Dharitri News
ଖେଳ |

ପ୍ରଥମ ମ୍ୟାଚ ଜିତିଲା ଜର୍ମାନୀ

ପ୍ରଥମ ମ୍ୟାଚ ଜିତିଲା ଜର୍ମାନୀ ଭୁବନେଶ୍ୱର, ୧।୧୨(କ୍ରୀଡ଼ା ପ୍ରତିନିଧି) କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଆରମ୍ଭ ହୋଇଛି ହକି ସମର। ବିଶ୍ୱର ଶ୍ରେଷ୍ଠ ୮ଟି ଦଳର ଉପସ୍ଥିତିରେ ଏଠାରେ ହକି ରୋମାଞ୍ଚ ଉପଭୋଗ କରିଛନ୍ତି ଉପସ୍ଥିତ ଦର୍ଶକ। ହକି ୱାଲର୍‌ଡ ଲିଗ୍‌ ଫାଇନାଲର ତୃତୀୟ ତଥା ଅନ୍ତିମ ସଂସ୍କରଣର ପ୍ରଥମ ମ୍ୟାଚରେ ଆକ୍ରମଣାତ୍ମକ ଖେଳର ନମୁନା ଦେଖାଇ ଇଂଲଣ୍ଡକୁ ପରାସ୍ତ କରିଛି ଜର୍ମାନୀ। ମ୍ୟାଚଟି ଆରମ୍ଭରୁ ସଂଘର୍ଷପୂର୍ଣ୍ଣ ହୋଇଥିଲା। ମାତ୍ର ଖେଳ ଆଗକୁ ବଢ଼ିବା ସହ ଏହା କ୍ରମେ ଜର୍ମାନୀ ନିୟନ୍ତ୍ରଣକୁ ଚାଲି ଯାଇଥିଲା। ଉଭୟ ଦଳ ପକ୍ଷରୁ କେତୋଟି ମୁଭ୍‌ ହୋଇଥିଲେ ହେଁ ୧୫ ମିନିଟର ପ୍ରଥମ କ୍ବାର୍ଟରରେ କୌଣସି ଗୋଲ ହୋଇ ନ ଥିଲା। ଦ୍ୱିତୀୟ କ୍ବାର୍ଟର ଆରମ୍ଭରୁ ଆକ୍ରମଣାତ୍ମକ ପନ୍ଥା ଅବଲମ୍ବନ କରିଥିଲା ଜର୍ମାନୀ। ୧୯ତମ ମିନିଟରେ ଇଂଲଣ୍ଡର ଡିଫେନ୍ସ ଭେଦ କରି ଜର୍ମାନୀ ପାଇଁ ପ୍ରଥମ ଫିଲ୍ଡ ଗୋଲ ଦେଇଥିଲେ ମ୍ୟାଟ୍ସ ଗ୍ରାମବସ୍କ। ଇଂଲଣ୍ଡ ଗୋଲଟି ପରିଶୋଧ କରିବାକୁ ଉଦ୍ୟମ କରିବା ଚେଷ୍ଟାରେ ଥିବାବେଳେ ୨୫ତମ ମିନିଟରେ ଦ୍ୱିତୀୟ ଗୋଲ ଦେଇ ଖ୍ରିଷ୍ଟଫର ରୁହର ଜର୍ମାନୀକୁ ଡ୍ରାଇଭର ସିଟ୍‌ରେ ବସାଇଥିଲେ। ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଜର୍ମାନୀ ୨-୦ ଗୋାଲରେ ଅଗ୍ରଣୀ ହୋଇଥିଲା। ମଧ୍ୟାନ୍ତର ପଟ୍ଟପରିବର୍ତ୍ତନ ପରେ ଇଂଲଣ୍ଡ ମ୍ୟାଚକୁ ଫେରିବାକୁ ଉଦ୍ୟମ କରିବ ବୋଲି ଆଶା କରାଯାଉଥିଲା। ଉଦ୍ୟମ ମଧ୍ୟ ହୋଇଥିଲା। ମାତ୍ର ଶକ୍ତିଶାଳୀ ଜର୍ମାନୀ ଡିଫେନ୍ସ ବିଭାଗ ତାହା କରିବାକୁ ଦେଇ ନ ଥିଲେ। ତୃତୀୟ କ୍ବାର୍ଟରରେ ମ୍ୟାଚର ୩୮ତମ ମିନିଟରେ ଜର୍ମାନୀକୁ ଏକ ପେନାଲ୍ଟି କର୍ନର ମିଳିଥିଲା। ମାତ୍ର ଅମ୍ପାୟରଙ୍କ ନିଷ୍ପତ୍ତିକୁ ବିରୋଧ କରି ଇଂଲଣ୍ଡ ଭିଡିଓ ରେଫରାଲ ମାଗିଥିଲା। ରିପ୍ଲେପରେ ଏହା ନାକଚ ହୋଇ ଯାଇଥିଲା। ୪ର୍ଥ ତଥା ଅନ୍ତିମ କ୍ବାର୍ଟରରେ ୪୦ତମ ମିନିଟରେ ଇଂଲଣ୍ଡକୁ ଏକ ପେନାଲ୍ଟି ମିଳିଥିଲା। ମାତ୍ର ଜର୍ମାନୀ ଦଳ ଭିଡିଓ ରେଫରାଲ ମାଗିଥିଲା। ରିପ୍ଲେରେ ଏହା ମଧ୍ୟ ନାକଚ ହୋଇ ଯାଇଥିଲା। ଅବଶିଷ୍ଟ ୧୦ ମିନିଟର ଖେଳରେ କୌଣସି ଗୋଲ ନ ହେବାରୁ ଜର୍ମାନୀ ପ୍ରଥମ ବିଜେତା ହୋଇଥିଲା। ମ୍ୟାଚର ୪୨ ଓ ୪୭ତମ ମିନିଟରେ ଜର୍ମାନୀର ଡାନ୍‌ ନାଗୁଏ ଏବଂ ୨୨ତମ ମିନିଟରେ ଇଂଲଣ୍ଡର ଲିଆମ ସାନ୍‌ଫୋର୍ଡ ଗ୍ରୀନକାର୍ଡ ପାଇଥିଲେ। ୪୯ତମ ମିନିଟରେ ଜର୍ମାନୀର ମାର୍କୋ ମିଲ୍ଟକାଉ ହଳଦିଆ କାର୍ଡ ପାଇବା ଥିଲା ମ୍ୟାଚର ଅନ୍ୟତମ ଉଲ୍ଲେଖନୀୟ ଘଟଣା। ଜର୍ମାନୀ ପକ୍ଷରୁ ପ୍ରଥମ ଗୋଲ ଦେଇଥିବା ଗ୍ରାମବସ୍କ ମ୍ୟାନ ଅଫ ଦି ମ୍ୟାଚ ଏବଂ ଏହି ଦଳର ଜୁଲୟର ମେୟର ଶ୍ରେଷ୍ଠ ଉଦୀୟମାନ ଖେଳାଳି ପୁରସ୍କାର ପାଇଥିଲେ। କ୍ରୀଡ଼ାମନ୍ତ୍ରୀ ଚନ୍ଦ୍ରସାରଥି ବେହେରା ଏହି ଦୁଇ ଖେଳାଳିଙ୍କୁ ପୁରସ୍କୃତ କରିଥିଲେ।

ଖେଳ |

ବମ୍ବେରେ ଉଦ୍‌ଘାଟନୀ, ଉଦ୍‌ଯାପନୀ

ବମ୍ବେରେ ଉଦ୍‌ଘାଟନୀ, ଉଦ୍‌ଯାପନୀ

ନୂଆଦିଲ୍ଲୀ, ୨୨।୧(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୧ତମ ସଂସ୍କରଣ ଏପ୍ରିଲ ୭ରୁ ଆରମ୍ଭ ହେବ। ଏହା ମେ ୨୭ ପର୍ଯ୍ୟନ୍ତ ଚାଲିବ ବୋଲି ସୋମବାର ଆଇପିଏଲ ଗଭର୍ନିଂ କାଉନ୍‌ସିଲ୍‌ ପକ୍ଷରୁ ପ୍ରକାଶ କରାଯାଇଛି। ଏହି ଅର୍ଥକରୀ ଟି୨୦ ଲିଗ୍‌ର ଉଦ୍‌ଘାଟନୀ ସମାରୋହ ଏପ୍ରିଲ ୬ରେ ଓ ଉଦ୍‌ଯାପନୀ ବମ୍ବେରେ ଅନୁଷ୍ଠିତ ହେବ।

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ଜୋକୋଭିଚ୍‌ଙ୍କ ବିପର୍ଯ୍ୟୟ, କ୍ୱାର୍ଟରରେ ଫେଡେରର, ହାଲେପ୍‌

ମେଲବୋର୍ନ,୨୨ା୧(ଏ.ଏଫ୍‌.ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ଟେନିସ୍‌ ଟୁର୍ନାମେଣ୍ଟରେ ଅଷ୍ଟମ ଦିନରେ ପହଞ୍ଚିଛି। ସୋମବାର ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପୂର୍ବତନ ଏକ ନମ୍ବର ଖେଳାଳି ୧୪ତମ ସିଡ ମାନ୍ୟତା ପାଇଥିବା ସର୍ବିୟାର ନୋଭାକ ଜୋକୋଭିଚ୍‌ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟର ଚତୁର୍ଥ ରାଉଣ୍ଡ ମ୍ୟାଚରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।

୪୯ ବଲରେ ଶତକ ମାରିଲେ ରାଇନା

୪୯ ବଲରେ ଶତକ ମାରିଲେ ରାଇନା

କୋଲକାତା, ୨୨।୧(ପି.ଟି.)- ଜାତୀୟ ଦଳରୁ ଅଲୋଡ଼ା ହୋଇଥିବା ତଥା ସୀମିତ ଓଭର କ୍ରିକେଟରେ ଜଣେ ବିଶେଷଜ୍ଞ ଭାବେ ପରିଚିତ ହୋଇଥିବା ଷ୍ଟାର ବ୍ୟାଟ୍ସମ୍ୟାନ ସୁରେଶ ରାଇନା ଦୀର୍ଘ ଦିନର ବ୍ୟବଧାନ ପରେ ଫର୍ମକୁ ଫେରିଛନ୍ତି।

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ଅଷ୍ଟ୍ରେଲିଆନ୍‌ ଓପନ୍‌: ବୋପାନ୍ନା, ଶରନ ହାରିଲେ

ମେଲବୋର୍ନ, ୨୨।୧(ପି.ଟି.)- ଦୁଇ ଭାରତୀୟ ଖେଳାଳି ରୋହନ ବୋପାନ୍ନା ଓ ଡିଭିଜ ଶରନ ଅଷ୍ଟ୍ରେଲିଆନ୍‌ ଓପନ୍‌ ପୁରୁଷ ଡବଲ୍ସର ତୃତୀୟ ରାଉଣ୍ଡ ହର୍ଡଲ୍ସ ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି।

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ସ୍ମିଥ୍‌ଙ୍କୁ ବିଶ୍ରାମ, ଓ୍ବାର୍ନର ଅଧିନାୟକ

ମେଲବୋର୍ନ, ୨୨।୧(ଏଏଫ୍‌ପି)- ଅଷ୍ଟ୍ରେଲିଆ, ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ନେଇ ଏକ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜ ଆସନ୍ତା ଫେବୃୟାରୀ ୩ରୁ ଆରମ୍ଭ ହେବ। ଏଥିଲାଗି ଘରୋଇ ଅଷ୍ଟ୍ରେଲିଆ ଦଳ ସୋମବାର ଘୋଷଣା କରାଯାଇଛି। ଦଳର ନିୟମିତ ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଏହି ସିରିଜରୁ ବିଶ୍ରାମ ଦିଆଯାଇଥିବାବେଳେ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ପ୍ରଥମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟୀ

ଓ୍ବେଲିଂଟନ, ୨୨।୧(ଏଏଫ୍‌ପି)- ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିଜୟୀ ହୋଇଛି। ସ୍ଥାନୀୟ ଓ୍ବେଷ୍ଟପାକ୍‌ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପାକିସ୍ତାନ ପକ୍ଷରୁ ଧାର୍ଯ୍ୟ ୧୦୬ ରନର ଲକ୍ଷ୍ୟକୁ ଟିମ୍‌ ସୌଦୀଙ୍କ ଦଳ ୭ ଉଇକେଟ୍‌ ଓ ୨୫ଟି ବଲ ସୁରକ୍ଷିତ ଥାଇ ହାସଲ କରିନେଇଥିଲା।

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

ବ୍ୟାଡ୍‌ମିଣ୍ଟନ ପ୍ରିମିୟର ଲିଗ୍‌: ପୁରୀ ସ୍ମାସ୍‌ କିଙ୍ଗ୍‌ ଚାମ୍ପିୟନ

କଟକ ଅଫିସ,୨୧ା୧-ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଓ କଟକ କ୍ଲବର ମିଳିତ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମଠାରେ ଚାଲିଥିବା ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ୍‌ ରବିବାର ଉଦ୍‌ଯାପିିତ ହୋଇଯାଇଛି।

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ରାଜ୍ୟସ୍ତରୀୟ କୁସ୍ତି ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଉତ୍କଳ କରାଟେ ସ୍କୁଲଠାରେ ଗତ ଦୁଇଦିନ ଧରି ଚାଲିଥିବା ରାଜ୍ୟ କୁସ୍ତି ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି।

ନାଡାଲ- ସିଲିକ, ଓଜନିଆକି- ନାଭାରୋ କ୍ୱାର୍ଟର ଫାଇନାଲ

ନାଡାଲ- ସିଲିକ, ଓଜନିଆକି- ନାଭାରୋ କ୍ୱାର୍ଟର ଫାଇନାଲ

ମେଲବୋର୍ନ,୨୧ା୧(ପି.ଟି.)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ୍‌ ଓପନ ଟେନିସ ଟୁର୍ନାମେଣ୍ଟ ସପ୍ତମ ଦିନରେ ପହଞ୍ଚିଛି। ପୁରୁଷ ସିଙ୍ଗଲ୍ସରେ ବିଶ୍ୱର ଏକ ନମ୍ବର ଖେଳାଳି ସ୍ପେନାର ରାଫେଲ ନାଡାଲ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ

ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ

ସିଡନୀ,୨୧ା୧(ପି.ଟି.)- ଭ୍ରମଣକାରୀ ଇଂଲଣ୍ଡ ଆଶେସ ପରାଜୟର ପ୍ରତିଶୋଧ ଦିନିକିଆ ସିରିଜରେ ନେଇଛି। ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ତୃତୀୟ ଦିନିକିଆ ମ୍ୟାଚରେ ଇଂଲଣ୍ଡ ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ବଟଲରଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆକୁ ୧୬ ରନରେ ପରାସ୍ତ କରିଛି।

ଅଷ୍ଟ୍ରେଲିଆନ୍‌ ଓପନ୍‌: କ୍ୱାର୍ଟରରେ ନାଡାଲ

ଅଷ୍ଟ୍ରେଲିଆନ୍‌ ଓପନ୍‌: କ୍ୱାର୍ଟରରେ ନାଡାଲ

ମେଲବୋର୍ନ, ୨୧।୧- ଚଳିତ ସିଜନ୍‌ର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ର ପୁରୁଷ ସିଙ୍ଗଲ୍ସ ବର୍ଗରେ ରାଫାଲ ନାଡାଲ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶୀର୍ଷ ର଼୍ୟାଙ୍କଧାରୀ ଏହି ଖେଳାଳି ୬-୩, ୬-୭(୪/୭), ୬-୩, ୬-୩ ସେଟ୍‌ରେ ଆର୍ଜେଣ୍ଟିନାର ଡିଆଇଗୋ ସ୍କଓ୍ବାର୍ଟଜମ୍ୟାନଙ୍କୁ ହରାଇ ଦେଇଛନ୍ତି।

ପ୍ରି-କ୍ୱାର୍ଟରରେ ହାରିଲେ ପେସ୍‌-ପୂରବ

ପ୍ରି-କ୍ୱାର୍ଟରରେ ହାରିଲେ ପେସ୍‌-ପୂରବ

ମେଲବୋର୍ନ, ୨୧।୧- ଭେଟେରାନ ଲିଆଣ୍ଡର ପେସ୍‌ ଓ ପୂରବ ରାଜାଙ୍କ ଯୋଡ଼ି ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ଡବଲ୍ସ ବର୍ଗର ପ୍ରି-କ୍ୱାର୍ଟର ରାଉଣ୍ଡରେ ପରାଜିତ ହୋଇ ଅଭିଯାନ ଶେଷ କରିଛନ୍ତି। ରବିବାର ଖେଳାଯାଇଥିବା ମୁକାବିଲାରେ ଅଣସିଡ୍‌ ଭାରତୀୟ ଯୋଡ଼ି ୧-୬, ୨-୬ ସେଟ୍‌ରେ କଲମ୍ବିଆର ଜୁଆନ ସେବେଷ୍ଟିଆନ କାବାଲ ଓ ରବର୍ଟ ଫରାହଙ୍କ ଯୋଡ଼ିଠାରୁ ପରାସ୍ତ ହୋଇଛନ୍ତି।