ରାଜ୍ୟ |

ଘରୋଇ ବିଦ୍ୟାଳୟ ମାନୁନାହାନ୍ତି ନିର୍ଦ୍ଦେଶାବଳୀ

ଘରୋଇ ବିଦ୍ୟାଳୟ ମାନୁନାହାନ୍ତି ନିର୍ଦ୍ଦେଶାବଳୀ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ସମସ୍ତ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏନ୍‌ସିଇଆର୍‌ଟି ପୁସ୍ତକ ପ୍ରଚଳନ ଏବଂ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାଙ୍କୁ କୌଣସି ହୋମ୍‌ଓ୍ବର୍କ ନ ଦେବାକୁ ନିୟମ ରହିଛି। ଏ ନେଇ ମାଡ୍ରାସ ଉଚ୍ଚ ନ୍ୟାୟାଳୟ ୨୦୧୮ରେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଏବଂ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଗାମୀ ଶିକ୍ଷାବର୍ଷ ଅର୍ଥାତ୍‌ ୨୦୧୯-୨୦ରେ ନିୟମ ଲାଗୁ କରିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ଭିତ୍ତି କରି ସିବିଏସ୍‌ଇ କର୍ତ୍ତୃପକ୍ଷ ୨୦୧୮ ଅଗଷ୍ଟ ୧୩ରେ ସମସ୍ତ ଆଞ୍ଚଳିକ ଅଧିକାରୀଙ୍କୁ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ତରଫରୁ ମଧ୍ୟ ସେହି ବର୍ଷ ଅକ୍ଟୋବର ୫ରେ ସମସ୍ତ ରାଜ୍ୟ ଶିକ୍ଷା ବିଭାଗ ସଚିବଙ୍କୁ ଏହି ଆଦେଶକୁ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଥିଲା। ଏଥିନିମନ୍ତେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରିବା ଏବଂ ଏହାକୁ ପାଳନ କରୁ ନ ଥିବା ବିଦ୍ୟାଳୟ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ପରିତାପର ବିଷୟ, କୌଣସି ଘରୋଇ ବିଦ୍ୟାଳୟ ଏହି ନିର୍ଦ୍ଦେଶାବଳୀକୁ ପାଳନ କରିନାହାନ୍ତି। ଘରୋଇ ପ୍ରକାଶନ ପୁସ୍ତକ କିଣିବା ପାଇଁ ଅଭିଭାବକଙ୍କୁ ବାଧ୍ୟ କରାଯାଉଛି। କେତେକ ବିଦ୍ୟାଳୟ ମଧ୍ୟ ପୁସ୍ତକ ନ କିଣିଲେ ଛାତ୍ରୀଛାତ୍ରଙ୍କ ଉପରେ ଆକ୍ରୋଶମୂଳକ ମନୋଭାବ ରଖୁଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ଅଧିକାରୀ ଏ ଦିଗରେ ଅବଗତ ଥାଇ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗ ହୋଇଛି।

ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲରେ ଏ ନେଇ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଭଳି ଅଭିଯୋଗ କରାଯାଇଛି। ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି, ଏହି ଆଦେଶକୁ ପାଳନ କରିବା ପାଇଁ ମହାସଂଘ ତରଫରୁ ୨୦୧୮ ଡିସେମ୍ବରରେ ଆଞ୍ଚଳିକ ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇ ଅନୁରୋଧ କରାଯାଇଥିଲା। ଏଥିସହିତ ରାଜ୍ୟ ସରକାରଙ୍କୁ ମଧ୍ୟ ଅନୁରୋଧ କରିଥିଲୁ। ଚଳିତ ମାସରେ ପୁନର୍ବାର ସରକାରଙ୍କୁ ଅନୁରୋଧ କରିଛୁ। ହେଲେ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ନେବା ତ ଦୂରର କଥା, ସିବିଏସ୍‌ଇ କର୍ତ୍ତୃପକ୍ଷ ନା ରାଜ୍ୟ ସରକାର କେହି ବି ଗୁରୁତ୍ୱ ଦେଲେ ନାହିଁ ବୋଲି ସେ କହିଛନ୍ତି। ମହାସଂଘ ପକ୍ଷରୁ କୁହାଯାଇଛି ଯେ, ବିଶ୍ୱସ୍ତ ସୂତ୍ରରୁ ପ୍ରାପ୍ତ ସୂଚନାନୁଯାୟୀ ପୁସ୍ତକ କିଣାବିକାରେ କୋଟି କୋଟି ଟଙ୍କାର କାରବାର ହେଉଛି। ଏହା ଏକ ସ୍କିମ୍‌ରେ ପରିଣତ ହୋଇଛି। ରାଜ୍ୟ ସରକାର କି ସିବିଏସ୍‌ଇ କର୍ତ୍ତୃପକ୍ଷ ଯଦି ଏହାର ସ୍ପଷ୍ଟୀକରଣ ନ ଦିଅନ୍ତି, ତେବେ ଆଗାମୀ ଦିନରେ ବିଭାଗୀୟ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଅଭିଭାବକ ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ଖବରଦାତା ସମ୍ମିଳନୀରେ ମହାସଂଘ ଉପାଧ୍ୟକ୍ଷ ପ୍ରସନ୍ନ ବିଶୋୟୀ, ଭୂମୋହନ ପଟ୍ଟନାୟକ, ସତ୍ୟବ୍ରତ ପରିଜା, ସମୀର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

All Right Reserved By

ରାଜ୍ୟ |

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri