ରାଜ୍ୟ |

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ପଦବୀ ମାମଲା ସମୟ ଲୋଡ଼ିଲେ ସରକାର

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ପଦବୀ ମାମଲା  ସମୟ ଲୋଡ଼ିଲେ ସରକାର

କଟକ ଅଫିସ, ୧୬।୪- ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆରସି) ଅଧ୍ୟକ୍ଷ ପଦବୀ ଖାଲି ପଡ଼ିବା ନେଇ ରୁଜୁ ହୋଇଥିବା ମାମଲାରେ ହାଇକୋର୍ଟଙ୍କୁ ସରକାର ସମୟ ମାଗିଛନ୍ତି। ଗ୍ରୀଷ୍ମ ଅବକାଶ ପରେ ଅର୍ଥାତ୍‌ ଜୁନ୍‌ ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ସୂଚନାଥାଉ କି, ଓଏଚ୍‌ଆରସି ଅଧ୍ୟକ୍ଷ ପଦବୀ ଦୀର୍ଘ ୬ ବର୍ଷ ହେବ ଫାଙ୍କା ପଡ଼ିଛି। ଏହାକୁ ନେଇ ଆଡଭୋକେଟ୍‌ ପ୍ରବୀର ଦାସ ଏବଂ ଶିବ ଶଙ୍କର ମହାନ୍ତି ଦୁଇଟି ପୃଥକ୍‌ ମାମଲା ରୁଜୁ କରିଥିଲେ। ଏହାର ଏକତ୍ର ଶୁଣାଣି ହାଇକୋର୍ଟରେ ଜାରି ରହିଛି। ସରକାରଙ୍କ ପକ୍ଷରୁ ସୋମବାର ଏ  ନେଇ ଏକ ସତ୍ୟପାଠ ଦାଖଲ କରାଯାଇଛି। ସତ୍ୟପାଠରେ ଦର୍ଶାଯାଇଛି ଯେ, ଗତ ଡିସେମ୍ବର ୨୨ ତାରିଖରେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁବୀର ଦାସଙ୍କୁ କମିଶନ ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ଜଷ୍ଟିସ ଦାସଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ସ୍ବୀକୃତି ଦେବା ନିମନ୍ତେ କମିଶନ ସଚିବ ସରକାରଙ୍କୁ ଅନୁରୋଧ କରିଛନ୍ତି। ଆଇନ ବିଭାଗ ନିକଟରେ ଏହା ବିଚାରାଧୀନ ଅଛି। ଅନ୍ୟପକ୍ଷରେ ସ୍ଥାୟୀ ଅଧ୍ୟକ୍ଷ ପଦବୀ ପୂରଣ ନିମନ୍ତେ ସରକାର କି ପଦକ୍ଷେପ ନେଇଛନ୍ତି ସେ ନେଇ ହାଇକୋର୍ଟ ଉତ୍ତର ମାଗିଥିଲେ। ତେବେ ବର୍ତ୍ତମାନ ନିର୍ବାଚନ ଚାଲିଥିବାରୁ ଏହାର ଉତ୍ତର ରଖିବାକୁ ସରକାରଙ୍କ ପକ୍ଷରୁ ସମୟ ଲୋଡାଯାଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌. ଝାବେରୀ ଓ ବିଚାରପତି ଜଷ୍ଟିସ କେ.ଆର୍‌. ମହାପାତ୍ରଙ୍କ ଖଣ୍ଡପୀଠରେ ମାମଲାର ଶୁଣାଣି କରାଯାଉଛି। ଆବେଦନକାରୀ ଆଡଭୋକେଟ ପ୍ରବୀର ଦାସ ନିଜେ ଏହି ମାମଲା ପରିଚାଳନା କରୁଛନ୍ତି।

All Right Reserved By

ରାଜ୍ୟ |

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri