ରାଜ୍ୟ | ଅନଗୁଳ-ଢେଙ୍କାନାଳ

ଢେଙ୍କାନାଳ ଲୋକ ସଭା, ବିଧାନସଭା କ୍ଷେତ୍ର:ପ୍ରାର୍ଥୀ ଘୋଷଣାରେ ବିଳମ୍ବ ବଢ଼ାଉଛି ଉତ୍କଣ୍ଠା

ଢେଙ୍କାନାଳ ଲୋକ ସଭା, ବିଧାନସଭା କ୍ଷେତ୍ର:ପ୍ରାର୍ଥୀ ଘୋଷଣାରେ ବିଳମ୍ବ ବଢ଼ାଉଛି ଉତ୍କଣ୍ଠା

ଢେଙ୍କାନାଳ ଅଫିସ,୨୬ା୩ ସାଧାରଣ ନିର୍ବାଚନ ଯେତିକି ପାଖଉଛି ଢେଙ୍କାନାଳ ଜିଲାର ରାଜନୈତିକ ବାତାବରଣ ସେତିକି ସରଗରମ ହେଉଛି। ଇତିମଧ୍ୟରେ ଭାଜପା ପକ୍ଷରୁ ଜିଲାର ଲୋକ ସଭା ଓ ୪ ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ସରିଛି। କିନ୍ତୁ ବିଜେଡି ଓ କଂଗ୍ରେସ ଏ କ୍ଷେତ୍ରରେ ପଛରେ ପଡ଼ିଛନ୍ତି। ଦଳ ଏଠାରୁ କାହାକୁ ପ୍ରାର୍ଥୀ କରିବ ସେ ନେଇ ଏଯାଏ ସ୍ଥିତି ସ୍ପଷ୍ଟ କରୁ ନ ଥିବାରୁ ସାଧାରଣରେ ଏହାକୁ ନେଇ ଉତ୍କଣ୍ଠା ବଢିବାରେ ଲାଗିଛି। ସେହିପରି ଆଶାୟୀ ପ୍ରାର୍ଥୀମାନେ ମଧ୍ୟ ଅଧୈର୍ଯ୍ୟ ହୋଇପଡୁଥିବା ଦେଖାଯାଉଛି। 

ସହରର ବିଭିନ୍ନ ଜନଗହଳି ସ୍ଥାନ ବିଶେଷକରି ଚା ଦୋକାନ ଓ ଖଟିଗୁଡ଼ିକରେ ରାଜନୈତିକ ଦଳର ନେତୃବୃନ୍ଦ, କର୍ମୀ, ଏପରିକି ସାଧାରଣ ଲୋକଙ୍କ ମଧ୍ୟରେ ଟିକେଟ ବଣ୍ଟନକୁ ନେଇ ଜୋରଦାର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ କେବଳ ଢେଙ୍କାନାଳ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଅନ୍ୟ ୩ଟି ବିଧାନସଭା କ୍ଷେତ୍ର ଓ ଲୋକ ସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରାର୍ଥୀ ଚୂଡ଼ାନ୍ତ କରିନାହିଁ। ସେହିପରି ବିଜେଡି ମଧ୍ୟ ଏଠାରେ ପ୍ରାର୍ଥୀଙ୍କ ସମ୍ପର୍କରେ ନୀରବ ରହିଛି। ତେଣୁ ଏହି ଉଭୟ ଦଳ ଏଠାରୁ କାହାକୁ ଏମ୍‌ପି ଓ ବିଧାୟକ ପ୍ରାର୍ଥୀ କରିବେ ତାହା ବର୍ତ୍ତମାନ ମୁଖ୍ୟ ଚର୍ଚ୍ଚାର ବିଷୟ ହୋଇଛି। ତେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କେପି ସିଂହଦେଓଙ୍କ ପୁତ୍ରବଧୂ ମୀନାଲ କୁମାରୀଙ୍କୁ ବିଜେଡି ଏମ୍‌ପି ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ହେଉଥିବା ବେଳେ ଏହାକୁ ଜିଲା ସଭାପତି ତଥା ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲିକ ସହଜରେ ଗ୍ରହଣ କରିପାରୁ ନ ଥିବା ଆଲୋଚନା ହେଉଛି। ମୀନାଲଙ୍କ ବ୍ୟତୀତ ବିଧାୟକ ସରୋଜ କୁମାର ସାମଲ, ସମ୍ବଲପୁର ଏମ୍‌ପି ନଗେନ୍ଦ୍ର ପ୍ରଧାନଙ୍କ ନାମ ମଧ୍ୟ ଏମ୍‌ପି ପ୍ରାର୍ଥୀ ପାଇଁ ଚର୍ଚ୍ଚାରେ ରହିଛି। ଢେଙ୍କାନାଳ ବିଧାନସଭା ପାଇଁ ପୂର୍ବତନ ବିଧାୟକ ସୁଧୀର କୁମାର ସାମଲ ଓ ବର୍ତ୍ତମାନର ବିଧାୟକ ସରୋଜ କୁମାର ସାମଲ, ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି, ଡ୍ରିଟ୍‌ ପୂର୍ବତନ ଅଧ୍ୟକ୍ଷ ଦେବୀ ପ୍ରସାଦ ଭୂତିଆ, ଜିଲା ପରିଷଦ ଉପାଧ୍ୟକ୍ଷ କୋଦଣ୍ଡଧର ସାହୁ ଓ ଜିଲା ବିଜେଡି ସମ୍ପାଦକ ଭରତ ଦାସଙ୍କ ନଁା ଆଶାୟୀ ତାଲିକାରେ ରହିଛି। ତେବେ ସୁଧୀର କୁମାର ସାମଲ ଓ ସରୋଜ କୁମାର ସାମଲଙ୍କ ନାମ ଚର୍ଚ୍ଚାର ଆଗରେ ଆସୁଥିବାରୁ ଏହାକୁ ନେଇ ଅନ୍ୟ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ବଢୁଥିବା ଜଣାପଡିଛି। ସେହିପରି କଂଗ୍ରେସ ପକ୍ଷରୁ କେପି ସିଂହଦେଓ କିମ୍ବା ତାଙ୍କ କନିଷ୍ଠ ପୁତ୍ର ଅଶୋକ ବର୍ଦ୍ଧନ ସିଂହଦେଓଙ୍କୁ ଏମ୍‌ପି ପ୍ରାର୍ଥୀ କରାଯାଇପାରେ ବୋଲି କୁହାଯାଉଛି। କେପି ସିଂହଦେଓ ବର୍ତ୍ତମାନ ସୁଦ୍ଧା ଦଳୀୟ ଏମ୍‌ପି ପ୍ରାର୍ଥୀ ହେବେ କି ନ ହେବେ ସେ ନେଇ ସ୍ପଷ୍ଟ କରି ନ ଥିବାରୁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ବାକି ୩ ବିଧାନସଭା କ୍ଷେତ୍ର ହିନ୍ଦୋଳ, କାମାକ୍ଷାନଗର ଓ ପରଜଙ୍ଗ ପାଇଁ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଦଳୀୟ ନେତୃବୃନ୍ଦ, କର୍ମୀଙ୍କ ମଧ୍ୟରେ କଳ୍ପନାଜଳ୍ପନା ଲାଗି ରହିଛି। ମଙ୍ଗଳବାର ଅପରାହ୍ନ ସୁଦ୍ଧା ବିଜେଡି ପ୍ରାର୍ଥୀ ତାଲିକା ଘୋଷଣା ହେବାର ସମ୍ଭାବନା ରହିଛି ବୋଲି ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡିଛି। ତେବେ ଏହି ତାଲିକା ଘୋଷଣାରେ ଯେତିକି ବିଳମ୍ବ ଘଟୁଛି, ବିଭିନ୍ନ ଦଳର ଆଶାୟୀଙ୍କ ମଧ୍ୟରେ ଗୋଡଟଣା ରାଜନୀତି ମଧ୍ୟ ସେତିକି ଜୋର ଧରୁଛି। କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି ପ୍ରବାଳକାନ୍ତି ସାହୁ ଭାଜପାରେ ଯୋଗ ଦେଇଥିବା ବେଳେ ଅନ୍ୟ କେତେକ ପଦବୀଧାରୀ ନେତା ଆଗକୁ ଦଳ ଛାଡିବା ନେଇ ଆଲୋଚନା ହେଉଛି। ସେହିପରି ବିଜେଡିର ମଧ୍ୟ କେତେଜଣ ଅସନ୍ତୁଷ୍ଟ ନେତା ଦଳ ଛାଡିବା ପାଇଁ ଭାଜପା ନେତୃବୃନ୍ଦଙ୍କ ସହ ଯୋଗାଯୋଗରେ ରହିଥିବା କର୍ମୀମାନଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି। ଭାଜପା ପ୍ରାର୍ଥୀ ଘୋଷଣା କରିସାରିଥିଲେ ବି ଦଳୀୟ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ଥମି ନ ଥିବାରୁ ବରିଷ୍ଠ ନେତୃବୃନ୍ଦ ତାହାକୁ ସମାଧାନ କରିବା ଉଦ୍ୟମ ଏବେ ବି ଜାରି ରଖିଛନ୍ତି। ସେହିପରି ପ୍ରାର୍ଥୀ ଘୋଷଣା ପୂର୍ବରୁ ବିଜେଡି ଓ କଂଗ୍ରେସରେ ଏଭଳି ସ୍ଥିତି ରହିଥିବା ବେଳେ ଘୋଷଣା ପରର ସ୍ଥିତି କ’ଣ ହେବ ତାହାକୁ ନେଇ ସାଧାରଣରେ ଆଲୋଚନା ସରଗରମ ହୋଇଛି।

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri