ରାଜ୍ୟ |

ନବୀନଙ୍କ ସମ୍ପତ୍ତି ୬୩ କୋଟି, ସଂଗୀତାଙ୍କ ୩୭ କୋଟି

ନବୀନଙ୍କ ସମ୍ପତ୍ତି ୬୩ କୋଟି, ସଂଗୀତାଙ୍କ ୩୭ କୋଟି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ରାଜ୍ୟରେ ୫ଟି ଲୋକ ସଭା ଆସନ ଏବଂ ୩୫ଟି ବିଧାନସଭା ଆସନରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ  ଓ ସ୍ବାଧୀନ ଭାବେ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ୩୫ ବିଧାନସଭା ଆସନରେ ଲଢୁଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୮୪ ଜଣ ପ୍ରାର୍ଥୀଙ୍କ ନାମରେ ଫୌଜଦାରି ମାମଲା ରହିଥିବା ବେଳେ ୬୮ ଜଣଙ୍କ ନାମରେ ରହିଛି ସଙ୍ଗିନ୍‌ ଅପରାଧ।  ସେହିପରି ୫ଟି ଲୋକ ସଭା ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ୩୫ ଜଣଙ୍କ ମଧ୍ୟରୁ ୭ ଜଣଙ୍କ ନାମରେ ଫୌଜଦାରି ମାମଲା ରହିଥିବାବେଳେ ସେମାନଙ୍କ ମଧ୍ୟରୁ ୫ଜଣଙ୍କ ନାମରେ ରହିଛି ସଙ୍ଗିନ୍‌ ଆପରାଧିକ ମାମଲା। ଉକ୍ତ ପ୍ରାର୍ଥୀଙ୍କ ସତ୍ୟପାଠକୁ ଅନୁଶୀଳନ କରି ଓଡ଼ିଶା ଇଲେକ୍ସନ ଓ୍ବାଚ୍‌ ନାମକ ସଂସ୍ଥା ପକ୍ଷରୁ ଏଭଳି ତଥ୍ୟ ଦିଆଯାଇଛି। 

ସୋମବାର ସଂସ୍ଥା ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି ଯେ ବିଧାନସଭା ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିବା  ୮୪ ଜଣ ପ୍ରାର୍ଥୀଙ୍କ ନାମରେ ଫୌଜଦାରି ମାମଲା ରହିଥିବାବେଳେ ୬୮ ଜଣଙ୍କ ନାମରେ ସଙ୍ଗିନ୍‌ ଆପରାଧିକ ମାମଲା ରହିଛି।  ପ୍ରମୁଖ ରାଜନୈତିକ ଦଳ ଭାଜପାରେ ସର୍ବାଧିକ ୨୧ ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା ରହିଥିବାବେଳେ ସେମାନଙ୍କ ମଧ୍ୟରୁ ୧୮  ଜଣଙ୍କ ନାମରେ ଗୁରୁତର ଆପରାଧିକ ମାମଲା ରହିଛି। ସେହିପରି କଂଗ୍ରେସର ୧୭ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବାବେଳେ  ୧୦ ଜଣଙ୍କ ନାମରେ ସଙ୍ଗିନ୍‌ ଆପରାଧିକ ମାମଲା, ବିଜେଡିର ୧୩ ଜଣଙ୍କ ମଧ୍ୟରୁ ୧୧ ଜଣଙ୍କ ନାମରେ ଏବଂ ବହୁଜନ ସମାଜ ପାର୍ଟି(ବିଏସପି)ର ୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୪ ଜଣଙ୍କ ନାମରେ ରହିଛି ସାଂଘାତିକ ଆପରାଧିକ ମାମଲା। ସେହିପରି ୫ଟି ଲୋକ ସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୩୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୭ ଜଣଙ୍କ ନାମରେ ଫୌଜଦାରି ମାମଲା ଥିବା ସେମାନେ ସତ୍ୟପାଠରେ ଘୋଷଣା କରିଥିବାବେଳେ ୫ ଜଣଙ୍କ ନାମରେ ସଙ୍ଗିନ୍‌ ଆପରାଧିକ ମାମଲା ରହିଛି।

ଏପରିକି ଅନେକ ନେତା ଧନ ସମ୍ପତ୍ତି ଆହରଣ କରିବାରେ ମଧ୍ୟ ପଛରେ ନାହାନ୍ତି। ବିଧାନସଭା ଆସନ ପାଇଁ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୭୦ ଜଣଙ୍କ ସମ୍ପତ୍ତି ଏକାଧିକ କୋଟିି ଟଙ୍କା ହୋଇଥିବା ବେଳେ ଅନ୍ୟମାନଙ୍କର ସମ୍ପତ୍ତିର ହାରାହାରି ମୂଲ୍ୟ ୧.୯୩ କୋଟି ଟଙ୍କା ରହିଛି। ସତ୍ୟପାଠ ଦାଖଲ କରିଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୧୩ ଜଣ ପ୍ରାର୍ଥୀ ୫ କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବା ବେଳେ ୨୪ ଜଣ ୨ରୁ ୫ କୋଟି,  ୬୧ ଜଣ ୫୦ ଲକ୍ଷରୁ ୨ କୋଟି, ୬୧ ଜଣ ୧୦ ଲକ୍ଷରୁ ୫୦ ଲକ୍ଷ ଏବଂ ୮୨ ଜଣ ୧୦ ଲକ୍ଷରୁ କମ୍‌ ଟଙ୍କାର ମାଲିକ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାର୍ଥୀମାନଙ୍କ ମଧ୍ୟରେ ସବୁଠାରୁ ଧନୀ ହୋଇଥିବା ବେଳେ ଏମ୍‌ପି ପ୍ରାର୍ଥୀମାନଙ୍କ ମଧ୍ୟରେ ବଲାଙ୍ଗୀରର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ସବୁଠୁ ଧନୀ ପ୍ରାର୍ଥୀ। ନବୀନଙ୍କର ମୋଟ ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ୬୩ କୋଟି ଟଙ୍କା ହୋଇଥିବା ବେଳେ ସଂଗୀତାଙ୍କର ସମ୍ପତ୍ତି ମୂଲ୍ୟ ୩୭ କୋଟି।  ସେହିପରି ବିଧାନସଭା ପ୍ରାର୍ଥୀ ଭାବେ ଭାଜପା ପ୍ରାର୍ଥୀ କନକ ବର୍ଦ୍ଧନ ସିଂଦେଓଙ୍କ ସମ୍ପତ୍ତିର ମୂଲ୍ୟ ୩୭ କୋଟି ଟଙ୍କା ହୋଇଥିବା ବେଳେ କଂଗ୍ରେସ ଛାଡି ବିଜେଡିରେ ଯୋଗଦେଇ ଝାରସୁଗୁଡ଼ା ବିଧାନସଭା ଆସନରୁ ବିଜେଡି ଟିକେଟରେ ଲଢୁଥିବା  ନବ କିଶୋର ଦାସଙ୍କ ସମ୍ପତ୍ତିିର ମୂଲ୍ୟ ୩୩ କୋଟି ବୋଲି ସତ୍ୟପାଠରୁ ଜଣାପଡ଼ିଛି। ରାଜନୈତିକ ଦଳଗୁଡିକୁ ହିସାବକୁ ନେଲେ ବିଜେଡିରେ ସର୍ବାଧିକ ୬୦ ପ୍ରତିଶତ ପ୍ରାର୍ଥୀ କୋଟିପତି ହୋଇଥିବା ବେଳେ ଭାଜପା ୫୭ ପ୍ରତିଶତ ଏବଂ କଂଗ୍ରେସର ୪୧ ପ୍ରତିଶତ ପ୍ରାର୍ଥୀ କୋଟିପତି। 

 ବିଧାନସଭା ନିର୍ବାଚନ ମଇଦାନକୁ ଓହ୍ଲାଇଥିବା  ପ୍ରାର୍ଥୀଙ୍କ ମଧ୍ୟରୁ ଜଣେ ନିଜର ଶିକ୍ଷାଗତ ଯୋଗ୍ୟତା ଦର୍ଶାଇ ନ ଥିବା ବେଳେ ୪ ଜଣ ଖାଲି ନା ଦସ୍ତଖତ ଶିଖିଛନ୍ତି। ୧୧୧ ଜଣ ପଞ୍ଚମରୁ ଦ୍ୱାଦଶ ଶ୍ରେଣୀ ଯାଏ ପାଠ ପଢିଥିବା ବେଳେ ୧୨୧ ଜଣ ଗ୍ରାଜୁଏଟ ଓ ତା’ଠାରୁ ଅଧିକ ପାଠ ପଢିଛନ୍ତି। ସେହିପରି ପ୍ରାର୍ଥୀମାନଙ୍କର ବୟସକୁ ଯଦି ଦେଖାଯାଏ ତେବେ ଜଣେ ପ୍ରାର୍ଥୀ ତାଙ୍କର କେତେ ବୟସ ଦର୍ଶାଇ ନ ଥିବା ବେଳେ ୩୬ ଜଣଙ୍କର ବୟସ ୬୧ରୁ ୮୦, ୧୪୭ ଜଣଙ୍କର ୪୧ରୁ ୬୦ ଏବଂ ୫୭ ଜଣଙ୍କର ୨୫ରୁ ୪୦ ବର୍ଷ ଦର୍ଶାଇଛନ୍ତି।  ସମୁଦାୟ ପ୍ରାର୍ଥୀଙ୍କ ମଧ୍ୟରୁ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୫ ଜଣ ମହିଳା ପ୍ରାର୍ଥୀ ନିର୍ବାଚନକୁ ଓହ୍ଲାଇଛନ୍ତି। ସେହିପରି ଲୋକ ସଭା ଆସନ ପାଇଁ ନିର୍ବାଚନ ଲଢୁଥିବା ୧୧ ଜଣ ପ୍ରାର୍ଥୀଙ୍କର ସମ୍ପତ୍ତିର ମୂଲ୍ୟ ୧ କୋଟିରୁ ଅଧିକ। ବଲାଙ୍ଗୀର ଲୋକ ସଭା ଆସନରୁ ନିର୍ବାଚନ ଲଢୁଥିବା ରାଜ ପରିବାରର ଦୁଇ ପ୍ରାର୍ଥୀ ସଂଗୀତା କୁମାରୀ ସିଂଦେଓଙ୍କ ସମ୍ପତ୍ତି ମୂଲ୍ୟ ୩୭ କୋଟି ଟଙ୍କା ହୋଇଥିବା ବେଳେ କଳିକେଶ ନାରାୟଣ ସିଂଦେଓଙ୍କ ସମ୍ପତ୍ତିର ମୂଲ୍ୟ ୨୦ କୋଟି ଏବଂ ବରଗଡ଼ ଲୋକ ସଭା ଆସନରୁ ବିଜେଡି ପ୍ରାର୍ଥୀ ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କ ସମ୍ପତ୍ତିର ମୂଲ୍ୟ ୯କୋଟି ଟଙ୍କା ରହିଛି।


All Right Reserved By

ରାଜ୍ୟ |

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ଢେଙ୍କାନାଳ ଅଫିସ,୨୪।୪-ଢେଙ୍କାନାଳ ଜିଲା ରାସୋଳ ଥାନା ଗଞ୍ଜରା ଗ୍ରାମରେ  ବୁଧବାର ଅପରାହ୍ନ୪ାରେ ଏକ ବାଇକ ଗଛରେ ଧକ୍କା ଦେବାରୁ ୨ ବାଇକ ଆରୋହୀଙ୍କ  ମୃତ୍ୟୁ ଘଟିଛି। 

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ବାଲିଗୁଡ଼ା,୨୪।୪: କନ୍ଧମାଳ ଲୋକ ସଭା ଓ ବାଲିଗୁଡା ବିଧାନସଭା ନିର୍ବାଚନ ଶାନ୍ତିଶୃଙ୍ଖଳା ସହ ସରିଥିବା ବେଳେ ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ ସିଲ୍‌ ହୋଇଛି। ପ୍ରାର୍ଥୀ, ବିଭିନ୍ନ ଦଳର ନେତା, କର୍ମୀ ଓ ଭୋଟରମାନଙ୍କ ମଧ୍ୟରେ ଉତ୍କଣ୍ଠl ବଢ଼ିଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

କେନ୍ଦୁଝର,୨୪ା୪(ସ୍ବ.ପ୍ର.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ଶେଷ ହୋଇଥିବା ବେଳେ କେନ୍ଦୁଝର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହାର ୭୮.୧୬ ପ୍ରତିଶତ ହୋଇଥିବା ଜଣାପଡିଛି ।

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ଭୁବନେଶ୍ୱର/ପାଟକୁରା,୨୪।୪(ବ୍ୟୁରୋ/ଡି.ଏନ୍‌.ଏ.): ନିର୍ବାଚନ ତାରିଖ ଘୋଷଣା ହେବା ପରେ ପାଟକୁରାରୁ କାହାକୁ ବିଜେଡି ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କ ନଜର। ତେବେ ଦିବଂଗତ ନେତା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପୁଅ ସଞ୍ଜୟ ଅଗ୍ରଓ୍ବାଲଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି  କୁହାଯାଉଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ରାଜ୍ୟରେ ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ। କିଛି ସ୍ଥାନରେ ଇଭିଏମ୍‌ ଭଙ୍ଗାରୁଜା ଓ ତ୍ରୁଟି ପରି ଘଟଣା ସାମ୍ନାକୁ ଆସିଥିଲେ ହେଁ ବାକି ସ୍ଥାନରେ ନିର୍ବାଚନ ଶାନ୍ତିପୂର୍ଣ୍ଣ ରହିଥିଲା। ତେବେ ଏହି ପର୍ଯ୍ୟାୟରେ ରାଜ୍ୟରେ ୭୧.୬୧% ମତଦାନ ହୋଇଛି।

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

 କେନ୍ଦ୍ରାପଡା ଅଫିସ,୨୪।୪: ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ମୃତ୍ୟୁର ୪ ଦିନ ପରେ ପୁଅ ସଞ୍ଜୟ କେନ୍ଦ୍ରାପଡା ଏମ୍‌ପି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କ ପାଇଁ ନିର୍ବାଚନୀ ପ୍ର୍ରଚାର କରିଥିବା ଜଣାପଡିଛି।

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ରେମୁଣା,୨୪।୪(ଡି.ଏନ୍‌.ଏ.): ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୯ରେ ଅନୁଷ୍ଠିତ ହେବ। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। 

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମାଜିଷ୍ଟ୍ରେଟ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ ପୁଣି ନିରାଶ ହେବାକୁ ପଡ଼ିଛି। ତାଙ୍କ ଜାମିନ ଆବେଦନର ଶୁଣାଣକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା ହେବା ପରେ ରାଜନୀତି ପୁଣି ସରଗରମ ହୋଇପଡ଼ିଛି। 

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ସଜନାଗଡ଼,୨୪।୪(ଡି.ଏନ୍‌.ଏ.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବୁଧବାର ବାଲେଶ୍ୱର ଜିଲା ନୀଳଗିରି ନିିର୍ବାଚନମଣ୍ଡଳୀ ବଣଭୂଇଁଠାରେ  ଏକ ବିଶାଳ ସମାବେଶରେ ଯୋଗଦେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ଦଶପଲ୍ଲା,୨୪।୪(ଡି.ଏନ୍‌.ଏ.): ମହାନଦୀ ବନ୍ୟପ୍ରାଣୀ ବାଣିଗୋଚ୍ଛା ରେଞ୍ଜ କୁଆଁରିଆ ଡ୍ୟାମ୍‌ସ୍ଥିତ କାର୍ଯ୍ୟାଳୟରୁ ମଙ୍ଗଳବାର ରାତିରେ ୪ଟି ବନ୍ଧୁକ ଚୋରି ହୋଇଛି। ମାଓବାଦୀମାନେ କାର୍ଯ୍ୟାଳୟର କବାଟ ଭାଙ୍ଗି ଅଫିସ ମଧ୍ୟରେ ପଶି ଭଙ୍ଗାରୁଜା କରିବା ସହ ବନ୍ଧୁକଗୁଡ଼ିକୁ ଚୋରି କରିଥିବା ଜଣାପଡ଼ିଛି। 

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଅଫିସ,୨୪।୪: ଭୁବନେଶ୍ୱର ଲୋକ ସଭା ଅଧୀନରେ ଥିବା ଖୋର୍ଦ୍ଧା ଜିଲାର  ୭ଟି ବିଧାନସଭା ଆସନ ଓ ପୁରୀ ଲୋକ ସଭା ଅଧୀନରେ ଥିବା ଚିଲିକା ବିଧାନସଭା ଆସନ ପାଇଁ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri