ସମ୍ପାଦକୀୟ |

ଦକ୍ଷ ପରିଚାଳକ

ଦକ୍ଷ ପରିଚାଳକ
ବ୍ୟକ୍ତିତ୍ୱ/ଜିତେନ୍ଦ୍ର ରାଷ୍ଟ୍ରାୟତ୍ତ ବିମାନସେବା ପ୍ରଦାନକାରୀ ‘ଏୟାର ଇଣ୍ଡିଆ’କୁ ଘରୋଇକରଣ କରିବା ଲାଗି ଯୋଜନା ଚାଲିଥିବା ବେଳେ ଏହାର ମୁଖିଆଙ୍କ ନିଯୁକ୍ତି ସର୍ବଦା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଚାଲିଛି। କ୍ଷତିରେ ଚାଲୁଥିବା ସଂସ୍ଥାକୁ ଉଦ୍ଧାର କରିବାର ଦକ୍ଷତା ରଖିଥିବା ବ୍ୟକ୍ତିଙ୍କୁ ସରକାର ଏହି ପଦ ପାଇଁ ଅଗ୍ରପ୍ରାଧାନ୍ୟ ଦେଉଥିବା କୁହାଯାଉଛି। ଏହି କ୍ରମରେ ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି (ସିସିଏ) ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିକଟରେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ପ୍ରଦୀପ ସିଂ ଖରୋଲାଙ୍କ ନାମ ଘୋଷଣା କରିଛି। ସେ ରାଜୀବ ବଂଶଲଙ୍କ ସ୍ଥାନରେ ଅବସ୍ଥାପିତ ହେବେ। ପ୍ରଦୀପଙ୍କ ନାମ ଘୋଷଣା ପରେ ତାଙ୍କ ଦକ୍ଷତା ବିଷୟରେ ଜାଣିବାକୁ ଅନେକେ ଆଗ୍ରହ ରଖିବା ସ୍ବାଭାବିକ। ୧୯୮୫ ବ୍ୟାଚ୍‌ର କର୍ନାଟକ କ୍ୟାଡର ଆଇଏଏସ୍‌ ଅଧିକାରୀ ପ୍ରଦୀପ ଦିଲ୍ଲୀ ଆଇଆଇଟିରୁ ପବ୍ଲିକ୍‌ ଟାନ୍ସପୋର୍ଟରେ ପିଏଚ୍‌.ଡି. ଅର୍ଜନ କରିଥିବାରୁ ସାଧାରଣ ପରିବହନ ଉପରେ ତାଙ୍କର ଗଭୀର ଜ୍ଞାନ ଥିବା ଜଣାଶୁଣା। ଦେଖାଯାଇଛି ଯେତେବେଳେ ଯେଉଁ ବିଭାଗରେ ସଙ୍କଟଜନକ ପରିସ୍ଥିତି ଉପୁଜିଛି ସେତେବେଳେ ୫୬ ବର୍ଷୀୟ ଏହି ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି। ସେ ମଧ୍ୟ ନିଜ ଅଭିଜ୍ଞତା ବଳରେ ସମାଧାନର ସୂତ୍ର ବାହାର କରିଛନ୍ତିି। କର୍ନାଟକ ଅର୍ବାନ ଇନ୍‌ଫ୍ରାଷ୍ଟ୍ରକଚର ଡେଭଲପ୍‌ମେଣ୍ଟ ଆଣ୍ଡ୍‌ ଫାଇନାନ୍ସ କର୍ପୋରେଶନ (କେୟୁଆଇଡିଏଫ୍‌ସି)ର ଅଧ୍ୟକ୍ଷ ଥିବା ବେଳେ ଘରୋଇ ସଂସ୍ଥାର ମିଳିତ ସହଯୋଗରେ ସହରବ୍ୟାପୀ ଭିତ୍ତିଭୂମି ସୁଦୃଢ଼ କରିବାରେ ସେ ସକ୍ଷମ ହୋଇଥିଲେ। ଏହା ପରେ ତାଙ୍କୁ କ୍ଷତିରେ ଚାଲୁଥିବା ବାଙ୍ଗାଲୋର ମେଟ୍ରୋପଲିଟାନ୍‌ ଟ୍ରାନ୍ସପୋର୍ଟ କର୍ପୋରେଶନ (ବିଏମ୍‌ଟିସି) ଦାୟିତ୍ୱ ଦିଆଯାଇଥିଲା। ଦେଖୁଦେଖୁ କମ୍‌ ସମୟ ମଧ୍ୟରେ ଏହାକୁ ସେ ଏକ ଲାଭପ୍ରଦାନକାରୀ ସଂସ୍ଥାରେ ପରିଣତ କରିଦେଇଥିଲେ। ଏପରିକି ବାଙ୍ଗାଲୋରରେ ସେ ଶୀତତାପ ନିୟନ୍ତ୍ରିତ ବସ୍‌ ଚଳାଚଳ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ୨୦୧୨-୧୩ରେ ସେ କର୍ନାଟକର ତତ୍‌କାଳୀନ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ଦାୟିତ୍ୱ ନିଭାଇଥିଲେ। ପ୍ରଶାସନିକ ଦକ୍ଷତା ତାଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ସ୍ତରକୁ ଉନ୍ନୀତ କରିଥିଲା ଏବଂ ସେ ପ୍ରଶାସନିକ ସଂସ୍କାର କମିଶନ (ଏଆର୍‌ସି)ର ଅଂଶବିଶେଷ ପାଲଟିଥିଲେ। ସ୍ବଳ୍ପଭାଷୀ ପ୍ରଦୀପ ସର୍ବଦା ପ୍ରଯୁକ୍ତିବିଦ୍ୟାକୁ ବ୍ୟବହାର କରି କାର୍ଯ୍ୟରେ ଉତ୍କର୍ଷ ପ୍ରତିପାଦନ କରିବା ଉପରେ ଗୁରୁତ୍ୱ ଦେଇଥାନ୍ତି। ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନାମ ଘୋଷଣା ହେବା ପରେ କର୍ନାଟକ ସରକାର ତାଙ୍କୁ ପୁନଶ୍ଚ କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟ କରିବା ଲାଗି ଅନୁମତି ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ତାଙ୍କ ତତ୍ତ୍ୱାବଧାନରେ ବାଙ୍ଗାଲୋର ମେଟ୍ରୋ ନେଟ୍‌ଓ୍ବର୍କର ୪୨ କିଲୋମିଟର ବ୍ୟାପୀ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ ହୋଇଛି। ଚଳିତବର୍ଷ ଜୁନ୍‌ରେ ଏହା ସର୍ବସାଧାରଣଙ୍କ ଲାଗି ଖୋଲାଯାଇଛି। ଏହାର ଦ୍ୱିତୀୟ ପର୍ଯ୍ୟାୟରେ ଚାଲିଥିବା ୭୨ କିଲୋମିଟର ବ୍ୟାପୀ ମେଟ୍ରୋ କାର୍ଯ୍ୟକୁ ସେ ତଦାରଖ କରୁଛନ୍ତି। ଦିଲ୍ଲୀ ମେଟ୍ରୋ ପରେ ବାଙ୍ଗାଲୋର ମେଟ୍ରୋ ରେଲ୍‌ କର୍ପୋରେଶନ (ବିଏମ୍‌ଆର୍‌ସିଏଲ୍‌) ଦ୍ୱିତୀୟ ସର୍ବାଧିକ ନେଟ୍‌ଓ୍ବର୍କ ପାଇବା ପଛରେ ପ୍ରଦୀପଙ୍କ ଭୂମିକା ଅନସ୍ବୀକାର୍ଯ୍ୟ ବୋଲି କୁହାଯାଉଛି। ତାଙ୍କ କାର୍ଯ୍ୟଶୈଳୀକୁ ନିରେଖିବା ପରେ ସିସିଏ ପ୍ରଦୀପଙ୍କୁ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ବାଛିଛି। କ୍ଷତିରେ ଚାଲୁଥିବା ଏହି ରାଷ୍ଟ୍ରାୟତ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ ଉଚିତ ମାର୍ଗ ଦେଖାଇ କିଛି ନୂତନତ୍ୱ ଆଣିପାରିଲେ ତାଙ୍କ ଦକ୍ଷତା ଅନ୍ୟ ଅଧିକାରୀଙ୍କ ପାଇଁ ଦୃଷ୍ଟାନ୍ତ ଭାବେ ଉଭା ହେବ ବୋଲି ଆଶା କରାଯାଇପାରେ।
All Right Reserved By

ସମ୍ପାଦକୀୟ |

ସମ୍ପାଦକୀୟ/ ଚୋକ୍‌ସିଙ୍କ ପଥ

ସମ୍ପାଦକୀୟ/ ଚୋକ୍‌ସିଙ୍କ ପଥ

ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ସ୍କାମ୍‌ ପ୍ରାୟ ବର୍ଷେ ପୂରଣ କରିବାକୁ ଯାଉଛି। ଇତିମଧ୍ୟରେ ଏହାର ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ନୀରବ ମୋଦି ଓ ତାଙ୍କ ମାମୁ ମେହୁଲ ଚୋକ୍‌ସିଙ୍କୁ ଭାରତ ପ୍ରତ୍ୟର୍ପଣ କରାଯାଇପାରିଲା ନାହିଁ। ଚୋକ୍‌ସି ଆଣ୍ଟିଗୁଆ ନାଗରିକତ୍ୱ ଗ୍ରହଣ କରିସାରିଥିବାରୁ ୨୦୧୯ ଜାନୁୟାରୀ ୨୧ରେ ଭାରତୀୟ ପାସ୍‌ପୋର୍ଟ ସମର୍ପଣ କରିଦେଇଛନ୍ତି। ଭାରତୀୟ ବୈଦେଶିକ ନୀତି ଅନୁଯାୟୀ, ଯେତେବେଳେ ଜଣେ ନାଗରିକ ଅନ୍ୟ ଦେଶର ..

ଆଚାରରେ ସକାରାତ୍ମକତା ପ୍ରକାଶର ସୁଯୋଗ

ଆଚାରରେ ସକାରାତ୍ମକତା ପ୍ରକାଶର ସୁଯୋଗ

ତତ୍ତ୍ୱ ଓ ତର୍କ/ ବିମଳ ପ୍ରସାଦ ପାଣ୍ଡିଆ

୨୦୧୯ ବର୍ଷର ଶେଷ ‘ମନ୍‌ କି ବାତ୍‌’ରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ, ନକାରାତ୍ମକତାର ପ୍ରସାର କରିବା ଅତି ସହଜ କିନ୍ତୁ ଲୋକେ ସକାରାତ୍ମକତାର ପ୍ରସାର ପାଇଁ ଆଗେଇ ଆସିବା ଦରକାର। ପ୍ରଧାନମନ୍ତ୍ରୀଙ୍କ ଭଳି ନେତୃସ୍ଥାନୀୟ ବ୍ୟକ୍ତି ଏଭଳି ସକାରାତ୍ମକତାର ବିଚାର ଦେବା ଅନେକ ଆଶା ଉଦ୍ରେକ କରାଏ। ଏହି ନିର୍ବାଚନୀ ଋତୁରେ ପ୍ରଧାନମନ୍ତ୍ରୀ ‘ମନ୍‌ କି ବାତ୍‌’ରେ ରଖିଥିବା ବିଚାରକୁ ନିଜ ଆଚାରରେ ପରିଣତ କରିପାରିଲେ ତାହା ସକାରାତ୍ମକତାର ଉଦାହରଣ ସୃଷ୍ଟିକରିବ। ନିଜ ବିଚାରକୁ ଆଚାରରେ ପରିଣତ କରି ବିରୋଧୀଙ୍କୁ ଟାହିଟାପରା କରିବାର ପ୍ରବୃତ୍ତିରୁ ନିଜକୁ ଦୂରେଇ ବା ବିରୋ..

ସଶସ୍ତ୍ର ମୁକ୍ତି ସଂଗ୍ରାମର ମହାନାୟକ

ସଶସ୍ତ୍ର ମୁକ୍ତି ସଂଗ୍ରାମର ମହାନାୟକ

ଡ. ପ୍ରଫୁଲ୍ଲ କୁମାର ସାହୁ

ଉଚ୍ଚଶିକ୍ଷିତ ଭାରତୀୟଙ୍କ ପକ୍ଷରେ ଯେତେବେଳେ ଆଇସିଏସ୍‌ ଚାକିରି ଥିଲା ଶ୍ରେଷ୍ଠ ସଫଳତା, ସେତେବେଳେ ସୁଭାଷ ବୋଷ ଥିଲେ ପ୍ରଥମ ଭାରତୀୟ, ଯିଏ ଆଇସିଏସ୍‌ ପରୀକ୍ଷାରେ ସଫଳତା ଅର୍ଜନ କରି ମଧ୍ୟ ତାହାକୁ ପାଦରେ ଏଡ଼େଇ ଦେଇ କେମ୍ବ୍ରିଜ୍‌ରୁ ସ୍ବଦେଶ ଫେରି ଆସିଥିଲେ ଦେଶମାତୃକାକୁ ସ୍ବାଧୀନ କରିବାର ଦୃଢ଼ ସଂକଳ୍ପ ନେଇ। ସିଧାସଳଖ ବମ୍ବେରେ ମହାମତ୍ା ଗାନ୍ଧୀଙ୍କୁ ସାକ୍ଷାତ କରି (୨୦ଜୁଲାଇ ୧୯୨୧) ସେ କଂଗ୍ରେସରେ ଯୋଗଦେଲେ ଏବଂ..

ଏଇ ଭାରତରେ

ଏଇ ଭାରତରେ

ଦେଶର ବିଭିନ୍ନ ରାଜ୍ୟରେ ବିବାହକୁ ନେଇ ରହିଛି ଭିନ୍ନ ଭିନ୍ନ ପରମ୍ପରା। ବିବାହ ବେଳେ କନ୍ୟା ଓ ବର ଅଗ୍ନିକୁ ସାକ୍ଷୀ ରଖି ସାରା ଜୀବନ ଲାଗି ସାଥୀ ହୋଇଥାଆନ୍ତି। ତେବେ ରାଜସ୍ଥାନର ଶ୍ରୀମାଲୀ ସମ୍ପ୍ରଦାୟରେ ଏକ ଭିନ୍ନ ପରମ୍ପରା ଦେଖିବାକୁ ମିଳେ। ବିଭାଘର ବେଳେ ବର କନ୍ୟାକୁ କୋଳରେ ଧରି ଅଗ୍ନି ଚାରିପାଖରେ ସାତଥର ପ୍ରଦକ୍ଷିଣ କରିଥାଆନ୍ତି। ପୁରାଣରେ ଉଲ୍ଲେଖ ରହିଛି ପ୍ରଭୁ ଶ୍ରୀକୃଷ୍ଣ ରୁକ୍ମିଣୀଙ୍କୁ ବିବାହ କରିବା ସମୟରେ ବିଘ୍ନ ..

ସମ୍ପାଦକୀୟ/କୃଷି ଆଗ

ସମ୍ପାଦକୀୟ/କୃଷି ଆଗ

ଆଜିର ସ୍ଥିତି ଦେଖିଲେ ୨୦୧୪ରେ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ଆଦୌ ପୂରଣ କରିନାହାନ୍ତି। ଉଚ୍ଚାଙ୍ଗ ସ୍ବରରେ ‘ସମସ୍ତଙ୍କୁ ସାଙ୍ଗରେ ନେଇ ବିକାଶ’ କଥା କହୁଥିଲେ ମଧ୍ୟ ତା’ର ଫଳ ଶୂନ ହୋଇଛି। ବିଶେଷକରି ସାମାଜିକ ଓ ଅର୍ଥନୈତିକ ଦିଗରୁ ତାଙ୍କ ଶାସନ ସମୟରେ ଦେଶର ଅଧିକ କ୍ଷତି ଘଟିଛି। ଅସହିଷ୍ଣୁତା, ମିଛିମିଛିକା ଦେଶପ୍ରେମ ଓ ବିଭାଜନ ରାଜନୀତି ସାମାଜିକ ବାତାବରଣକୁ ଘୋର ପ୍ରଭାବିତ କରିଛି। ଏକ ଉତ୍ତମ ଶାସନ ଜରିଆରେ ଭାରତୀୟ ଅର୍ଥନୀତିକୁ ନୂଆ ଦିଗ ଦେଖାଇଦିଆଯିବ ବୋଲି କୁହାଯାଇଥିଲେ ମଧ୍ୟ ତା’ର ସୁଫଳ ଲୋକେ ପାଇପାରିନାହାନ୍ତି। ଏହା ଜଣାଶୁଣା ଯେ, ମୋଦିଙ୍କ ଶାସନ ସମୟରେ କର୍ପୋରେଟ ପ୍ରୀତି ବଢ଼ିଛି..

କ୍ଷୁଧା ଓ କୁପୁଷ୍ଟି: ସୁଶାସନ ହିଁ ସମାଧାନ

କ୍ଷୁଧା ଓ କୁପୁଷ୍ଟି: ସୁଶାସନ ହିଁ ସମାଧାନ

ସହଦେବ ସାହୁ

ଜାତିସଂଘର ଖାଦ୍ୟ ଓ କୃଷି ସଂସ୍ଥା (ଏଫ୍‌ଏଓ) ସହିତ କାର୍ଯ୍ୟ କରୁଥିବା କ୍ଷୁଧା ଓ କୁପୁଷ୍ଟି ବିରୋଧୀ ଅନ୍ତର୍ଜାତୀୟ ସଂଗୋଷ୍ଠୀ (ଇଣ୍ଟରନ୍ୟାଶନାଲ ଆଲାଏନ୍ସ ଏଗେଁଷ୍ଟ ହଙ୍ଗର ଆଣ୍ଡ ମାଲନ୍ୟୁଟ୍ରିଶନ୍‌) କୃଷି କ୍ଷେତ୍ରରେ ଭାରତର ଅଭୂତପୂର୍ବ ବିକାଶକୁ ପ୍ରଶଂସା କରିଛି। ୧୯୫୦-୫୧ରେ ଭାରତରେ ଖାଦ୍ୟଶସ୍ୟ ଉପତ୍ାଦନ ପରିମାଣ ୫ କୋଟି ଟନ୍‌ ଥିବାବେଳେ ୨୦୧୬-୧୭ରେ ୨୭ କୋଟି ୨୦ ଲକ୍ଷ ଟନ୍‌ ହୋଇଛି, ପ୍ରାୟ ୫ଗୁଣ। ଲୋକସଂଖ୍ୟା ବଢ଼ିଛି ୪ ଗୁଣ। ତେଣୁ ଖାଦ୍ୟ-ଅଭାବୀ ପରିସ୍ଥିତିକୁ ପଛରେ ପକାଇ ଭାରତ ଏକ ଖାଦ୍ୟ ରପ୍ତାନିକାରୀ ରାଷ୍ଟ୍ର ହୋଇଗଲାଣି। ତଥାପି ଭାରତରେ କ୍ଷୁଧା ଓ କୁପୁଷ୍ଟି କାରଣରୁ ଏକଚତୁର୍ଥାଂଶ ଲୋକ କାର୍ଯ୍ୟକ୍ଷମ ହୋଇପାରୁ ନାହା..

ଆଜିର ଶିକ୍ଷା ଓ ପ୍ରାଚୀନ ସଂସ୍କୃତି

ଆଜିର ଶିକ୍ଷା ଓ ପ୍ରାଚୀନ ସଂସ୍କୃତି

ବ୍ରହ୍ମାନନ୍ଦ ପଣ୍ଡା

ଆଜିକାଲି ଭାରତୀୟ ଶିକ୍ଷା ବ୍ୟବସ୍ଥାର ଏଭଳି ଅଧୋଗତି ହୋଇଛି ଯେ, ପ୍ରାୟ ୬୦% ମାଧ୍ୟମିକ ଛାତ୍ରୀଛାତ୍ର ଦରଖାସ୍ତଟିଏ ଲେଖିବାକୁ ବା ସାଧାରଣ ହିସାବଟିଏ କରିବାକୁ ଅସମର୍ଥ। ଭାରତର ୭୫% ଯାନ୍ତ୍ରିକ ଓ କାରିଗରି ଶିକ୍ଷାପ୍ରାପ୍ତ ସ୍ନାତକ ଚାକିରି ପାଇବାକୁ ଅଯୋଗ୍ୟ ବୋଲି ନିକଟ ଅତୀତରେ ପ୍ରକାଶ ପାଇଥିବା ତଥ୍ୟ ସାରା ଭାରତରେ ଆଲୋଡ଼ନ ସୃଷ୍ଟି କରିଥିଲା। ଖାଲି ସେତିକି ନୁହେଁ ଛାତ୍ରସମାଜର ଆଜି ନୈତିକ ସ୍ଖଳନ ଘଟିଛି। ଭାରତୀୟ ସଂସ୍କୃତିର ଅବକ୍ଷୟ ହେଉଛି। ମାନବିକ ମୂଲ୍ୟବୋଧ ଲୋପ ପାଉଛି। ଆଜିର ଶିକ୍ଷା ବ୍ୟୟବହୁଳ ଏବଂ ଚାକିରିସର୍ବସ୍ବ ହୋଇଛି। ଜ୍ଞାନ ଓ ଗବେଷଣା ଅର୍ଥସର୍ବସ୍ବ ହୋଇଛି। ସମାଜସେବା ପ୍ରଚାରସର୍ବସ୍ବ ହୋଇଛି। ଯଦି ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରୀଛାତ୍ର ପିଅନ ..

ଏଇ ଭାରତରେ

ଏଇ ଭାରତରେ

କାହିଁ କେଉଁ ଆଦିମ କାଳରୁ କୁକୁର ହେଉଛି ମଣିଷର ସାଥୀ। ଏହି ପ୍ରାଣୀ ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ଭୃତ୍ୟ ଭାବରେ କାର୍ଯ୍ୟ କରେ। ଏପରି କି ମାଲିକର ଲୁଣ ଖାଇବାରୁ ତା’ର ଗୁଣ ଗାଏ। ମାଲିକର ଜୀବନ ବଞ୍ଚାଇବାକୁ ଯାଇ ଦରକାର ପଡ଼ିଲେ ନିଜ ଜୀବନ ହାରିଦିଏ। ଏପରି ଏକ ଘଟଣା ଘଟିଛି ଜୟପୁରରେ। ରାଜସ୍ଥାନର ଜୟପୁରରେ ବାସ କରୁଥିବା ପୂର୍ବତନ ରଣଜୀ ଖେଳାଳି ସଞ୍ଜୀବ ଓହଲାନ୍‌ଙ୍କ ବାସଭବନରେ ନିଆଁ ଲାଗିଯାଇଥିଲା। ତଳ ମହଲାରେ ତାଙ୍କ ସ୍ତ୍ରୀ, ପୁଅ ଓ ଚାକରକୁ ଉଦ୍ଧାର କରାଯାଇଥିଲେ ମଧ୍ୟ ନିଆଁ ଲାଗିବା ଯୋଗୁ ସଞ୍ଜୀବ..

ମୋଦି: ସବୁଥିରେ ଆଙ୍ଗୁଠି

ମୋଦି: ସବୁଥିରେ ଆଙ୍ଗୁଠି

ସ।ଧାରଣ ନିର୍ବାଚନ ଯେତେ ନିକଟତର ହେଉଛି, ରାଜନୈତିକ ଉଷ୍ମତା ସେତେ ବଢ଼ିବାରେ ଲାଗିଲାଣି। ଜାନୁୟାରୀ ୧୯ରେ କୋଲକାତାରେ  ବିରୋଧୀଙ୍କ ରାଲିର କଳେବର ଦେଖିଲେ ମହାଗଠବନ୍ଧନ ଶକ୍ତିଶାଳୀ ହେଉଥିବା ମନେହେଉଛି। 

ସବୁଜ ପରିବହନ ବ୍ୟବସ୍ଥା

ସବୁଜ ପରିବହନ ବ୍ୟବସ୍ଥା

 ବିଶ୍ୱ ସ୍ବାସ୍ଥ୍ୟ ସଂସ୍ଥାର ଏକ ରିପୋର୍ଟରୁ ଜଣାଯାଏ ଯେ, ଭାରତରେ ଅଧିକାଂଶ ସହର ବାୟୁ ପ୍ରଦୂଷଣ ଦ୍ୱାରା ଆକ୍ରାନ୍ତ। ଏପରି କି ପୃଥିବୀର ସବୁଠାରୁ ଅଧିକ ପନ୍ଦରଟି ସହର ମଧ୍ୟରେ ଭାରତର ଚଉଦଟି ସହର ଅଛି। ସବୁଠାରୁ ପ୍ରଦୂଷିତ ସହର ହେଉଛି କାନପୁର। 

ବାସିପାଣିରେ ପଚରା

ବାସିପାଣିରେ ପଚରା

ହଇରେ ମୋତେ କ’ଣ ଆଉ ବାସିପାଣିରେ ପଚାରୁନୁ? ଚିହ୍ନା ଲୋକଟିଏ, ଆପଣାର ମଣିଷଟିଏ ଆମକୁ ପୂର୍ବାପେକ୍ଷା ହତାଦର କରିବାର ଅନୁଭବ କଲେ ଆମେ ଏ ରୂଢିଟିର ପ୍ରୟୋଗ କରିଥାଉ! ଏଠାରେ ବାସିପାଣିକୁ ନିକୃଷ୍ଟ ଅର୍ଥରେ ବ୍ୟବହାର କରାଯାଇଛି। ନଚେତ୍‌ ଆମେ କହୁଥାନ୍ତେ- ହଇରେ ମୋତେ କ’ଣ ଆଉ ସଜପାଣିରେ ପଚାରୁନୁ? ନଚେତ୍‌ କହିଥାନ୍ତେ- କିରେ ମୋତେ କ’ଣ ଆଉ ମଦପାଣିରେ ପଚାରୁନୁ? ମାନେ ବାସିପାଣିଟି ପଚାରିବା ବା ବନ୍ଧୁ ଚର୍ଚ୍ଚା କରିବା ଯୋଗ୍ୟ ନୁହେଁ।

ଏଇ ଭାରତରେ

ଏଇ ଭାରତରେ

ଭଲ ପାଇବାର ହୃଦୟଟିଏ ଥିଲେ କେତେକ ପୁରୁଷ ଓ ମହିଳା ଅତିକ୍ରାନ୍ତ ବୟସରେ ବି ଭଲପାଇ ବସନ୍ତି। ତେବେ ଭଲ ପାଇବା ପାଇଁ ଜଣେ ବିବାହିତା ମହିଳା ଏକ ଅଭିନବ ପନ୍ଥା ଆପଣାଇଥିଲେ।