ସମ୍ବଲପୁର

ଦୁର୍ଘଟଣାରେ ଜଣେ ମୃତ ଡାକ୍ତରଖାନାରେ ଭଙ୍ଗାରୁଜା, ରାସ୍ତା ଅବରୋଧ

ଦୁର୍ଘଟଣାରେ ଜଣେ ମୃତ ଡାକ୍ତରଖାନାରେ ଭଙ୍ଗାରୁଜା, ରାସ୍ତା ଅବରୋଧ
ବାମରା,୨୩।୮ (ସ୍ବ.ପ୍ର.)-ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ସମ୍ବଲପୁର ଜିଲା ବାମରା ବ୍ଲକ ରଙ୍ଗିଆଟିକ୍ରା ପଞ୍ଚାୟତ ତୁରିପଡାରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି । ସେ ହେଲେ ତୁରିପଡାର ଦିନବନ୍ଧୁ ମାଝି। ତେବେ ଡାକ୍ତର ନ ଥିବା ଓ ଘଟଣାସ୍ଥଳରେ ପୋଲିସ ନ ପହଞ୍ଚତ୍ବା କାରଣକୁ ନେଇ ଉତ୍ୟକ୍ତ ଲୋକେ ମେଡିକାଲରେ ଭଙ୍ଗାରୁଜା କରି ମୃତଦେହକୁ ରାସ୍ତା ଉପରେ ରଖି ଅବରୋଧ କରିଥିଲେ। ପରିସ୍ଥିତି ଅଣାୟତ୍ତ ପରେ ଥାନା ଅଧିକାରୀ ଧିରଜ ଚୌପଦାର ଓ ବାମରା ତହସିଲଦାର ବମଳକୃଷ୍ଣି ଥମ୍ବ ପହଞ୍ଚତ୍ ଆଲୋଚନା କରିଛନ୍ତି। ଦିନବନ୍ଧୁ ତାଙ୍କର ୨ ପୁଅ କୃଷ୍ଣ ମାଝି (୧୬) ଓ ରାମକୁମାର ମାଝି (୧୪)ଙ୍କୁ ନେଇ ନିକଟସ୍ଥ ଗାଁରୁ ଫେରୁଥିଲେ । ଫେରିବା ବାଟରେ ପଛପଟୁ ଏକ ବାଇକ ସେମାନଙ୍କୁ ଧକ୍କା ଦେଇଥିଲା। ହେଲେ ବାଇକ ଛାଡି ଚାଳକ ପଳାଇଥିଲେ। ଗୁରୁତର ଅବସ୍ଥାରେ ଦିନବନ୍ଧୁଙ୍କୁ ବାମରା ଅଗ୍ନିଶମ କର୍ମଚାରୀ ଉଦ୍ଧାର କରି ଗୋବିନ୍ଦପୁର ଡାରକ୍ତରଖାନା ପହଞ୍ଚାଇଥିଲେ । ସେଠାରେ ଥିବା ଫାର୍ମାସିଷ୍ଟ ତାଙ୍କୁ ମୃତ ଘୋଷିତ କରିଥିଲେ । ଏହାପରେ ସେଠାରେ ଉପସ୍ଥିତ ଥିବା ଗ୍ରାମବାସୀ ଓ ପରିବାର ଲୋକେ ଡାକ୍ତର ନ ଥିବା ଓ ଘଟଣା ସ୍ଥଳରେ ପୋଲିସ ପହଞ୍ଚତ୍ନ ଥିବାରୁ ହଟ୍ଟଗୋଳ କରିଥିଲେ । ପରେ ଭଙ୍ଗାରୁଜା କରିବା ସହିତ ରାସ୍ତାରେ ମୃତଦେହ ରଖି ଅବରୋଧ କରିଥିଲେ।
All Right Reserved By

ସମ୍ବଲପୁର

ବଲାଙ୍ଗୀରରେ ହୋଲି ଉତ୍ସବ

ବଲାଙ୍ଗୀରରେ ହୋଲି ଉତ୍ସବ

ବଲାଙ୍ଗୀର ଅଫିସ,୨୨।୩: ଉତ୍ସାହ, ଉଦ୍ଦୀପନାର ସହ ବଲାଙ୍ଗୀର ସହରରେ ହୋଲି ଉତ୍ସବ ପାଳନ କରାଯାଇଛି। ସକାଳ ୮ଟାରୁ ବିଭିନ୍ନ ପଡ଼ାର ପିଲାଠୁ ବଡ଼ଯାଏ ପରସ୍ପର ଦେହରେ ରଙ୍ଗ ଲଗାଇ ହୋଲିର ଅଭିନନ୍ଦନ ଜଣାଇଥିଲେ।

ବୃଦ୍ଧଙ୍କୁ ନିର୍ମମ ହତ୍ୟା

ବୃଦ୍ଧଙ୍କୁ ନିର୍ମମ ହତ୍ୟା

ସରଣ୍ଡା,୨୨।୩(ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ  ଚକୁଳିଫାର୍ମ ସତୀଯୋର ନିକଟରେ ଜନୈକ ବୃଦ୍ଧଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଜଣକ ହେଲେ ଚକୁଳିଫାର୍ମ ନୂଆଁଖଇରପାଲିର ପି. ସତ୍ୟପ୍ରସାଦ ଚୌଧୁରୀ(୫୫) ବୋଲି ଜଣାପଡ଼ିଛି। 

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବଲାଙ୍ଗୀର ଅଫିସ,୨୧।୩ : ବଲାଙ୍ଗୀର ମାଲଗୋଦାମପଡ଼ାରୁ ଚାଲାଣ ହେଉଥିବା ବିପୁଳ ପରିମାଣର ବେଆଇନ କଫ୍‌ ସିରପ୍‌କୁ ଗୁରୁବାର ବଲାଙ୍ଗୀର ପୋଲିସ ଜବତ କରିବା ସହ ଏହି ମାମଲାରେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରିରଖିଛି।

ନାମାଙ୍କନ ଦାଖଲ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ନାମାଙ୍କନ ଦାଖଲ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼, ଅଫିସ ୨୧ା୩ : ବରଗଡ଼ ଜିଲା ଭଟ୍‌ଲି ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀ ତଥା ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ଆବାସ ଯୋଜନାରୁ ବଁଚିତ ଭିନ୍ନକ୍ଷମ ଧୁବା

ଆବାସ ଯୋଜନାରୁ ବଁଚିତ ଭିନ୍ନକ୍ଷମ ଧୁବା

ଲୋଇସିଂହା,୨୧।୩ (ଡି.ଏନ.ଏ)  ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଖଲିଆପାଲି ଗାଁର ଧୁବା ଝାଙ୍କର(୬୫)। ମାଏକିନା ଆରପାରକେ ଚାଲିଯାଇଥିଲା ବେଲେ ଧୁବା ପୁଓ ବହ ପାସେ ରହୁଛନ୍‌। ପରିବାରଟା ନିହାତି ଗରିବ୍‌ ହେଇଥିଲା ବେଲେ ସରକାରୀ ଯୋଜ୍‌ନାରେ ଘରଖଁଡ଼େ ପାଏବାର ଲାଗି କେଭ୍‌ଠାନୁ ଚାହିଁ ରହିଛନ୍‌। 

୯ ମାସ ହେଲା ଅନ୍ଧାରରେ ପେଣ୍ଡ୍ରାବନ୍ଦବାସିନ୍ଦା:  ଜିଲାପାଳଙ୍କୁ ଫେରାଦ ହେଲେ;  ବିଜୁଳୀ ନ ହେଲେ ଭୋଟ ଦେବୁନାହିଁ

୯ ମାସ ହେଲା ଅନ୍ଧାରରେ ପେଣ୍ଡ୍ରାବନ୍ଦବାସିନ୍ଦା: ଜିଲାପାଳଙ୍କୁ ଫେରାଦ ହେଲେ; ବିଜୁଳୀ ନ ହେଲେ ଭୋଟ ଦେବୁନାହିଁ

ନୂଆପଡା ଅଫିସ,୨୧ା୩: ସରକାର ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ନିର୍ମାଣ କରି ଜିଲା ତଥା ପଡୋଶୀ ବଲାଙ୍ଗୀର ଜିଲାବାସୀଙ୍କୁ ଜଳ ସେଚନର ସୁବିଧା ଯୋଗାଇଦେବାକୁ ଯୋଜନା କଲେ। 

ପାନୀୟ ଜଳଯୋଗାଣ ଦାବିରେ ମହିଳା ଜିଲାପାଳଙ୍କ ଦ୍ୱାରସ୍ଥ

ପାନୀୟ ଜଳଯୋଗାଣ ଦାବିରେ ମହିଳା ଜିଲାପାଳଙ୍କ ଦ୍ୱାରସ୍ଥ

ଦେବଗଡ଼,୨୧।୩(ସ୍ବ.ପ୍ର.) -ବାରକୋଟ ବ୍ଲକ କାଉଁସିବାହାଳ ପଞ୍ଚାୟତ ମାଝିଚାକୁଣ୍ଡାପାଳ ଗ୍ରାମରେ ଗଭୀର ନଳକୂଅ ଖୋଳା ଯାଇଛି। ବର୍ଷେ ହେଲା ଏକ ପାଣି ଟାଙ୍କି ମଧ୍ୟ ନିର୍ମାଣ ସରିଛି। ହେଲେ ବିଭାଗୀୟ ଅବହେଳା ଯୋଗୁ ସମ୍ପୃକ୍ତ ଗ୍ରାମବାସୀ ପିଇବା ପାଣି ପାଇଁ ଡହଳବିକଳ ହେଉଥିବା ଜଣାପଡିଛି। 

ବିଶ୍ୱ ଘରଚଟିଆ ଦିବସ ପାଳିତ : ଛାତ୍ରୀ ଛାତ୍ରଙ୍କ ସଚେତନତା ଶୋଭାଯାତ୍ରା, ସଭା

ବିଶ୍ୱ ଘରଚଟିଆ ଦିବସ ପାଳିତ : ଛାତ୍ରୀ ଛାତ୍ରଙ୍କ ସଚେତନତା ଶୋଭାଯାତ୍ରା, ସଭା

ସୁନ୍ଦରଗଡ଼, ୨୧।୩ (ଡି.ଏନ୍‌.ଏ) -ସୁନ୍ଦରଗଡ଼ରେ ବିଶ୍ୱ ଘରଚଟିଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ସୁନ୍ଦରଗଡ ପବ୍ଲିକ ସ୍କୁଲ, ବନବିଭାଗ ଓ ଏନ୍‌ଟିପିସିର ମିଳିତ ଆନୁକୂଲ୍ୟରେ ସ୍କାଉଟ ତଥା ବିଭିନ୍ନ ଛାତ୍ରୀଛାତ୍ରଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। 

ପ୍ଲାଷ୍ଟିକ୍‌ ସାମାନ ଲାଗି ମାଡ଼ଖାଉଛେ ବେଉସା:  ଜୀବ୍‌କା ହରଉଛନ୍‌ ବାଉଁଶ କାରିଗର

ପ୍ଲାଷ୍ଟିକ୍‌ ସାମାନ ଲାଗି ମାଡ଼ଖାଉଛେ ବେଉସା: ଜୀବ୍‌କା ହରଉଛନ୍‌ ବାଉଁଶ କାରିଗର

ଲାଠୋର, ୨୧ା୩ (ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଁଚେତ୍‌ର ଝଲିଆଲିଟି ଗାଁରେ ୯ ଘର ବାଉଁଶ କାରିଗର ପରିବାର ରହୁଛନ୍‌। ସେମାନେ ବାଉଁଶରେ ଭୁଗା, ଟୁପା, ଟୁପଲି, ଚଂଘରା, ଡଲା, କୁଲା, ଘରି ତିଆରି ବିକାଭଂଗା କରବାର ସଂଗେ ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। 

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧ,୨୦।୩(ସ୍ବ.ପ୍ର): ସାରା ରାଜ୍ୟରେ ଟିକେଟ ବଣ୍ଟନ ନେଇ କସରତ ଚାଲିଥିବା ବେଳେ ବୌଦ୍ଧରେ କଂଗ୍ରେସର ଟିକେଟ ବଣ୍ଟନ ନେଇ କର୍ମୀ ଓ ନେତାଙ୍କ ଅସନ୍ତେ।ଷ ବୃଦ୍ଧି ପାଇଛି । 

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ରାଉରକେଲା ଅଫିସ,୨୦।୩: ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ ଆଶାୟୀ ଯୁବନେତା ପ୍ରଶାନ୍ତ ସେଠୀ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। 

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

ସୋନପୁର,୨୦।୩(ନି.ପ୍ର.): ସୋନପୁର ଥାନା ଏସ୍‌ କଳାପଥର ଡାକ ପିଅନ ଶତୃଘ୍ନ ଷାଣ୍ଢ(୫୫)ଙ୍କୁ ବୁଧବାର ଭୋର ସମୟରେ କେହି ନିର୍ମମ ଭାବେ ହତ୍ୟା କରିଛନ୍ତି ।   ନିକଟସ୍ଥ ଅର୍ଜୁନପୁର ଜଙ୍ଗଲରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା