ରାଜ୍ୟ | ସମ୍ବଲପୁର

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର  ରେମେଡ୍‌ ଛକ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ମୋଦି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ବିରୋଧୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ, ଭ୍ରଷ୍ଟାଚାର ବିରୋଧୀ ନୀତି ଦେଖି ମୋତେ ତଡ଼ିବାକୁ ବସିଛନ୍ତି। ସ୍ବାଧୀନତାର ଏତେ ବର୍ଷ ପରେ ବି ଓଡ଼ିଶା ଲୋକେ ଗରିବ ରହିଛନ୍ତି। ଏଠାରେ ମହାନଦୀ, ହୀରାକୁଦ ପରିି ଜଳ ସମ୍ପଦ ରହିଛି। ତେବେ ଧାନକୁ ରୋଗରୁ ମୁକ୍ତ ପାଇଁ ରାଜ୍ୟ ବ୍ୟବସ୍ଥା କରି ନାହିଁ। ଏମ୍‌ଏସ୍‌ପି ବଢ଼ାଯାଇଛି। ସେ ଲାଭ ରାଜ୍ୟ ଚାଷୀଙ୍କୁ ଦେଉ ନାହିଁ। ଏଠାରେ କିଷାନରେ ଚାଷୀମାନେ ଲାଭ ପାଉ ନାହାନ୍ତି। ଆହୁରି ମଧ୍ୟ େମୋଦି କହିଛନ୍ତି, ଓଡ଼ିଶାରେ ବି ଭାଜପା ସରକାର ହେବା ଜଣାପଡ଼ିଯାଇଛି। ଆମ ଦେଶରେ ପ୍ରାକୃତିକ ସମ୍ପଦର ଅଭାବ ନାହିଁ। ତାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରିବାର ଅଭାବ ରହିଥିଲା। ଦିଲ୍ଲୀକୁ ଆସୁଥିବା ଟଙ୍କା ଲୋକଙ୍କ ପାଖରେ ଠିକ୍‌ ଭାବେ ପହଞ୍ଚୁ ନ ଥିଲା। ଦିଲ୍ଲୀରୁ ୧ ଟଙ୍କା ଆସିଲେ ୮୫ ପଇସା ଦଲାଲ ନେଇଯାଉଥିଲା।  ସ୍ବାଧୀନତା ପରଠାରୁ ଏ ଭ୍ରଷ୍ଟାଚାର ଚାଲିଥିଲା, କେହି ରୋକୁ ନ ଥିଲେ। ମୋଦି ଆସିବା ପରେ ଏ ଭ୍ରଷ୍ଟାଚାର ବନ୍ଦ ହୋଇଯାଇଛି। ଦିଲ୍ଲୀରୁ ୧ ଟଙ୍କା ଆସିଲେ, ସବୁ ଟଙ୍କା ଲୋକଙ୍କ ପାଇଁ ଖର୍ଚ୍ଚ ହେଉଛି ବୋଲି ମୋଦି କହିଛନ୍ତି। ପୁଣି ମୋଦି ସରକାର ଆସିଲେ ଚାଷୀଙ୍କ ଖାତାକୁ ସିଧା ଟଙ୍କା ଯିବ। କୌଣସି ଦଲାଲ ଚାଷୀଙ୍କ ଟଙ୍କାରେ ହାତ ମାରିପାରିବେ ନାହିଁ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି ଯେ, ଯାହାର କେବଳ ପିସିରେ ମନ, ତାଙ୍କର ଆପଣମାନଙ୍କ କଥା କେମିତି ମନେ ପଡିବ। ଚିଟଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମେତି ଆପଣଙ୍କ କଥା ବୁଝିବେ ବୋଲି ମୋଦି କହିଛନ୍ତି।


All Right Reserved By

ରାଜ୍ୟ | ସମ୍ବଲପୁର

 କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

କ୍ଷମତାକୁ ଆସିଲେ ଏସ୍‌ଏଚଜି ଋଣ ଛାଡ଼: ଧର୍ମେନ୍ଦ୍ର

ବଇଣ୍ଡା,୧୯।୪(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ଠାରେ ଶୁକ୍ରବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ଯାତ୍ରା  ଅନୁଷ୍ଠିତ ହୋଇଛି। 

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ ତହସିଲର ବିଭିନ୍ନ ସମସ୍ୟା ସମାଧାନ ଦାବି : ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହେଲା ଓକିଲ ସଂଘ

ଜୁନାଗଡ,୧୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ତହସିଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମାଧାନ କରିବା ପାଇଁ ଶୁକ୍ରବାର ଜୁନାଗଡ ଓକିଲ ସଂଘ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କଠାରେ ଫେରାଦ ହୋଇଛନ୍ତି। 

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଅବକାରୀ ମୋବାଇଲ ସ୍କ୍ବାଡ୍‌, ପୋଲିସର ମିଳିତ ଚଢାଉ: ୭ ଗିରଫ

ଭୋଗରାଇ,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଭିନ୍ନ ସ୍ଥାନରୁ ଶୁକ୍ରବାର ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ଓ ପୋଲିସ ଫୋର୍ସ ଅଚାନକ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିବା ସହିତ ୭ଜଣ ଚୋରା ମଦ ବିକ୍ରେତାଙ୍କୁ ଗିରଫ କରିଛନ୍ତି। 

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

‘ଜିତିଲେ ୩ ବର୍ଷ ମଧ୍ୟରେ ହେବ ବିକାଶ’

ପଦ୍ମପୁର, ୧୯।୪ (ଡି.ଏନ.ଏ.) - ଭଦ୍ରକ ବ୍ଲକ ଅଧୀନ ସାବରଙ୍ଗଠାରେ ବିଜେଡିର ବିଧାନସଭା ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରୋଡ୍‌ ଶୋ କରି ନିର୍ବାଚନ ପ୍ରଚାର କରିଛନ୍ତି। 

ଖଜଣା ଦେଇ ଚିନ୍ତାରେ ଚାଷୀ

ଖଜଣା ଦେଇ ଚିନ୍ତାରେ ଚାଷୀ

କେନ୍ଦୁଝର, ୧୯।୪(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସିଲିସୁଆଁ ଗ୍ରାମର ଚାଷୀମାନେ ବିନା କାରଣରେ ଜଳ କର ଓ ଜମି ଖଜଣା ଦେଉଛନ୍ତି। ଦୀର୍ଘ ୨୦ ବର୍ଷ ହେଲା ରେଳପଥ ନିର୍ମାଣ ପାଇଁ ଜମି ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଜଙ୍ଗଲରେ ୧୬ ଘଣ୍ଟା ଚାଲି ସୁରକ୍ଷିତ ଭାବେ ପହଞ୍ଚିଲେ ପୋଲିଂ ଟିମ୍‌

ଫୁଲବାଣୀ ଅଫିସ,୧୯।୪: ରାଜ୍ୟରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। କନ୍ଧମାଳ ଫିରିଙ୍ଗିଆ ବ୍ଲକ ବାରାହାଲାରେ ମାଓବାଦୀଙ୍କ ଭୟ ସତ୍ତ୍ୱେ ଭଲ ମତଦାନ ହୋଇଛି। 

ଦନ୍ତାହାତୀର ତାଣ୍ଡବ:  ତିନି ପରିବାରର ଭାଙ୍ଗିଲା ଘର

ଦନ୍ତାହାତୀର ତାଣ୍ଡବ: ତିନି ପରିବାରର ଭାଙ୍ଗିଲା ଘର

ପରଜଙ୍ଗ,୧୯।୪(ଡି.ଏନ୍‌.ଏ. ):  ଢେଙ୍କାନାଳ ବନଖଣ୍ଡ  ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ  ଜଟିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ତାଣ୍ଡବ ଦେଖିବାକୁ ମିଳିଛି।

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’

ବ୍ରହ୍ମଗିରି,୧୯।୪(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ’ କରିଛନ୍ତି। ପୂର୍ବାହ୍ନ ୧୧.୪୫ରେ ସାତପଡ଼ାରୁ ବାହାରି ବ୍ରହ୍ମଗିରି ଦେଇ ପୁରୀ ଅଭିମୁଖେ ଗସ୍ତ କରିଥିଲେ। 


Model This Week

କ୍ରିଷ୍ଣା
Why Dharitri