ରାଜ୍ୟ | ବାଲେଶ୍ୱର

ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା:ଭଦ୍ରକରୁ ପ୍ରଦୀପ, ଭଣ୍ଡାରିପୋଖରୀରୁ ବଦ୍ରିନାରାୟଣ

ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା:ଭଦ୍ରକରୁ ପ୍ରଦୀପ, ଭଣ୍ଡାରିପୋଖରୀରୁ ବଦ୍ରିନାରାୟଣ

ଭଦ୍ରକ ଅଫିସ, ୨୬।୩- ସୋମବାର ଭାଜପା ପକ୍ଷରୁ ଭଦ୍ରକର ୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରୁ ଭଦ୍ରକ ବିଧାନସଭା ଆସନ ପାଇଁ ଡା. ପ୍ରଦୀପ ନାୟକ ଓ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ର ପାଇଁ ବଦ୍ରିନାରାୟଣ ଧଳଙ୍କ ନାମ ଘୋଷଣା ହୋଇଛି। ଏହି ଦୁଇଜଣଙ୍କ ନାମ ଘୋଷଣା ପରେ ଭଦ୍ରକ ଜିଲାର ୫ ବିଧାନସଭା କ୍ଷେତ୍ର ଲାଗି ସମସ୍ତ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି। ପୂର୍ବରୁ ଚାନ୍ଦବାଲି ପାଇଁ ମନମୋହନ ସାମଲ, ବାସୁଦେବପୁର ମାଧବାନନ୍ଦ ମଲିକ ଓ ଧାମନଗର ଲାଗି ବିଷ୍ଣୁ ସେଠୀଙ୍କ ନାମ ଘୋଷଣା ହୋଇସାରିଥିଲା। ଜିଲାର ସମସ୍ତ ବିଧାନସଭା କ୍ଷେତ୍ର ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। କିନ୍ତୁ ଭଦ୍ରକ ଲୋକ ସଭା ପାଇଁ ବର୍ତ୍ତମାନ ସୁଦ୍ଧା ଭାଜପା ପକ୍ଷରୁ କୌଣସି ନାମ ଘୋଷଣା କରାଯାଇନାହିଁ। ଏହି ଲୋକ ସଭା ଆସନ ଗୁରୁତ୍ୱ ବହନ କରୁଥିବାରୁ ଭାଜପା ବିଳମ୍ବରେ ତା’ର ପ୍ରାର୍ଥୀ ଘୋଷଣା କରିବ ବୋଲି ସୂଚନା ମିଳିଛି।

ସୋମବାର ଡା. ପ୍ରଦୀପ ନାୟକ ଓ ବଦ୍ରିନାରାୟଣ ଧଳଙ୍କ ନାମ ଘୋଷଣା ହେବା ପରେ ଏହି ୨ ବିଧାନସଭା କ୍ଷେତ୍ରରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ବଦ୍ରିନାରାୟଣ କଂଗ୍ରେସରୁ ଟିକେଟ ନ ପାଇ ଭାଜପାରେ ୨୦୧୪ରେ ସାମିଲ ହୋଇ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ସେତେବେଳେ ଭାଜପା ୩ୟ ସ୍ଥାନରେ ରହିଥିଲା। ବଦ୍ରିନାରାୟଣ ୨୮,୮୦୯ ଭୋଟ ପାଇଥିଲେ। ଏବେ ସେ ଜିଲା ଭାଜପା ସଭାପତି ଦାୟିତ୍ୱ ତୁଲାଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତାକୁ ପାଥେୟ କରି ନିର୍ବାଚନ ବୈତରଣୀ ପାର ହେବାକୁ ଆଶା ରଖିଛନ୍ତି। ସେହିଭଳି ଡା. ପ୍ରଦୀପ ନାୟକ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସାଙ୍ଗକୁ ଭଦ୍ରକରେ ଜଣେ ଚକ୍ଷୁ ଡାକ୍ତର ହିସାବରେ ଲୋକପ୍ରିୟତା ହାସଲ କରିଛନ୍ତି। ଏହି କାରଣରୁ ସେ ଭଦ୍ରକ ବିଧାନସଭା ଆସନ ହାତେଇବେ ବୋଲି ଆଶାବାଦୀ ଅଛନ୍ତି। ୨୦୧୪ ସାଧାରଣ ନିର୍ବାଚନରେ ଭଦ୍ରକ ଆସନରୁ ନିର୍ବାଚନ ଲଢ଼ି ସେ ୩ୟ ସ୍ଥାନରେ ରହି ୧୯, ୩୮୪ ଭୋଟ ପାଇଥିଲେ। ଭଦ୍ରକ ଜିଲାରେ ଶାସକ ବିଜେଡି ଓ କଂଗ୍ରେସର ଗୋଷ୍ଠୀ କନ୍ଦଳରୁ ଭାଜପା ଫାଇଦା ନେବା ପାଇଁ ରଣନୀତି ପ୍ରସ୍ତୁତ କରୁଥିବା ଚର୍ଚ୍ଚା ହେଉଛି। 


All Right Reserved By

ରାଜ୍ୟ | ବାଲେଶ୍ୱର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ସାନଭାଇ ମାଡ଼ରେ ବଡଭାଇ ଗୁରୁତର

ପରଜଙ୍ଗ,୨୦।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୋ ପଞ୍ଚାୟତ ଦଲକ ସାହିରେ ଶନିବାର ଜମିବାଡ଼ି ଭାଗବଣ୍ଟାକୁ କେନ୍ଦ୍ରକରି ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି।

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଦୀର୍ଘ ଦିନ ଧରି ଲୋକଙ୍କ ପାଇଁ କାମ କରିଛନ୍ତି।

କାଳବୈଶାଖୀ ବଜ୍ରପାତରେ ୨ ଆହତ

କାଳବୈଶାଖୀ ବଜ୍ରପାତରେ ୨ ଆହତ

ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ହଜ ଗ୍ରାମର ଗୋଡିସାହିରେ ଶୁକ୍ରବାର ରାତିରେ କାଳବୈଶାଖୀ ବର୍ଷା ସହିତ ପବନ ଓ ବଜ୍ରପାତ ଘଟିଛି। 

ଟାୟାର ଫାଟିବାରୁ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା କାର: ୧ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଟାୟାର ଫାଟିବାରୁ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା କାର: ୧ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

କଳିଙ୍ଗନଗର, ୨୦।୪(ଡି.ଏନ୍‌.ଏ.): ଯାଜପୁର ଜିଲା ରାଇରଙ୍ଗପୁରରୁ ଶନିବାର ସକାଳେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ମା’ ତାରିଣୀ ନାମକ ଯାତ୍ରୀବାହୀ ବସ୍‌ ଅନ୍ଧାରୀ ନିକଟରେ ଏକ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।


Model This Week

କ୍ରିଷ୍ଣା
Why Dharitri