ରାଜ୍ୟ | ଉପକୂଳ ଓଡିଶା

ଯଦୁମଣିଙ୍କ ନାମରେ ନିର୍ମାଣ ହେବ ସାହିତ୍ୟ ଭବନ

ନୟାଗଡ଼ ଅଫିସ,୧୫ା୪- ନୟାଗଡ଼ ଜିଲା ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ଆନୁକୂଲ୍ୟରେ ରବିବାର ସ୍ଥାନୀୟ ରୋଟାରୀ ଭବନଠାରେ ଜିଲାସ୍ତରୀୟ ବିଷୁବ ମିଳନ-୨୦୧୯ ଅନୁଷ୍ଠିତ ହୋଇଯାଇଛି। ସାମାଜିକ କର୍ମୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରାବନ୍ଧିକ କାଳୀପଦ ପଣ୍ଡା, ପ୍ରାଧ୍ୟାପକ ରାମଚନ୍ଦ୍ର ମିଶ୍ର,  ସାହିତି୍ୟକ ଡ. ବିଜୟ  ଚୌଧୁରୀ,  ଖବରଦାତା ପ୍ରଦୀପ୍ତ କୁମାର ପଟ୍ଟନାୟକ  ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ବିଷୁବ ମିଳନର ତାତ୍ପର୍ଯ୍ୟ ବିଷୟରେ ବର୍ଣ୍ଣନା କରିଥିଲେ। ନୟାଗଡ଼ ଜିଲାର ବ୍ୟଙ୍ଗ କବି ଉତ୍କଳ ଘଣ୍ଟ କବି ଯଦୁମଣିଙ୍କ ନାମରେ ଜିଲା ସହର ମହକୁମାରେ ଅତ୍ୟାଧୁନିକ ଶୈଳୀରେ ଏକ ସାହିତ୍ୟ ଭବନ ନିର୍ମାଣ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଆଗାମୀ ବର୍ଷଠାରୁ  ଜିଲାସ୍ତରୀୟ ବିଷୁବ ମିଳନ  ଅବସରରେ  ଜିଲାର ଜଣେ ମନୋନୀତ ସାରସ୍ବତ ସାଧକଙ୍କୁ ବିଷୁବ ସମ୍ମାନ ପ୍ରଦାନ କରାଯିବା ସହିତ  ନଗଦ ୧୦ ହଜାର ଟଙ୍କାର ପ୍ରଦାନ କରାଯିବ ବୋଲି କମିଟି ପକ୍ଷରୁ ଘୋଷଣା କରାଯାଇଥିଲା। ମୁଖ୍ୟ ଅତିଥି କାଳିପଦ ପଣ୍ଡାଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ପ୍ରାରମ୍ଭରେ ଭଜନ ପରିବେଷଣ କରିଥିଲେ। ଏହି ଅବସରରେ  ଏକାଧିକ କବୟିତ୍ରୀ ଓ କବି ସେମାନଙ୍କ ସ୍ବରଚିତ କବିତା ପାଠ କରିଥିଲେ। ଅଶୋକ ମଲ୍ଲ, ସୌଦାମିନୀ ସ୍ବାଇଁ,  ବିଭୂତି ମିଶ୍ର, ଗୋପୀନାଥ  ସେଠୀ ପ୍ରମୁଖ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସ୍ବର୍ଗତ ସଙ୍ଗୀତ ନିର୍ଦ୍ଦେଶକ ବାସୁଦେବ ରଥ, ନାଟ୍ୟକାର କାର୍ତ୍ତିକ ରଥ ଓ ବଂଶୀଧର ସାହୁଙ୍କ ସମ୍ମାନାର୍ଥେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଶେଖ ଅବଦୁଲ୍‌ ଖାଲିକ ସ୍ବାଗତ ଭାଷଣ ଦେଇଥିବା ବେଳେ ବିକାଶ ମଞ୍ଚ ସମ୍ପାଦକ  ନିର୍ମଳ ଚନ୍ଦ୍ର ଶୂରଦେଓ ଧନ୍ୟବାଦ ଦେଇଥିଲେ।

All Right Reserved By

ରାଜ୍ୟ | ଉପକୂଳ ଓଡିଶା

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ଢେଙ୍କାନାଳ ଅଫିସ,୨୪।୪-ଢେଙ୍କାନାଳ ଜିଲା ରାସୋଳ ଥାନା ଗଞ୍ଜରା ଗ୍ରାମରେ  ବୁଧବାର ଅପରାହ୍ନ୪ାରେ ଏକ ବାଇକ ଗଛରେ ଧକ୍କା ଦେବାରୁ ୨ ବାଇକ ଆରୋହୀଙ୍କ  ମୃତ୍ୟୁ ଘଟିଛି। 

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ବାଲିଗୁଡ଼ା,୨୪।୪: କନ୍ଧମାଳ ଲୋକ ସଭା ଓ ବାଲିଗୁଡା ବିଧାନସଭା ନିର୍ବାଚନ ଶାନ୍ତିଶୃଙ୍ଖଳା ସହ ସରିଥିବା ବେଳେ ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ ସିଲ୍‌ ହୋଇଛି। ପ୍ରାର୍ଥୀ, ବିଭିନ୍ନ ଦଳର ନେତା, କର୍ମୀ ଓ ଭୋଟରମାନଙ୍କ ମଧ୍ୟରେ ଉତ୍କଣ୍ଠl ବଢ଼ିଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

କେନ୍ଦୁଝର,୨୪ା୪(ସ୍ବ.ପ୍ର.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ଶେଷ ହୋଇଥିବା ବେଳେ କେନ୍ଦୁଝର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହାର ୭୮.୧୬ ପ୍ରତିଶତ ହୋଇଥିବା ଜଣାପଡିଛି ।

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ଭୁବନେଶ୍ୱର/ପାଟକୁରା,୨୪।୪(ବ୍ୟୁରୋ/ଡି.ଏନ୍‌.ଏ.): ନିର୍ବାଚନ ତାରିଖ ଘୋଷଣା ହେବା ପରେ ପାଟକୁରାରୁ କାହାକୁ ବିଜେଡି ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କ ନଜର। ତେବେ ଦିବଂଗତ ନେତା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପୁଅ ସଞ୍ଜୟ ଅଗ୍ରଓ୍ବାଲଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି  କୁହାଯାଉଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ରାଜ୍ୟରେ ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ। କିଛି ସ୍ଥାନରେ ଇଭିଏମ୍‌ ଭଙ୍ଗାରୁଜା ଓ ତ୍ରୁଟି ପରି ଘଟଣା ସାମ୍ନାକୁ ଆସିଥିଲେ ହେଁ ବାକି ସ୍ଥାନରେ ନିର୍ବାଚନ ଶାନ୍ତିପୂର୍ଣ୍ଣ ରହିଥିଲା। ତେବେ ଏହି ପର୍ଯ୍ୟାୟରେ ରାଜ୍ୟରେ ୭୧.୬୧% ମତଦାନ ହୋଇଛି।

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

 କେନ୍ଦ୍ରାପଡା ଅଫିସ,୨୪।୪: ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ମୃତ୍ୟୁର ୪ ଦିନ ପରେ ପୁଅ ସଞ୍ଜୟ କେନ୍ଦ୍ରାପଡା ଏମ୍‌ପି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କ ପାଇଁ ନିର୍ବାଚନୀ ପ୍ର୍ରଚାର କରିଥିବା ଜଣାପଡିଛି।

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ରେମୁଣା,୨୪।୪(ଡି.ଏନ୍‌.ଏ.): ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୯ରେ ଅନୁଷ୍ଠିତ ହେବ। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। 

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମାଜିଷ୍ଟ୍ରେଟ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ ପୁଣି ନିରାଶ ହେବାକୁ ପଡ଼ିଛି। ତାଙ୍କ ଜାମିନ ଆବେଦନର ଶୁଣାଣକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା ହେବା ପରେ ରାଜନୀତି ପୁଣି ସରଗରମ ହୋଇପଡ଼ିଛି। 

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ସଜନାଗଡ଼,୨୪।୪(ଡି.ଏନ୍‌.ଏ.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବୁଧବାର ବାଲେଶ୍ୱର ଜିଲା ନୀଳଗିରି ନିିର୍ବାଚନମଣ୍ଡଳୀ ବଣଭୂଇଁଠାରେ  ଏକ ବିଶାଳ ସମାବେଶରେ ଯୋଗଦେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ଦଶପଲ୍ଲା,୨୪।୪(ଡି.ଏନ୍‌.ଏ.): ମହାନଦୀ ବନ୍ୟପ୍ରାଣୀ ବାଣିଗୋଚ୍ଛା ରେଞ୍ଜ କୁଆଁରିଆ ଡ୍ୟାମ୍‌ସ୍ଥିତ କାର୍ଯ୍ୟାଳୟରୁ ମଙ୍ଗଳବାର ରାତିରେ ୪ଟି ବନ୍ଧୁକ ଚୋରି ହୋଇଛି। ମାଓବାଦୀମାନେ କାର୍ଯ୍ୟାଳୟର କବାଟ ଭାଙ୍ଗି ଅଫିସ ମଧ୍ୟରେ ପଶି ଭଙ୍ଗାରୁଜା କରିବା ସହ ବନ୍ଧୁକଗୁଡ଼ିକୁ ଚୋରି କରିଥିବା ଜଣାପଡ଼ିଛି। 

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଅଫିସ,୨୪।୪: ଭୁବନେଶ୍ୱର ଲୋକ ସଭା ଅଧୀନରେ ଥିବା ଖୋର୍ଦ୍ଧା ଜିଲାର  ୭ଟି ବିଧାନସଭା ଆସନ ଓ ପୁରୀ ଲୋକ ସଭା ଅଧୀନରେ ଥିବା ଚିଲିକା ବିଧାନସଭା ଆସନ ପାଇଁ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri