ରାଜ୍ୟ | ଉପକୂଳ ଓଡିଶା

ବିଜେଡି, ଭାଜପା କଡ଼ା ଟକ୍କର

ବିଜେଡି, ଭାଜପା କଡ଼ା ଟକ୍କର

ନୟାଗଡ଼ ଅଫିସ,୧୬।୪: ନୟାଗଡ଼ ଜିଲା ଦଶପଲ୍ଲା ନିର୍ବାଚନମଣ୍ଡଳୀରେ ଆସନ୍ତା ୧୮ତାରିଖରେ ନିର୍ବାଚନ ହେବ। ନୂଆଗାଁ ବ୍ଲକର ୨୨, ଦଶପଲ୍ଲା ବ୍ଲକର ୨୦, ଗଣିଆ ବ୍ଲକର ୮ ପଞ୍ଚାୟତ ଓ  ଦଶପଲ୍ଲା ଏନ୍‌ଏସିକୁ ନେଇ ଏହି ନିର୍ବାଚନମଣ୍ଡଳୀ ଗଠିତ। ନିର୍ବାଚନ ପାଇଁ ଉଭୟ ଭାଜପା ଓ ବିଜେଡି ହାଇଭୋଲଟେଜ୍‌ ପ୍ରଚାର ଚଳାଇଥିବାବେଳେ କଂଗ୍ରେସ ଏଥିରେ ପଛରେ ପଡ଼ିଯାଇଛି। ଭାଜପାର ନିର୍ବାଚନୀ ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଶପଲ୍ଲା ଲୋକଙ୍କୁ ବିଭିନ୍ନ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଶପଲ୍ଲା ଗାନ୍ଧୀ ମଇଦାନରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ। ଜଣେ ମହିଳାଙ୍କୁ ମିଶାଇ ୭ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ହେଲେ ବର୍ତ୍ତମାନର ସ୍ଥିତି ଦେଖିଲେ ବିଜେଡି ଓ ଭାଜପା ମଧ୍ୟରେ କଡା ଟକ୍କର ହେବା ଆଲୋଚନା ହେଉଛି। କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ପ୍ରଶାନ୍ତ କୁମାର ନାୟକଙ୍କ ଘର ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତରେ ହୋଇଥିବାରୁ ଏଠାରୁ ସେ କିଛି ଭୋଟ ପାଇପାରନ୍ତି। ସେହିଭଳି କଂଗ୍ରେସର ପାରମ୍ପରିକ ଭୋଟ ତାଙ୍କୁ ମିଳିପାରେ। ଦଶପଲ୍ଲା ବିଧାୟକ ପୂର୍ଣ୍ଣଚନ୍ଦ୍ର ନାୟକଙ୍କୁ ବିଜେଡି ଟିକେଟ ନ ଦେବାରୁ ସେ ଭାଜପାରେ ମିଶି ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ନିଜ ଜାତିର ପାଖାପାଖି ୩୦ ହଜାର ଭୋଟ ଉପରେ ସେ ଭରସା ରଖିଛନ୍ତି। ଗତଥର ଭାଜପା ତୃତୀୟ ସ୍ଥାନରେ ଥିଲା। ବର୍ତ୍ତମାନ ସବୁଠି ପରିବର୍ତ୍ତନର ସ୍ବର ଶୁଭୁଥିବାରୁ ପୂର୍ଣ୍ଣଚନ୍ଦ୍ର ବିଜୟୀ ହେବା ଆଶା ରଖିଛନ୍ତି। ଅନ୍ୟପକ୍ଷେ ସରକାରୀ ଚାକିରି ଛାଡ଼ି ରାଜନୀତିରେ ପାଦ ରଖିଥିବା ରମେଶ ଚନ୍ଦ୍ର ବେହେରା ବିଜେଡିରୁ ପ୍ରାର୍ଥୀ ହୋଇଥିବା ବେଳେ ଦଳୀୟ ହାଓ୍ବା ଯୋଗୁ ସେ ଜିତିବା ପାଇଁ ଆଶା ବାନ୍ଧିଛନ୍ତି। ରମେଶ ଦଶପଲ୍ଲାର ବିଜେଡି ନେତାମାନଙ୍କୁ ଏକାଠି କରି ନିର୍ବାଚନ ବୈତରଣୀ ପାର ହେବାକୁ ଚେଷ୍ଟା କରୁଛନ୍ତି। ବିଭିନ୍ନ ଗ୍ରାମକୁ ଯାଇ ନବୀନ ପଟ୍ଟନାୟକଙ୍କ ଜନହିତକର ଯୋଜନା ବିଷୟରେ କହୁଛନ୍ତି। 

   ୧୦ବର୍ଷ ହେଲା ବିଜେଡି ଗଡ଼ ଭାବେ ପରିଗଣିତ ଦଶପଲ୍ଲା ନିର୍ବାଚନମଣ୍ଡଳୀ ଏଥର ଗଡ଼ ରକ୍ଷା କରିପାରିବ ନା ଏହା ଭାଜପା ଅକ୍ତିଆରକୁ ଚାଲିଯିବ ତାହାକୁ ନେଇ ଆଲୋଚନା ଓ ପର୍ଯ୍ୟାଲୋଚନା ଚାଲିଛି। ସରିଗଣ୍ଡା ପଞ୍ଚାୟତ ବଡ଼କାମେଟି ଗ୍ରାମର ସାରଥି କଅଁରଙ୍କ କହିବା କଥା, ପ୍ରତିଥର ଆମେ ଭୋଟ ଦେଉଛୁ, ହେଲେ ଗ୍ରାମରେ କୋଠ ଘରଟିଏ ହୋଇପାରିନାହିଁ। ଭୋଗବାଡ଼ି ପଞ୍ଚାୟତ ଟାଙ୍ଗିସାହର କେତେଜଣ ଲୋକଙ୍କ କହିବା କଥା, ବର୍ତ୍ତମାନ ଗ୍ରାମରେ ପରିବର୍ତ୍ତନର ସ୍ବର ଶୁଭୁଛି। ଗ୍ରାମରେ ୨୨ ପରିବାର ଥିବାବେଳେ ମାତ୍ର ୨ ପରିବାରଙ୍କୁ କାଳିଆ ଯୋଜନାରେ ଟଙ୍କା ମିଳିଛି। ସେହିଭଳି ଗ୍ରାମରେ ଅଙ୍ଗନୱାଡ଼ି କେନ୍ଦ୍ରଟିଏ ମଧ୍ୟ ନାହିଁ। ବିଭିନ୍ନ ପ୍ରସଙ୍ଗ ଉଠାଉଥିବା ବେଳେ ପ୍ରାର୍ଥୀମାନେ ଏହା ସମାଧାନ କରିବାକୁ ପ୍ରତିଶ୍ରୁତି ଦିଅନ୍ତି, ହେଲେ ନିର୍ବାଚନ ପରେ ସବୁ ଭୁଲିଯାଉଥିବା କହନ୍ତି ଭୋଟରମାନେ। ରଞ୍ଜନ କୁମାର ପ୍ରଧାନ

All Right Reserved By

ରାଜ୍ୟ | ଉପକୂଳ ଓଡିଶା

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri