ରାଜ୍ୟ | ବାଲେଶ୍ୱର

ବଳାଙ୍ଗୀ ମହୋତ୍ସବ ଉଦ୍‌ଘାଟିତ: ୧୭ ବର୍ଷ ଧରି ସାଂସ୍କୃତିକ ଆନ୍ଦୋଳନର ରୂପ ନେଇଛି

ବଳାଙ୍ଗୀ ମହୋତ୍ସବ ଉଦ୍‌ଘାଟିତ: ୧୭ ବର୍ଷ ଧରି ସାଂସ୍କୃତିକ ଆନ୍ଦୋଳନର ରୂପ ନେଇଛି

ବାରିପଦା ଅଫିସ,୧୫ା୪-  ମୟୂରଭଞ୍ଜ ଜିଲା ବାରିପଦା ସହର ନିକଟସ୍ଥ ବୁଢାବଳଙ୍ଗ, ଚିପଟ ଓ ଇଟାଯୋଡି ନଦୀର ସଂଗମ ସ୍ଥଳର ମନୋରମ ପରିବେଶରେ  ୧୭ ତମ ରାଜ୍ୟ ସ୍ତରୀୟ ବଳାଙ୍ଗୀ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ବାବା ବୁଢାରାଉଳ ମଠ ନିକଟରେ ଆୟୋଜିତ ଏହି  ମହୋତ୍ସବରେ  କମିଟିର କାର୍ଯ୍ୟକାରୀ ସଭାପତି ଜ୍ଞାନରଞ୍ଜନ ତ୍ରିପାଠୀ  ସଭାପତିତ୍ୱ କରିଥିଲେ।  ବିଶିଷ୍ଟ ସମାଜସେବୀ ତଥା ସଂଗଠକ କମଳେନ୍ଦୁଲାଲ ମହାନ୍ତି ମୁଖ୍ୟଅତିଥି , ରୋଟାରୀ କ୍ଲବର ସଭାପତି ସାହିତି୍ୟକ ଇଂ ମନୋଜ କୁମାର ଦଳବେହେରା, ଖବରଦାତା ଡ. ବିଜୟ କୁମାର ଅଗ୍ରୱାଲା, ସାଇ ବିଦ୍ୟାମନ୍ଦିରର ନିର୍ଦ୍ଦେଶକ ସମାଜସେବୀ ପ୍ରଭଞ୍ଜନ ରାଉତ, ପ୍ରାଧ୍ୟାପକ ସୁନୀଲ କୁମାର ଜେନା, ସାହିତି୍ୟକ କମଳାକାନ୍ତ ପ୍ରହରାଜ, ମିଡିଆ କ୍ରିଏଶନର ନିର୍ଦ୍ଦେଶକ ବଳରାମ ବେହେରା ପ୍ରମୁଖ ସମ୍ମାନନୀୟ  ଅତିଥି ଭାବେ  ଯୋଗଦେଇଥିଲେ।   

ସଂସ୍କୃତି ଓ ପରମ୍ପରା ସାମାଜିକ ଜୀବନରେ ଭାଇଚାରାର ବନ୍ଧନକୁ ମଜଭୁତ କରିଆସିଛି। ବଳାଙ୍ଗୀ ମହୋତ୍ସବ ଦୀର୍ଘ ୧୭ ବର୍ଷ ଧରି ଏହି ବାର୍ତ୍ତା ପ୍ରଚାର କରିବା ସହ ସଂସ୍କୃତି ଓ ପରମ୍ପରାର ଗୌରବମୟ ଐତିହ୍ୟକୁ  ବଜାୟ ରଖି ଆସିଛି।  ଅତିଥି ଓ ବକ୍ତାମାନେ ପରମ୍ପରା ଓ ସଂସ୍କୃତିର ବିଭିନ୍ନ ଦିଗ ଉପରେ ଆଲୋକପାତ କରିବା ଅବସରରେ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଓ ଆୟୋଜକଙ୍କ ଉଦ୍ୟମକୁ  ସାଧୁବାଦ ଜଣାଇଥିଲେ।

ବଳାଙ୍ଗୀ ମହୋତ୍ସବର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକ ବାର୍ଷିକ ବିବରଣୀ ପାଠ କରିଥିଲେ।  ବଳାଙ୍ଗୀ ମହୋତ୍ସବ  ଜିଲ୍ଲାରେ ଏକ ସାଂସ୍କୃତିକ ଆନ୍ଦୋଳନର ସୂତ୍ରପାତ କରିଛି ବୋଲି କହିବା ସହିତ ପୂର୍ବରୁ  ସାଂସ୍କୃତିକ ଜାଗରଣ ଯାତ୍ରା,  ମହାରାଜା ଶ୍ରୀରାମଚନ୍ଦ୍ର ଜ୍ୟୋତି ରଥର  ଜିଲା ପରିକ୍ରମା ଓ ପ୍ରତିଭା ଅନ୍ବେଷଣ ଅଡିସନ ଆଦି କାର୍ଯ୍ୟକ୍ରମ କରାଯାଇ ଆସୁଥିବା ସେ ସୂଚନା ଦେଇଥିଲେ। ଏହି ମହୋତ୍ସବକୁ ଏକ ସାଂସ୍କୃତିକ ଆନ୍ଦୋଳନରେ ପରିଣତ କରିବାରେ ବଳାଙ୍ଗୀ ସେନାର କାର୍ଯ୍ୟଧାରାକୁ ସେ ପ୍ରଶଂସା କରିଥିଲେ।ଖ୍ୟାତନାମା ଶିକ୍ଷକ ଡଃ ଶଶିଧର ବିଶ୍ୱାଳ ମଞ୍ଚ ପରିଚାଳନା କରିଥଲେ।  ସାହିତି୍ୟକ ଗୋପାଳ ଚନ୍ଦ୍ର ସାଓ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ମୟୂରଭଞ୍ଜର ପ୍ରସିଦ୍ଧ ଛଉନୃତ୍ୟ, ଆଦିବାସୀ ନୃତ୍ୟ, ପରିବେରେ କରାଯାଇଥିଲା। ଏଥିସହିତ ସମୋତ୍ସବରେ ସାମିଲ ବିଭିନ୍ନ ସାଂସ୍କୃତିକ ଦଳର ନୃତ୍ୟ,  ବାଦ୍ୟ ଆଦି କାର୍ଯ୍ୟକ୍ରମ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା ା ଇଂ ପଦ୍ମନାଭ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବଳାଙ୍ଗୀ ମହୋତ୍ସବ କମିଟିର କାର୍ଯ୍ୟକାରୀ ସମ୍ପାଦକ ଦୀପକ କୁମାର ନାୟକଙ୍କ ନେତୃତ୍ୱରେ ବଳାଙ୍ଗୀ ସେନାର ସଭାପତି କୁମାରେଶ ନାୟକ, ସମ୍ପାଦକ ମିଥୁନ ବାରିକ, ସଂସ୍କୃତି ସୈନିକ ସନତ ବାରିକ, ଦିଲ୍ଲିପ ପାତ୍ର, ରମାକାନ୍ତ ରାଉତ, ଲୋକେଶ୍ୱର ଭଞ୍ଜ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ।  

All Right Reserved By

ରାଜ୍ୟ | ବାଲେଶ୍ୱର

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ଢେଙ୍କାନାଳ ଅଫିସ,୨୪।୪-ଢେଙ୍କାନାଳ ଜିଲା ରାସୋଳ ଥାନା ଗଞ୍ଜରା ଗ୍ରାମରେ  ବୁଧବାର ଅପରାହ୍ନ୪ାରେ ଏକ ବାଇକ ଗଛରେ ଧକ୍କା ଦେବାରୁ ୨ ବାଇକ ଆରୋହୀଙ୍କ  ମୃତ୍ୟୁ ଘଟିଛି। 

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ବାଲିଗୁଡ଼ା,୨୪।୪: କନ୍ଧମାଳ ଲୋକ ସଭା ଓ ବାଲିଗୁଡା ବିଧାନସଭା ନିର୍ବାଚନ ଶାନ୍ତିଶୃଙ୍ଖଳା ସହ ସରିଥିବା ବେଳେ ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ ସିଲ୍‌ ହୋଇଛି। ପ୍ରାର୍ଥୀ, ବିଭିନ୍ନ ଦଳର ନେତା, କର୍ମୀ ଓ ଭୋଟରମାନଙ୍କ ମଧ୍ୟରେ ଉତ୍କଣ୍ଠl ବଢ଼ିଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

କେନ୍ଦୁଝର,୨୪ା୪(ସ୍ବ.ପ୍ର.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ଶେଷ ହୋଇଥିବା ବେଳେ କେନ୍ଦୁଝର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହାର ୭୮.୧୬ ପ୍ରତିଶତ ହୋଇଥିବା ଜଣାପଡିଛି ।

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ଭୁବନେଶ୍ୱର/ପାଟକୁରା,୨୪।୪(ବ୍ୟୁରୋ/ଡି.ଏନ୍‌.ଏ.): ନିର୍ବାଚନ ତାରିଖ ଘୋଷଣା ହେବା ପରେ ପାଟକୁରାରୁ କାହାକୁ ବିଜେଡି ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କ ନଜର। ତେବେ ଦିବଂଗତ ନେତା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପୁଅ ସଞ୍ଜୟ ଅଗ୍ରଓ୍ବାଲଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି  କୁହାଯାଉଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ରାଜ୍ୟରେ ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ। କିଛି ସ୍ଥାନରେ ଇଭିଏମ୍‌ ଭଙ୍ଗାରୁଜା ଓ ତ୍ରୁଟି ପରି ଘଟଣା ସାମ୍ନାକୁ ଆସିଥିଲେ ହେଁ ବାକି ସ୍ଥାନରେ ନିର୍ବାଚନ ଶାନ୍ତିପୂର୍ଣ୍ଣ ରହିଥିଲା। ତେବେ ଏହି ପର୍ଯ୍ୟାୟରେ ରାଜ୍ୟରେ ୭୧.୬୧% ମତଦାନ ହୋଇଛି।

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

 କେନ୍ଦ୍ରାପଡା ଅଫିସ,୨୪।୪: ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ମୃତ୍ୟୁର ୪ ଦିନ ପରେ ପୁଅ ସଞ୍ଜୟ କେନ୍ଦ୍ରାପଡା ଏମ୍‌ପି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କ ପାଇଁ ନିର୍ବାଚନୀ ପ୍ର୍ରଚାର କରିଥିବା ଜଣାପଡିଛି।

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ରେମୁଣା,୨୪।୪(ଡି.ଏନ୍‌.ଏ.): ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୯ରେ ଅନୁଷ୍ଠିତ ହେବ। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। 

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମାଜିଷ୍ଟ୍ରେଟ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ ପୁଣି ନିରାଶ ହେବାକୁ ପଡ଼ିଛି। ତାଙ୍କ ଜାମିନ ଆବେଦନର ଶୁଣାଣକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା ହେବା ପରେ ରାଜନୀତି ପୁଣି ସରଗରମ ହୋଇପଡ଼ିଛି। 

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ସଜନାଗଡ଼,୨୪।୪(ଡି.ଏନ୍‌.ଏ.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବୁଧବାର ବାଲେଶ୍ୱର ଜିଲା ନୀଳଗିରି ନିିର୍ବାଚନମଣ୍ଡଳୀ ବଣଭୂଇଁଠାରେ  ଏକ ବିଶାଳ ସମାବେଶରେ ଯୋଗଦେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ଦଶପଲ୍ଲା,୨୪।୪(ଡି.ଏନ୍‌.ଏ.): ମହାନଦୀ ବନ୍ୟପ୍ରାଣୀ ବାଣିଗୋଚ୍ଛା ରେଞ୍ଜ କୁଆଁରିଆ ଡ୍ୟାମ୍‌ସ୍ଥିତ କାର୍ଯ୍ୟାଳୟରୁ ମଙ୍ଗଳବାର ରାତିରେ ୪ଟି ବନ୍ଧୁକ ଚୋରି ହୋଇଛି। ମାଓବାଦୀମାନେ କାର୍ଯ୍ୟାଳୟର କବାଟ ଭାଙ୍ଗି ଅଫିସ ମଧ୍ୟରେ ପଶି ଭଙ୍ଗାରୁଜା କରିବା ସହ ବନ୍ଧୁକଗୁଡ଼ିକୁ ଚୋରି କରିଥିବା ଜଣାପଡ଼ିଛି। 

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଅଫିସ,୨୪।୪: ଭୁବନେଶ୍ୱର ଲୋକ ସଭା ଅଧୀନରେ ଥିବା ଖୋର୍ଦ୍ଧା ଜିଲାର  ୭ଟି ବିଧାନସଭା ଆସନ ଓ ପୁରୀ ଲୋକ ସଭା ଅଧୀନରେ ଥିବା ଚିଲିକା ବିଧାନସଭା ଆସନ ପାଇଁ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri