ରାଜ୍ୟ | ସମ୍ବଲପୁର

ସ୍ବଚ୍ଛତା, ସବୁଜିମା ଲାଗି ଚାଲିଛି ପ୍ରୟାସ

ସ୍ବଚ୍ଛତା, ସବୁଜିମା ଲାଗି ଚାଲିଛି ପ୍ରୟାସ

ନୂଆପଡା ଅଫିସ, ୧୬।୪-  ସରକାର  ସ୍ବଚ୍ଛତା ନାଁରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ସେ ସବୁ କୁଆଡେ ଲୋକ ଦେଖାଣିଆ ହୋଇ ରହିଯାଉଛି। ଗଣମାଧ୍ୟମରେ କେବଳ ଶିରୋନାମା ହେବା ଭିତରେ ସୀମିତ ରହୁଛି। କ୍ୟାମେରା ଆଗରେ ବିଭିନ୍ନ ଭଙ୍ଗୀରେ ଝାଡୁ ଧରି ସିନେ ତାରକା, ଅଧିକାରୀ, ମନ୍ତ୍ରୀ ନେତା ଛିଡା ହେଉଛନ୍ତି। ହେଲେ ନୂଆପଡା ଜିଲା ସଦର ମହକୁମାରେ ସ୍ବଚ୍ଛତା ସେବା ସଂଘ ନାଁରେ ଏକ ସ୍ବେଚ୍ଛାସେବୀମାନଙ୍କ ସଙ୍ଗଠନ ଛିଡା ହୋଇଛି। ସେମାନେ ବିନା ଖର୍ଚ୍ଚରେ ବର୍ଷବର୍ଷ ଧରି ସେବା କାମରେ ଲାଗିଛନ୍ତି। ଆବର୍ଜନା ଜାଗାକୁ ଟାର୍ଗେଟ କରି ସେଠାରେ ବିଭିନ୍ନ ଗଛ ଲଗାଇ ସବୁଜିମା କରୁଛନ୍ତି। ଏହା ସହ ବିଭିନ୍ନ ଜନହିତକାରୀ କାମରେ ନିୟୋଜିତ ହୋଇ ଅନ୍ୟପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି।

     ଜିଲା ସଦର ମହକୁମାର କେନ୍ଦ୍ରସ୍ଥଳରେ ରହିଛି ଜିଲା ମୁଖ୍ୟ ଚିକିତ୍ସାଳୟ। ଏଠାରେ ଦିନ ଥିଲା ଆବର୍ଜନା କୁଢକୁଢ ରହିଥିଲା।  ଏହାକୁ ନେଇ ବିଭିନ୍ନ ସଙ୍ଗଠନ ଭିନ୍ନଭିନ୍ନ ସମୟରେ ଆନ୍ଦୋଳନ ପ୍ରତିବାଦ କରିଥିଲେ। ପ୍ରଶାସନିକ ସ୍ତରରେ ଥରେ ଦ୍ୱିଥର ଲୋକ ଦେଖାଣିଆ ଭାବେ ସଫେଇ କରାଗଲା। ହେଲେ ଅବସ୍ଥା ଯଥା ପୂର୍ବଂ ତଥା ପରଂ ହୋଇ ରହିଲା। ଏହାକୁ ଦୃଷ୍ଟିରେ ରଖି ପୂର୍ବତନ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ଜିତେନ୍ଦ୍ର କୁମାର ରଏ ସ୍ଥାନୀୟ କେତେକ ସ୍ବେଚ୍ଛାସେବୀଙ୍କୁ ନେଇ ସଫେଇ ଆରମ୍ଭ କରିଥିଲେ। ଆଉଟଡୋର ନିକଟରେ ପ୍ରଥମେ ଏକ ବଗିଚା ଆରମ୍ଭ କରିଥିଲେ। ସେଠାରେ ମୋଟ ୧୨୦ବିଭିନ୍ନ ପ୍ରକାର ଗଛ ରୋପଣ କରିଥିଲେ। ବର୍ଷକ ତଳେ ରୋପଣ କରିଥିବା ମୂଲ୍ୟବାନ ଗଛସବୁ ବର୍ତ୍ତମାନ ବଢିବାରେ ଲାଗିଛି। ଏଥିରେ ସକାଳେ ସନ୍ଧ୍ୟାରେ ସ୍ବେଚ୍ଛାସେବୀମାନେ ଆସି ପାଣି ସିଞ୍ଚନ କରିଥାନ୍ତି। କୋଦାଳରେ ମାଟିହାଣିବା, ଅନାବନା ଘାସ କାଢିବା କାମରେ ନିୟୋଜିତ ହୋଇଥାନ୍ତି। ଏହାକୁ ହସ୍‌ପିଟାଲର ରୋଗୀମାନେ ଆସି ଦେଖିଥାନ୍ତି। ଏକ ଉଦ୍ୟାନ ଭାବରେ ଉପଭୋଗ କରିଥାନ୍ତି। ଏହା ରୋଗୀମାନଙ୍କ ମାନସିକ ଅବସାଦକୁ ଦୂର କରୁଛି ବୋଲି ରୋଗୀମାନେ କହିଛନ୍ତି। ଏହିଭଳି ଏହି ସଙ୍ଗଠନର କର୍ମକର୍ତ୍ତାମାନେ ହସ୍‌ପିଟାଲ କିମ୍ବା ଆଖପାଖ ଅଞ୍ଚଳରେ ଅଚିହ୍ନା ଲୋକଙ୍କ ମୃତ୍ୟୁ ଘଟୁଥିଲେ ତାଙ୍କୁ ଉଦ୍ଧାର କରି ସତ୍କାର କରିଥାନ୍ତି। ଏହି ସଙ୍ଗଠନର କର୍ମକର୍ତ୍ତା ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ବର୍ତ୍ତମାନ ଏଥିରେ ଅନ୍ୟମାନଙ୍କ ମଧ୍ୟରେ ହେମନ୍ତ କୁମାର ଯୋଷୀ, କାବୁଲି ଭଟ୍ଟ, ଦିଲୀପ ସଢେକ, ବାସୁଦେବ ମେହେର, ବଡକିଶୋର ଦୀପ, ଶ୍ରୀନିବାସ ନାଏକ ପ୍ରମୁଖ ସକ୍ରିୟ ସଦସ୍ୟ ରହିଛନ୍ତି।   

All Right Reserved By

ରାଜ୍ୟ | ସମ୍ବଲପୁର

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri