ରାଜ୍ୟ |

ଭାଜପା ନେତାଙ୍କୁ ହତ୍ୟାର ପ୍ରତିବାଦ: ସିଇଓଙ୍କୁ ଫେରାଦ ହେଲା ଭାଜପା

ଭାଜପା ନେତାଙ୍କୁ ହତ୍ୟାର ପ୍ରତିବାଦ: ସିଇଓଙ୍କୁ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଶାସକ ଦଳର ପ୍ରାୟୋଜିତ ହିଂସା ରାଜ୍ୟରେ ଭୋଟରମାନଙ୍କ ମନରେ ଭୟର ବାତାବରଣ ସୃଷ୍ଟିକରିଛି। ଖୋର୍ଦ୍ଧା ବିଧାନସଭା ଆସନର ଭାଜପା ବିଧାୟକ ପ୍ରାର୍ଥୀ କାଳୁଚରଣ ଖଣ୍ଡେଇତରାୟଙ୍କୁ ମରଣାନ୍ତକ ଆକ୍ରମଣ ଉଦ୍ୟମ ଏବଂ ତାଙ୍କ ସମର୍ଥକ ତଥା ଭାଜପା ନେତା ମଙ୍ଗୁଳି ଜେନାଙ୍କୁ ଗୁଳିକରି ହତ୍ୟା ପରେ ବି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ବିଜେଡିର ଗୁଣ୍ଡାମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି। ପୂର୍ବରୁ ଏଭଳି ହିଂସା ସମ୍ପର୍କରେ ଭାଜପା ପକ୍ଷରୁ ଅନେକଥର ଅଭିଯୋଗ ହେଲା ପରେ ବି ସିଇଓ କାହିଁକି ଚୁପ୍‌ ବସିଛନ୍ତି। ଏହା ବିରୋଧରେ ସୋମବାର ଭାଜପା ରାଜ୍ୟ ଉପସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମୁହଁରେ କଳା ପଟି ବାନ୍ଧି ସିଇଓଙ୍କୁ ଭେଟିବା ସହ ଦାବିପତ୍ର ପ୍ରଦାନ କରିଥିଲେ। 

ଖୋର୍ଦ୍ଧାରେ ଭାଜପା ନେତା ମଙ୍ଗୁଳି ଜେନା ପାର୍ଟି ଅଫିସରୁ ଫେରୁଥିବାବେଳେ ବିଜୁ ଗୁଣ୍ଡାବାହିନୀ କାର୍ଯ୍ୟକର୍ତ୍ତାମାନେ ରବିବାର ରାତିରେ ଗୁଳି କରି ହତ୍ୟା କରିଛନ୍ତି। ସିଇଓଙ୍କ ନୀରବତା ଶାସକ ଦଳକୁ ଏବଂ ହିଂସାମତ୍କ ଆଚରଣ କରୁଥିବା ବ୍ୟକ୍ତିଙ୍କୁ ଶକ୍ତି ଯୋଗାଉଛି ବୋଲି ପ୍ରତିନିଧି ଦଳ ଅଭିଯୋଗ କରିଛି। ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ପରିଚାଳନା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡିଥିଲା। ବିଭିନ୍ନ ସ୍ଥାନରେ ବିଜେଡି ହାରିବା ଭୟରେ ବୁଥ୍‌ ରିଗିଂ, କ୍ୟାପ୍‌ଚରିଂ ସାଙ୍ଗକୁ ପୋଲିଂ ଏଜେଣ୍ଟମାନଙ୍କୁ ବୁଥ୍‌ ଭିତରେ ପ୍ରବେଶ କରାଇ ଦେଇ ନାହିଁ। କେତେକ ସ୍ଥାନରେ ବିଜୁ ଯୁବ ବାହିନୀର କର୍ମୀମାନେ ଭାଜପା ଏଜେଣ୍ଟମାନଙ୍କୁ ଭୟଭୀତ କରାଇଛନ୍ତି। ଶାସକ ଦଳର ଗୁଣ୍ଡା ଏବଂ ସରକାରୀ କଳର ଅପବ୍ୟବହାର କରି ବିଜେଡି ନିର୍ବାଚନକୁ ନିଜ ଅଧୀନରେ ରଖିବାକୁ ପ୍ରୟାସ କରିଛି। ଘସିପୁରାରେ ଭାଜପାର ଜଣେ କର୍ମକର୍ତ୍ତାଙ୍କୁ ହତ୍ୟା କରାଯାଇଥିଲା। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଦିନ ଭାଜପା ବିଧାୟକ ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନ ସାମନ୍ତରାୟଙ୍କୁ ଆକ୍ରମଣ କରାଯାଇଥିଲା। ଏଥିରେ କୌଣସି କାର୍ଯ୍ୟାନୁଷ୍ଠାନ ଏ ପର୍ଯ୍ୟନ୍ତ ଗ୍ରହଣ କରାଯାଇ ନାହିଁ ବୋଲି ପ୍ରତିନିଧି ଦଳ ଅଭିଯୋଗ କରିଛି। ନିର୍ବାଚନର ଠିକ୍‌ ପୂର୍ବରୁ ଏପରି ହତ୍ୟାକାଣ୍ଡ ଅତ୍ୟନ୍ତ ନିନ୍ଦନୀୟ। ଶାସକ ଦଳର ଗୁଣ୍ଡା ନିର୍ବାଚନ ପରିଚାଳନାରେ ବିଶୃଙ୍ଖଳା ସୃଷ୍ଟି କରିଥିବାବେଳେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା, ନିର୍ବାଚନକୁ ଅବାଧ, ନିରପେକ୍ଷ କରିବା, ରିଗିଂ ଏବଂ କ୍ୟାପ୍‌ଚରିଂ ହୋଇଥିବା ବୁଥ୍‌ଗୁଡିକରେ ପୁଣି ଭୋଟ କରିବା ନେଇ ପ୍ରତିନିଧି ଦଳ ଦାବି କରିଛି।

ଏହି ପ୍ରତିନିଧି ଦଳରେ ଥିଲେ  ରାଜ୍ୟ ଉପସଭାପତି ରମାରଞ୍ଜନ ବଳିଆରସିଂ, ଚିକିଟିର ଭାଜପା ବିଧାୟକ ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନସାମନ୍ତରାୟ, ରାଜ୍ୟ ନିର୍ବାଚନ ପ୍ରକୋଷ୍ଠ ସଂଯୋଜକ ଜୟନ୍ତ ଜେନା ଏବଂ ଆଇନଜୀବୀ ସତ୍ୟବ୍ରତ ନାୟକ ପ୍ରମୁଖ।

All Right Reserved By

ରାଜ୍ୟ |

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ଢେଙ୍କାନାଳ ଅଫିସ,୨୪।୪-ଢେଙ୍କାନାଳ ଜିଲା ରାସୋଳ ଥାନା ଗଞ୍ଜରା ଗ୍ରାମରେ  ବୁଧବାର ଅପରାହ୍ନ୪ାରେ ଏକ ବାଇକ ଗଛରେ ଧକ୍କା ଦେବାରୁ ୨ ବାଇକ ଆରୋହୀଙ୍କ  ମୃତ୍ୟୁ ଘଟିଛି। 

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ବାଲିଗୁଡ଼ା,୨୪।୪: କନ୍ଧମାଳ ଲୋକ ସଭା ଓ ବାଲିଗୁଡା ବିଧାନସଭା ନିର୍ବାଚନ ଶାନ୍ତିଶୃଙ୍ଖଳା ସହ ସରିଥିବା ବେଳେ ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ ସିଲ୍‌ ହୋଇଛି। ପ୍ରାର୍ଥୀ, ବିଭିନ୍ନ ଦଳର ନେତା, କର୍ମୀ ଓ ଭୋଟରମାନଙ୍କ ମଧ୍ୟରେ ଉତ୍କଣ୍ଠl ବଢ଼ିଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

କେନ୍ଦୁଝର,୨୪ା୪(ସ୍ବ.ପ୍ର.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ଶେଷ ହୋଇଥିବା ବେଳେ କେନ୍ଦୁଝର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହାର ୭୮.୧୬ ପ୍ରତିଶତ ହୋଇଥିବା ଜଣାପଡିଛି ।

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ଭୁବନେଶ୍ୱର/ପାଟକୁରା,୨୪।୪(ବ୍ୟୁରୋ/ଡି.ଏନ୍‌.ଏ.): ନିର୍ବାଚନ ତାରିଖ ଘୋଷଣା ହେବା ପରେ ପାଟକୁରାରୁ କାହାକୁ ବିଜେଡି ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କ ନଜର। ତେବେ ଦିବଂଗତ ନେତା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପୁଅ ସଞ୍ଜୟ ଅଗ୍ରଓ୍ବାଲଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି  କୁହାଯାଉଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ରାଜ୍ୟରେ ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ। କିଛି ସ୍ଥାନରେ ଇଭିଏମ୍‌ ଭଙ୍ଗାରୁଜା ଓ ତ୍ରୁଟି ପରି ଘଟଣା ସାମ୍ନାକୁ ଆସିଥିଲେ ହେଁ ବାକି ସ୍ଥାନରେ ନିର୍ବାଚନ ଶାନ୍ତିପୂର୍ଣ୍ଣ ରହିଥିଲା। ତେବେ ଏହି ପର୍ଯ୍ୟାୟରେ ରାଜ୍ୟରେ ୭୧.୬୧% ମତଦାନ ହୋଇଛି।

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

 କେନ୍ଦ୍ରାପଡା ଅଫିସ,୨୪।୪: ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ମୃତ୍ୟୁର ୪ ଦିନ ପରେ ପୁଅ ସଞ୍ଜୟ କେନ୍ଦ୍ରାପଡା ଏମ୍‌ପି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କ ପାଇଁ ନିର୍ବାଚନୀ ପ୍ର୍ରଚାର କରିଥିବା ଜଣାପଡିଛି।

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ରେମୁଣା,୨୪।୪(ଡି.ଏନ୍‌.ଏ.): ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୯ରେ ଅନୁଷ୍ଠିତ ହେବ। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। 

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମାଜିଷ୍ଟ୍ରେଟ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ ପୁଣି ନିରାଶ ହେବାକୁ ପଡ଼ିଛି। ତାଙ୍କ ଜାମିନ ଆବେଦନର ଶୁଣାଣକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା ହେବା ପରେ ରାଜନୀତି ପୁଣି ସରଗରମ ହୋଇପଡ଼ିଛି। 

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ସଜନାଗଡ଼,୨୪।୪(ଡି.ଏନ୍‌.ଏ.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବୁଧବାର ବାଲେଶ୍ୱର ଜିଲା ନୀଳଗିରି ନିିର୍ବାଚନମଣ୍ଡଳୀ ବଣଭୂଇଁଠାରେ  ଏକ ବିଶାଳ ସମାବେଶରେ ଯୋଗଦେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ଦଶପଲ୍ଲା,୨୪।୪(ଡି.ଏନ୍‌.ଏ.): ମହାନଦୀ ବନ୍ୟପ୍ରାଣୀ ବାଣିଗୋଚ୍ଛା ରେଞ୍ଜ କୁଆଁରିଆ ଡ୍ୟାମ୍‌ସ୍ଥିତ କାର୍ଯ୍ୟାଳୟରୁ ମଙ୍ଗଳବାର ରାତିରେ ୪ଟି ବନ୍ଧୁକ ଚୋରି ହୋଇଛି। ମାଓବାଦୀମାନେ କାର୍ଯ୍ୟାଳୟର କବାଟ ଭାଙ୍ଗି ଅଫିସ ମଧ୍ୟରେ ପଶି ଭଙ୍ଗାରୁଜା କରିବା ସହ ବନ୍ଧୁକଗୁଡ଼ିକୁ ଚୋରି କରିଥିବା ଜଣାପଡ଼ିଛି। 

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଅଫିସ,୨୪।୪: ଭୁବନେଶ୍ୱର ଲୋକ ସଭା ଅଧୀନରେ ଥିବା ଖୋର୍ଦ୍ଧା ଜିଲାର  ୭ଟି ବିଧାନସଭା ଆସନ ଓ ପୁରୀ ଲୋକ ସଭା ଅଧୀନରେ ଥିବା ଚିଲିକା ବିଧାନସଭା ଆସନ ପାଇଁ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri