ ପାଇଁ ଶଯ୍ୟା ରହିଛି। ଭାରତୀୟ ଜନସ୍ବାସ୍ଥ୍ୟ ମାନକ (ଇଣ୍ଡିଆନ୍‌ ପବ୍ଲିକ୍‌ ହେଲ୍‌ଥ ଷ୍ଟାଣ୍ଡାର୍ଡ) ତଥ୍ୟ ଅନୁସାରେ ଓଡ଼ିଶାର ପ୍ରତି ପିଏଚ୍‌ସି ୪ରୁ ୬ ଶଯ୍ୟାବିଶିଷ୍ଟ ହେବାକୁ ଧାର୍ଯ୍ୟ କରାଯାଇଛି। ହେଲେ ରାଜ୍ୟରେ ମୋଟ ୧୩୦୫ ପିଏଚ୍‌ସିରେ ମାତ୍ର ୧୦୨୬ ଶଯ୍ୟା ରହିଛି।  ସେହିଭଳି ପ୍ରତି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚ୍‌ସି) ୩୦ ଶଯ୍ୟା ବିଶିଷ୍ଟ ହେବାର ନିୟମ ଥିଲେ ହେଁ ୩୭୭ ସିଏଚ୍‌ସିରେ ମାତ୍ର ୫୮୧୭ ଶଯ୍ୟା ରହିଛି, ଅର୍ଥାତ୍‌ ଲକ୍ଷ୍ୟଠାରୁ ଅଧା କମ୍‌ ।  

କୁହାଯାଉଛି, ରାଜ୍ୟରେ କର୍ପୋରେଟ୍‌ ଓ ଘରୋଇ ହସ୍ପିଟାଲ ସଂଖ୍ୟା ବୃଦ୍ଧି ପାଉଥିବାରୁ ଲୋକେ ସ୍ବାସ୍ଥ୍ୟ ସୁବିଧା ପାଇପାରୁଛନ୍ତି। ଦେଖିତ୍ବାକୁ ଗଲେ ପଇସାବାଲା ଲୋକ ଏହିସବୁ ହସ୍ପିଟାଲରୁ ସୁବିଧା ପାଇଥାଆନ୍ତି। କର୍ପୋରେଟ୍‌ ହସ୍ପିଟାଲଗୁଡ଼ିକର ପ୍ରମୁଖ ଲକ୍ଷ୍ୟ ଲାଭ  ହୋଇଥିବାରୁ ଜନସାଧାରଣଙ୍କ କଲ୍ୟାଣ ଦିଗରେ ଏମାନେ କାର୍ଯ୍ୟ କରି ନ ଥାନ୍ତି। ଅନ୍ୟପକ୍ଷରେ ପିଏଚ୍‌ସି ଓ ସିଏଚ୍‌ସିକୁ ଯାଉଥିବା ଲୋକ ସାଧାରଣତଃ ଗ୍ରାମାଞ୍ଚଳର ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବର୍ଗର। ସେମାନଙ୍କ ନିକଟରେ ସ୍ବାସ୍ଥ୍ୟ ସେବା ପହଞ୍ଚାଇବା ସକାଶେ ସରକାରଙ୍କ ଭୂମିକା ଗୁରୁତ୍ୱ ବହନ କରିଥାଏ। ହେଲେ ଉପକୂଳବର୍ତ୍ତୀ ଅଞ୍ଚଳରେ ନଗଡ଼ା ଭଳି ଚିତ୍ର ଦେଖିବାକୁ ମିଳିଛି। ବାଲେଶ୍ୱର, ଭଦ୍ରକ, ବରଗଡ଼, ଦେବଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂପୁର, କନ୍ଧମାଳ, କେନ୍ଦୁଝର, କୋରାପୁଟ, ସୋନପୁର, ରାୟଗଡ଼ା, ନବରଙ୍ଗପୁର ଆଦି ୧୩ ଜିଲାର କୌଣସି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆଦୌ ଶଯ୍ୟା ନ ଥିବା ଉକ୍ତ ରିପୋର୍ଟରୁ ଜଣାପଡ଼ିଛି। ଏହି ସମସ୍ୟାକୁ ଆହୁରି ଜଟିଳ କରିଦେଉଛି ଡାକ୍ତରଙ୍କ ଅଭାବ। 

ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଅନୁଯାୟୀ ସାର୍ବଜନୀନ ସ୍ବାସ୍ଥ୍ୟ ସୁବିଧା  ପ୍ରତ୍ୟେକ ସ୍ଥାନରେ ପ୍ରତିଟି ବ୍ୟକ୍ତିଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିପାଇଁ କେହି ଯେଭଳି ଆର୍ଥିକ କଷ୍ଟ ନ ପାଆନ୍ତି, ସେହି ଦିଗରେ ଗୁରୁତ୍ୱ ଦିଆଯିବା ଉଚିତ। ମାତ୍ର ଦେଖାଯାଉଛି, ସାଧାରଣ ଲୋକ ଏହାର ସୁଫଳ ପାଇପାରୁ ନାହାନ୍ତି। ଓଡ଼ିଶାବାସୀଙ୍କୁ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦେବା ଲାଗି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପ୍ରଣୟନ କରାଯାଇଛି। ଏଥିରେ ରାଜ୍ୟର ୭୦ ଲକ୍ଷ ପରିବାରକୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥିଲାଗି ରାଜ୍ୟ ସରକାର ୨୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସେହିଭଳି କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ବା ‘ଆୟୁଷ୍ମାନ୍‌ ଭାରତ’ ଯୋଜନାରେ ୧୦ କୋଟି ଗରିବ ଓ ଅସହାୟ ପରିବାରକୁ ଏଥିରେ ଅନ୍ତର୍ଭୁକ୍ତ କରାଯିବାର ଲକ୍ଷ୍ୟ ରଖାଯାଇଛି। ବାର୍ଷିକ ପ୍ରତି ପରିବାର ପିଛା ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ସେବା ଦେବାର ବ୍ୟବସ୍ଥା ରହିଛି। ବାସ୍ତବରେ ଏହିସବୁ ବୃହତ୍‌ ଯୋଜନା ମୁଖ୍ୟତଃ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଉଦ୍ଦିଷ୍ଟ ଥିବା ଭଳି ମନେହୁଏ। କାରଣ ମୌଳିକ ସ୍ବାସ୍ଥ୍ୟ ସେବା ଗ୍ରାମାଞ୍ଚଳ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀକୁ ଏଯାଏ ମିଳିପାରୁ ନାହିଁ। ଏଥିଲାଗି ତଳୁ ଉପରଯାଏ ଥିବା ବ୍ୟବସ୍ଥା ଦାୟୀ। ସରକାରୀ ସ୍ତରରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ଉନ୍ନତ କରାଯିବା ଲାଗି ବ୍ୟୟ ହେଉଥିବା ଅର୍ଥର ପ୍ରତିଟି ହିସାବ ରହିପାରୁ ନ ଥିବାରୁ ଗରିବ ଓ ଅସହାୟ ଏହାର ସୁଫଳ ପାଇପାରୁ ନାହାନ୍ତି। ତୃଣମୂଳ ସ୍ତରରେ ସ୍ବାସ୍ଥ୍ୟ ସେବାର ମାନ କିଭଳି ରହୁୁଛି, ତାହାର ଠିକ୍‌ ତଦାରଖ କରାଯାଉ ନାହିଁ। ସରକାରୀ ବ୍ୟବସ୍ଥା କର୍ପୋରେଟ୍‌ ଓ ଘରୋଇ ହସ୍ପିଟାଲକୁ ଗୁରୁତ୍ୱ ଦେଇ ପିଏଚ୍‌ସି ଓ ସିଏଚ୍‌ସିଗୁଡ଼ିକୁ ଅଣଦେଖା କରୁଛି । ଫଳରେ ‘ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ’ କେବଳ ସ୍ଲୋଗାନ୍‌ ଭିତରେ ରହିଯାଉଛି।

All Right Reserved By

ସମ୍ପାଦକୀୟ |

 ସମ୍ପାଦକୀୟ/ ନ୍ୟାୟାଳୟ ଉପରେ ଛିଟା

ସମ୍ପାଦକୀୟ/ ନ୍ୟାୟାଳୟ ଉପରେ ଛିଟା

ଭାରତୀୟ ନ୍ୟାୟପାଳିକାର ସର୍ବୋଚ୍ଚ ଆସନ ଉପରେ ପୁନର୍ବାର କଳାବାଦଲ ଘୋଟିଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି(ସିଜେଆଇ) ରଞ୍ଜନ ଗୋଗୋଇଙ୍କ ସମେତ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଚେଲାମେଶ୍ୱର, ମଦନ ବି ଲକୁର ଏବଂ କୁରିୟନ ଯୋଶେଫ୍‌ ତତ୍‌କାଳୀନ ପ୍ରଧାନ ବିଚାରପତି ଦୀପକ ମିଶ୍ରଙ୍କ ବିରୋଧରେ ମାମଲା ବଣ୍ଟନରେ ଅନି..

ତଥ୍ୟ ପ୍ରଦାନରେ ସରକାରଙ୍କ ପଛଘୁଞ୍ଚା

ତଥ୍ୟ ପ୍ରଦାନରେ ସରକାରଙ୍କ ପଛଘୁଞ୍ଚା

ତତ୍ତ୍ୱ ଓ ତର୍କ/ ବିମଳ ପ୍ରସାଦ ପାଣ୍ଡିଆ 

ଲୋକଙ୍କଠାରୁ ତଥ୍ୟ ଲୁଚାଇବାରେ ସରକାରୀ ବିଭାଗଗୁଡ଼ିକ ମଧ୍ୟରେ କେନ୍ଦ୍ର ସରକାରଙ୍କ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ବୋଧହୁଏ ସବୁଠୁ ଆଗରେ। ପୂର୍ବ ସରକାର ସମୟରେ ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମ ଯଥା ରାଷ୍ଟ୍ରୀୟ ଗ୍ରାମ୍ୟ ପାନୀୟ ଜଳ କାର୍ଯ୍ୟକ୍ରମ ଓ ସମ୍ପୂର୍ଣ୍ଣ ପରିମଳ ଅଭିଯାନ ପାଇଁ ଏକ ବଳିଷ୍ଠ ତଥ୍ୟ ପ..

କିଏ ଏଇ ମା’

କିଏ ଏଇ ମା’

ସୁଧିରାଜ ରାଉତ

ବର୍ଷା ମାସ। ଇନ୍ଦ୍ରାବତୀ ଜଳଭଣ୍ଡାର ସାମର୍ଥ୍ୟଠାରୁ ଅଧିକ ଜଳରେ ପୂର୍ଣ୍ଣହୋଇ ମନେହେଉଥିଲା ସତେ ଅବା ଏକ ମାଟିଆ ସମୁଦ୍ର। କୂଳରେ ବନ୍ଧା ହୋଇଥିବା ଡଙ୍ଗାକୁ ଫିଟାଇଦେଇ ବନ୍ଧୁଙ୍କୁ କହିଲି ଭଲ ଫଟୋ ନେବାକୁ। ବନ୍ଧୁ ଫଟୋ ଉଠାଉଥାଏ କିନ୍ତୁ ମୋତେ ନେଇ ଡଙ୍ଗାଟି ଧୀରେ ଧୀରେ ଦୂରେଇ ଯାଉଥାଏ କୂଳରୁ। ରୋକିବାର ମୋ ସକଳ ପ୍ରୟାସକୁ ଉପହାସକରି ଡ୍ୟାମ୍‌ର ରିଟର୍ନ କରେଣ୍ଟରେ ଡଙ୍ଗାଟି କୂଳରୁ ପାଞ୍ଚଶହ ମିଟରରୁ ଅଧିକ ଦୂରକୁ ଚାଲିଗଲା। ମେଘ ହେବାର ସମ୍ଭାବନା, ଆଉ ପବନ ଲ..

ଏଇ ଭାରତରେ

ଏଇ ଭାରତରେ

ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ଜଣେ ବ୍ୟକ୍ତି ମତଦାନ କରି ଲୋକ ପ୍ରତିନିଧି ବାଛିବା ହେଉଛି ମୌଳିକ ଅଧିକାର। ଏହାକୁ  ଆଦୌ ଅଣଦେଖା କରିବା ଉଚିତ ନୁହେଁ। କିନ୍ତୁ କେତେକ ନାଗରିକ ଭୋଟଦାନରୁ ବିରତ ରହିବାକୁ ପସନ୍ଦ କରିଥାଆନ୍ତି। ସେ..

ସମ୍ପାଦକୀୟ/ଦୀପାବଳି କି ଇଦ୍‌ ନୁହେଁ

ସମ୍ପାଦକୀୟ/ଦୀପାବଳି କି ଇଦ୍‌ ନୁହେଁ

ରାଜସ୍ଥାନ ବାର୍ମେର ଜିଲାର ଏକ ନିର୍ବାଚନ ସଭାରେ ଏପ୍ରିଲ ୨୧ରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ସମାଲୋଚନା କରି ଭୋଟ ମାଗିଛନ୍ତିି। ସେ କହିଛନ୍ତି, ଦିନେ ଛାଡ଼ି ଦିନେ ପାକିସ୍ତାନ ବାରମ୍ବାର କହିଆସୁଛି ଯେ, ତା’ ପାଖରେ ପରମାଣୁ ବୋମା ରହିଛି। କିନ୍ତୁ ପାକିସ୍ତାନ ମନେରଖିବା ଉଚିତ ଯେ, ଭାରତ ପାଖରେ ଥିବା ପରମାଣୁ ଅସ୍ତ୍ର ଦୀପାବଳି ପାଇଁ ସାଇତା ..

ଲୋକପ୍ରତିନିଧି କାହାନ୍ତି

ଲୋକପ୍ରତିନିଧି କାହାନ୍ତି

ସହଦେବ ସାହୁ

ବିଲାତକୁ ଗଣତନ୍ତ୍ରର ଜନନୀ କୁହାଯାଏ, କିନ୍ତୁ ତାହାର ଲିଖିତ ସମ୍ବିଧାନ ନାହିଁ, କନ୍‌ଭେନ୍‌ସନ୍‌ ବା ପରମ୍ପରା ସମ୍ବିଧାନର କାମ କରୁଛି: ରାଜା ବା ରାଣୀ ବଂଶାନୁକ୍ରମେ ରାଷ୍ଟ୍ରମୁଖ୍ୟ ହେଉଥିବାରୁ ବିଲାତ ରିପବ୍ଲିକ୍‌ ବା ସାଧାରଣତନ୍ତ୍ର ନୁହେଁ। ଆମ ସମ୍ବିଧାନ-ପ୍ରଣେତାମାନେ ବିଲାତ ଢାଞ୍ଚାର କ୍ୟାବିନେଟ ବା ସଂସଦୀୟ ଗଣତନ୍ତ୍ରକୁ ଅନୁକରଣ ..

ସବୁଥିରେ ପଲିଟିକ୍ସ

ସବୁଥିରେ ପଲିଟିକ୍ସ

ସବ୍ୟସାଚୀ ଅମିତାଭ

ଗଣତନ୍ତ୍ର କ୍ଷମତା ଦେଇଛି। ନିଜେ ନିଜର ଶାସନ କରିବାର କଳା ଲୋକଙ୍କୁ ଶିଖାଇଛି। ହେଲେ ବର୍ତ୍ତମାନ ସମୟର ରାଜନୀତି ଗଣତନ୍ତ୍ରକୁ ଧୀରେ ଧୀରେ କବଳିତ କରିସାରିଲାଣି। ସବୁ କଥାରେ ରାଜନୀତି। ଚାଷୀ ମଲେ ରାଜନୀତି, ପୀଡିତା ଆତ୍ମହତ୍ୟା କଲେ ବି ରାଜନୀତି, ପେଟ୍ରୋଲ ଦର ବଢିଲେ ରାଜନୀତି ଆଉ ଆଦର୍ଶ ହେବାର ..

ଏଇ ଭାରତରେ

ଏଇ ଭାରତରେ

ବିହାରର ଭାଗଲପୁର ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ତାଙ୍କ ପ୍ରେମିକ ସହ ବିବାହ କରାଇ ଦେଇଛନ୍ତି। କେବଳ ସେତିକି ନୁହେଁ, ଉପହାର ସ୍ବରୂପ ସେ ନିଜ ଅଢ଼େଇ ବର୍ଷର ପୁଅକୁ ମଧ୍ୟ ସ୍ତ୍ରୀଙ୍କ ହାତରେ ଟେକି ଦେଇଛନ୍ତି। ଏହି ଘଟଣା ଏବେ ଭାଗଲପୁରରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଗାଁର ଅନେକ ଲୋକ ଏହି ବି..

କଲମ୍ବୋ ନିଆଁ

କଲମ୍ବୋ ନିଆଁ

ଦ୍ୱୀପ ଦେଶ ଶ୍ରୀଲଙ୍କାରେ ଦୀର୍ଘ ବର୍ଷ ପରେ ୨୧ ଏପ୍ରିଲ ୨୦୧୯ରେ ଭୟଙ୍କର ଆତଙ୍କ ଦେଖାଦେଇଛି। ରାଜଧାନୀ କଲମ୍ବୋ ଓ ଆଖପାଖ  ଅଞ୍ଚଳର କେତେକ ଚର୍ଚ୍ଚ ଓ ହୋଟେଲରେ ଲଗାତର ୮ଟି ବିସ୍ଫୋରଣରେ ୨୦୭ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ବେଳେ ୪୦୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ମୃତକଙ୍କ ମଧ୍ୟରେ ୪୦ ବିଦେଶୀ ଥିବା ଖବର ମିଳିଛି। 

ଜୀବ ସୁରକ୍ଷା ପୃଥିବୀ ରକ୍ଷା

ଜୀବ ସୁରକ୍ଷା ପୃଥିବୀ ରକ୍ଷା

୨୦୧୯ର ଧରିତ୍ରୀ ଦିବସ ପାଳନ ଅବସରରେ ଦିଆଯାଇଥିବା ସଚେତନଧର୍ମୀ ଡାକରାଟା ହେଉଛି ‘ସବୁ ଜୀବଙ୍କୁ ସୁରକ୍ଷା ଦିଅ।’ ଆଠ ନିୟୁତ ଜୀବ ଜାତିର ପୃଥିବୀଟା ଆଜି ଜୀବ ବିଲୁପ୍ତି ପଥରେ ଅଗ୍ରସର। ସକଳ ଜୀବଙ୍କ ପ୍ରାଣସୂତ୍ର ପୃଥିବୀ ସେମାନଙ୍କ ପ୍ରାଣରକ୍ଷା ପାଇଁ ମଣିଷକୁ ଆହ୍ବାନ କରୁଛି। ତେବେ ମଣିଷ କ’ଣ ଜୀବ ବିଲୁପ୍ତିର କାରଣ ସାଜିଛି? ମଣିଷ ଆବିର୍ଭାବ ପୂର୍ବରୁ ତ ପୁଣି ପୃଥିବୀ ପାଞ୍ଚ ପାଞ୍ଚ ଥର ସମୂହ ବିଲୋପକୁ ସାମନା କରିଛି। 

କହିବା କାହାକୁ, ଶୁଣିବ କିଏ

କହିବା କାହାକୁ, ଶୁଣିବ କିଏ

ଯେଉଁ କଥାକୁ ଡର ଥିଲା ତାହା ହିଁ ହେଲା। ଆଶା ଥିଲା, ସରକାର ଆଉ କିଛି କରନ୍ତୁ ବା ନ କରନ୍ତୁ, ନିର୍ବାଚନ ସମୟରେ ମଦକୁ ନିଶ୍ଚିତ ନିଷିଦ୍ଧ କରିବେ। ହେଲେ, ହେଲା ଠିକ୍‌ ତା’ର ଓଲଟା। ସରକାରଙ୍କ ଅବକାରୀ ବିଭାଗ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ମଦ ଦୋକାନୀଙ୍କ ଲାଇସେନ୍ସକୁ ନବୀକରଣ କରି ଏ କ୍ଷେତ୍ରକୁ ସବୁଜ ସଙ୍କେତ(?) ଦେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ନୂତନ ଭାବେ ଅବକାରୀ ନୀତି ପ୍ରସ୍ତୁତ କରିଛନ୍ତି। 

ଏଇ ଭାରତରେ

ଏଇ ଭାରତରେ

ଗୁଜରାଟର ରାଜକୋଟ ଜିଲା ଅନ୍ତର୍ଗତ ରାଜସମଦିୟାଲ ଗାଁ ଅନ୍ୟ ଗଁାଗୁଡ଼ିକଠାରୁ ନିଆରା। ନିର୍ବାଚନ ସମୟରେ ସବୁଠି ପ୍ରଚାର ଗାଡି ବୁଲୁଥିବା ବେଳେ ଏହି ଗାଁରେ କିନ୍ତୁ ପ୍ରଚାର କରାଯାଇ ନ ଥାଏ। ଗାଁ ଲୋକଙ୍କ ମତରେ ପ୍ରଚାର କରାଗଲେ ପରିବେଶରେ ଶବ୍ଦ ପ୍ରଦୂଷଣ ବୃଦ୍ଧିପାଇବ। ତେଣୁ ସେମାନେ କୌଣସି ପ୍ରଚାରଗାଡିକୁ ଗାଁ ଭିତରକୁ ପ୍ରବେଶ କରିବାକୁ ଦେଇ ନ ଥାନ୍ତି। 



Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri