ରାଜ୍ୟ |

କଅଁଳ କାନ୍ଧରେ ବସ୍ତାନି ବୋଝ ଗାଇଡ୍‌ଲାଇନ ମାନୁନି ସ୍କୁଲ

କଅଁଳ କାନ୍ଧରେ ବସ୍ତାନି ବୋଝ  ଗାଇଡ୍‌ଲାଇନ ମାନୁନି ସ୍କୁଲ

କଟକ ଅଫିସ, ୧୬।୪- ସ୍କୁଲକୁ ଯାଉଥିବା କୋମଳମତି ପିଲାଙ୍କ କାନ୍ଧରୁ ବସ୍ତାନିର ବୋଝ ହାଲୁକା କରିବା ପାଇଁ ସରକାର ଯେଉଁ ଗାଇଡ୍‌ଲାଇନ ପ୍ରସ୍ତୁତ କରିଛନ୍ତି ତାହାକୁ ସ୍କୁଲଗୁଡ଼ିକ ମାନୁନାହାନ୍ତି। ପୂର୍ବବତଃ ବହି ବିକ୍ରି ଚାଲିଛି। ତେଣୁ ଏଥିପ୍ରତି ସ୍କୁଲଗୁଡ଼ିକ ସଚେତନ ନ ହେବା ଆଇନର ଉଲ୍ଲଂଘନ ବୋଲି ଆବେଦନକାରୀ ଆଡଭୋକେଟ କହ୍ନେୟାଲାଲ ଶର୍ମା ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ସୂଚନାଥାଉ କି, ପିଲାମାନଙ୍କର ବୟସ ଓ ଶରୀରର ଓଜନ ଅନୁଯାୟୀ ସେମାନଙ୍କ କାନ୍ଧରେ ଯାଉଥିବା ବସ୍ତାନିର ଓଜନ ଅଧିକ ହେଉଥିବା ନେଇ ଆବେଦନକାରୀ ଶର୍ମା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଶର୍ମା ଦର୍ଶାଇଥିଲେ ଯେ, ବୟସ ଅନୁଯାୟୀ ପାଠ୍ୟକ୍ରମ ପ୍ରସ୍ତୁତ କରାଯାଉନାହିଁ। ଫଳରେ ଓଜନିଆ ବ୍ୟାଗ କାନ୍ଧରେ ନେବା ଦ୍ୱାରା ପିଲାମାନେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ଏପରି କି କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୮ ଅକ୍ଟୋବର ମାସରେ ଏ ନେଇ ଏକ ଗାଇଡ୍‌ଲାଇନ ପ୍ରସ୍ତୁତ କରାଯାଇଥିଲେ ମଧ୍ୟ ଏହାକୁ ରାଜ୍ୟରେ ଅନୁପାଳନ କରାଯାଉ ନ ଥିବା ଶର୍ମା ଦର୍ଶାଇଥିଲେ। ଫଳରେ ହାଇକୋର୍ଟ ସରକାରଙ୍କଠାରୁ ଏ ସମ୍ପର୍କରେ ରିପୋର୍ଟ ମାଗିଥିଲେ। ପିଲାଙ୍କ କାନ୍ଧରୁ ବସ୍ତାନି ବୋଝ ହାଲୁକା କରିବା ପାଇଁ ଫେବୃୟାରୀ ୨ ତାରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଏଥିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତୁତ ଗାଇଡ୍‌ଲାଇନ ଉପରେ ଆଲୋଚନା ମଧ୍ୟ ହୋଇଥିଲା। ଏହି ଗାଇଡ୍‌ଲାଇନକୁ ଆଧାର କରି ରାଜ୍ୟ ସରକାର ଏକ ଗାଇଡ୍‌ଲାଇନ ପ୍ରସ୍ତୁତ କରିଥିବା ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଗତ ମାର୍ଚ୍ଚ ୧୧ ତାରିଖରେ ଅବଗତ କରାଇଥିଲେ। ସରକାରଙ୍କ ଜବାବ ଦାଖଲ ପରେ ଆବେଦନକାରୀ ଆଡଭୋକେଟ ଶର୍ମା ପ୍ରତିଜବାବ ଦାଖଲ ନିମନ୍ତେ ହାଇକୋର୍ଟଙ୍କୁ ସମୟ ମାଗିଥିଲେ। ତଦନୁଯାୟୀ ସୋମବାର ଆବେଦନକାରୀ ଶର୍ମା ସତ୍ୟପାଠ ଆକାରରେ ନିଜ ପ୍ରତି ଜବାବ ଦାଖଲ କରିଛନ୍ତି। ଆବେଦନକାରୀ ଶର୍ମା ନିଜେ ଏହି ମାମଲା ପରିଚାଳନା କରୁଛନ୍ତି। ଆସନ୍ତା ମେ’ ୧୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

All Right Reserved By

ରାଜ୍ୟ |

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri