ରାଜ୍ୟ | ଅନଗୁଳ-ଢେଙ୍କାନାଳ

୪ ମାସ ହେବ ଭଗ୍ନ ଅବସ୍ଥାରେ ବସ୍‌ଷ୍ଟାଣ୍ଡ ବିଶ୍ରାମାଗାର

୪ ମାସ ହେବ ଭଗ୍ନ ଅବସ୍ଥାରେ ବସ୍‌ଷ୍ଟାଣ୍ଡ ବିଶ୍ରାମାଗାର

ବଅଁରପାଳ, ୨୬।୩ (ଡି.ଏନ୍‌.ଏ.)ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ କାରଖାନାର ଅତି ନିକଟରେ ଥିବା ନାଲ୍‌କୋ ବସ୍‌ଷ୍ଟାଣ୍ଡରେ ଯାତ୍ରୀମାନଙ୍କୁ ମିଳୁନି ସର୍ବନିମ୍ନ ସୁବିଧା। ଏଠାରେ ପାନୀୟ ଜଳ, ପରିସ୍ରାଗାର କି ବିଶ୍ରାମାଗାର ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାସେଞ୍ଜର ୱେଲଫେୟାର ଆସୋସିଏଶନ୍‌ ଓ ଅଞ୍ଚଳବାସୀଙ୍କ ଉଦ୍ୟମରେ ପୂର୍ବରୁ ଏକ ବିଶ୍ରାମାଗାର ନିର୍ମାଣ ହୋଇଥିଲେ ହେଁ ୫୫ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ତାହାକୁ ୪ ମାସ ହେବ ଭାଙ୍ଗି ଦିଆଯାଇଛି। ଫଳରେ ଏଠାକୁ ଆସୁଥିବା ଯାତ୍ରୀମାନେ କେତେବେଳେ ପାନ ଦୋକାନ ପାଖରେ ତ ଆଉ କେତେବେଳେ ଗଛ ମୂଳରେ ଗାଡ଼ିକୁ ଅପେକ୍ଷା କରୁଥିବା ଠିଆ ହେଉଛନ୍ତି।

ନାଲ୍‌କୋ ଟାଉନଶିପ୍‌ କଲୋନୀ, କାଣ୍ଡସର, କୁଲାଡ଼, ବେନ୍ତପୁର, ସିଆଇଏସ୍‌ଏଫ୍‌ କଲୋନୀ, ମୁଣ୍ଡା ହଟିଂବାସୀ, ନୂଆସାହି, କନିଆବେଡ଼ା ସମେତ ଆଖପାଖ ଅଞ୍ଚଳରୁ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ବସ୍‌ଷ୍ଟାଣ୍ଡ ଉପରେ ନିର୍ଭର କରନ୍ତି। ସେମାନେ ଏଠାରୁ କଲିକତା, ଟାଟା, ରାଉରକେଲା, ସମ୍ବଲପୁର, କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, ତାଳଚେର, କେନ୍ଦୁଝର ଆଦି ଅଞ୍ଚଳକୁ ଦୈନିକ ପ୍ରାୟ ୮୦ରୁ ଊର୍ଦ୍ଧ୍ୱ ବସ୍‌ରେ ଯାତାୟାତ କରିଥାନ୍ତି। ଏହା ଏକ ଗୁରୁତ୍ୱପୂର୍ଣ୍ଣ ବସ୍‌ଷ୍ଟାଣ୍ଡ ହୋଇଥିଲେ ମଧ୍ୟ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ବିଶେଷକରି ପାନୀୟ ଜଳ ଓ ପରିସ୍ରାଗାର ସୁବିଧା ନ ଥିବାରୁ ମହିଳା ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ କାଣ୍ଡସର ପୂର୍ବତନ ସରପଞ୍ଚ ବିଷ୍ଣୁଚରଣ ବେହେରା, ଅଜୟ ସାହୁ, ପ୍ରମୋଦ ବିଶ୍ୱାଳ ପ୍ରମୁଖ କୁହନ୍ତି, ଏହି ପୁରାତନ ବସ୍‌ଷ୍ଟାଣ୍ଡ ଅବହେଳିତ ଅବସ୍ଥାରେ ପଡ଼ିଥିବାରୁ ଯାତ୍ରୀମାନେ ହଇରାଣ ହେଉଛନ୍ତି। ଏଠାରେ ଥଣ୍ଡା ପାନୀୟ ଜଳ ସାଙ୍ଗକୁ ପରିସ୍ରାଗାର ଓ ବିଶ୍ରାମାଗାର ଆବଶ୍ୟକତା ରହିଛି। ଏ ନେଇ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି ଓ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦିଆଯାଇଥିବା ସେମାନେ ପ୍ରକାଶ କରିଛନ୍ତି।

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri