ରାଜ୍ୟ | ସମ୍ବଲପୁର

ନିର୍ଣ୍ଣାୟକ ହୋଇପାରେ ଦଳ ବଦଳ ନେତାଙ୍କ ଭୂମିକା

ନିର୍ଣ୍ଣାୟକ  ହୋଇପାରେ ଦଳ ବଦଳ ନେତାଙ୍କ ଭୂମିକା

ବରଗଡ଼ ଅଫିସ,୧୬।୪: ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ଦଳଗୁଡ଼ିକ ବିଜୟର ଆଶା ନେଇ ପ୍ରଚାରକୁ ଜୋରଦାର କରିଛନ୍ତି। ଆସନ୍ତା ୧୮ ତାରିଖରେ ଭୋଟ। ୧୬ ତାରିଖ ସନ୍ଧ୍ୟାରେ ସରିଯିବ ପ୍ରଚାର। ପ୍ରାର୍ଥୀମାନେ ଏବେ ଘରକୁ ଘର ଯାଇ ଭୋଟ ଭିକ୍ଷା କରୁଛନ୍ତି।

କଂଗ୍ରେସ ନିର୍ବାଚନ ଇସ୍ତାହାର ଅନୁଯାୟୀ କୃଷିଋଣ ଛାଡ଼, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୨୬୦୦ ଟଙ୍କାକୁ ବୃଦ୍ଧି, ପ୍ରତ୍ୟେକ ପରିବାରର ଜଣକୁ ଚାକିରି, ଚାଷୀଙ୍କୁ ମାଗଣାରେ ସୋଲାର ପମ୍ପ ଆଦି ପ୍ରତିଶ୍ରୁତି ନେଇ ଭୋଟରଙ୍କ ପାଖରେ ପହଞ୍ଚୁଥିବା ବେଳେ ଭାଜପା ବିଭିନ୍ନ କେନ୍ଦ୍ରୀୟ ଯୋଜନା, ରାଜ୍ୟ ସରକାରଙ୍କ ବିଫଳତା, ବେକାରି, ଚାଷୀ ସମସ୍ୟା, ଜଳସେଚନକୁ ମୁଖ୍ୟ ପ୍ରସଙ୍ଗ କରିଛି। ରାଜ୍ୟ ସରକାରଙ୍କ ବହୁମୁଖୀ ଯୋଜନା, କୃଷି, ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟଜଳ, ରାସ୍ତାଘାଟ, ସେତୁ ନିର୍ମାଣ ସହ ବିଭିନ୍ନ ଗ୍ରାମକୁ ସଂଯୋଗ ଭଳି ଅନେକ ବିକାଶମୂଳକ କାର୍ଯ୍ୟକୁ ନେଇ ବିଜେଡି ନେତାମାନେ ଭୋଟରମାନଙ୍କ ପାଖରେ ପହଞ୍ଚୁ ଥିବା ଦେଖିବାକୁ ମିଳିଛି।

୨୦୦୯ରେ କଂଗ୍ରେସ ଏହି ଆସନକୁ ନିଜ ଦଖଲକୁ ନେଇଥିଲା। ମାତ୍ର ତତ୍କାଳୀନ କଂଗ୍ରେସ ପ୍ରାର୍ଥୀ ସାଧୁ ନେପାକଙ୍କ ସମେତ ଭାଜପା ଛାଡ଼ିଥିବା ସୁବାସ ଚୌହାନ, ଦେବବ୍ରତ ମିଶ୍ର ଏବଂ ସମର୍ଥକମାନେ ଏବେ ବିଜେଡିରେ ସାମିଲ ହୋଇଛନ୍ତି। ଏହାକୁ ନେଇ ବିଜେଡି ସଙ୍ଗଠନ ପୂର୍ବାପେକ୍ଷା ଅଧିକ ଶକ୍ତିଶାଳୀ ହୋଇଛି ବୋଲି ଦଳୀୟ ନେତାମାନେ କହିଛନ୍ତି। ମାତ୍ର ସେମାନେ ଦଳ ଛାଡ଼ିବା ପରେ ମଧ୍ୟ ଭାଜପା କିମ୍ବା କଂଗ୍ରେସ ନିଜକୁ ଦୁର୍ବଳ ମଣୁନାହାନ୍ତି। ହେଲେ ଦଳ ବଦଳ କରିଥିବା ସେହି ନେତାଙ୍କ ଭୂମିକା ଏଥର ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେଇପାରେ ବୋଲି ସାଧାରଣରେ ଆଲୋଚନା ହେଉଛି। ଭାଜପା ପ୍ରାର୍ଥୀ ଅଶ୍ୱିନୀ ଷଡ଼ଙ୍ଗୀ କୁହନ୍ତି, ଆମ ଦଳରେ କିଛି ଅନ୍ତର୍ଦ୍ୱନ୍ଦ୍ୱ ନାହିଁ। ଦଳ ଏବେ ସଙ୍ଗଠିତ ଅଛି। ଏହି ନିର୍ବାଚନମଣ୍ଡଳୀରେ ଭାଜପାର ଭୋଟ୍‌ ହାର ଯଥେଷ୍ଟ ପରିମାଣରେ ବଢ଼ିଛି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନହିତକାରୀ ଯୋଜନା ଯୋଗୁ ଏଥର ଦଳ ନିଶ୍ଚୟ ବିଜୟ ଲାଭ କରିବ। କଂଗ୍ରେସ ପ୍ରାର୍ଥୀ ନିପନ ଦାଶଙ୍କ ମତରେ କଂଗ୍ରେସ ନେତା ଓ କର୍ମୀଙ୍କ ମଧ୍ୟରେ ଆଦୌ କନ୍ଦଳ ନାହିଁ। ସମସ୍ତ କର୍ମୀ ଦଳ ପାଇଁ ଦିନରାତି ପରିଶ୍ରମ କରୁଛନ୍ତି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବହୁମୁଖୀ ଯୋଜନାର ଇସ୍ତାହାର ପ୍ରତି ଲୋକେ ଆକୃଷ୍ଟ ହେଉଛନ୍ତି। ସେଥିପାଇଁ ଏଠି ଦଳ ଜିତିବ ବୋଲି ସେ ଆଶାବାଦୀ ଥିବା କହିଛନ୍ତି। ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ବହୁମୁଖୀ ବିକାଶ ହୋଇଛି। ଲୋକେ ମଧ୍ୟ ନବୀନଙ୍କ ପ୍ରତି ଆସ୍ଥା ରଖି ଦଳକୁ ଶାସନର ସୁଯୋଗ ଦେଇ ଆସିଛନ୍ତି। ଏଥର ମଧ୍ୟ ଦଳ ବିଜୟ ଲାଭ କରିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଅପରପକ୍ଷରେ ଭୋଟର ଗାଈସୀମା ଗ୍ରାମର ଚୂଡ଼ାମଣି ପାଣ୍ଡେ କହିଛନ୍ତି, ତାଙ୍କ ଭୋଟ୍‌ ଦୁର୍ନୀତି, ଭ୍ରଷ୍ଟାଚାର ସରକାର ତଥା ପ୍ରାର୍ଥୀଙ୍କ ବିପକ୍ଷରେ ଯିବ। ଜଣେ ଭଲ ନେତାଙ୍କୁ ସେ ଭୋଟ ଦେବାକୁ ସ୍ଥିର କରିଛନ୍ତି। ବରଗଡ଼ର ସାମାଜିକ କର୍ମୀ ଶିବାନନ୍ଦ ମଟାରୀ କୁହନ୍ତି, ଯେଉଁ ପ୍ରାର୍ଥୀ ବରଗଡ଼ ଏବଂ ଦେଶର ବିକାଶ ପାଇଁ ଚିନ୍ତା କରୁଛନ୍ତି, ସେଭଳି ପ୍ରାର୍ଥୀଙ୍କ ସପକ୍ଷରେ ତୋଙ୍କ ଭୋଟ ଯିବ। ପାର୍ଟି ନୁହେଁ, ପ୍ରାର୍ଥୀ ଦେଖି ସେ ମତଦାନ କରିବେ। ଏଭଳି ସ୍ଥିତିରେ ଏଠାରେ ନିର୍ବାଚନୀ ପାଣିପାଗ ରୋଚକ ସ୍ଥିତିରେ ପହଞ୍ଚିଛି। ନେତା ଓ କର୍ମୀ ଦଳ ଅଦଳବଦଳ କରୁଥିଲେ ମଧ୍ୟ ଭୋଟର ସମ୍ପୂର୍ଣ୍ଣ ନୀରବ ରହିଛନ୍ତି। ବିଜୟ କାହା ସପକ୍ଷରେ ଯିବ ତାହା ନିର୍ବାଚନ ଫଳାଫଳରୁ ଜଣାପଡ଼ିବ ବୋଲି ରାଜନୈତିକ ସମୀକ୍ଷକମାନେ କହିଛନ୍ତି।        

ପ୍ରେମାନନ୍ଦ ଖମାରୀ

All Right Reserved By

ରାଜ୍ୟ | ସମ୍ବଲପୁର

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ବାହାଘରରେ ଯୋଗଦେଇ ଫେରୁଥିଲେ: ଗଛରେ ଧକ୍କା ଦେଲା ବାଇକ, ୨ ମୃତ

ଢେଙ୍କାନାଳ ଅଫିସ,୨୪।୪-ଢେଙ୍କାନାଳ ଜିଲା ରାସୋଳ ଥାନା ଗଞ୍ଜରା ଗ୍ରାମରେ  ବୁଧବାର ଅପରାହ୍ନ୪ାରେ ଏକ ବାଇକ ଗଛରେ ଧକ୍କା ଦେବାରୁ ୨ ବାଇକ ଆରୋହୀଙ୍କ  ମୃତ୍ୟୁ ଘଟିଛି। 

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ପୁଣି ଷ୍ଟ୍ରଙ୍ଗ ରୁମ ସିଲପାଇଁ ଦାବି କଲା ଭାଜପା: ସମସ୍ତ ଦଳ ଉପସ୍ଥିତିରେ ପୁଣି ହେଲା ସିଲ୍‌

ବାଲିଗୁଡ଼ା,୨୪।୪: କନ୍ଧମାଳ ଲୋକ ସଭା ଓ ବାଲିଗୁଡା ବିଧାନସଭା ନିର୍ବାଚନ ଶାନ୍ତିଶୃଙ୍ଖଳା ସହ ସରିଥିବା ବେଳେ ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ ସିଲ୍‌ ହୋଇଛି। ପ୍ରାର୍ଥୀ, ବିଭିନ୍ନ ଦଳର ନେତା, କର୍ମୀ ଓ ଭୋଟରମାନଙ୍କ ମଧ୍ୟରେ ଉତ୍କଣ୍ଠl ବଢ଼ିଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: କେନ୍ଦୁଝରରେ ମତସାବ୍ୟସ୍ଥ କଲେ ସର୍ବାଧିକ ମହିଳା ଭୋଟର

କେନ୍ଦୁଝର,୨୪ା୪(ସ୍ବ.ପ୍ର.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ମଙ୍ଗଳବାର ଶେଷ ହୋଇଥିବା ବେଳେ କେନ୍ଦୁଝର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହାର ୭୮.୧୬ ପ୍ରତିଶତ ହୋଇଥିବା ଜଣାପଡିଛି ।

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ଭୁବନେଶ୍ୱର/ପାଟକୁରା,୨୪।୪(ବ୍ୟୁରୋ/ଡି.ଏନ୍‌.ଏ.): ନିର୍ବାଚନ ତାରିଖ ଘୋଷଣା ହେବା ପରେ ପାଟକୁରାରୁ କାହାକୁ ବିଜେଡି ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କ ନଜର। ତେବେ ଦିବଂଗତ ନେତା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପୁଅ ସଞ୍ଜୟ ଅଗ୍ରଓ୍ବାଲଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି  କୁହାଯାଉଛି।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୭୧.୬୧% ମତଦାନ: ଭୁବନେଶ୍ୱରରେ ସର୍ବନିମ୍ନ, କେନ୍ଦୁଝରରେ ସର୍ବାଧିକ

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ରାଜ୍ୟରେ ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ। କିଛି ସ୍ଥାନରେ ଇଭିଏମ୍‌ ଭଙ୍ଗାରୁଜା ଓ ତ୍ରୁଟି ପରି ଘଟଣା ସାମ୍ନାକୁ ଆସିଥିଲେ ହେଁ ବାକି ସ୍ଥାନରେ ନିର୍ବାଚନ ଶାନ୍ତିପୂର୍ଣ୍ଣ ରହିଥିଲା। ତେବେ ଏହି ପର୍ଯ୍ୟାୟରେ ରାଜ୍ୟରେ ୭୧.୬୧% ମତଦାନ ହୋଇଛି।

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

ବାପାଙ୍କ ମୃତ୍ୟୁର ୪ ଦିନ ପରେ ଅନୁଭବଙ୍କ ପାଇଁ ପ୍ରଚାର କଲେ ପୁଅ

 କେନ୍ଦ୍ରାପଡା ଅଫିସ,୨୪।୪: ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ମୃତ୍ୟୁର ୪ ଦିନ ପରେ ପୁଅ ସଞ୍ଜୟ କେନ୍ଦ୍ରାପଡା ଏମ୍‌ପି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କ ପାଇଁ ନିର୍ବାଚନୀ ପ୍ର୍ରଚାର କରିଥିବା ଜଣାପଡିଛି।

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବହୁମତ ପାଇଲାଣି ବିଜେଡି; ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ: ମୁଖ୍ୟମନ୍ତ୍ରୀ

ରେମୁଣା,୨୪।୪(ଡି.ଏନ୍‌.ଏ.): ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୯ରେ ଅନୁଷ୍ଠିତ ହେବ। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। 

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମାଜିଷ୍ଟ୍ରେଟ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ ପୁଣି ନିରାଶ ହେବାକୁ ପଡ଼ିଛି। ତାଙ୍କ ଜାମିନ ଆବେଦନର ଶୁଣାଣକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା ହେବା ପରେ ରାଜନୀତି ପୁଣି ସରଗରମ ହୋଇପଡ଼ିଛି। 

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ସଜନାଗଡ଼,୨୪।୪(ଡି.ଏନ୍‌.ଏ.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବୁଧବାର ବାଲେଶ୍ୱର ଜିଲା ନୀଳଗିରି ନିିର୍ବାଚନମଣ୍ଡଳୀ ବଣଭୂଇଁଠାରେ  ଏକ ବିଶାଳ ସମାବେଶରେ ଯୋଗଦେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି।

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ଦଶପଲ୍ଲା,୨୪।୪(ଡି.ଏନ୍‌.ଏ.): ମହାନଦୀ ବନ୍ୟପ୍ରାଣୀ ବାଣିଗୋଚ୍ଛା ରେଞ୍ଜ କୁଆଁରିଆ ଡ୍ୟାମ୍‌ସ୍ଥିତ କାର୍ଯ୍ୟାଳୟରୁ ମଙ୍ଗଳବାର ରାତିରେ ୪ଟି ବନ୍ଧୁକ ଚୋରି ହୋଇଛି। ମାଓବାଦୀମାନେ କାର୍ଯ୍ୟାଳୟର କବାଟ ଭାଙ୍ଗି ଅଫିସ ମଧ୍ୟରେ ପଶି ଭଙ୍ଗାରୁଜା କରିବା ସହ ବନ୍ଧୁକଗୁଡ଼ିକୁ ଚୋରି କରିଥିବା ଜଣାପଡ଼ିଛି। 

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଅଫିସ,୨୪।୪: ଭୁବନେଶ୍ୱର ଲୋକ ସଭା ଅଧୀନରେ ଥିବା ଖୋର୍ଦ୍ଧା ଜିଲାର  ୭ଟି ବିଧାନସଭା ଆସନ ଓ ପୁରୀ ଲୋକ ସଭା ଅଧୀନରେ ଥିବା ଚିଲିକା ବିଧାନସଭା ଆସନ ପାଇଁ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri