ଜୀବନଚର୍ଯ୍ୟା |

ଲିଭର କ୍ୟାନ୍‌ସର ପାଇଁ ନୂଆ ଇଞ୍ଜେକ୍‌ଶନ

ଲିଭର କ୍ୟାନ୍‌ସର ପାଇଁ ନୂଆ ଇଞ୍ଜେକ୍‌ଶନ

କ୍ୟାନ୍‌ସର ଜନିତ ମୃତ୍ୟୁହାରକୁ ଯଦି ତର୍ଜମା କରାଯାଏ ତେବେ ଲିଭର କ୍ୟାନ୍‌ସରରେ ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ଦ୍ୱିତୀୟ ସ୍ଥାନରେ ରହିବ। ଏଭଳି କ୍ୟାନ୍‌ସରକୁ ଯଦି ପ୍ରାରମ୍ଭିକ ଅବସ୍ଥାରେ ନିରୂପଣ କରାଯାଏ ତେବେ ସେଥିରୁ ଆରୋଗ୍ୟ ଲାଭ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର କାଲିଫର୍ନିଆ ସାନ୍‌ ଡିଆଗୋ ସ୍କୁଲ ଅଫ ମେଡିସିନ୍‌ର ବିଶେଷଜ୍ଞମାନେ ଏପରି ଏକ ଇଞ୍ଜେକଶନ ପ୍ରସ୍ତୁତ କରିଛନ୍ତି, ଯାହା ପ୍ରାରମ୍ଭିକ ଅବସ୍ଥାରେ ଲିଭର କ୍ୟାନ୍‌ସରରୁ ଆରୋଗ୍ୟ ପ୍ରଦାନ କରିବ। ଏ ସମ୍ପର୍କରେ ଉକ୍ତ ଗବେଷଣାର ମୁଖ୍ୟ ଡା. ସେଙ୍ଗ ଫେଙ୍ଗ କହନ୍ତି, ”ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରିବାରେ ଲିଭର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ଅଙ୍ଗ ଯଦି ଠିକ ଭାବରେ କାର୍ଯ୍ୟ କରେ ତେବେ କ୍ୟାନ୍‌ସର ସେଲ (କୋଷ) ବଂଶ ବିସ୍ତାର କରିବାରେ ଅନେକାଂଶରେ ସମର୍ଥ ହୋଇ ନ ଥାନ୍ତି। ଏହି ନୂଆ ଇଞ୍ଜେକଶନ ଲିଭର କ୍ୟାନ୍‌ସରରୁ ଅନେକାଂଶରେ ଉପଶମ ମିଳିପାରିବ।“ ତେବେ ଉକ୍ତ ଇଞ୍ଜେକଶନ ବଜାରରେ ଉପଲବ୍ଧ ହେବାକୁ ଆଉ କିଛି ମାସ ଡେରି ହେବ ବୋଲି ରିପୋର୍ଟରୁ ଜଣାପଡିଛି।

All Right Reserved By

ଜୀବନଚର୍ଯ୍ୟା |

ମୃତ୍ୟୁପରେ ମୁହଁରେ ରଖାଯାଏ ଗଙ୍ଗାପାଣି ଓ ତୁଳସୀ, କାରଣ ଜାଣନ୍ତୁ...

ମୃତ୍ୟୁପରେ ମୁହଁରେ ରଖାଯାଏ ଗଙ୍ଗାପାଣି ଓ ତୁଳସୀ, କାରଣ ଜାଣନ୍ତୁ...

ମୃତ୍ୟୁକୁ ଜୀବନର ଏକ ମାତ୍ର ସତ୍ୟଭାବେ ଗ୍ରହଣ କରାଯାଇଥାଏ। ଏନେଇ ବିଭିନ୍ନ ଶାସ୍ତ୍ରରେ ଉଲ୍ଳେଖ ଅଛି। ଭାରତୀୟ ପରମ୍ପରାରେ ମୃତ୍ୟୁପରେ ମୁହଁରେ ଗଙ୍ଗାପାଣି ଓ ତୁଳସୀ ରଖାଯାଏ। ଏହାଦ୍ୱାରା ମୃତକଙ୍କ ଆତ୍ମାକୁ ଶାନ୍ତି ମିଳେ ଓ ପ୍ରେତଲୋକରେ ସେ ତୃଷାର୍ତ୍ତ ରୁହନ୍ତି ନାହିଁ ବୋଲି ବିଶ୍ୱାସ ରହିଛି।

ବିବାହରେ କାହିଁକି ହୁଏ ହଳଦୀ ଲଗାଇବା ପରମ୍ପରା

ବିବାହରେ କାହିଁକି ହୁଏ ହଳଦୀ ଲଗାଇବା ପରମ୍ପରା

ବିବାହ ପୂର୍ବରୁ ହଳଦୀ ଲଗାଇବା ପରମ୍ପରାର ବିଶେଷ ମହତ୍ତ୍ୱ ରହିଥାଏ। ଏହା ବିନା ବିବାହ ସମ୍ପୂର୍ଣ୍ଣ ହୋଇପାରି ନ ଥାଏ। ହଳଦୀ, ଚନ୍ଦନ, ବେସନ ଓ କିଛି ସୁଗନ୍ଧିତ ତେଲକୁ ମିଶାଇ ପ୍ରସ୍ତୁତ କରାଯାଉଥିବା ଏହି ମିଶ୍ରଣ ବିବାହ ପୂର୍ବରୁ ବରକନ୍ୟାଙ୍କ ଦେହରେ ଲଗାଯାଇଥାଏ।

ଏଭଳି ଭୟଠାରୁ ଦୂରେଇ ରହିବା ପାଇଁ...

ଏଭଳି ଭୟଠାରୁ ଦୂରେଇ ରହିବା ପାଇଁ...

କୌଣସି ସ୍ଥାନ, ବସ୍ତୁ, କାର୍ଯ୍ୟ ଓ ପରିସ୍ଥିତି ପ୍ରତି ଅହେତୁକ ଭୟକୁ ଫୋବିୟା କୁହାଯାଏ। କେତେକ ଲୋକ ଭିଡ଼ ଭିତରକୁ ଯିବାକୁ, ଉଚ୍ଚ ସ୍ଥାନକୁ ଯିବାକୁ, ଘରୁ ରାସ୍ତାକୁ ଯିବାକୁ ଭୟ କରନ୍ତି।

ଅବସାଦ ବି’ ଦୂରକରେ ମାଛ

ଅବସାଦ ବି’ ଦୂରକରେ ମାଛ

ସପ୍ତାହରେ ୩ ଦିନ ମାଛ ଖାଇଲେ ମିଳିଥାଏ ଅନେକ ଉପକାର। ମାଛରେ ପ୍ରଚୁର ପରିମାରରେ ଓମେଗା-୩ ଫ୍ୟାଟି ଏସିଡ୍‌ ରହିଥାଏ।

ବର୍ଷାଦିନେ ପିଅନ୍ତୁ ଚା’ ବଢିବ ରୋଗ ପ୍ରତିରୋଧକ ଶକ୍ତି

ବର୍ଷାଦିନେ ପିଅନ୍ତୁ ଚା’ ବଢିବ ରୋଗ ପ୍ରତିରୋଧକ ଶକ୍ତି

ବର୍ଷାଦିନ ଆରମ୍ଭ ହେଲେ ଥଣ୍ଡା, ସର୍ଦ୍ଦି, କାଶ ଓ ଜ୍ୱର ହୋଇଥାଏ। ହେଲେ ଏହି ସମୟରେ ଚା’ ପିଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଥାଆନ୍ତି। ହେଲେ ଏଥିପାଇଁ କିଛି ନିର୍ଦ୍ଦିଷ୍ଟ ଚା’ ପିଇବା ଉଚିତ୍‌।

ବର୍ଷାରେ କେଶ ଓଦା ହୋଇଥିଲେ...

ବର୍ଷାରେ କେଶ ଓଦା ହୋଇଥିଲେ...

ବର୍ଷାରେ ଓଦା ହେବାକୁ ତ ଭଲ ଲାଗେ। ହେଲେ ଏହାର କୁପ୍ରଭାବ ପଡ଼ିଥାଏ କେଶ ଉପରେ। କେଶ ଝଡ଼ିବାଠୁ ଆରମ୍ଭ କରି ଅନେକ ସମସ୍ୟା ଦେଖାଦିଏ। ତେଣୁ ଏହିଦିନେ କେଶକୁ ସୁସ୍ଥ ରଖିବା ଲାଗି ଆପଣାନ୍ତୁ ନିମ୍ନୋକ୍ତ କିଛି ଟିପ୍ସ...

ବିବାହ ପାଇଁ ଟ୍ରେଣ୍ଡି କଲର

ବିବାହ ପାଇଁ ଟ୍ରେଣ୍ଡି କଲର

ବିବାହ ସମୟରେ ଅଧିକାଂଶ ମହିଳା ଲାଲ୍‌ ରଙ୍ଗକୁ ପସନ୍ଦ କରିଥା’ନ୍ତି। ଆପଣ ଚାହିଁଲେ ଏହା ବଦଳରେ ଅନ୍ୟ କିଛି ରଙ୍ଗକୁ ବି ବ୍ରାଇଡାଲ୍‌ କଲର ଭାବେ ବାଛିପାରିବେ। ଜାଣନ୍ତୁ ସେ ସମ୍ପର୍କରେ...

ବର୍ଷାଦିନେ ଶିଶୁଙ୍କ ଯତ୍ନ

ବର୍ଷାଦିନେ ଶିଶୁଙ୍କ ଯତ୍ନ

ପ୍ରବଳ ଖରା ପରେ ବର୍ଷାଋତୁର ଆଗମନକୁ ସମସ୍ତେ ଅପେକ୍ଷା କରି ରହିଥା’ନ୍ତି । ଜଳଦାନ କରିବା ସହ ବିଭିନ୍ନ ସଂକ୍ରାମକ ରୋଗ ସଙ୍ଗରେ ନେଇ ଆସିଥାଏ ଏହି ଋତୁ । ଏହି ସଂକ୍ରାମକ ରୋଗଗୁଡ଼ିକରେ ସାଧାରଣତଃ ଶିଶୁମାନେ ଅଧିକ ପ୍ରଭାବିତ ହୁଅନ୍ତି।

କାନ୍ଦ ବି’ ଶରୀର ପାଇଁ ହିତକର

କାନ୍ଦ ବି’ ଶରୀର ପାଇଁ ହିତକର

ହସିବା ଦ୍ୱାରା ମନ ହାଲ୍‌କା ରହିବା ସହ ଶରୀର ସୁସ୍ଥ ରହିଥାଏ। କିନ୍ତୁ ବେଳେବେଳେ କାନ୍ଦିବା ଦ୍ୱାରା ମଧ୍ୟ ଶରୀରର ଅନେକ ସମସ୍ୟା ଦୂର ହୋଇଥାଏ।

ରକ୍ତହୀନତାରୁ ମୁକ୍ତି ଲାଗି ଖାଆନ୍ତୁ ଏହି ଶାଗ

ରକ୍ତହୀନତାରୁ ମୁକ୍ତି ଲାଗି ଖାଆନ୍ତୁ ଏହି ଶାଗ

ମୂଳାଶାଗ ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ତେବେ ମୂଳା ପ୍ରାୟତଃ ଶୀତଦିନେ ହୋଇଥାଏ। ତେଣୁ ଏହି ସମୟରେ ଅଭ୍ୟାସ କରି ପ୍ରତିଦିନ ମୂଳାଶାଗ ଖାଇଲେ ରକ୍ତହୀନତାରୁ ମୁକ୍ତି ମିଳେ ବୋଲି କୁରୁକ୍ଷେତ୍ର ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ଏସବୁର ସୁରକ୍ଷା ଲାଗି ପିନ୍ଧାଯାଏ ମଙ୍ଗଳସୂତ୍ର

ଏସବୁର ସୁରକ୍ଷା ଲାଗି ପିନ୍ଧାଯାଏ ମଙ୍ଗଳସୂତ୍ର

ବିବାହ ସମୟରେ ନବବଧୂଙ୍କ ଗଳାରେ ମଙ୍ଗଳସୂତ୍ର ପିନ୍ଧାଯିବା ପରମ୍ପରା ଭାରତରେ ରହିଛି। ବିବାହ ସମୟରେ ବର, କନ୍ୟାକୁ ମଙ୍ଗଳସୂତ୍ର ପିନ୍ଧାଇଥାଏ । ଏହା ନ ପିନ୍ଧିବା ଯାଏ ବିବାହ ପୂର୍ଣ୍ଣ ହୁଏ ନାହିଁ ।

ଯନ୍ତ୍ରଣାକୁ ଲାଘବ କରେ ଆଲିଙ୍ଗନ

ଯନ୍ତ୍ରଣାକୁ ଲାଘବ କରେ ଆଲିଙ୍ଗନ

ଆଲିଙ୍ଗନ କଲେ ଶରୀରର ଅନେକ ଉପକାର ହୋଇଥାଏ। ଏହାଦ୍ୱାରା ମାନସିକ ଚାପ ହ୍ରାସ ପାଇବା ସହିତ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ନିକଟରେ ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି।

Model This Week

ରୂପେଶ