Dharitri News
ଫୁରସତ |

‘ଚାକିରି ଛାଡି ଚାଷ କଲି’:ହରିହର ଦାଶ(ସଫଳ ଚାଷୀ)

‘ଚାକିରି ଛାଡି ଚାଷ କଲି’:ହରିହର ଦାଶ(ସଫଳ ଚାଷୀ) ମାଟ୍ରିକ୍‌ ପାସ୍‌ କରିବା ପରେ ଯୁକ୍ତ ଦୁଇରେ ଆଡ୍‌ମିଶନ କଲେ। କିନ୍ତୁ ପାଠ ପ୍ରତି ଆଉ ଆଗ୍ରହ ନ ହେବାରୁ ପାଠପଢ଼ା ଛାଡି କଲିକତା ପଳାଇଲେ। ସେଠାରେ ଇନ୍‌କମ୍‌ ଟ୍ୟାକ୍ସ ଅଫିସ୍‌ରେ ଟାଇପିଷ୍ଟ ଭାବେ କାମକଲେ। ପିଲାଟି ଦିନରୁ ସେ ଭାରି ଡ୍ରାମା ପ୍ରିୟ। ତାଙ୍କ ଅଞ୍ଚଳରେ ଡ୍ରାମା ହେଉଥିଲା। ଗାଁର ସାଙ୍ଗମାନେ ଟେଲିଗ୍ରାମ କଲେ ଡ୍ରାମା ହେବ ପଳାଇ ଆସ। ଡ୍ରାମା କରିବା ନିଶାରେ ସେ କଲିକତାରୁ ଗଁାକୁ ଆସିଲେ। ଡ୍ରାମା ସରିବା ପରେ ଆଉ କଲିକତା ଯିବାକୁ ଇଚ୍ଛା ହେଲାନି। ତେଣୁ କ’ଣ କରିବେ ବୋଲି ଚିନ୍ତାକଲେ। ଏହିପରି ଭାବି ଭାବି ଶେଷରେ ଚାଷ କରିବେ ବୋଲି ନିଷ୍ପତ୍ତିି ନେଲେ। ପ୍ରଥମେ ଆରମ୍ଭ କଲେ ହାଇବ୍ରିଡ ଧାନଚାଷ। ଏହି ଚାଷରୁ ମିଳିଥିବା ସଫଳତା ତାଙ୍କ ଉତ୍ସାହକୁ ବଢାଇଦେଲା। ତା’ପରେ ପନିପରିବା ସମେତ କଦଳୀ, ଆଖୁ ଚାଷରେ ମନଦେଲେ। ତେବେ ଇତି ମଧ୍ୟରେ ସ୍ଥାନୀୟ ଅଞ୍ଚଳରେ ଜଣେ ସଫଳ ଚାଷୀ ଭାବେ ନିଜର ପରିଚୟ ସୃଷ୍ଟି କରିବାରେ ସେ ସକ୍ଷମ ହୋଇଛନ୍ତି। ସେ ହେଲେ ହରିହର ଦାଶ। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ଷୋଳମପୁର ପଞ୍ଚାୟତର ବିରୋଳି ଶାସନରେ ତାଙ୍କର ଜନ୍ମ। ମା’ ଛାୟାଦେବୀ ଓ ପିତାଙ୍କ ନାମ ରସିକ ନାଗର ଦାଶ। ଡ୍ରାମା ନିଶାରେ ଚାକିରି ଛାଡି ଚାଷକୁ ସ୍ବରୋଜଗାରର ମାଧ୍ୟମ ଭାବେ ଗ୍ରହଣ କରିଥିବା ହରିହର ଧାନଚାଷରୁ ଯାହା ରୋଜଗାର କଲେ ସେଥିରେ କୌଣସି ପ୍ରକାରେ ପରିବାର ଗୁଜୁରାଣ ମେଣ୍ଟିଲା। ପରେ ଆଖୁ ଚାଷ କଲେ। ପରବର୍ତ୍ତୀ ସମୟରେ ନିକଟସ୍ଥ ଗେଙ୍ଗୁଟି ନଦୀକୂଳରେ ଚାରି ଏକର ଜାଗା କିଣିଲେ। ସେଠାରେ ପନିପରିବା ଚାଷ ସହ ପ୍ରାୟ ୪ ହଜାର ହାଇବ୍ରିଡ୍‌ କଦଳୀ ଚାଷ କଲେ। ବର୍ତ୍ତମାନ ସେହି ଜାଗାରେ ୬୦ ପ୍ରକାର ବିଭିନ୍ନ ପ୍ରଜାତିର ଆମ୍ବ ଗଛ, ୩୦ଟି ପଣସ,୧୫୦ ଲେମ୍ବୁ ଗଛ, ନଡିଆ, ସଜନା ଲିଚୁ, ଶାଗୁଆନ, ଶାଳ ଏବଂ ପାମୋଲିନ ଭଳି ପ୍ରାୟ ୨୫୦ରୁ ଊର୍ଦ୍ଧ୍ୱ ଗଛ ଲଗାଇଛନ୍ତି। ଆମ୍ବରୁ ବର୍ଷକୁ ପ୍ରାୟ ୧ଲକ୍ଷ ଟଙ୍କା, ପଣସ କଠା ଓ ପାଚିଲା ପଣସରୁ ୩୦ ହଜାର, ଲେମ୍ବୁରୁ ୨୦ ହଜାର, ନଡିଆରୁ ୧୦ରୁ ୧୫ହଜାର ଟଙ୍କା ରୋଜଗାର ହେଉଥିବା କଥା କୁହନ୍ତି ହରିହର। ପାମୋଲିନ୍‌ ଗଛର ଫଳକୁ ଏକ କମ୍ପାନୀ ନେଉଛି। ଯଦିଓ ସବୁ ପାମୋଲିନ୍‌ ଗଛରୁ ଫଳ ଆମଦାନୀ ହୋଇନାହିଁ ତଥାପି ବର୍ଷକୁ ୪୦ ହଜାର ଟଙ୍କା ରୋଜଗାର ହେଉଛି। ସବୁଗଛ ଫଳିଲେ ବର୍ଷକୁ ୧ ଲକ୍ଷ ଟଙ୍କା ରୋଜଗାର ହେବ ବୋଲି ସେ ଆଶାବ୍ୟକ୍ତ କରନ୍ତି। ‘ଚାଷ ମତେ ରାହା ଦେଇଛି। କେବଳ ଚାଷ କରି ଏହି ଜାଗା କିଣିଲି। କୋଠାଘର ଖଣ୍ଡିଏ ନିର୍ମାଣ କରିଛି। ଭଉଣୀ ବାହାଘର କରିଛି। ଏହା ବ୍ୟତୀତ ଏଇଥିରୁ ହିଁ ୧୩ ଜଣ ପରିବାର ଚଳୁଛନ୍ତି। ଜଣେ ମନପ୍ରାଣ ଦେଇ କାମ କଲେ ଚାଷରୁ ନିଶ୍ଚିତ ସ୍ବାବଲମ୍ବୀ ହୋଇପାରିବ। ଚାଷ ପାଇଁ ଉନ୍ନତ କିସମର ମଞ୍ଜି ଓ କୃଷି ବୈଜ୍ଞାନିକଙ୍କର ଉପଯୁକ୍ତ ପରାମର୍ଶର ଆବଶ୍ୟକତା ରହିଛି ବୋଲି କୁହନ୍ତି ଏହି ସଫଳଚାଷୀ।’ - ଦେବେନ୍ଦ୍ର ଆନ୍ଦିଆ

ଫୁରସତ |

୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମୁଖସ୍ଥ କରିଛନ୍ତି ‘ଚିରାଗ’

୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମୁଖସ୍ଥ କରିଛନ୍ତି ‘ଚିରାଗ’

ଲକ୍ଷ୍ନୌ: ଛୋଟବେଳେ ପାଠପଢ଼ା ଆରମ୍ଭ କରିବା ବେଳେ ସମସ୍ତେ ପଣିକିଆ ବା ଇଂରାଜୀରେ‘ମଲଟିପ୍ଲିକେସନ ଟେବୁଲ’ ପଢ଼ିଥିବେ ତ ନିଶ୍ଚୟ। କେହି କେହି ଏହାର ୨୫ଟି ଖନ୍ଦା ମନେରଖିଥାନ୍ତି ତ କେହି ଏହାର କେବଳ ୧୦ ଖନ୍ଦା। ବାକି ଗୁଣନ କରି ମାଲୁମ କରାଯାଇପାରେ। ତେବେ ଥରେ ଭାବି ଦେଖନ୍ତୁ ତ ୨୦ କୋଟି ପର୍ଯ୍ୟନ୍ତ ପଣିକିଆ ମନେରଖିବା କଥାକୁ। ଅସମ୍ଭବ ତ ନିଶ୍ଚୟ ଲାଗିବ। ହେଲେ ଜଣେ ଶିଶୁ ଏପରି କରି ଦେଖାଇଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଶାହାରନ୍‌ପୁରରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ‘ଚିରାଗ’।

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଓ୍ବାଶିଂଟନ: ଛୋଟ ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ ବୋଲି ଗବେଷକ ସୂଚିତ କରିଛନ୍ତି। ସେମାନଙ୍କ ମସ୍ତିଷ୍କରେ ସ୍ବତଃ ଏହି ଧାରଣା ସୃଷ୍ଟି ହୋଇଥାଏ। ଗବେଷକ ଦୀର୍ଘଦିନ ଧରି କିଭଳି ଶିଶୁମାନେ ଚିନ୍ତା କରିଥାନ୍ତି ସେ ନେଇ ଅଧ୍ୟୟନ କରୁଥିଲେ।

କର୍ମଜୀବୀ ମହିଳା ଅଧିକ ଯତ୍ନଶୀଳା

କର୍ମଜୀବୀ ମହିଳା ଅଧିକ ଯତ୍ନଶୀଳା

ଓ୍ବାଶିଂଟନ: ସାଧାରଣ ମହିଳାଙ୍କ ଅପେକ୍ଷା କର୍ମଜୀବୀ ମହିଳା ପରିବାର ପ୍ରତି ଅଧିକ ଯତ୍ନଶୀଳା ରହିଥାନ୍ତି ବୋଲି ଗବେଷଣାରୁ ଜଣାପଡିଛି। ସେମାନେ ପରିବାରର ପ୍ରତିଟି ଦାୟିତ୍ୱ ଭଲ ଭାବେ ତୁଲାଉଥିବାବେଳେ ଯେ କୌଣସି ସମସ୍ୟାକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍‌ କରିବା ପରେ ନିଷ୍ପତ୍ତି ନେଇଥାନ୍ତି।

ଏକୁଟିଆ ସନ୍ତାନ ବିଷାଦଗ୍ରସ୍ତ ହୁଅନ୍ତି

ଏକୁଟିଆ ସନ୍ତାନ ବିଷାଦଗ୍ରସ୍ତ ହୁଅନ୍ତି

ଓ୍ବାଶିଂଟନ: ଏବେ ଆଧୁନିକତାର ସ୍ପର୍ଶରେ ଯୌଥ ପରିବାର ସଂଖ୍ୟା ହ୍ରାସ ପାଇବା ସହିତ ଦମ୍ପତିଙ୍କର ସନ୍ତାନ ସଂଖ୍ୟା ଗୋଟିଏରେ ସୀମିତ ରହୁଛି। ଏହାଦ୍ୱାରା ସନ୍ତାନର ଯତ୍ନ ନେବା ସହଜ ହେଉଛି ଓ ତାହାର ଭବିଷ୍ୟତ ମଧ୍ୟ ସୁରକ୍ଷିତ ହୋଇପାରୁଛି।

ମକରର ମହକ

ମକରର ମହକ

ମାଘର ଶୀତରେ ଆସେ ମକର। ଆଉ ମକର ଆସିଲେ, ଚାରିଆଡେ ଖେଳିଯାଏ ଖୁସିର ଲହରି। ଓଡ଼ିଶାରେ ଥିବା ତେଲୁଗୁ ସମ୍ପ୍ରଦାୟ ଏହାକୁ ପୋଙ୍ଗଲ ବା ସେମାନଙ୍କ ନୂଆ ବର୍ଷ ଭାବେ ପାଳନ କରୁଥିବାବେଳେ ଓଡ଼ିଶାର ବିଭିନ୍ନ ଜିଲାରେ ମକରକୁ ନେଇ ପାଳନ ହୋଇଥାଏ ଭିନ୍ନ ଭିନ୍ନ ପରମ୍ପରା। କେଉଁଠି ମକର ଚାଉଳ, ପିଠା ଓ ମିଠାରେ ମକରକୁ ସ୍ବାଗତ କରାଯାଏ ତ କେଉଁଠି କୁକୁଡ଼ା ଲଢେଇ ମକରର ମାହୋଲକୁ ସରଗରମ କରୁଥିବାବେଳେ ଆଉ କେଉଁଠି ଗୁଡ଼ିଉଡ଼ାରେ ସ୍ବାଗତ କରାଯାଏ ମକରକୁ....

ଅଟ୍ରି

ଅଟ୍ରି

ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବେ ଖୋର୍ଦ୍ଧାର ଅଟ୍ରି ଉଷ୍ଣପ୍ରସ୍ରବଣ ପ୍ରସିଦ୍ଧି ଲାଭ କରିଛି। ବର୍ଷର ସବୁ ସମୟରେ ଏଠାରେ ପର୍ଯ୍ୟଟକଙ୍କ ଯା’ଆସ ଲାଗି ରହୁଥିଲେ ହେଁ ମକର ସଂକ୍ରାନ୍ତିରେ ଏଠି ଅଧିକ ଭିଡ଼ ଜମିଥାଏ।

ପ୍ରଥମ ରୋଜଗାର: ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ପାଇଁ ଗିଫ୍ଟ କିଣିଥିଲି

ପ୍ରଥମ ରୋଜଗାର: ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କ ପାଇଁ ଗିଫ୍ଟ କିଣିଥିଲି

ଅବସରପ୍ରାପ୍ତ ପ୍ରାଧ୍ୟାପିକା ତଥା ଅନୁବାଦିକା ମିନତି ପଟନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି... ଖୋର୍ଦ୍ଧା ଜିଲା କୁହୁଡିରେ ଆମ ଗାଁ। କୁହୁଡି ଜନତା ହାଇସ୍କୁଲ୍‌ରୁ ୮ମ ପଢିବା ପରେ ରାଉରକେଲାସ୍ଥିତ ଉଦିତ୍‌ନଗର ହାଇସ୍କୁଲ୍‌ରେ ନାଁ ଲେଖାଇଥିଲି। କାରଣ ରାଉରକେଲାରେ ବାପା ଚାକିରି କରୁଥିଲେ। ୧୯୬୫ରେ ସେଠାରୁ ଏକାଦଶ ପାସ୍‌ କରିବା ପରେ ସମ୍ବଲପୁର ମହିଳା ମହାବିଦ୍ୟାଳୟରୁ ପି.ୟୁ ସାରି ପୁରୀ ମହିଳା ମହାବିଦ୍ୟାଳୟରେ ବି.ଏ. ପଢିଥିଲି।

ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ

ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ

ଲଣ୍ଡନ: ମହାକାଶ ଯାତ୍ରା ପରେ ପୃଥିବୀକୁ ଫେରୁଥିବା ମହାକାଶଚାରୀଙ୍କ ଦୃଷ୍ଟିଶକ୍ତି ପ୍ରଭାବିତ ହୋଇଥାଏ ବୋଲି ଚିକିତ୍ସା ବିଜ୍ଞାନୀମାନେ ଜାଣିପାରିଛନ୍ତି। ମହାକାଶର ମାଇକ୍ରୋଗ୍ରାଭିଟିରେ ମସ୍ତିଷ୍କର ଉପର ସ୍ତରରେ ସେରିବ୍ରୋସ୍ପାଇନାଲ୍‌ ଫ୍ଲୁଇଡ୍‌ ପହଞ୍ଚିପାରି ନ ଥାଏ।

ଆଧୁନିକ ସମାଜରେ ହିଂସା ବଢ଼ୁଛି

ଆଧୁନିକ ସମାଜରେ ହିଂସା ବଢ଼ୁଛି

ଓ୍ବାଶିଂଟନ: ଆଧୁନିକ ସମାଜରେ ହିଂସା ବଢ଼ୁଛି ବୋଲି ଗେବଷକ କହିଛନ୍ତି। ସଭ୍ୟ ମାନବ ପ୍ରତିଟି କ୍ଷେତ୍ରରେ ବିଭିନ୍ନ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହୋଇଥାଏ। ଏହାର ମୁକାବିଲା ପାଇଁ ଅନେକ ସମୟରେ ହିଂସାକାଣ୍ଡ ଘଟୁଥାଏ।

ନୂଆ ସ୍ବାଦ ପାସ୍ତା ଖାଇବା ପ୍ରତି ଆଗ୍ରହ ସୃଷ୍ଟି କରିଥାଏ

ନୂଆ ସ୍ବାଦ ପାସ୍ତା ଖାଇବା ପ୍ରତି ଆଗ୍ରହ ସୃଷ୍ଟି କରିଥାଏ

ମେଲବୋର୍ଣ୍ଣ : ମନୁଷ୍ୟ ମଧ୍ୟରେ ଏକ ନୂତନ ପ୍ରକାର ସ୍ବାଦ ଯୋଗୁ ପାସ୍ତା ଖାଇବା ପ୍ରତି ଆଗ୍ରହ ସୃଷ୍ଟି ହୋଇଥାଏ ବୋଲି ବୈଜ୍ଞାନିକ ଜାଣିପାରିଛନ୍ତି। ଏହା ହେଉଛି ସପ୍ତମ ପ୍ରକାର ସ୍ବାଦ ଯାହାକି ମନୁଷ୍ୟଠାରେ ରହିଥିବା ଗବେଷକ ଜାଣି ପାରିଛନ୍ତି।

ଆଗ୍ନେୟଗିରୀ ଉଦ୍‌ଗୀରଣ ଯୋଗୁ ଧ୍ୱଂସ ହୋଇଥିଲା ଇଜିପ୍ଟ ସାମ୍ରାଜ୍ୟ

ଆଗ୍ନେୟଗିରୀ ଉଦ୍‌ଗୀରଣ ଯୋଗୁ ଧ୍ୱଂସ ହୋଇଥିଲା ଇଜିପ୍ଟ ସାମ୍ରାଜ୍ୟ

ନ୍ୟୁୟର୍କ: ଆଗ୍ନେୟଗିରୀ ଉଦ୍‌ଗୀରଣ ଯୋଗୁ ପୁରାତନ ଇଜିପ୍ଟ ସାମ୍ରାଜ୍ୟ ଧ୍ୱଂସ ହୋଇଥିବା ଗବେଷକ କହିଛନ୍ତି। ଖ୍ରୀଷ୍ଟପୂର୍ବ ୩୦୫ରୁ ୩୦ ମଧ୍ୟରେ ନୀଳ ନଦୀ ଅବବାହିକାରେ ଥିବା ଏହି ପୁରାତନ ସାମ୍ରାଜ୍ୟର କିଭଳି ଅନ୍ତ ଘଟିଲା ସେ ସମ୍ପର୍କରେ ଗବେଷକ ଜାଣିପାରିଛନ୍ତି

ଯୁବବର୍ଗ ହେଉଛନ୍ତି ମସ୍ତିଷ୍କାଘାତର ଶିକାର

ଯୁବବର୍ଗ ହେଉଛନ୍ତି ମସ୍ତିଷ୍କାଘାତର ଶିକାର

ଓ୍ବାଶିଂଟନ: ଉଚ୍ଚ ରକ୍ତଚାପ କିମ୍ବା ବୟସାଧିକକ୍ଷେତ୍ରରେ ମସ୍ତିଷ୍କକୁ ଆବଶ୍ୟକ ପରିମାଣର ରକ୍ତ ପ୍ରବାହିତ ହୋଇପାରି ନ ଥାଏ। ଫଳରେ ମସ୍ତିଷ୍କାଘାତ ସମସ୍ୟା ଦେଖାଦେଇଥାଏ।