ରାଜ୍ୟ | ଅନଗୁଳ-ଢେଙ୍କାନାଳ

ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ:ଶାରୀରିକ ସମ୍ପର୍କ ରଖିବାକୁ ମନା କରିବାରୁ ହତ୍ୟା

ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ:ଶାରୀରିକ ସମ୍ପର୍କ ରଖିବାକୁ ମନା କରିବାରୁ ହତ୍ୟା

କାମାକ୍ଷାନଗର, ୨୬ା୩(ଡି.ଏନ.ଏ.)ଢେଙ୍କାନାଳ ଜିଲା କଙ୍କଡାହାଡ ଥାନା କରୋଗଳା ପଞ୍ଚାୟତ ଡଙ୍ଗାପାଳ ଗ୍ରାମର ଆମ୍ବତଇଲାଠାରୁ ଗତ ୪ ତାରିଖରେ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ମୃତା ତେଲକୋଇ ଥାନା ଗଳଦା ଗ୍ରାମର ବୁଦୁନି ଟୁଡୁ ଓରଫ ମହାରଣା ବୋଲି ଜଣାପଡିଥିବାବେଳେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସୋମବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କାମାକ୍ଷାନଗର ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ସୂଚନା ଦେଇଛନ୍ତି। ଘଟଣାରେ ଅଭିଯୁକ୍ତ କାନପୁରା ଗ୍ରାମର ବିପ୍ର ଓରଫ ବିପ୍ରବର ମହାନ୍ତିଙ୍କୁ ଗିରଫ କରାଯାଇଛି।

ପୋଲିସ ସୂଚନା ମୁତାବକ, ବୁଦୁନି ଗଳଦା ଗ୍ରାମର ପରଦେଶିଆ ଓରଫ ହିରୋ ଓରଫ ବ୍ରଜ ଟୁଡୁଙ୍କୁ ପ୍ରାୟ ୧୬ ବର୍ଷ ତଳେ ଘରୁ ପଳାଇଆସି ପ୍ରେମ ବିବାହ କରିଥିଲେ। ଉଭୟଙ୍କ ୩ଟି ଝିଅ ଓ ଗୋଟିଏ ପୁଅ ଥିବାବେଳେ ସେମାନେ କାମାକ୍ଷାନଗର ଥାନା କାନପୁରା ପଞ୍ଚାୟତ ସୁଧାକରତଇଲାରେ ବସବାସ କରୁଥିଲେ। ଗତ ୩ ତାରିଖରେ ବୁଦୁନି ଓ ବ୍ରଜଙ୍କ ମଧ୍ୟରେ ଝଗଡା ହୋଇଥିଲା। ପରେ ବୁଦୁନି ରାଗିଯାଇ ଘରୁ ପଳାଇ ଯାଇଥିଲେ। ବାଟରେ ବିପ୍ରବର ଦେଖାହୋଇ ବୁଦୁନିଙ୍କୁ ତାଙ୍କ ସମ୍ପର୍କୀୟଙ୍କ ଘର କରଗୋଳାରେ ଛାଡିଦେବାକୁ କହିଥିଲେ। ଯିବା ବାଟରେ ଡଙ୍ଗାପାଳ ଆମ୍ବତଇଳା ନିକଟରେ ବିପ୍ରବର ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ କହିଥିଲେ। ହେଲେ ବୁଦୁନି ମନା କରିବା ସହ ତାଙ୍କ ନାମରେ ଥାନାରେ ଅଭିଯୋଗ କରିବାକୁ ଧମକ ଦେଇଥିଲେ। ତେଣୁ ବିପ୍ରବର ସେଠାରେ ତାଙ୍କ ତଣ୍ଟି ଚିପି ହତ୍ୟା କରିବା ସହ ବିଲ ଭିତରେ ମୃତଦେହ ଫୋପାଡି ଦେଇ ଫେରାର ହୋଇଯାଇଥିଲେ। ଘଟଣାଦିନ ରାତିରେ ବିପ୍ରବର ଓ ବୁଦୁନି ଦାଂଶନାଳୀ ଗ୍ରାମରେ ଏକ ଭୋଜିରେ ଯୋଗଦେବାକୁ ଯାଇଥିବା ପୋଲିସ ଜାଣିବାକୁ ପାଇଥିଲା। ଏହି ତଥ୍ୟ ଆଧାରରେ ପୋଲିସ ସମସ୍ତ ଘଟଣା ଜାଣିବା ସହ ବିପ୍ରବରଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ କଙ୍କଡାହାଡ ଥାନାରେ ନଂ.୧୦/୧୯ ଦଫା ୩୦୨ରେ ଏକ ମାମଲା ରୁଜୁ ହୋଇଛି। ଉକ୍ତ ଖବରଦାତା ସମ୍ମିଳନୀରେ ଥାନା ଅଧିକାରୀ ପ୍ରମୋଦ କୁମାର ଲେଙ୍କା, ଏସ୍‌ଆଇ ଶ୍ୱେତପଦ୍ମା ବିଶ୍ୱାଳ, ଏଏସ୍‌ଆଇ ଯଶୋବନ୍ତ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri