ରାଜ୍ୟ | ଅନଗୁଳ-ଢେଙ୍କାନାଳ

ମାଧପୁର ଅଞ୍ଚଳରେ ଭାଜପାର ମିଶ୍ରଣ ପର୍ବ, କଂଗ୍ରେସର ପ୍ରଚାର

ମାଧପୁର ଅଞ୍ଚଳରେ ଭାଜପାର ମିଶ୍ରଣ ପର୍ବ, କଂଗ୍ରେସର ପ୍ରଚାର

ମାଧପୁର,୧୬।୪(ଡି.ଏନ୍‌.ଏ.): ଅନୁଗୋଳ ଜିଲା  ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ୯ ପଞ୍ଚାୟତରେ ମଙ୍ଗଳବାର ଭାଜପା ଓ କଂଗ୍ରେସ ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି। ମାଧପୁର ଜୋନ୍‌ରେ ଗତ ପଞ୍ଚାୟତ ନିର୍ବାଚନରେ ଅଳ୍ପ ବ୍ୟବଧାନରେ  ପରାଜିତ ହୋଇଥିବା ଭାଜପା  ଏଥର ଭୋଟ ବଢ଼େଇବା ଲକ୍ଷ୍ୟରେ ମଙ୍ଗଳବାର  ଦଳର ବିଧାୟକ ପ୍ରାର୍ଥୀ ଭାଗୀରଥି ପ୍ରଧାନ ଗାଁ ଗାଁ ରେ ମାରାଥନ ପ୍ରଚାର କରିଛନ୍ତି।  ମାନତ୍ରୀ, ଟୁସର, କୁଦଗାଓଁ, କିଆକଟା ଆଦି ପଞ୍ଚାାୟତରେ ଘର ଘର ବୁଲି  ଭୋଟ ଭିକ୍ଷା କରିଛନ୍ତି। ଏହା ସହିତ ଟୁସର ପଞ୍ଚାୟତରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛିା ଏଥିରେ ଗତ ପଞ୍ଚାୟତ ନିର୍ବାଚନର ସରପଞ୍ଚ ପ୍ରାର୍ଥୀ ଇନ୍ଦୁଲତା ପ୍ରଧାନ ତାଙ୍କର ବହୁ ସମର୍ଥକଙ୍କ ସହିତ ଦଳରେ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ଦଳର ରାଜ୍ୟ କୃଷକମୋର୍ଚ୍ଚା  କାର୍ଯ୍ୟକାରିଣୀ ସଦସ୍ୟ  ଅଜିତ ପ୍ରଧାନ, ଜିଲା ସମ୍ପାଦକ ଚିତ୍ତରଞ୍ଜନ ମେହେର, ଅମ୍ବିକା ଦେହୁରୀ, ପ୍ରମୋଦ ଦେହୁରୀ, ସୌମ୍ୟରଞ୍ଜନ ମହାନ୍ତି, ଅଲେଖ ଭୋଇ, ରମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ସେହିପରି  କଂଗ୍ରେସ ମଧ୍ୟ ଉକ୍ତ ଅଞ୍ଚଳର ସମସ୍ତ  ପଞ୍ଚାୟତରେ ଦଳର ଲୋକ ସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଏବଂ ବିଧାନସଭା ପ୍ରାର୍ଥୀ ବିଜୟାନନ୍ଦ ଚାଉଳିଆ କିଆକଟାରୁ ଏକ ମୋଟର ସାଇକେଲ ଶୋଭାଯାତ୍ରାରେ ବାହାରି  ୯ଟି ପଞ୍ଚାୟତ ପରିକ୍ରମା କରି ଭୋଟ ଭିକ୍ଷା କରିଛନ୍ତି।  କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ନେତା ସୁଶାନ୍ତ ହୋତା, ନିରଞ୍ଜନ ପାତ୍ର, ବଳ ସାହୁ, ସନ୍ତୋଷ ଧଳ, ପ୍ରମୁଖ ଉପସ୍ଥିତ ଥିଲେ ।

All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri