ସମ୍ପାଦକୀୟ |

ସମ୍ପାଦକୀୟ/ ପଦ୍ମାବତୀ

 ସମ୍ପାଦକୀୟ/ ପଦ୍ମାବତୀ
ଚଳଚ୍ଚିତ୍ର ଜନସାଧାରଣଙ୍କ ନିକଟରେ ମନୋରଞ୍ଜନ ଓ ବାର୍ତ୍ତା ପହଞ୍ଚାଇବାର ଅନ୍ୟତମ ମାଧ୍ୟମ। ଭାରତରେ ଦେଖାଯାଉଛି ଅଧିକାଂଶ ସମୟରେ ଆର୍ଥିକ ଦିଗକୁ ଦୃଷ୍ଟିରେ ରଖି କେତେ ଜଣ ଚଳଚ୍ଚିତ୍ର ନିର୍ମାତା ଓ ଏଥିସହ ସଂଶ୍ଳିଷ୍ଟ କିଛି ବ୍ୟକ୍ତି ଏହାକୁ ବିବାଦୀୟ କରାଇଦେଉଛନ୍ତି। ଡିସେମ୍ବର ୧ରେ ମୁକ୍ତିଲାଭ କରିବାକୁ ଥିବା ସଞ୍ଜୟ ଲୀଲା ଭଂସାଲୀଙ୍କ ‘ପଦ୍ମାବତୀ’ର କିଛି ଟ୍ରେଲର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଦେଶର ବିଭିନ୍ନ ପ୍ରାନ୍ତରେ ହିନ୍ଦୁ ସଙ୍ଗଠନଗୁଡ଼ିକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଏହି ଫିଲ୍ମର ଶୁଟିଂ ଚଳିତବର୍ଷ ଜାନୁୟାରୀ ୨୭ରେ ରାଜସ୍ଥାନର ଜୟପୁରଠାରେ ଚାଲିଥିଲା। ସେତେବେଳେ  କର୍ନୀ ସେନା ଏହାକୁ ବିରୋଧକରି ଶୁଟିଂ ସେଟ୍‌ ଭଙ୍ଗାରୁଜା କରିଥିଲେ। ଏହି ବିରୋଧ ପଛରେ ସେଭଳି କୌଣସି ଉତ୍ତେଜନାପୂର୍ଣ୍ଣ ଇତିହାସ ନାହିଁ। ‘ପଦ୍ମାବତୀ’ ତ୍ରୟୋଦଶ-ଚତୁର୍ଦଶ ଶତାବ୍ଦୀର ଜଣେ ରାଜପୁତ ରାଣୀଙ୍କ କାହାଣୀ ବୋଲି କେତେକେ କହୁଛନ୍ତି। ଆଉ କେତେକଙ୍କ ମତରେ୧୫୪୦ରେ ମଲିକ ମହମ୍ମଦ ଜୟାସୀ ନାମକ ଜଣେ କବି ନିଜ କବିତାରେ ପଦ୍ମାବତ୍‌ ନାମ୍ନୀ ଜଣେ କାଳ୍ପନିକ ସୁନ୍ଦରୀ ମହିଳାଙ୍କ ବିଷୟରେ ବର୍ଣ୍ଣନା କରାଯାଇଥିବା କୁହାଯାଉଛି। ପଦ୍ମାବତୀ ଜଣେ ସିଂହଳ(ଶ୍ରୀଲଙ୍କା) ରାଜକୁମାରୀ ଥିଲେ ବୋଲି ଗଳ୍ପରୁ ଜଣାପଡ଼େ। ତାଙ୍କ ସୌନ୍ଦର୍ଯ୍ୟ ବିଷୟରେ ସେତେବେଳେ ଚିତ୍ତୋର ରାଜା ରତ୍ନସିହ୍ମ ଶୁଣିବା ପରେ ଏକ ଦୁଃସାହସିକ ଯାତ୍ରାକରି ତାଙ୍କ ମନ ଜିଣିପାରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ବିବାହ କରି ଚିତ୍ତୋର ନେଇଆସିଥିଲେ। ଦିଲ୍ଲୀର ସୁଲତାନ ଆଲ୍ଲାଉଦ୍ଦିନ ଖିଲିଜ ଯେତେବେଳେ ପଦ୍ମାବତୀଙ୍କ ସୌନ୍ଦର୍ଯ୍ୟ ବିଷୟରେ ଶୁଣିଲେ ସେତେବେଳେ ମୁଗ୍ଧ ହୋଇ ଚିତ୍ତୋର ଆକ୍ରମଣ କରିବାକୁ ଯୋଜନା କଲେ। ସୁଲତାନଙ୍କ ଆକ୍ରମଣକୁ ଭୟକରି ପଦ୍ମାବତୀ ଓ ତାଙ୍କ ବାନ୍ଧବୀମାନେ ‘ଜୋହାର’ ବା ଅଗ୍ନିକୁ ଡେଇଁ ପ୍ରାଣ ହରାଇଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ ପଦ୍ମାବତୀଙ୍କ ସମ୍ପର୍କରେ କୌଣସି ଲିଖିତ ଐତିହାସିକ ପ୍ରମାଣ ନାହିଁ। ତାଙ୍କ ସମ୍ବନ୍ଧରେ ଯେଉଁ କବିତା ଲେଖାଯାଇଛି ତାହା ଜଣେ ଅଣ-ରାଜପୁତଙ୍କ ଦ୍ୱାରା ରଚିତ। ଜାତିପ୍ରେମରେ ଜର୍ଜରିତ ହୋଇ ଯେଉଁ ରାଜପୁତ ଗୁଣ୍ଡାମାନେ ପୂର୍ବରୁ ସଞ୍ଜୟ ଲୀଲା ଭଂସାଲୀଙ୍କ ଫିଲ୍ମ ଶୁଟିଂ ଉପରେ ଆକ୍ରମଣ କରିଥିଲେ ଓ ପରବର୍ତ୍ତୀ ସମୟରେ ସିନେମା ମୁକ୍ତିଲାଭକୁ ବିରୋଧ କରୁଛନ୍ତି ସେମାନେ ହୁଏତ ବାସ୍ତବତା ସହିତ ଜଡ଼ିତ ନାହାନ୍ତି। ଏକ କାଳ୍ପନିକ ପ୍ରେମ କବିତାର ମୁଖ୍ୟ ନାୟିକା ଭାବେ ପଦ୍ମାବତୀ ସମ୍ଭବତଃ ଜଣେ ଜୀବିତ ବ୍ୟକ୍ତି ନ ଥିଲେ। ଏହା କେବଳ ଭାରତରେ ହିଁ ସମ୍ଭବପର। ମନଗଢ଼ା ପ୍ରେମ କବିତାକୁ ନେଇ ୮୦୦ ବର୍ଷ ପରେ ଭାରତରେ ହିଂସା ଘଟାଇବା ପାଇଁ ଅନେକ ବେକାର ଯୁବକ ଜନ୍ମ ନେଉଛନ୍ତି। ନିଜର ଜୀବନକୁ ସରସ ସୁନ୍ଦର କରିବା ପରିବର୍ତ୍ତେ ଏହି ଦେଶର ଯୁବପିଢ଼ି ମଧ୍ୟରୁ ଅନେକ ଅପାଠୁଆ ରହିବା ସହିତ ଅଧିକାଂଶ ପରିସ୍ଥିତିକୁ ବୁଝିବାରେ ଅକ୍ଷମ। ରାଜପୁତ ସମ୍ପ୍ରଦାୟର ଯୁବଶକ୍ତି ତନ୍ମଧ୍ୟରୁ ଅନ୍ୟତମ। ଏଠାରେ କାହାରିକୁ ଆକ୍ଷେପ କରିବାର ଉଦ୍ଦେଶ୍ୟ ନ ଥିଲେ ମଧ୍ୟ ଏହିଭଳି ହିଂସା ପଛରେ କାରଣ ବୁଝିବା କଷ୍ଟକର। ଏହା କହିବା ବେଳେ ସ୍ବୀକାର କରିବାକୁ ହେବ ଯେ ଭାରତୀୟ ସିନେମା ନିର୍ମାତାମାନେ  ଅତି ଚତୁରତାର ସହିତ ତାଙ୍କର ଚଳଚ୍ଚିତ୍ରକୁ ନେଇ ଏକ ବିବାଦ ପରୋକ୍ଷରେ ସୃଷ୍ଟି କରାଉଛନ୍ତି। ବାସ୍ତବରେ ରାଜପୁତ ଯୁବଶକ୍ତି ଏହି ସିନେମାର କାହାଣୀକୁ ନେଇ ରାଜସ୍ଥାନରେ ବ୍ୟସ୍ତ କି ନୁହେଁ ଜାଣିବା ଅସମ୍ଭବ। କିନ୍ତୁ ଅର୍ଥ ଖର୍ଚ୍ଚକରି ଚଳଚ୍ଚିତ୍ରର ପ୍ରଯୋଜକ ଭଡ଼ାଟିଆଙ୍କୁ ବ୍ୟବହାର କରି ଏଭଳି କାଣ୍ଡ ଘଟାଇ ନ ଥିବେ ବୋଲି କହିହେଉ ନାହିଁ।
All Right Reserved By

ସମ୍ପାଦକୀୟ |

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ସମ୍ପାଦକୀୟ/ #ମିଟୂ ସପକ୍ଷରେ

ଆମେରିକୀୟ ଅଭିନେତ୍ରୀ ଆଲିସା ମିଲାନୋ ୨୦୧୭ ଅକ୍ଟୋବରରେ  ସୋସିଆଲ ମିଡିଆରେ #ମିଟୂ ନାମରେ ଯେଉଁ ଅଭିଯାନ ଆରମ୍ଭ କରିଥିଲେ ତାହା ଏବେ ଆନ୍ଦୋଳନର ରୂପ ନେଇଛି। କର୍ମସ୍ଥଳୀ ବା ଅତୀତରେ ଯେକୌଣସି ସ୍ଥାନରେ ଯଦି ଜଣେ ମହିଳା ଯୌନ ଶୋଷଣର ଶିକାର ହୋଇଥିବେ, ସେଥିରେ ନିର୍ଯାତନା ଦେଇଥିବା ପୁରୁଷଙ୍କ ମୁଖା ଖୋଲିଦେବା ହେଉଛି ଏହି ଅଭିଯାନର ମୂଳ ଲକ୍ଷ୍ୟ। ଇତିମଧ୍ୟରେ ଶହ ଶହ ଭାରତୀୟ ମହିଳା ସେମାନଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାରକୁ ସାଧାରଣରେ ପ୍ରକାଶ କରି ରାଜନୀତି, ଗଣମାଧ୍ୟମ ଓ ମନୋରଞ୍ଜନ ଶିଳ୍ପ ସହ ଜଡ଼ିତ  ବିଶିଷ୍ଟ ବ୍ୟକ୍ତିଙ୍କ ଅସଲ ଚେହେରା ଖୋଲିଦେଲେଣି। ସେମାନଙ୍କ ମଧ୍ୟରେ ସାମ୍ବାଦିକରୁ ରାଜନେତା ପାଲଟିଥିବା ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏମ୍‌.ଜେ. ଆକବର, ସିନେମା ଦୁନିଆର ନାମକରା ବ୍ୟକ୍ତିତ୍ୱ ନାନା ପାଟେକର, ଆଲୋକ ନାଥଙ୍କ...

ନବୀନ ଆହ୍ବାନ

ନବୀନ ଆହ୍ବାନ

ଜିତେନ୍ଦ୍ର କୁମାର ନାୟକ

ନବୀନ ଏକ ଆହ୍ବାନ। ତାଙ୍କୁ ମାପିବା କଷ୍ଟକର। ଅଳ୍ପ କହୁଥିବାରୁ ଭୁଲ ବାଛି ହେଉନି। ସରଳ ଜୀବନ ବିତାଉଥିବାରୁ ବିବାଦରୁ ଦୂରରେ ଅଛନ୍ତି। ରାଜନୀତିରେ ନବୀନ ଭାବେ ପ୍ରବେଶ କରିଥିଲେ ମଧ୍ୟ ଏକନିଷ୍ଠ କର୍ମ ତାଙ୍କୁ କରିଦେଇଛି ପ୍ରବୀଣ। ପୋଖତ ଓ ପୁରୁଖା ରାଜନେତା ତାଙ୍କ ସଫଳତା ଦେଖି ତଟସ୍ଥ। ପିତା ବିଜୁ ପଟ୍ଟନାୟକଙ୍କଠାରୁ ରାଜନୀତି ଶିକ୍ଷା ପାଇବାର ସୁଯୋଗ ପାଇ ନ ଥିଲେ। ତଥାପି କେମିତି ବିରୋଧୀଙ୍କ ଆଖିରୁ ନିଦ ହଜେଇ ଦେଇପାରୁଛନ୍ତି, ତାହା ଏବେ ଓଡ଼ିଶାବାସୀଙ୍କ ମନରେ ପ୍ରଶ୍ନ ସୃଷ୍ଟି କରିଛି। ଦିନେ ଓଡ଼ିଆ ଓ ଓଡ଼ିଶାର ଲୋକଙ୍କୁ ଜାତୀୟ ଗଣମାଧ୍ୟମରେ ସେଭଳି ଦେଖିବାକୁ ମିଳୁ ନ ଥିଲା। ଆଜି ଅଧିକାଂଶ ସର୍ଭେରେ ସଫଳ ରାଜନେତା, ଶ୍ରେଷ୍ଠ ପ୍ରଶାସ...

ଓଡ଼ିଶାରେ ଶକ୍ତିପୂଜା

ଓଡ଼ିଶାରେ ଶକ୍ତିପୂଜା

ଡ. କିଶୋର ମହାନ୍ତି

ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ।  କିନ୍ତୁ ନିଜସ୍ବ ସଂସ୍କୃତି ଓ ପରମ୍ପରାକୁ ଓଡ଼ିଆ ଜାତି କେବେ ଭୁଲି ଯାଇନାହିଁ। ଓଡ଼ିଶାର ଶାକ୍ତ ପରମ୍ପରା ସୁପ୍ରାଚୀନ। ଓଡ଼ିଶାରେ ରହିଥିବା ଶକ୍ତିପୀଠଗୁଡିକ ତା’ର ଜ୍ୱଳନ୍ତ ପ୍ରମାଣ। ମାତୃକା ପୂଜା ମାନବ ସମାଜ ଯୁଗେ ଯୁଗେ କରିଆସିଛି। ‘ଜନନୀ ଜନ୍ମଭୂମିଶ୍ଚ ସ୍ବର୍ଗାଦପି ଗରୀୟସୀ’କୁ ମୂଳମନ୍ତ୍ର କରି ନିଜ ଜୀବନଧାରାରେ ମା’ର ଅମାପ ସ୍ନେହ ଓ ଶ୍ରଦ୍ଧାଳୁ ...

ଏଇ ଭାରତରେ

ଏଇ ଭାରତରେ

ପକେଟମାରଙ୍କର ବି ପରୋପକାରୀ ଗୁଣ ରହିଛି। ଟଙ୍କାପଇସା ହାତେଇବା ପରେ ଅନ୍ୟ ସାମଗ୍ରୀରେ କୌଣସି ଆବଶ୍ୟକତା ନ ଥିବାରୁ କେତେକେ ସମ୍ପୃକ୍ତ ଲୋକଙ୍କୁ ଏ ସବୁ ଫେରାଇ ଦିଅନ୍ତି। ଏଥିପାଇଁ ସେମାନେ ସିଧାସଳଖ ଯୋଗାଯୋଗ କରନ୍ତି ନାହିଁ। ବରଂ ବିଭିନ୍ନ ମାଧ୍ୟମ ଖୋଜିଥାଆନ୍ତି। ଆଉ ସବୁ ଅପେକ୍ଷା ଡାକବାକ୍ସ ହେଉଛି ସହଜ ଓ ସରଳ ମାଧ୍ୟମ। ଚେନ୍ନାଇର ପକେଟମାରମାନେ ଏହି ସହଜ ମାଧ୍ୟମକୁ...

ଇଣ୍ଡୋନେସିଆରେ ସୁନାମି, ଭାରତରେ ଭୟ

ଇଣ୍ଡୋନେସିଆରେ ସୁନାମି, ଭାରତରେ ଭୟ

୨୦୧୮ ଜୁଲାଇ ଓ ଅଗଷ୍ଟ ମାସର ଭୂକମ୍ପ ପରେ ସେପ୍ଟେମ୍ବର ୨୮ ତାରିଖର ଭୂକମ୍ପ ଥିଲା ଇଣ୍ଡୋନେସିଆରେ ଏ ବର୍ଷର ତୃତୀୟ ତଥା ଶକ୍ତିଶାଳୀ। ଇଣ୍ଡୋନେସିଆରେ ଛୋଟ-ବଡ଼ ଭୂକମ୍ପ ସାଧାରଣ କଥା।

ସମ୍ଭ୍ରାନ୍ତ ଠାଣି

ସମ୍ଭ୍ରାନ୍ତ ଠାଣି

ଅକ୍ଟୋବର ୧୩ ଅପରାହ୍ଣ ୪ଟା ୪୫ ମିନିଟ୍‌ରେ ଦିଲ୍ଲୀ ନିକଟସ୍ଥ ଗୁଡ୍‌ଗାଓଁର ଜିଲା କୋର୍ଟ ଭିତରେ ଅତିରିକ୍ତ ଦୌରା ଜଜ୍‌ କ୍ରିଷ୍ଣକାନ୍ତ ଶର୍ମା ଅନ୍ୟ ଜଣେ ବିଚାରପତିଙ୍କ ସହ କଥା ହେଉଥିବା ବେଳେ ତାଙ୍କ ମୋବାଇଲ୍‌ ଫୋନ୍‌କୁ ଏକ କଲ୍‌ ଆସିଲା। ଫୋନ୍‌ କରିଥିବା ବ୍ୟକ୍ତି ଥିଲେ କ୍ରିଷ୍ଣକାନ୍ତଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ମହିପାଲ ସିଂ।

 ବିବାଦରେ ଆକବର

ବିବାଦରେ ଆକବର

ଆକାର ପଟେଲ

ପ୍ରାୟ ୨୫ ବର୍ଷ ତଳେ ମୁଁ କାର୍ଯ୍ୟ ଅନ୍ବେଷଣରେ ସୁରତରୁ ବମ୍ବେ (ସେତେବେଳେ ମୁମ୍ବାଇ ନାଁ ହୋଇ ନ ଥିଲା) ଆସିଲି। ଆମ ପାରିବାରିକ ବ୍ୟବସାୟ ‘ପଲିଷ୍ଟର ପୋଷାକ ତିଆରି’ ଆଉ ଚାଲିଲା ନାହିଁ। ମୁଁ ଟେକ୍ସଟାଇଲ ବିଦ୍ୟାରେ ଡିପ୍ଲୋମା କରିଥିଲି। ବିଦ୍ୟାଳୟ ଶିକ୍ଷା ପରେ ଏହି ଡିପ୍ଲୋମା କରିବାରେ ମୋର ଦୁଇବର୍ଷ ଚାଲିଗଲା। ସୁତରାଂ କୌଣସି ଅଫିସ ଚାକିରି ପାଇଁ ମୋର ଶିକ୍ଷାଗତ ଯୋଗ୍ୟତା ନ ଥିଲା। ଜଣେ ...

ଶ୍ୱେତକେତୁ, ବିଛୁଆତି ଓ ଧାରା-୪୯୭

ଶ୍ୱେତକେତୁ, ବିଛୁଆତି ଓ ଧାରା-୪୯୭

ପ୍ରକାଶ ତ୍ରିପାଠୀ

ଶୁଣିଥିବା ଏକ ପୌରାଣିକ କଥାବସ୍ତୁରୁ ଆଲେଖ୍ୟଟିକୁ ଆରମ୍ଭ କରୁଛୁ। ଋଷି ଉଦ୍ଦାଳକ ଓ ତାଙ୍କ ପୁତ୍ର ଶ୍ୱେତକେତୁ ନିଜ ଆଶ୍ରମ ସନ୍ନିକଟରେ ବସି କୌଣସି ଏକ କାର୍ଯ୍ୟ ସମ୍ପାଦନ କରୁଥିଲେ। ଆଶ୍ରମରେ ସେତେବେଳେ ଉଦ୍ଦାଳକଙ୍କ ପତ୍ନୀ ଏକୁଟିଆ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଆଶ୍ରମ ଭିତରକୁ ପ୍ରବେଶ କରି ଉଦ୍ଦାଳକଙ୍କ ପତ୍ନୀଙ୍କୁ ଧରି ପଳାୟନ କଲେ। ଉଭୟ ପିତା ଓ ପୁତ୍ରଙ୍କ ଆଖି ସାମ୍ନାରେ ଘଟଣାଟି ...

ମୁଖ୍ୟ ଅର୍ଥନୀତିଜ୍ଞ

ମୁଖ୍ୟ ଅର୍ଥନୀତିଜ୍ଞ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର

ବିଶ୍ୱର ୧୮୯ ଦେଶ ମଧ୍ୟରେ ଆର୍ଥିକ ସହଯୋଗ ବୃଦ୍ଧି, ବାଣିଜ୍ୟକୁ ସୁଗମ କରିବା, ଉଚ୍ଚ ନିଯୁକ୍ତି ସୁଯୋଗ ସୃଷ୍ଟି ଓ ନିରନ୍ତର ଅର୍ଥନୈତିକ ଅଭିବୃଦ୍ଧି ଏବଂ ବିଶ୍ୱରୁ ଦାରିଦ୍ର୍ୟ ହ୍ରାସ ଦିଗରେ କାର୍ଯ୍ୟ କରିବା ହେଉଛି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌)ର ମୁଖ୍ୟ ଉଦ୍ଦେଶ୍ୟ। ୧୯୪୫ରେ ଗଠିତ ଏହି ବିଶ୍ୱ ସଂସ୍ଥାର ମୁଖ୍ୟାଳୟ ଆମେରିକା ରାଜଧାନୀ ଓ୍ବାଶିଂଟନ ଡି.ସି.ରେ ଅବସ୍ଥିତ। ଅନ୍ତର୍ଜାତୀୟ ସ୍ତରରେ ...

ଏଇ ଭାରତରେ

ଏଇ ଭାରତରେ

କେତେକ ବ୍ୟକ୍ତି ଉଚ୍ଚ ପଦପଦବୀରେ ଅଧିଷ୍ଠିତ ହୋଇଥିଲେ ବି ସେମାନଙ୍କ ମନକୁ ଅହଂକାର ଛୁଇଁ ନ ଥାଏ। ସେମାନେ ସମାଜ ପାଇଁ କିଛି ନୂଆ ବାର୍ତ୍ତା ଦେବାକୁ ପ୍ରୟାସ କରିଥାଆନ୍ତି। ଏପରି ଏକ ଘଟଣାକ୍ରମରେ ମହାରାଷ୍ଟ୍ର ନାସିକ ଅଞ୍ଚଳର ଡାକ୍ତର ଦୁଇଭାଇ ଆସନ୍ତା ମାସରେ ଶ୍ରୀନଗରରୁ କନ୍ୟାକୁମାରୀ ଯାତ୍ରା କରି ‘ସୁସ୍ଥ ଜୀବନଶୈଳୀ’ର ବାର୍ତ୍ତା ପ୍ରଚାର କରିବେ। ସେମାନେ ହେଉଛନ୍ତି ଡା. ମହେନ୍ଦ୍ର ମହାଜନ ...

ସୁରକ୍ଷା ରଣନୀତି

ସୁରକ୍ଷା ରଣନୀତି


ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌

୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ଜାତୀୟ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବାକୁ ଚେଷ୍ଟା କରିଛନ୍ତି। ଗତ କିଛିମାସ ଭିତରେ ସରକାର ପ୍ରତିରକ୍ଷା ଯୋଜନା କମିଟି (ଡିପିସି) ଗଠନ କରିଛନ୍ତି, ଜାତୀୟ ସୁରକ୍ଷା କାଉନ୍‌ସିଲ ସେକ୍ରେଟାରିଏଟ୍‌ ପାଇଁ ବଜେଟ୍‌ ବୃଦ୍ଧି କରିଛନ୍ତି ଏବଂ ଜାତୀୟ ସୁରକ୍ଷା ପରିଷଦକୁ ସହାୟତା କରିବା ପାଇଁ ଷ୍ଟ୍ରାଟେଜିକ୍‌ ପଲିସି ଗ୍ରୁପ୍‌ (ଏସ୍‌ପିଜି)ର ପୁନର୍ଗଠନ କ...

ସର୍ବୋଚ୍ଚ ଅଦାଲତଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ସର୍ବୋଚ୍ଚ ଅଦାଲତଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ମନ-ମାନଚିତ୍ର/ ଡ. ନରହରି ବେହେରା

ଆମ ଦେଶରେ ସର୍ବୋଚ୍ଚ ନ୍ୟାୟାଳୟର ସ୍ଥାନ କୌଣସି ପବିତ୍ର ଦେବାଳୟଠାରୁ କମ୍‌ ନୁହେଁ। ଯେକୌଣସି ବିବଦମାନ ବିଷୟରେ ନ୍ୟାୟାଳୟର ନିର୍ଣ୍ଣାୟକ ମନ୍ତବ୍ୟକୁ ଉକତ୍ଣ୍ଠାର ସହିତ ଅପେକ୍ଷା କରିଥାନ୍ତି ଜନସାଧାରଣ। ଏବେ ସର୍ବୋଚ୍ଚ ନ୍ୟାୟାଳୟ ଯେଉଁ କେତୋଟି ରାୟ ଶୁଣାଇଛନ୍ତି, ସେଗୁଡ଼ିକ ରାଜନୀତିକ, ସାମାଜିକ ଏବଂ ପାରମ୍ପରିକ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ଏହି ରାୟ ଉପରେ ବିତର୍କ ହେବା ସ୍ବାଭାବିକ।...