ମେଟ୍ରୋ |

କାର୍‌ରେ କର୍ନାଟକ ଗଞ୍ଜେଇ ଚାଲାଣ

କାର୍‌ରେ କର୍ନାଟକ ଗଞ୍ଜେଇ ଚାଲାଣ
-୩ ଗିରଫ -୨ଟି କାର, ବନ୍ଧୁକ ଓ ୭୦ ହଜାର ଟଙ୍କା ଜବତ ଭୁବନେଶ୍ୱର, ୧।୧୨(ବ୍ୟୁରୋ)- ରାଜଧାନୀରେ ଗଞ୍ଜେଇ କାରବାର ବଢ଼ିବାରେ ଲାଗିଛି। ଫୁଲବାଣୀ ଅଞ୍ଚଳରୁ କାର୍‌ ଯୋଗେ ଗଞ୍ଜେଇ ବସ୍ତା ଭୁବନେଶ୍ୱରକୁ ଅଣାଯାଇ ଖୁଚୁରା ବେପାରୀଙ୍କୁ ବିକ୍ରି କରାଯାଉଛି। ଏପରି କି ଏଠାରେ ରାଜ୍ୟ ବାହାରକୁ ମଧ୍ୟ ଚାଲାଣ କରାଯାଉଛି। ୩ ଦିନ ତଳେ କୁଇକ୍‌ ଆକ୍ସନ ଟିମ୍‌(କ୍ୟୁଏଟି) କଳିଙ୍ଗବିହାର ଅଞ୍ଚଳରୁ ଗୋଟିଏ କାର୍‌ରୁ ୧ କୁଇଣ୍ଟାଲ ଗଞ୍ଜେଇ ଜବତ କରିଥିବା ବେଳେ ସ୍ପେଶାଲ ସ୍କ୍ବାଡ୍‌ ଶୁକ୍ରବାର ସକାଳେ ଆଉ ଏକ ଚୋରା ଗଞ୍ଜେଇ କାରବାର୍‌ର ପର୍ଦ୍ଦାଫାଶ କରିଛି। କାର୍‌ ଯୋଗେ କର୍ନାଟକକୁ ଗଞ୍ଜେଇ ଚାଲାଣ କରୁଥିବା ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ଜାମୁସାହିର ବାସୁଦେବ ପରିଡା, ବାଙ୍ଗାଲୋରର ଏସ୍‌. ମନୋଜ ଓ ଏସ୍‌. ମୋହନ। ସେମାନଙ୍କଠାରୁ ୨ଟି କାର୍‌, ଗୋଟିଏ ବନ୍ଧୁକ ଏବଂ ୪୦ କି.ଗ୍ରା. ଗଞ୍ଜେଇ ଜବତ ହୋଇଛି। ସୂଚନାଯୋଗ୍ୟ, ବାସୁଦେବ ଜଣେ ପେସାଦାର ଗଞ୍ଜେଇ ବେପାରୀ। ସେ ଗଞ୍ଜେଇ ବେପାର କରିବା ସହ ଅନ୍ୟ ଆପରାଧିକ ମାମଲାରେ ଜଡିତ। ଫୁଲବାଣୀରୁ ଗଞ୍ଜେଇ ଆଣି ସେ ରାଜଧାନୀ ସମେତ ଅନ୍ୟ ରାଜ୍ୟକୁ ଚାଲାଣ କରନ୍ତି। ଗଞ୍ଜେଇ ବିକ୍ରି ଟଙ୍କାରେ ସେ ଦୁଇଟି କାର୍‌ କିଣିଥିଲେ। ଏହି କାର୍‌ରେ ସେ ରାଜଧାନୀ ଓ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିଲେ। ଶୁକ୍ରବାର ସକାଳେ ବାସୁଦେବ ଓ ଅନ୍ୟ ଦୁଇ ଜଣ ଏକ ସୁଇଫ୍ଟ କାର୍‌ (ଓଡି-୦୨ଏଜେଡ୍‌-୩୭୭୩) ଓ ମାରୁତି ବାଲେନୋ କାର(ଓଡି-୩୩ଏଫ୍‌-୮୨୦୦)ରେ ବାଙ୍ଗାଲୋରକୁ ଗଞ୍ଜେଇ ଚାଲାଣ କରୁଥିଲେ। ଏ ନେଇ ଖବର ମିଳିବା ପରେ ସ୍ପେଶାଲ ସ୍କ୍ବାଡ୍‌ ଏବଂ ଶହୀଦନଗର ପୋଲିସ ରଥରୋଡ୍‌ ନିକଟରେ ଜଗି ରହିଥିଲେ। ଗଞ୍ଜେଇ ଭର୍ତ୍ତି କାର୍‌ ଦୁଇଟିକୁ ପୋଲିସ ଅଟକାଇ ଯାଞ୍ଚ କରିଥିଲା। ଉଭୟ ଗାଡ଼ି ଡିକିରୁ ୪୦ କି.ଗ୍ରା. ଗଞ୍ଜେଇ ଏବଂ ଏକ ବନ୍ଧୁକ ମିଳିଥିଲା। ପୋଲିସ ସେମାନଙ୍କୁ ପଚରାଉଚରା କରିବା ପରେ ର଼୍ୟାକେଟର ମାଷ୍ଟରମାଇଣ୍ଡ୍‌ ବାସୁଦେବ ବୋଲି ସ୍ପଷ୍ଟ ହୋଇଥିଲା।
All Right Reserved By

ମେଟ୍ରୋ |

ରାବଣ ପୋଡି ଉତ୍ସବ

ରାବଣ ପୋଡି ଉତ୍ସବ

ଭୁବନେଶ୍ୱର,୧୯।୧୦: ସରିଛି ପାର୍ବଣର ଋତୁ। ଅଧର୍ମ ଉପରେ ଧର୍ମର ବିଜୟକୁ ନେଇ ମହାମାୟା ଧରାବତରଣ କରିଥିଲେ। ଶୁକ୍ରବାର ବିଜୟା ଦଶମୀ ଅବସରରେ ପରାକ୍ରମୀ ରାବଣର ପୁତ୍ତଳିକା ଦାହ କରି ମେଲାଣି ନେଇଛନ୍ତି ଯୋଗମାୟା।

ଦୁଇ ବନ୍ଧୁକ ବେପାରୀ ଗିରଫ

ଦୁଇ ବନ୍ଧୁକ ବେପାରୀ ଗିରଫ

ଭୁବନେଶ୍ୱର,୧୯।୧୦- ଭୁବନେଶ୍ୱର ନିକଟସ୍ଥ ତମାଣ୍ଡୋ ଅଞ୍ଚଳରୁ ଶୁକ୍ରବାର ଦୁଇ ବନ୍ଧୁକ ବେପାରୀ ଗିରଫ ହୋଇଥିବା ଜଣାପଡିଛି । ଖବର ଅନୁଯାୟୀ, କୌଣସି ସୂତ୍ରରୁ କ୍ୟୁଏଟି ଖବର ପାଇ ତମାଣ୍ଡୋରେ ଥିବା ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

ଟ୍ରେନରେ କଟି ଅଜଣାବ୍ୟକ୍ତିଙ୍କ ମୃତ୍ୟୁ

ଟ୍ରେନରେ କଟି ଅଜଣାବ୍ୟକ୍ତିଙ୍କ ମୃତ୍ୟୁ

ନିରାକାରପୁର,୧୯ା୧୦(ଡି.ଏନ.ଏ.)- ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନ ଦକ୍ଷିଣପାର୍ଶ୍ୱ ରେଳଧାରଣାରେ ଶୁକ୍ରବାର ଜଣେ ଅଜଣା ବ୍ୟକ୍ତିଙ୍କ ଟ୍ରେନରେ କଟି ମୃତ୍ୟୁ ହୋଇଥିବା ଜଣାପଡିଛି । 

ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଲେ ଅର୍ଥମନ୍ତ୍ରୀ

ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଲେ ଅର୍ଥମନ୍ତ୍ରୀ

ବାଲିଅନ୍ତା,୧୯।୧୦- ମା’ ଦୁର୍ଗାପୂଜାଙ୍କ ମହାଦଶମୀ ଅବସରରେ ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା ଶୁକ୍ରବାର ବାଲିଅନ୍ତା ବ୍ଲକ ଅଞ୍ଚଳକୁ ଆସି ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଥିଲେ।

ବିଜୟାଦଶମୀରେ କ୍ଷତ୍ରୀୟଙ୍କ ଖଣ୍ଡା ଶୋଭାଯାତ୍ରା

ବିଜୟାଦଶମୀରେ କ୍ଷତ୍ରୀୟଙ୍କ ଖଣ୍ଡା ଶୋଭାଯାତ୍ରା

କଣ୍ଟାପଡା,୧୯।୧୦(ଡି.ଏନ୍‌.ଏ.)- ରାଜ୍ୟ ସାରା ଦଶହରା ପର୍ବ ମହାସମାରୋହରେ ପାଳିିତ ହେଉଥିବା ବେଳେ କଣ୍ଟାପଡାର ଗୋବିନ୍ଦପୁର ଅଞ୍ଚଳରେ ନିଆରା ପର୍ବ ଆୟୋଜନ ହେଉଥିବା ଦେଖାଯାଇଛି । ଶୁକ୍ରବାର ବିଜୟାଦଶମୀ ଅବସରରେ ଉକ୍ତ ଗ୍ରାମରେ କ୍ଷତ୍ରୀୟମାନଙ୍କ ପାରମ୍ପରିକ ଖଣ୍ଡା ଶୋଭାଯାତ୍ରା  ଅନୁଷ୍ଠିତ ହୋଇଯାଇଛି। 

ବୋଲଗଡରେ ନିଆରା ଦଶହରା: କନକଦୁର୍ଗାଙ୍କ ଆଖିରେ ବନ୍ଧା ହେବ ଅନ୍ଧପୁଟୁଳି, ମୁସଲମାନ ଦଳବେହେରା ଦେବେ ହୋମରେ ଘୃତାହୁତି

ବୋଲଗଡରେ ନିଆରା ଦଶହରା: କନକଦୁର୍ଗାଙ୍କ ଆଖିରେ ବନ୍ଧା ହେବ ଅନ୍ଧପୁଟୁଳି, ମୁସଲମାନ ଦଳବେହେରା ଦେବେ ହୋମରେ ଘୃତାହୁତି

ଖୋର୍ଦ୍ଧା ଅଫିସ,୧୯ା୧୦:ଖୋର୍ଦ୍ଧାର ବୋଲଗଡ ବ୍ଲକର ମାଣିକାଗୋଡା ଗଁାରେ ହିନ୍ଦୁ ମୁସଲମାନ ମିଳିମିଶି ନିଆରା ଢଙ୍ଗରେ ପାଳନ କରାଯାଏ ଦଶହରା ପର୍ବ । ଉକ୍ତ ଗାଁର ଥିବା ମା’ କନକଦୁର୍ଗାଙ୍କ ଆରମ୍ଭ ହୋଇଥିବା ଆଶ୍ୱିନ ଶୁକ୍ଳପକ୍ଷ ସପ୍ତମୀରୁ ଅନ୍ଧପୁଟୁଳି ଖୋଲିବା ପରେ ମହାଦଶମୀରେ ପୁଣି ମା’ଙ୍କ ଆଖିରେ ବନ୍ଧା ହେବ  ।

ମହାଦଶମୀ ଅବସରରେ ମା’ ମଙ୍ଗଳା ମନ୍ଦିରରେ ଭକ୍ତଙ୍କ ଭିଡ଼

ମହାଦଶମୀ ଅବସରରେ ମା’ ମଙ୍ଗଳା ମନ୍ଦିରରେ ଭକ୍ତଙ୍କ ଭିଡ଼

କାକଟପୁର,୧୯।୧୦(ଡି.ଏନ୍‌.ଏ.)- ଶୁକ୍ରବାର ମହାଦଶମୀ ଅବସରରେ ପ୍ରାତଃରୁ ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ସୁଅ ଛୁଟିଥିଲା କାକଟପୁରର ମା’ ମଙ୍ଗଳା ମନ୍ଦିରକୁ। ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପାଇଁ  ଭକ୍ତଙ୍କ ଭିଡ଼ରେ ଚଳଚଞ୍ଚଳ ହୋଇ ପଡିଥିଲା ମଙ୍ଗଳା ମନ୍ଦିର । 

ଅନାଥଙ୍କ ସହ କଟକ ମେଢ଼ ବୁଲିଲେ ପଦ୍ମାଳୟା

ଅନାଥଙ୍କ ସହ କଟକ ମେଢ଼ ବୁଲିଲେ ପଦ୍ମାଳୟା

କଟକ ଅଫିସ,୧୯।୧୦- ଓଡ଼ିଶାର ଯେକୌଣସି ଅଞ୍ଚଳରେ ବୁଲିଲେ ମଧ୍ୟ ଦୁର୍ଗାପୂଜା ପାଇଁ କଟକ ସହର ବେଶ ଜଣାଶୁଣା। ସେଠାକାର ମଣ୍ଡପରେ ହୋଇଥିବା ଆକର୍ଷଣୀୟ ମୂର୍ତ୍ତି ହେଉ କି ସୁସଜ୍ଜିତ ତୋରଣ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । 

ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ ଇନ୍‌ପୁଟ୍‌ ସବ୍‌ସିଡି, ପ୍ରଭାବିତ ଅଞ୍ଚଳ ବୁଲି ରିପୋର୍ଟ ଦେବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ ଇନ୍‌ପୁଟ୍‌ ସବ୍‌ସିଡି, ପ୍ରଭାବିତ ଅଞ୍ଚଳ ବୁଲି ରିପୋର୍ଟ ଦେବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ଇନ୍‌ପୁଟ୍‌ ସବ୍‌ସିଡି ମିଳିବ। ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୩,୫୦୦ଟଙ୍କା ସବ୍‌ସିଡି ମିଳିବ। ସେହିଭଳି ଅଣ ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬,୮୦୦ ଟଙ୍କା ଦିଆଯିବ ବୋଲି ଏସ୍‌ଆର୍‌ସି ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି।

ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଅମୀୟ ରଞ୍ଜନ ପଟ୍ଟନାୟକଙ୍କ ପରଲୋକ

ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଅମୀୟ ରଞ୍ଜନ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର, ୧୯।୧୦(ବ୍ୟୁରୋ): ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଅମୀୟ ରଞ୍ଜନ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଦିଲ୍ଲୀ ସ୍ଥିତି ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଅନେକ ସୁପରହିଟ୍‌ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିବା ସହ ଫିଲ୍ମରେ ନିର୍ଦ୍ଦେଶନା ମଧ୍ୟ ସେ ଦେଇଛନ୍ତି। 

ପୁରୀରେ ୩୯ ପୂଜା ମଣ୍ଡପରେ ଭକ୍ତଙ୍କ ଭିଡ଼

ପୁରୀରେ ୩୯ ପୂଜା ମଣ୍ଡପରେ ଭକ୍ତଙ୍କ ଭିଡ଼

ପୁରୀ ଅଫିସ,୧୯।୧୦: ପବିତ୍ର ଦଶହରା ପାଇଁ ପୁରୀ ସହର ଉତ୍ସବମୁଖର ହୋଇପଡ଼ିଛି। ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ ୩୯ ପୂଜା ମଣ୍ଡପରେ ମା’ ପୂଜା ପାଉଛନ୍ତି। ମା’ଙ୍କ ଦର୍ଶନ ପାଇଁ ପୂଜା ମଣ୍ଡପଗୁଡିକରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି।

ମହାପ୍ରଭୁଙ୍କୁ ଦର୍ଶନ କଲେ ରାଜ୍ୟପାଳ

ମହାପ୍ରଭୁଙ୍କୁ ଦର୍ଶନ କଲେ ରାଜ୍ୟପାଳ

ପୁରୀ ଅଫିସ,୧୯।୧୦: ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର ପୂର୍ବାହ୍ନରେ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧.୫୦ରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କର ସୁନାବେଶ ଦର୍ଶନ କରିଥିଲେ।