Dharitri News
ମେଟ୍ରୋ |

ବାଲୁକା ଶିଳ୍ପୀ ସୁଦର୍ଶନ ଆହତ: ହାତ ମିଳାଇବାବେଳେ ମୋଡ଼ିଦେଲେ

ବାଲୁକା ଶିଳ୍ପୀ ସୁଦର୍ଶନ ଆହତ: ହାତ ମିଳାଇବାବେଳେ ମୋଡ଼ିଦେଲେ ପୁରୀ ଅଫିସ,(୩।୧୨): ଚନ୍ଦ୍ରଭାଗା ବେଳାଭୂମିରେ ଚାଲିଥିବା ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ ଆର୍ଟ ଫେଷ୍ଟିଭାଲରେ ଘଟିଛି ଅଭାବନୀୟ ଘଟଣା। ହାତ ମିଳାଇବା ଆଳରେ କୌଣସି ବ୍ୟକ୍ତି ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଡାହାଣ ହାତକୁ ମୋଡ଼ି ଦେଇଛନ୍ତି। ଫଳରେ ତାଙ୍କ ହାତରେ ଆଘାତ ଲାଗିଛି। ଚିକିତ୍ସା ନିମନ୍ତେ ପୁରୀ ଜଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗତ ୧ତାରିଖ ଠାରୁ ଚନ୍ଦ୍ରଭାଗା ବେଳାଭୂମିରେ ଆରମ୍ଭ ହୋଇଛି ଆର୍ନ୍ତଜାତିକ ସ୍ୟାଣ୍ଡ ଆର୍ଟ ଫେଷ୍ଟିଭାଲ। ରବିବାର ସନ୍ଧ୍ୟା ଏହି ଉତ୍ସବରେ ବାଲୁକା କଳା ଦେଖିବା ଲାଗି ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା। ସେଠାରେ ଉପସ୍ଥିତ ବାଲୁକା ଶିଳ୍ପୀ ସୁଦର୍ଶନଙ୍କ ସହ ବି କେତେଜଣ ଲୋକ ଫଟୋ ଉଠାଉଥିଲେ। ଗହଳି ମଧ୍ୟରେ ଜଣେ ବ୍ୟକ୍ତି ସୁଦର୍ଶନଙ୍କ ସହ ହାତ ମିଳାଇବା ବାହାନାରେ ତାଙ୍କ ହାତକୁ ମୋଡ଼ି ଦେଇଥିଲେ। ଏହାପରେ ଗହଳି ମଧ୍ୟରେ ଉକ୍ତ ଯୁବକ ସେଠାରୁ ଚମ୍ପଟ ମାରିଥିଲେ। ହାତରେ କଷ୍ଟ ଅନୁଭବ କରିବାରୁ ସେ କୋଣାର୍କ ହସ୍‌ପିଟାଲକୁ ଯିବାକୁ ଚାହିଁଥିଲେ। ସେତେବେଳେ ଅତ୍ୟଧିକ ଭିଡ ଯୋଗୁ ଟ୍ରାଫିକ ଜାମ ରହିଥିଲା। କେହି ବି ସହଯୋଗର ହାତ ବଢେଇ ନ ଥିଲେ। କୋଣାର୍କ ଡାକ୍ତରଖାନା ଯିବାକୁ ୧ ଘଣ୍ଟା ସମୟ ଲାଗିଥିଲା। ସେଠାରେ ପହଞ୍ଚତ୍ଥିଲେ ମଧ୍ୟ କୌଣସି ଡାକ୍ତର ନ ଥିଲେ। ପ୍ରାୟ ଅଧଘଣ୍ଟା ଅପେକ୍ଷା କରିବା ପରେ ପ୍ରାଥମିକ ଚିକିତ୍ସା କରି ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ପୁରୀ ମେଡିକାଲରେ ତାଙ୍କର ଚିକିତ୍ସା କରାଯାଇଛି। ହାତର ୨ଟି ଏକ୍ସରେ କରାଯାଇଛି। ଡାହାଣ ହାତରେ ଆଘାତ ଲାଗିଥିବା ଜଣାପଡିଛି।

ମେଟ୍ରୋ |

ନେତାଜୀ ଆଦର୍ଶ ହୋଇ ରହିଛନ୍ତି, ରହିବେ

ନେତାଜୀ ଆଦର୍ଶ ହୋଇ ରହିଛନ୍ତି, ରହିବେ

ପୁରୀ ଅଫିସ, ୨୩।୧: ପୁରୀ ଜିଲା ମାଖନଲାଲ ହାଲ୍‌ଦାର ସ୍ମୃତି ସମିତି ପକ୍ଷରୁ ଭିଆଇପି ରୋଡ ନେତାଜୀ ଛକଠାରେ ମଙ୍ଗଳବାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲାପାଳ ବିଭୂତି ଭୂଷଣ ଦାଶ ଯୋଗଦେଇ ନେତାଜୀଙ୍କ ଆଦର୍ଶ ଓ ନୀତିକୁ ମନେରଖିବାକୁ ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ।

ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ସାକ୍ଷୀଗୋପାଳ,୨୩।୧(ଡି.ଏନ୍‌.ଏ.): ପୁରୀ ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମଙ୍ଗଳବାର ସାକ୍ଷୀଗୋପାଳ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ମନ୍ତ୍ରୀ ପ୍ରଦୀପ ମହାରଥୀ ଯୋଗଦେଇ ଜଳସମ୍ପଦର ସୁବିନିଯୋଗ ପାଇଁ ଉପସ୍ଥିତ କୃଷକ ଓ ପାଣି ପଞ୍ଚାୟତ କର୍ମକର୍ତ୍ତାମାନଙ୍କୁ ଆହ୍ବାନ ଦେଇଥିଲେ।

ସଡ଼କ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

ସଡ଼କ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

ଚୌଦ୍ୱାର,୨୩।୧(ଡି.ଏନ୍‌.ଏ.): କଟକ ଚୌଦ୍ୱାର ଥାନା ଅନ୍ତର୍ଗତ କୁସ୍‌ପାଙ୍ଗୀ ନିକଟରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟଛି। ମୃତ ଶିକ୍ଷକ ହେଲେ ଜମ୍ବେଶ୍ୱର ଦାସ।

ନେତାଜୀ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ପତାକା ଉତ୍ତୋଳନ

ନେତାଜୀ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ପତାକା ଉତ୍ତୋଳନ

କଟକ ଅଫିସ,୨୩।୧: ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ଆୟୋଜିତ ନେତାଜୀ ଜୟନ୍ତୀ ସମାରୋହରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପତାକା ଉତ୍ତୋଳନ କରିବାସହ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।

ନେତାଜୀ ମ୍ୟୁଜିୟମ ସମ୍ମୁଖରେ ବିକ୍ଷୋଭ

ନେତାଜୀ ମ୍ୟୁଜିୟମ ସମ୍ମୁଖରେ ବିକ୍ଷୋଭ

ପୁରୀ ଅଫିସ,୨୩।୧: ନେତାଜୀ ସୁଭାଷ ବୋଷ ମ୍ୟୁଜିୟମ ଖୋଲିବା ଦାବି ନେଇ ସ୍ଥାନୀୟ ଗୋପାଳବଲ୍ଲଭ ରେଡ୍‌ସ୍ଥିତ ନେତାଜୀ ସ୍ମୃତି ମ୍ୟୁଜିୟମ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନେତାଜୀ ଜୟନ୍ତୀ କମିଟି ପକ୍ଷରୁ ମ୍ୟୁଜିୟମ ଫାଟକ ସମ୍ମୁଖରେ ଏହି ବିକ୍ଷୋଭ କରାଯିବା ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି।

ହୋଟେଲ ଅନନ୍ୟାରେ ଅଗ୍ନିକାଣ୍ଡ

ହୋଟେଲ ଅନନ୍ୟାରେ ଅଗ୍ନିକାଣ୍ଡ

ପୁରୀ ଅଫିସ,୨୩।୧: ସ୍ଥାନୀୟ ଭିଆଇପି ରୋଡସ୍ଥିତ ହୋଟେଲ ପ୍ରାଇଡ଼୍‌ ଅନନ୍ୟାରେ ମଙ୍ଗଳବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ହୋଟେଲର ଚତୁର୍ଥ ମହଲାରେ ଥିବା ପ୍ୟାଣ୍ଟ୍ରି ଷ୍ଟୋରରେ କୌଣସି କାରଣରୁ ନିଆଁ ଲାଗିଯିବାରୁ ଏହି ଅଘଟଣ ଘଟିଛି।

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ, ୨୨।୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଚାଚେରି ବେଶ ଓ ଭୋଗ ପରେ ଶ୍ରୀଦେବୀ, ଭୂଦେବୀ ଏବଂ ଦୋଳଗୋବିନ୍ଦ ଆଜ୍ଞାମାଳ ପାଇ ବେଣ୍ଟ(ଶିକାର) ନୀତି ନିମନ୍ତେ ବିମାନରେ ବିଜେ ହୋଇଥିଲେ।

ଛତିଶା ନିଯୋଗ ବୈଠକ: ଚନ୍ଦ୍ରଗ୍ରହଣ ନୀତି ଚୂଡ଼ାନ୍ତ

ଛତିଶା ନିଯୋଗ ବୈଠକ: ଚନ୍ଦ୍ରଗ୍ରହଣ ନୀତି ଚୂଡ଼ାନ୍ତ

ପୁରୀ ଅଫିସ, ୨୨।୧: ଆସନ୍ତା ୩୧ ତାରିଖରେ ମାଘ ପୂର୍ଣ୍ଣିମା। ଏହିଦିନ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ ସାଙ୍ଗକୁ ରାହୁ ଗ୍ରସ୍ତୋଦୟ ଚନ୍ଦ୍ରଗ୍ରହଣ ମଧ୍ୟ ପଡୁଛି। ତେଣୁ ସୋମବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହିଦିନର ନୀତି ନିର୍ଘଣ୍ଟ କରାଯାଇଛି।

ପଲିଥିନଜନିତ ପ୍ରଦୂଷଣକୁ ନେଇ ଏନ୍‌ଜିଟିଙ୍କ ଅସନ୍ତୋଷ

ପଲିଥିନଜନିତ ପ୍ରଦୂଷଣକୁ ନେଇ ଏନ୍‌ଜିଟିଙ୍କ ଅସନ୍ତୋଷ

ପୁରୀ ଅଫିସ, ୨୨।୧: ପୁରୀ ସହରରେ ପଲିଥିନ ଏବଂ ପ୍ରଦୂଷଣକୁ ନେଇ ଅସନ୍ତୋଷ ବ୍ୟକ୍ତି କରିଛନ୍ତି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)। ପଲିଥିନ ବ୍ୟବହାର ରୋକିବା ସହ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ ପଦକ୍ଷେପ ନେବାକୁ ପୁରୀ ପୌରସଂସ୍ଥାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି।

ଆପଣଙ୍କ ଭଲପାଇବା ମୋତେ ଋଣୀ କରିଛି: ମୁଖ୍ୟମନ୍ତ୍ରୀ

ଆପଣଙ୍କ ଭଲପାଇବା ମୋତେ ଋଣୀ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୧(ବ୍ୟୁରୋ)- ପୁନେର ଏମ୍‌ଆଇଟି-ଡବ୍ଲ୍ୟୁପିୟୁ କ୍ୟାମ୍ପସ୍‌ରେ ୮ମ ଭାରତୀୟ ଛାତ୍ର ସଂସଦ ଅବସରରେ ରବିବାର ଦେଶର ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଫେରିଛନ୍ତି।

ନିର୍ବାଚନ କମିଶନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପ୍ରଶ୍ନ: କାହିଁକି ପ୍ରକାଶ ପାଉନାହିଁ ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ନିର୍ବାଚନ କମିଶନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପ୍ରଶ୍ନ: କାହିଁକି ପ୍ରକାଶ ପାଉନାହିଁ ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ନୂଆଦିଲ୍ଲୀ,୨୨।୧(ସ୍ବ.ପ୍ର.): ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ ଏ ପର୍ଯ୍ୟନ୍ତ କାହିଁକି ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ଏହି ଉପନିର୍ବାଚନକୁ କାହିଁକି ବିଳମ୍ବିତ କରାଯାଉଛି ବୋଲି ସୋମବାର ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କରିଛନ୍ତି ଦିଲ୍ଲୀ ହାଇକୋର୍ଟ।

କୋକେଇ ହଲିଲା, ଶୁଣାଗଲା କଥା: ୧୧ ଘଣ୍ଟା ପରେ ଆଖି ବୁଜିଲେ

କୋକେଇ ହଲିଲା, ଶୁଣାଗଲା କଥା: ୧୧ ଘଣ୍ଟା ପରେ ଆଖି ବୁଜିଲେ

କଟକ ଅଫିସ, ୨୨।୧- କୋକେଇ ବନ୍ଧା ସରିଥିଲା। ପରିଜନଙ୍କ ମଧ୍ୟରେ କାନ୍ଦ ବୋବାଳି ପଡ଼ିଯାଇଥିଲା। ହେଲେ ଶ୍ମଶାନ ଅଭିମୁଖେ କୋକେଇ ଉଠିଲା ବେଳକୁ ତାହା ହଲିବା ସହ କଥାସ୍ବର ଶୁଣାଯାଇଥିଲା।